< Προς Ρωμαιους 11 >
1 λεγω ουν μη απωσατο ο θεος τον λαον αυτου μη γενοιτο και γαρ εγω ισραηλιτης ειμι εκ σπερματος αβρααμ φυλης βενιαμιν
ତେବେ ମୁଁ କହେ, ଈଶ୍ବର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକ।
2 ουκ απωσατο ο θεος τον λαον αυτου ον προεγνω η ουκ οιδατε εν ηλια τι λεγει η γραφη ως εντυγχανει τω θεω κατα του ισραηλ λεγων
ଈଶ୍ବର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି; ଏଲୀୟଙ୍କ ବିବରଣରେ ଶାସ୍ତ୍ର କଅଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ବରଙ୍କଠାରେ ନିବେଦନ କରନ୍ତି,
3 κυριε τους προφητας σου απεκτειναν και τα θυσιαστηρια σου κατεσκαψαν καγω υπελειφθην μονος και ζητουσιν την ψυχην μου
“ପ୍ରଭୁ, ସେମାନେ ତୁମ୍ଭର ଭାବବାଦୀମାନଙ୍କୁ ବଧ କରିଅଛନ୍ତି, ତୁମ୍ଭର ବେଦିଗୁଡ଼ିକ ଖୋଳି ପକାଇଅଛନ୍ତି, ଆଉ ମୁଁ ଏକାକୀ ଅବଶିଷ୍ଟ ରହିଅଛି, ପୁଣି, ସେମାନେ ମୋହର ପ୍ରାଣ ନେବାକୁ ଖୋଜୁଅଛନ୍ତି।”
4 αλλα τι λεγει αυτω ο χρηματισμος κατελιπον εμαυτω επτακισχιλιους ανδρας οιτινες ουκ εκαμψαν γονυ τη βααλ
କିନ୍ତୁ ତାହାଙ୍କୁ ଈଶ୍ବର କଅଣ ଉତ୍ତର ଦିଅନ୍ତି? “ଯେଉଁମାନେ ଅନ୍ୟ ବାଆଲ୍ ଦେବତା ସମ୍ମୁଖରେ ଆଣ୍ଠୁ ପକାଇ ନାହାନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ।”
5 ουτως ουν και εν τω νυν καιρω λειμμα κατ εκλογην χαριτος γεγονεν
ସେହିପରି ଏହି ବର୍ତ୍ତମାନ ସମୟରେ ମଧ୍ୟ ଅନୁଗ୍ରହର ନିର୍ବାଚନ ଅନୁସାରେ ଗୋଟିଏ ଅବଶିଷ୍ଟ ଅଂଶ ରହିଅଛି।
6 ει δε χαριτι ουκετι εξ εργων επει η χαρις ουκετι γινεται χαρις ει δε εξ εργων ουκετι εστιν χαρις επει το εργον ουκετι εστιν εργον
କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ।
7 τι ουν ο επιζητει ισραηλ τουτου ουκ επετυχεν η δε εκλογη επετυχεν οι δε λοιποι επωρωθησαν
ତେବେ କଅଣ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;
8 καθως γεγραπται εδωκεν αυτοις ο θεος πνευμα κατανυξεως οφθαλμους του μη βλεπειν και ωτα του μη ακουειν εως της σημερον ημερας
ଯେପରି ଲେଖାଅଛି, “ଈଶ୍ବର ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଜଡ଼ତାର ଆତ୍ମା ଦେଇଅଛନ୍ତି, ଏପରି ଚକ୍ଷୁ ଦେଇଅଛନ୍ତି, ଯେପରି ସେମାନେ ଦେଖିବେ ନାହିଁ, ଆଉ ଏପରି କର୍ଣ୍ଣ ଦେଇଅଛନ୍ତି, ଯେପରି ସେମାନେ ଶୁଣିବେ ନାହିଁ।”
9 και δαβιδ λεγει γενηθητω η τραπεζα αυτων εις παγιδα και εις θηραν και εις σκανδαλον και εις ανταποδομα αυτοις
ପୁଣି, ଦାଉଦ କହନ୍ତି, “ସେମାନଙ୍କର ଭୋଜନ ଫାନ୍ଦ ଓ ଫାଶ ପରି ହେଉ, ପୁଣି, ସେମାନଙ୍କ ପ୍ରତି ତାହା ବିଘ୍ନ ଓ ପ୍ରତିଶୋଧ ସ୍ୱରୂପ ହେଉ।
10 σκοτισθητωσαν οι οφθαλμοι αυτων του μη βλεπειν και τον νωτον αυτων διαπαντος συγκαμψον
ଯେପରି ସେମାନେ ଦେଖି ନ ପାରନ୍ତି, ଏଥିପାଇଁ ସେମାନଙ୍କ ଚକ୍ଷୁ ଅନ୍ଧ ହେଉ, ଆଉ, ତୁମ୍ଭେ ସେମାନଙ୍କ ପୃଷ୍ଠ ସର୍ବଦା କୁବ୍ଜା କରି ରଖ।”
11 λεγω ουν μη επταισαν ινα πεσωσιν μη γενοιτο αλλα τω αυτων παραπτωματι η σωτηρια τοις εθνεσιν εις το παραζηλωσαι αυτους
ତେବେ ମୁଁ ପଚାରେ, କଅଣ ଯିହୁଦୀମାନେ ବିନଷ୍ଟ ହେବା ନିମନ୍ତେ ଝୁଣ୍ଟିଲେ? ତାହା କେବେ ହେଁ ନ ହେଉ, ବରଂ ସେମାନଙ୍କୁ ଉଦ୍ଯୋଗୀ କରିବା ନିମନ୍ତେ ସେମାନଙ୍କ ପତନ ଦ୍ୱାରା ଅଣଯିହୁଦୀମାନଙ୍କ ନିକଟରେ ପରିତ୍ରାଣ ଉପସ୍ଥିତ ହୋଇଅଛି।
12 ει δε το παραπτωμα αυτων πλουτος κοσμου και το ηττημα αυτων πλουτος εθνων ποσω μαλλον το πληρωμα αυτων
ଯଦି ସେମାନଙ୍କର ପତନ ଜଗତର ଧନ ସ୍ୱରୂପ, ଆଉ ସେମାନଙ୍କର ହ୍ରାସ ଅଣଯିହୁଦୀମାନଙ୍କ ଧନ ସ୍ୱରୂପ ହୋଇଅଛି, ତାହାହେଲେ ସେମାନଙ୍କ ପୂର୍ଣ୍ଣତା ଆହୁରି କେତେ ଅଧିକ ଧନ ସ୍ୱରୂପ ନ ହେବ!
13 υμιν γαρ λεγω τοις εθνεσιν εφ οσον μεν ειμι εγω εθνων αποστολος την διακονιαν μου δοξαζω
କିନ୍ତୁ ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି। ମୁଁ ଅଣଯିହୁଦୀମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋʼ ସେବକପଦର ଗୌରବ କରୁଅଛି,
14 ει πως παραζηλωσω μου την σαρκα και σωσω τινας εξ αυτων
ଯେପରି କୌଣସି ପ୍ରକାରେ ମୋହର ସ୍ୱଜାତିମାନଙ୍କୁ ଉଦ୍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରିପାରେ।
15 ει γαρ η αποβολη αυτων καταλλαγη κοσμου τις η προσληψις ει μη ζωη εκ νεκρων
କାରଣ ଯଦି ସେମାନଙ୍କର ତୁଚ୍ଛ କରିବା ଦ୍ୱାରା ସଂସାରର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ୱାରା କଅଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ?
16 ει δε η απαρχη αγια και το φυραμα και ει η ριζα αγια και οι κλαδοι
ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର।
17 ει δε τινες των κλαδων εξεκλασθησαν συ δε αγριελαιος ων ενεκεντρισθης εν αυτοις και συγκοινωνος της ριζης και της πιοτητος της ελαιας εγενου
କିନ୍ତୁ ଯଦି ଘରୋଇ ଜୀତବୃକ୍ଷର କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତବୃକ୍ଷର ଶାଖା ହେଲେ ହେଁ ସେହି ଘରୋଇ ଜୀତବୃକ୍ଷରେ କଲମ କରାଗଲ, ପୁଣି, ସେମାନଙ୍କ ସହିତ ଜୀତବୃକ୍ଷ ମୂଳର ରସର ଅଂଶୀ ହେଲ,
18 μη κατακαυχω των κλαδων ει δε κατακαυχασαι ου συ την ριζαν βασταζεις αλλ η ριζα σε
ତେବେ ସେହି ଡାଳଗୁଡ଼ିକ ବିରୁଦ୍ଧରେ ଗର୍ବ କର ନାହିଁ; କିନ୍ତୁ ଯଦି ଗର୍ବ କର, ତୁମ୍ଭେ ଯେ ମୂଳକୁ ଧରି ନାହଁ, ମାତ୍ର ମୂଳ ତୁମ୍ଭକୁ ଧରିଅଛି, ଏହା ଜାଣିଥାଅ।
19 ερεις ουν εξεκλασθησαν οι κλαδοι ινα εγω εγκεντρισθω
ତେବେ ତୁମ୍ଭେ କହିବ, ମୁଁ ଯେପରି କଲମ ହୋଇପାରେ, ଏଥିନିମନ୍ତେ ଡାଳଗୁଡ଼ିକ ଉଚ୍ଛିନ୍ନ ହୋଇଅଛି।
20 καλως τη απιστια εξεκλασθησαν συ δε τη πιστει εστηκας μη υψηλοφρονει αλλα φοβου
ଭଲ କଥା, ସେମାନଙ୍କର ଅବିଶ୍ୱାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ୱାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ। ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର;
21 ει γαρ ο θεος των κατα φυσιν κλαδων ουκ εφεισατο μηπως ουδε σου φεισηται
କାରଣ ଯଦି ଈଶ୍ବର ସ୍ୱାଭାବିକ ଶାଖାଗୁଡ଼ିକୁ ଛାଡ଼ିଦେଲେ ନାହିଁ, ତେବେ ତୁମ୍ଭକୁ ମଧ୍ୟ ଛାଡ଼ିବେ ନାହିଁ।
22 ιδε ουν χρηστοτητα και αποτομιαν θεου επι μεν τους πεσοντας αποτομιαν επι δε σε χρηστοτητα εαν επιμεινης τη χρηστοτητι επει και συ εκκοπηση
ଅତଏବ, ଈଶ୍ବରଙ୍କ ଦୟା ଓ କଠୋରତା ବୁଝ; ଯେଉଁମାନେ ପତିତ ହେଲେ, ସେମାନଙ୍କ ପ୍ରତି କଠୋରତା, କିନ୍ତୁ ତୁମ୍ଭେ ଯଦି ଈଶ୍ବରଙ୍କ ଦୟାର ଶରଣାପନ୍ନ ହୋଇ ରହିଥାଅ, ତାହାହେଲେ ତୁମ୍ଭ ପ୍ରତି ତାହାଙ୍କ ଦୟା; ନୋହିଲେ ତୁମ୍ଭେ ମଧ୍ୟ କଟାଯିବ।
23 και εκεινοι δε εαν μη επιμεινωσιν τη απιστια εγκεντρισθησονται δυνατος γαρ εστιν ο θεος παλιν εγκεντρισαι αυτους
ଆଉ, ସେମାନେ ଯଦି ଅବିଶ୍ୱାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ବର ସମର୍ଥ ଅଟନ୍ତି।
24 ει γαρ συ εκ της κατα φυσιν εξεκοπης αγριελαιου και παρα φυσιν ενεκεντρισθης εις καλλιελαιον ποσω μαλλον ουτοι οι κατα φυσιν εγκεντρισθησονται τη ιδια ελαια
କାରଣ ଯାହା ସ୍ୱଭାବତଃ ବନ୍ୟ ଜୀତବୃକ୍ଷ, ଯଦି ସେଥିରୁ ତୁମ୍ଭେ କଟାଯାଇ ଅସ୍ୱାଭାବିକଭାବେ ଉତ୍ତମ ଜୀତବୃକ୍ଷରେ କଲମ କରାଗଲ, ତେବେ ସ୍ୱାଭାବିକ ଶାଖା ଯେ ଏମାନେ, ଏମାନେ କେତେ ଅଧିକ ଭାବରେ ନିଜ ଜୀତବୃକ୍ଷରେ କଲମ କରାଯିବେ!
25 ου γαρ θελω υμας αγνοειν αδελφοι το μυστηριον τουτο ινα μη ητε παρ εαυτοις φρονιμοι οτι πωρωσις απο μερους τω ισραηλ γεγονεν αχρις ου το πληρωμα των εθνων εισελθη
କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥିନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍, ଯେପର୍ଯ୍ୟନ୍ତ ଅଣଯିହୁଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;
26 και ουτως πας ισραηλ σωθησεται καθως γεγραπται ηξει εκ σιων ο ρυομενος και αποστρεψει ασεβειας απο ιακωβ
ଆଉ, ଏହି ପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖାଅଛି, “ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ।
27 και αυτη αυτοις η παρ εμου διαθηκη οταν αφελωμαι τας αμαρτιας αυτων
ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ।”
28 κατα μεν το ευαγγελιον εχθροι δι υμας κατα δε την εκλογην αγαπητοι δια τους πατερας
ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃ-ପୁରୁଷଙ୍କ ସକାଶେ ସେମାନେ ଈଶ୍ବରଙ୍କ ପ୍ରିୟପାତ୍ର।
29 αμεταμελητα γαρ τα χαρισματα και η κλησις του θεου
କାରଣ, ଈଶ୍ବରଙ୍କ ଦାନସମୂହ ଓ ଆହ୍ୱାନ ଅନ୍ୟଥା ହୁଏ ନାହିଁ।
30 ωσπερ γαρ και υμεις ποτε ηπειθησατε τω θεω νυν δε ηλεηθητε τη τουτων απειθεια
ଯେଣୁ ତୁମ୍ଭେମାନେ ଯେପରି ପୂର୍ବେ ଈଶ୍ବରଙ୍କ ଅନାଜ୍ଞାବହ ଥିଲ, କିନ୍ତୁ ଏବେ ଯିହୁଦୀମାନଙ୍କ ଅନାଜ୍ଞାବହତା ଦ୍ୱାରା ଦୟା ପ୍ରାପ୍ତ ହୋଇଅଛ,
31 ουτως και ουτοι νυν ηπειθησαν τω υμετερω ελεει ινα και αυτοι ελεηθωσιν
ସେହିପରି ଏମାନେ ମଧ୍ୟ ଏବେ ଅନାଜ୍ଞାବହ ହୋଇଅଛନ୍ତି, ଯେପରି ତୁମ୍ଭମାନଙ୍କ ପ୍ରତି ପ୍ରକାଶିତ ଦୟା ଦ୍ୱାରା ଏମାନେ ସୁଦ୍ଧା ଏବେ ଦୟା ପ୍ରାପ୍ତ ହୁଅନ୍ତି।
32 συνεκλεισεν γαρ ο θεος τους παντας εις απειθειαν ινα τους παντας ελεηση (eleēsē )
କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ବର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି। (eleēsē )
33 ω βαθος πλουτου και σοφιας και γνωσεως θεου ως ανεξερευνητα τα κριματα αυτου και ανεξιχνιαστοι αι οδοι αυτου
ଆହା! ଈଶ୍ବରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ!
34 τις γαρ εγνω νουν κυριου η τις συμβουλος αυτου εγενετο
“କାରଣ, ପ୍ରଭୁଙ୍କର ମନ କିଏ ଜାଣିଅଛି? କିମ୍ବା ତାହାଙ୍କର ପରାମର୍ଶଦାତା କିଏ ହୋଇଅଛି?”
35 η τις προεδωκεν αυτω και ανταποδοθησεται αυτω
“ଅବା କିଏ ତାହାଙ୍କୁ ପ୍ରଥମରେ ଦାନ କରିଅଛି, ଆଉ ତାହାକୁ ପ୍ରତିଦାନ କରାଯିବ?”
36 οτι εξ αυτου και δι αυτου και εις αυτον τα παντα αυτω η δοξα εις τους αιωνας αμην (aiōn )
“ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।” (aiōn )