< Προς Φιλιππησιους 4 >

1 ωστε αδελφοι μου αγαπητοι και επιποθητοι χαρα και στεφανος μου ουτως στηκετε εν κυριω αγαπητοι
ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ୱରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ।
2 {VAR1: ευωδιαν } {VAR2: ευοδιαν } παρακαλω και συντυχην παρακαλω το αυτο φρονειν εν κυριω
ପ୍ରଭୁଙ୍କଠାରେ ଏକମନା ହେବା ନିମନ୍ତେ ମୁଁ ଇୟଦିଆ ଓ ସୁନ୍ତୁଖୀ ଉଭୟଙ୍କୁ ଅନୁରୋଧ କରୁଅଛି।
3 και ερωτω και σε συζυγε γνησιε συλλαμβανου αυταις αιτινες εν τω ευαγγελιω συνηθλησαν μοι μετα και κλημεντος και των λοιπων συνεργων μου ων τα ονοματα εν βιβλω ζωης
ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି।
4 χαιρετε εν κυριω παντοτε παλιν ερω χαιρετε
ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।
5 το επιεικες υμων γνωσθητω πασιν ανθρωποις ο κυριος εγγυς
ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ।
6 μηδεν μεριμνατε αλλ εν παντι τη προσευχη και τη δεησει μετα ευχαριστιας τα αιτηματα υμων γνωριζεσθω προς τον θεον
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।
7 και η ειρηνη του θεου η υπερεχουσα παντα νουν φρουρησει τας καρδιας υμων και τα νοηματα υμων εν χριστω ιησου
ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।
8 το λοιπον αδελφοι οσα εστιν αληθη οσα σεμνα οσα δικαια οσα αγνα οσα προσφιλη οσα ευφημα ει τις αρετη και ει τις επαινος ταυτα λογιζεσθε
ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍‍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।
9 α και εμαθετε και παρελαβετε και ηκουσατε και ειδετε εν εμοι ταυτα πρασσετε και ο θεος της ειρηνης εσται μεθ υμων
ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼ ଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ବର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।
10 εχαρην δε εν κυριω μεγαλως οτι ηδη ποτε ανεθαλετε το υπερ εμου φρονειν εφ ω και εφρονειτε ηκαιρεισθε δε
ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା।
11 ουχ οτι καθ υστερησιν λεγω εγω γαρ εμαθον εν οις ειμι αυταρκης ειναι
ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି।
12 οιδα {VAR1: δε } {VAR2: και } ταπεινουσθαι οιδα και περισσευειν εν παντι και εν πασιν μεμυημαι και χορταζεσθαι και πειναν και περισσευειν και υστερεισθαι
ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବ ଅବସ୍ଥାରେ ଓ ସର୍ବ ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି।
13 παντα ισχυω εν τω ενδυναμουντι με χριστω
ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।
14 πλην καλως εποιησατε συγκοινωνησαντες μου τη θλιψει
ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ୱାରା ଭଲ କରିଅଛ।
15 οιδατε δε και υμεις φιλιππησιοι οτι εν αρχη του ευαγγελιου οτε εξηλθον απο μακεδονιας ουδεμια μοι εκκλησια εκοινωνησεν εις λογον δοσεως και ληψεως ει μη υμεις μονοι
ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ଡଳୀ ମୋହର ସହଭାଗୀ ହୋଇ ମୋʼ ସହିତ ଦେବା ନେବାର ହିସାବ ରଖି ନ ଥିଲେ।
16 οτι και εν θεσσαλονικη και απαξ και δις εις την χρειαν μοι επεμψατε
କାରଣ ମୁଁ ଥେସଲନୀକୀ ସହରରେ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ।
17 ουχ οτι επιζητω το δομα αλλ επιζητω τον καρπον τον πλεοναζοντα εις λογον υμων
ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ।
18 απεχω δε παντα και περισσευω πεπληρωμαι δεξαμενος παρα επαφροδιτου τα παρ υμων οσμην ευωδιας θυσιαν δεκτην ευαρεστον τω θεω
ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ବରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ।
19 ο δε θεος μου πληρωσει πασαν χρειαν υμων κατα τον πλουτον αυτου εν δοξη εν χριστω ιησου
ପୁଣି, ମୋହର ଈଶ୍ବର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ।
20 τω δε θεω και πατρι ημων η δοξα εις τους αιωνας των αιωνων αμην (aiōn g165)
ଆମ୍ଭମାନଙ୍କର ଈଶ୍ବର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ। ଆମେନ୍‍। (aiōn g165)
21 ασπασασθε παντα αγιον εν χριστω ιησου ασπαζονται υμας οι συν εμοι αδελφοι
ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ। ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
22 ασπαζονται υμας παντες οι αγιοι μαλιστα δε οι εκ της καισαρος οικιας
ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
23 η χαρις του κυριου ημων ιησου χριστου μετα παντων υμων αμην [προς φιλιππησιους εγραφη απο ρωμης δι επαφροδιτου]
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ।

< Προς Φιλιππησιους 4 >