< Προς Γαλατας 3 >

1 Ὦ ἀνόητοι Γαλάται, τίς ὑμᾶς ἐβάσκανεν; οἷς κατ᾽ ὀφθαλμοὺς Ἰησοῦς χριστὸς προεγράφη ἐσταυρωμένος;
ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା।
2 τοῦτο μόνον θέλω μαθεῖν ἀφ᾽ ὑμῶν, ἐξ ἔργων νόμου τὸ πνεῦμα ἐλάβετε, ἢ ἐξ ἀκοῆς πίστεως;
ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର କର୍ମ ହେତୁ ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ ପବିତ୍ର ଆତ୍ମା ପାଇଥିଲ?
3 οὕτως ἀνόητοί ἐστε; ἐναρξάμενοι πνεύματι νῦν σαρκὶ ἐπιτελεῖσθε;
ତୁମ୍ଭେମାନେ କଅଣ ଏପରି ନିର୍ବୋଧ? ପବିତ୍ର ଆତ୍ମାରେ ଆରମ୍ଭ କରି ତୁମ୍ଭେମାନେ କି ଏବେ ଶରୀରରେ ସିଦ୍ଧ ହେବାକୁ ଯାଉଅଛ?
4 τοσαῦτα ἐπάθετε εἰκῆ; εἴ γε καὶ εἰκῆ.
ତୁମ୍ଭେମାନେ କି ବ୍ୟର୍ଥରେ ଏତେ କ୍ଳେଶଭୋଗ କରିଅଛ? ତାହା କଅଣ ପ୍ରକୃତରେ ବୃଥା?
5 Ὁ οὖν ἐπιχορηγῶν ὑμῖν τὸ πνεῦμα καὶ ἐνεργῶν δυνάμεις ἐν ὑμῖν, ἐξ ἔργων νόμου ἢ ἐξ ἀκοῆς πίστεως;
ଅତଏବ, ଯେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ କରନ୍ତି?
6 καθὼς Ἀβραὰμ ἐπίστευσεν τῷ θεῷ, καὶ ἐλογίσθη αὐτῷ εἰς δικαιοσύνην.
ଯେପରି ଅବ୍ରହାମ ଈଶ୍ବରଙ୍କୁ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା।
7 γινώσκετε ἄρα ὅτι οἱ ἐκ πίστεως οὗτοι υἱοί εἰσιν Ἀβραάμ.
ଅତଏବ ଯେଉଁମାନେ ବିଶ୍ୱାସୀ, ସେମାନେ ଅବ୍ରହାମଙ୍କର ସନ୍ତାନ।
8 προϊδοῦσα δὲ ἡ γραφὴ ὅτι ἐκ πίστεως δικαιοῖ τὰ ἔθνη ὁ θεός, προευηγγελίσατο τῷ Ἀβραὰμ ὅτι Ἐνευλογηθήσονται ἐν σοὶ πάντα τὰ ἔθνη.
ଆଉ ଈଶ୍ବର ଅଣଯିହୁଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲେ, “ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।”
9 ὥστε οἱ ἐκ πίστεως εὐλογοῦνται σὺν τῷ πιστῷ Ἀβραάμ.
ଏଣୁ ଯେଉଁମାନେ ବିଶ୍ୱାସୀ, ସେମାନେ ବିଶ୍ୱାସର ପୁରୁଷ ଅବ୍ରହାମଙ୍କ ସହିତ ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି।
10 ὅσοι γὰρ ἐξ ἔργων νόμου εἰσίν, ὑπὸ κατάραν εἰσίν· γέγραπται γὰρ ὅτι Ἐπικατάρατος πᾶς ὃς οὐκ ἐμμένει πᾶσιν τοῖς γεγραμμένοις ἐν τῷ βιβλίῳ τοῦ νόμου, τοῦ ποιῆσαι αὐτά.
କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖାଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”
11 ὅτι δὲ ἐν νόμῳ οὐδεὶς δικαιοῦται παρὰ τῷ θεῷ δῆλον, ὅτι ὁ δίκαιος ἐκ πίστεως ζήσεται·
ମୋଶାଙ୍କ ବ୍ୟବସ୍ଥା ଦ୍ୱାରା କେହି ଯେ ଈଶ୍ବରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ପବିତ୍ର ଶାସ୍ତ୍ରରେ ସ୍ପଷ୍ଟ, “କାରଣ ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ।”
12 ὁ δὲ νόμος οὐκ ἔστιν ἐκ πίστεως, ἀλλὰ Ὁ ποιήσας αὐτὰ ζήσεται ἐν αὐτοῖς.
ଆଉ ବିଶ୍ୱାସ ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ନୁହେଁ; ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ଏହି, ଯେ ଏହିସବୁ ପାଳନ କରେ, ସେ ସେଥିରେ ବଞ୍ଚିବ।
13 χριστὸς ἡμᾶς ἐξηγόρασεν ἐκ τῆς κατάρας τοῦ νόμου, γενόμενος ὑπὲρ ἡμῶν κατάρα· ὅτι γέγραπται, Ἐπικατάρατος πᾶς ὁ κρεμάμενος ἐπὶ ξύλου·
ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅବ୍ରହାମଙ୍କର ଆଶୀର୍ବାଦ ଯେପରି ଅଣଯିହୁଦୀମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,
14 ἵνα εἰς τὰ ἔθνη ἡ εὐλογία τοῦ Ἀβραὰμ γένηται ἐν Ἰησοῦ χριστῷ ἵνα τὴν ἐπαγγελίαν τοῦ πνεύματος λάβωμεν διὰ τῆς πίστεως.
ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, ଯେ କେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ।
15 ἀδελφοί, κατὰ ἄνθρωπον λέγω. ὅμως ἀνθρώπου κεκυρωμένην διαθήκην οὐδεὶς ἀθετεῖ ἢ ἐπιδιατάσσεται.
ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଚୁକ୍ତି ମନୁଷ୍ୟ ଦ୍ୱାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରିପାରେ ନାହିଁ ବା ସେଥିରେ କିଛି ଯୋଗ କରିପାରେ ନାହିଁ।
16 τῷ δὲ Ἀβραὰμ ἐῤῥέθησαν αἱ ἐπαγγελίαι, καὶ τῷ σπέρματι αὐτοῦ· οὐ λέγει, Καὶ τοῖς σπέρμασιν, ὡς ἐπὶ πολλῶν, ἀλλὰ ὡς ἐφ᾽ ἑνός, Καὶ τῷ σπέρματί σου, ὅς ἐστιν χριστός.
ଅବ୍ରହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା। ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍‍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ।
17 τοῦτο δὲ λέγω, διαθήκην προκεκυρωμένην ὑπὸ τοῦ θεοῦ ὁ μετὰ τετρακόσια καὶ τριάκοντα ἔτη γεγονὼς νόμος οὐκ ἀκυροῖ, εἰς τὸ καταργῆσαι τὴν ἐπαγγελίαν.
ମୋହର ଭାବ ଏହି, ଯେଉଁ ନିୟମ ଈଶ୍ବରଙ୍କ କର୍ତ୍ତୃକ ପୂର୍ବରୁ ସ୍ଥିରୀକୃତ ହୋଇଥିଲା, ଚାରି ଶହ ତିରିଶ ବର୍ଷ ପରେ ଦିଆଯାଇଥିବା ମୋଶାଙ୍କ ବ୍ୟବସ୍ଥା ତାହା ବ୍ୟର୍ଥ କରେ ନାହିଁ, ଯେପରି ତଦ୍ୱାରା ପ୍ରତିଜ୍ଞା ନିଷ୍ଫଳ କରାଯାଏ।
18 εἰ γὰρ ἐκ νόμου ἡ κληρονομία, οὐκέτι ἐξ ἐπαγγελίας· τῷ δὲ Ἀβραὰμ δι᾽ ἐπαγγελίας κεχάρισται ὁ θεός·
କାରଣ ଅଧିକାର ଯଦି ମୋଶାଙ୍କ ବ୍ୟବସ୍ଥାମୂଳକ ହୁଏ, ତେବେ ତାହା ଆଉ ପ୍ରତିଜ୍ଞାମୂଳକ ନୁହେଁ; କିନ୍ତୁ ଈଶ୍ବର ପ୍ରତିଜ୍ଞା ଦ୍ୱାରା ଅବ୍ରହାମଙ୍କୁ ତାହା ଦାନ କରିଅଛନ୍ତି।
19 τί οὖν ὁ νόμος; τῶν παραβάσεων χάριν προσετέθη, ἄχρις οὗ ἔλθῃ τὸ σπέρμα ᾧ ἐπήγγελται, διαταγεὶς δι᾽ ἀγγέλων ἐν χειρὶ μεσίτου.
ତେବେ ମୋଶାଙ୍କ ବ୍ୟବସ୍ଥା କାହିଁକି ଦିଆଗଲା? ଯେଉଁ ସନ୍ତାନଙ୍କୁ ଲକ୍ଷ୍ୟ କରି ପ୍ରତିଜ୍ଞା କରାଯାଇଥିଲା, ତାହାଙ୍କ ନ ଆସିବା ପର୍ଯ୍ୟନ୍ତ ତାହା ଆଜ୍ଞାଲଙ୍ଘନ ହେତୁ ଯୋଗ କରାଗଲା, ପୁଣି, ତାହା ଦୂତମାନଙ୍କ ଦ୍ୱାରା ଜଣେ ମଧ୍ୟସ୍ଥଙ୍କ ହସ୍ତରେ ସ୍ଥାପିତ ହୋଇଥିଲା।
20 ὁ δὲ μεσίτης ἑνὸς οὐκ ἔστιν, ὁ δὲ θεὸς εἷς ἐστίν.
ମଧ୍ୟସ୍ଥ ଗୋଟିଏ ପକ୍ଷର ପ୍ରତିନିଧି ନୁହଁନ୍ତି, କିନ୍ତୁ ଈଶ୍ବର ଏକ।
21 ὁ οὖν νόμος κατὰ τῶν ἐπαγγελιῶν τοῦ θεοῦ; μὴ γένοιτο. εἰ γὰρ ἐδόθη νόμος ὁ δυνάμενος ζωοποιῆσαι, ὄντως ἐκ νόμου ἂν ἦν ἡ δικαιοσύνη·
ତେବେ ମୋଶାଙ୍କ ବ୍ୟବସ୍ଥା କି ଈଶ୍ବରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ମୋଶାଙ୍କ ବ୍ୟବସ୍ଥା ଦିଆଯାଇଥାଆନ୍ତା, ତେବେ ଧାର୍ମିକତା ପ୍ରକୃତରେ ମୋଶାଙ୍କ ବ୍ୟବସ୍ଥାମୂଳକ ହୁଅନ୍ତା।
22 ἀλλὰ συνέκλεισεν ἡ γραφὴ τὰ πάντα ὑπὸ ἁμαρτίαν, ἵνα ἡ ἐπαγγελία ἐκ πίστεως Ἰησοῦ χριστοῦ δοθῇ τοῖς πιστεύουσιν.
କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧୀନ ବୋଲି ଗଣନା କରିଅଛି।
23 πρὸ τοῦ δὲ ἐλθεῖν τὴν πίστιν ὑπὸ νόμον ἐφρουρούμεθα συγκλειόμενοι εἰς τὴν μέλλουσαν πίστιν ἀποκαλυφθῆναι.
ମାତ୍ର ସେହି ବିଶ୍ୱାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ୱାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ।
24 ὥστε ὁ νόμος παιδαγωγὸς ἡμῶν γέγονεν εἰς χριστόν, ἵνα ἐκ πίστεως δικαιωθῶμεν·
ଏହି ପ୍ରକାରେ ବିଶ୍ୱାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ମୋଶାଙ୍କ ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକ ସ୍ୱରୂପ ହୋଇଥିଲା।
25 ἐλθούσης δὲ τῆς πίστεως, οὐκέτι ὑπὸ παιδαγωγόν ἐσμεν.
କିନ୍ତୁ ଏବେ ସେହି ବିଶ୍ୱାସ ଉପସ୍ଥିତ ହେଲା ପରେ ଆମ୍ଭେମାନେ ଆଉ ସେହି ଶିକ୍ଷକର ଅଧୀନରେ ନାହୁଁ।
26 πάντες γὰρ υἱοὶ θεοῦ ἐστε διὰ τῆς πίστεως ἐν χριστῷ Ἰησοῦ·
କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଙ୍କର ସନ୍ତାନ ହୋଇଅଛ;
27 ὅσοι γὰρ εἰς χριστὸν ἐβαπτίσθητε, χριστὸν ἐνεδύσασθε.
ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ।
28 οὐκ ἔνι Ἰουδαῖος οὐδὲ Ἕλλην, οὐκ ἔνι δοῦλος οὐδὲ ἐλεύθερος, οὐκ ἔνι ἄρσεν καὶ θῆλυ· ἅπαντες γὰρ ὑμεῖς εἷς ἐστὲ ἐν χριστῷ Ἰησοῦ.
ଯିହୁଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।
29 εἰ δὲ ὑμεῖς χριστοῦ, ἄρα τοῦ Ἀβραὰμ σπέρμα ἐστέ, κατ᾽ ἐπαγγελίαν κληρονόμοι.
ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।

< Προς Γαλατας 3 >