< 2 Istwa 1 >
1 Alò Salomon, fis a David la te etabli li menm byen solid sou wayòm li an. SENYÈ a, Bondye li a, te avèk li e Li te egzalte li anpil.
ଏଥିଉତ୍ତାରେ ଦାଉଦଙ୍କର ପୁତ୍ର ଶଲୋମନ ଆପଣା ରାଜ୍ୟରେ ଦୃଢ଼ୀକୃତ ହେଲେ, ପୁଣି ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ହୋଇ ତାଙ୍କୁ ଅତିଶୟ ମହାନ କଲେ।
2 Salomon te pale a tout Israël, a kòmandan a dè milye yo e dè santèn yo, a jij yo e tout moun nan sila ki t ap dirije nan tout Israël yo, chèf lakay zansèt pa yo.
ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଓ ଶତପତିମାନଙ୍କୁ, ବିଚାରକର୍ତ୍ତୃଗଣକୁ ଓ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶର ପ୍ରଧାନ ପ୍ରତ୍ୟେକ ଅଧିପତିଙ୍କୁ ଆଜ୍ଞା ଦେଲେ।
3 Konsa, Salomon avèk tout asanble a avèk li menm te monte nan wo plas ki te Gabaon an; paske tant asanble a Bondye ke Moïse, sèvitè SENYÈ a, te fè nan dezè a, te la.
ତହୁଁ ଶଲୋମନ ଓ ତାଙ୍କ ସଙ୍ଗେ ସମଗ୍ର ସମାଜ ଗିବୀୟୋନ୍ସ୍ଥିତ ଉଚ୍ଚସ୍ଥଳୀକି ଗଲେ; କାରଣ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ପ୍ରାନ୍ତରରେ ନିର୍ମିତ ପରମେଶ୍ୱରଙ୍କ ସମାଗମ-ତମ୍ବୁ ସେଠାରେ ଥିଲା।
4 Sepandan, David te gen tan mennen fè monte lach Bondye a soti Kirjath-Jearim nan plas li te prepare pou li. Paske li te fè monte yon tant pou li Jérusalem.
ମାତ୍ର ଦାଉଦ କିରୀୟଥ୍-ଯିୟାରୀମ୍ଠାରୁ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ଆପଣାର ପ୍ରସ୍ତୁତ ସ୍ଥାନକୁ ତାହା ଆଣିଥିଲେ, କାରଣ ସେ ତହିଁ ନିମନ୍ତେ ଯିରୂଶାଲମରେ ଏକ ତମ୍ବୁ ସ୍ଥାପନ କରିଥିଲେ।
5 Alò, lotèl an bwonz ke Betsaleel, fis a Uri a, te fè a te la devan tabènak SENYÈ a, e Salomon avèk asanble a te chache jwenn li.
ଆଉ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ଯେଉଁ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କରିଥିଲା, ତାହା ସେଠାସ୍ଥିତ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ଥିଲା; ପୁଣି ଶଲୋମନ ଓ ସମାଜ ତହିଁ ନିକଟରେ ଅନ୍ୱେଷଣ କଲେ।
6 Salomon te monte la devan SENYÈ a kote lotèl an bwonz nan tant asanble a, e li te ofri yon mil ofrann brile sou li.
ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ବୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକୁ ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।
7 Nan lannwit, Bondye te parèt a Salomon. Li te di l: “Mande M sa pou M ta ba ou.”
ସେହି ରାତ୍ରି ପରମେଶ୍ୱର ଶଲୋମନଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭକୁ କʼଣ ଦେବା, ତାହା ମାଗ।”
8 Salomon te reponn a Bondye: “Ou te aji avèk papa m David avèk anpil lanmou dous, e Ou te fè m wa nan plas li.
ତହିଁରେ ଶଲୋମନ ପରମେଶ୍ୱରଙ୍କୁ କହିଲେ, “ତୁମ୍ଭେ ମୋʼ ପିତା ଦାଉଦଙ୍କ ପ୍ରତି ମହାଦୟା ପ୍ରକାଶ କରିଅଛ ଓ ତାଙ୍କର ପଦରେ ମୋତେ ରାଜା କରିଅଛ।
9 Koulye a, O SENYÈ Bondye, Sa Ou te pwomèt a papa m nan, David, akonpli. Paske Ou te fè m wa sou yon pèp ki gran an kantite tankou pousyè latè.
ଏବେ, ହେ ସଦାପ୍ରଭୋ ପରମେଶ୍ୱର, ମୋʼ ପିତା ଦାଉଦଙ୍କ ପ୍ରତି ତୁମ୍ଭର ପ୍ରତିଜ୍ଞା ସ୍ଥିରୀକୃତ ହେଉ; କାରଣ ତୁମ୍ଭେ ପୃଥିବୀର ଧୂଳି ତୁଲ୍ୟ ବହୁସଂଖ୍ୟକ ଏକ ଗୋଷ୍ଠୀ ଉପରେ ମୋତେ ରାଜା କରିଅଛ।
10 Koulye a, ban mwen sajès avèk konesans, pou m kab antre sòti devan pèp sa a, paske se kilès ki kab gouvène gran pèp Ou sa a?”
ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ ତୁମ୍ଭର ଏହି ଗୋଷ୍ଠୀକୁ କିଏ ବିଚାର କରି ପାରିବ?”
11 Bondye te di a Salomon: “Akoz ou te gen sa nan tèt ou e ou pa t mande richès, ni byen, ni lonè, ni lavi a sila ki rayi ou yo, ni ou pa t menm mande pou yon vi long, men ou te mande pou kont ou sajès pou ou ta kab gouvène pèp Mwen an, sou sila Mwen te fè ou wa a,
ତହିଁରେ ପରମେଶ୍ୱର ଶଲୋମନଙ୍କୁ କହିଲେ, “ତୁମ୍ଭେ ଧନ, ସମ୍ପତ୍ତି, କି ସମ୍ଭ୍ରମ, କିଅବା ତୁମ୍ଭ ଘୃଣାକାରୀମାନଙ୍କ ପ୍ରାଣ, ଅଥବା ଦୀର୍ଘାୟୁ ହିଁ ମାଗି ନାହଁ; ମାତ୍ର ଆମ୍ଭେ ଆପଣାର ଯେଉଁ ଲୋକମାନଙ୍କ ଉପରେ ତୁମ୍ଭକୁ ରାଜା କରିଅଛୁ, ସେମାନଙ୍କ ବିଚାର କରିବା ନିମନ୍ତେ ଆପଣା ପାଇଁ ଜ୍ଞାନ ବୁଦ୍ଧି ମାଗିଅଛ;
12 sajès avèk konesans gen tan bay a ou menm. Epi Mwen va ba ou richès avèk byen, avèk lonè, tankou okenn nan wa avan ou yo pa t janmen genyen, ni sila ki va swiv ou yo.”
ଏଣୁ ଏହି କଥା ତୁମ୍ଭର ହୃଦ୍ଗତ ହେବାରୁ ଜ୍ଞାନ ଓ ବୁଦ୍ଧି ତୁମ୍ଭକୁ ଦତ୍ତ ହେଲା; ପୁଣି ଆମ୍ଭେ ତୁମ୍ଭକୁ ଏପରି ଧନ ଓ ସମ୍ପତ୍ତି ଓ ସମ୍ଭ୍ରମ ଦେବା ଯେ, ତୁମ୍ଭର ପୂର୍ବବର୍ତ୍ତୀ ରାଜାମାନଙ୍କ ମଧ୍ୟରୁ କେହି ସେପରି ପାଇ ନାହିଁ, କି ତୁମ୍ଭ ଉତ୍ତାରେ ଆଉ କେହି ସେପରି ପାଇବ ନାହିଁ।”
13 Konsa, Salomon te sòti nan kote wo ki te Gabaon an, li te soti nan tant asanble a, pou rive Jérusalem; e li te renye sou tout Israël.
ତହୁଁ ଶଲୋମନ ଗିବୀୟୋନ୍ସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ଓ ସମାଗମ-ତମ୍ବୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ।
14 Salomon te vin gen cha avèk chevalye. Li te gen mil-kat-san cha avèk douz-mil chevalye e li te estasyone yo nan vil cha yo epi ak wa a nan Jérusalem.
ଏଉତ୍ତାରେ ଶଲୋମନ ରଥ ଓ ଅଶ୍ୱାରୋହୀମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରି ଶହ ରଥ ଓ ବାର ହଜାର ଅଶ୍ୱାରୋହୀ ଥିଲେ; ସେମାନଙ୍କୁ ସେ ରଥ-ନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ।
15 Wa a te fè ajan avèk lò vin an kantite Jérusalem, menm jan avèk wòch, e li te fè bwa sèd vin anpil tankou bwa sikomò nan ba plèn nan.
ପୁଣି ରାଜା ଯିରୂଶାଲମରେ ରୂପା ଓ ସୁନାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ।
16 Cheval Salomon yo te enpòte soti an Égypte ak Kue. Komèsan a wa yo te achte yo nan Kue.
ଆଉ ଶଲୋମନଙ୍କର ଅଶ୍ୱସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ।
17 Yo te enpòte cha yo soti an Égypte pou sis-san sik ajan chak, cheval yo pou san-senkant chak, e pa menm mwayen an, yo te fè distribisyon a tout wa Etyen yo avèk wa Siryen yo.
ଆଉ ମିସରରୁ କ୍ରୀତ ଓ ଆନୀତ ଏକ ଏକ ରଥର ମୂଲ୍ୟ ଛଅ ଶହ ଶେକଲ ରୌପ୍ୟ ମୁଦ୍ରା ଓ ଏକ ଏକ ଅଶ୍ୱର ମୂଲ୍ୟ ଏକ ଶହ ପଚାଶ ଶେକଲ ରୌପ୍ୟ ମୁଦ୍ରା ଥିଲା; ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେହି ସବୁ ଅଣାଯିବାର ରୀତି ଥିଲା।