< Deteronòm 34 >
1 Alò, Moïse te monte soti plèn Moab pou rive nan Mòn Nebo, jis rive nan pwent Pisga ki anfas Jéricho a. Epi SENYÈ a te montre li tout peyi Galaad la jis rive Dan,
ଏଥିଉତ୍ତାରେ ମୋଶା ମୋୟାବ ପଦାରୁ ନବୋ ପର୍ବତକୁ, ଅର୍ଥାତ୍, ଯିରୀହୋ ସମ୍ମୁଖସ୍ଥିତ ପିସ୍ଗା ଶୃଙ୍ଗ ଆରୋହଣ କଲେ। ତହିଁରେ ସଦାପ୍ରଭୁ ଗିଲୀୟଦଠାରୁ ଦାନ୍ ପର୍ଯ୍ୟନ୍ତ ସବୁ ଦେଶ;
2 epi tout Nephtali avèk peyi Ephraïm ak Manassé ak tout peyi Juda jiska lanmè lwès la,
ପୁଣି, ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ନପ୍ତାଲି ଓ ଇଫ୍ରୟିମ ଓ ମନଃଶି ଓ ଯିହୁଦାର ସମସ୍ତ ଦେଶ;
3 epi Negev avèk plèn nan vale a Jéricho, lavil pye palmis yo, jis rive Tsoar.
ଆଉ ସୋୟର ପର୍ଯ୍ୟନ୍ତ ଦକ୍ଷିଣ ଦେଶ ଓ ଖର୍ଜ୍ଜୁରପୁର-ଯିରୀହୋ ଦେଶସ୍ଥ ଉପତ୍ୟକାର ପଦା ଦେଖାଇଲେ।
4 Alò, SENYÈ a te di li: “Sa se peyi a ke Mwen te sèmante a Abraham, Isaac, ak Jacob la, e Mwen te di: ‘Mwen va bay li a desandan nou yo’. Mwen te kite ou wè li avèk zye ou, men ou p ap rive ale la.”
ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଯେଉଁ ଦେଶ ବିଷୟରେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରି କହିଥିଲୁ, ସେହି ଦେଶ ଏହି; ଆମ୍ଭେ ତାହା ତୁମ୍ଭକୁ ସ୍ୱଚକ୍ଷୁରେ ଦେଖାଇଲୁ, ମାତ୍ର ତୁମ୍ଭେ ପାର ହୋଇ ସେଠାକୁ ଯିବ ନାହିଁ।”
5 Konsa, Moïse, sèvitè Bondye a, te mouri la nan peyi Moab, selon pawòl a SENYÈ a.
ତହୁଁ ସଦାପ୍ରଭୁଙ୍କ ସେବକ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେହି ସ୍ଥାନରେ ମୋୟାବ ଦେଶରେ ମଲେ।
6 Li te antere li nan vale a nan peyi Moab, anfas Beth-Peor, men okenn moun pa konnen plas antèman li, jis jodi a.
ପୁଣି, ସେ ମୋୟାବ ଦେଶରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାଙ୍କୁ କବର ଦେଲେ; ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କର କବର ସ୍ଥାନ କେହି ଜାଣେ ନାହିଁ।
7 Moïse te nan laj san-ventan lè li te mouri an. Zye li pa t fèb, ni fòs li pa t vin febli.
ମରଣକାଳରେ ମୋଶାଙ୍କୁ ଏକ ଶହ କୋଡ଼ିଏ ବର୍ଷ ବୟସ ହୋଇଥିଲା; ତାଙ୍କର ଚକ୍ଷୁ ଧନ୍ଦଳା ହୋଇ ନ ଥିଲା କିଅବା ତାଙ୍କର ସ୍ୱାଭାବିକ ବଳ ହ୍ରାସ ପାଇ ନ ଥିଲା।
8 Konsa, fis Israël yo te kriye pou Moïse nan plèn Moab yo pandan trant jou jis lè jou kriye avèk doulè pou Moïse te vin fini.
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋୟାବ-ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା।
9 Alò, Josué, fis a Nun nan, te ranpli avèk lespri sajès la, paske Moïse te poze men l sou li. Pou sa, fis Israël yo te koute li e te fè jan SENYÈ a te kòmande Moïse la.
ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ।
10 Depi nan tan sa a, okenn lòt pwofèt pa t vin leve an Israël tankou Moïse, ke SENYÈ a te konnen fasafas,
ମାତ୍ର ସଦାପ୍ରଭୁ ଯାହା ସଙ୍ଗେ ମୁଖାମୁଖି ଆଳାପ କରିଥିଲେ
11 pou tout sign avèk mèvèy ke SENYÈ a te voye li fè nan peyi Égypte la kont Farawon, tout sèvitè li yo avèk tout teritwa li a,
ଓ ଯାହାଙ୍କୁ ସଦାପ୍ରଭୁ ମିସର ଦେଶରେ ଫାରୋ ପ୍ରତି ଓ ତାଙ୍କର ସମସ୍ତ ଦାସ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯାହା କରିବା ପାଇଁ ପଠାଇଥିଲେ, ସେହି ସବୁ ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବିଷୟରେ,
12 epi pou tout gran pouvwa ak tout gran laperèz ke Moïse te montre devan zye a tout Israël.
ପୁଣି, ମୋଶା ସମସ୍ତ ବାହୁ ବଳ ଏବଂ ଯେଉଁସବୁ ଭୟାନକ କର୍ମ ସମଗ୍ର ଇସ୍ରାଏଲ ଦୃଷ୍ଟିରେ କରିଥିଲେ, ସେହି ସବୁ ତୁଳନାରେ ମୋଶାଙ୍କ ସଦୃଶ ଆଉ କୌଣସି ଭବିଷ୍ୟଦ୍ବକ୍ତା ସେହି ଦିନଠାରୁ ଇସ୍ରାଏଲ ମଧ୍ୟରେ ଉତ୍ପନ୍ନ ହୋଇ ନାହାନ୍ତି।