< Ebre 13 >

1 Kite lanmou pou frè yo kontinye.
ବିଶ୍ୱାସୀମାନଙ୍କ ମଧ୍ୟରେ ପ୍ରେମ ସ୍ଥିର ହୋଇ ରହିଥାଉ।
2 Pa neglije byen resevwa etranje yo, paske pa fason sa a, kèk nan nou bay lojman menm a zanj, san nou pa konnen.
ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି।
3 Sonje prizonye yo, kòmsi nou ta nan prizon avèk yo, e sila ki maltrete yo, akoz ke nou menm, nou osi nan kò a.
ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ୱରୂପେ ଜ୍ଞାନ କରି ପୁଣି, ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର।
4 Maryaj dwe kenbe ak gwo respè pami tout moun, e kabann maryaj la dwe rete san souye; paske Bondye ap jije fònikatè ak adiltè yo.
ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।
5 Fè si ke karaktè nou lib de lanmou lajan, e nou rete kontan avèk sa ke nou genyen, paske Li menm te di: “Mwen p ap janm kite nou, ni abandone nou,”
ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”
6 pou nou di avèk konfyans: “Senyè a se soutyen mwen. Mwen p ap pè. Sa lòm ka fè m?”
ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, “ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ। ମନୁଷ୍ୟ ମୋହର କଅଣ କରିବ?”
7 Sonje sila ki te dirije nou yo, ki te pale pawòl Bondye ak nou. Konsidere rezilta a zèv pa yo, e imite lafwa yo.
ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ।
8 Jésus Kri se menm lan ayè, jodi a, e pou tout tan. (aiōn g165)
ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି। (aiōn g165)
9 Pa vin pote ale pa doktrin varye e dwòl, paske li bon pou kè a ranfòse pa lagras, men pa ak kalite manje ki pa t bay benefis a sila ki te swiv yo.
ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ।
10 Nou gen yon lotèl kote sila ki fè sèvis nan tabènak yo pa gen dwa manje.
ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି।
11 Paske kò a bèt sila yo ki gen san yo, ke Wo Prèt la pote nan lye sen an kòm yon ofrann pou peche yo, dwe brile deyò kan an.
କାରଣ ଯେଉଁ ସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ୱରୂପେ ମହାଯାଜକଙ୍କ ଦ୍ୱାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହିସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ।
12 Menm jan an, Jésus osi, pou Li te kapab sanktifye pèp la ak pwòp san Li, te soufri deyò pòtay la.
ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ।
13 Donk, annou ale jwenn Li deyò kan an pou pote repwòch Li yo.
ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ।
14 Paske isit la, nou pa gen yon vil k ap dire, men n ap chache vil ki gen pou vini an.
କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭବିଷ୍ୟତରେ ଚିରସ୍ଥାୟୀ ନଗରର ଅନ୍ୱେଷଣ କରୁଅଛୁ।
15 Alò, atravè Li menm, annou ofri yon sakrifis lwanj pou Bondye san rete, ki se fwi a lèv ki bay remèsiman a non Li yo.
ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍‍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।
16 Epi pa neglije fè sa ki bon e pataje youn avèk lòt. Paske nan sakrifis konsa yo, Bondye pran plezi.
ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ବରଙ୍କର ପରମ ସନ୍ତୋଷ।
17 Obeyi lidè nou yo e soumèt nou a yo. Paske yo kontinye ap gade sou nanm nou, kòm sila ki oblije rann kont. Kite yo fè sa avèk jwa, olye chagren, paske sa pa t ap gen pwofi pou nou.
ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରିପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।
18 Priye pou nou, paske nou asire ke nou gen yon bon konsyans, nan dezire kondwi tèt nou avèk lonè nan tout bagay.
ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।
19 Mwen ankouraje nou menm plis pou fè sa pou mwen kapab vin restore a nou menm pi vit menm.
ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇପାରିବି, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି।
20 Koulye a, ke Bondye lapè a, ki te fè leve nan lanmò a gran Pastè a brebi yo pa san akò etènèl la, menm Jésus, Senyè nou an, (aiōnios g166)
ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ; (aiōnios g166)
21 ekipe nou nan tout bon zèv, pou fè volonte Li, nan travay nan nou sa k ap fè plezi devan zye Li, nan Jésus Kri, a Li menm, laglwa pou tout tan e pou tout tan. Amen. (aiōn g165)
ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍। (aiōn g165)
22 Men mwen ankouraje nou frè m yo, pou sipòte pawòl egzòtasyon sila a, paske mwen ekri nou brèvman.
ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି।
23 Byen aprann ke frè nou Timothée lage, e mwen va wè nou avèk li menm, si li vini vit.
ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇ ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଆସିବି।
24 Salye tout lidè nou yo ak tout sen yo. Sila an Italie yo salye nou.
ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ। ଯେଉଁମାନେ ଇତାଲିଆ ଦେଶରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
25 Ke lagras rete avèk nou tout.
ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।

< Ebre 13 >