< Jak 2 >
1 Frè m yo, pa kenbe lafwa nou nan Senyè laglwa nou an, Jésus Kri avèk patipri.
ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ।
2 Paske si yon moun vini nan asanble nou an avèk yon bag ki fèt an lò, abiye ak bèl rad, e la tou, gen yon pòv ak rad sal,
କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି, ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ,
3 epi nou prete atansyon espesyal a sila ki byen abiye a, e nou di l: “Ou mèt chita la nan yon bon plas”, epi nou di a pòv la: “Chita laba”, oubyen: “Chita bò pye m nan”,
ଆଉ, ତୁମ୍ଭେମାନେ ଚାକଚକ୍ୟ ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା କରି କୁହ, ଏଠାରେ ଉତ୍ତମ ସ୍ଥାନରେ ବସନ୍ତୁ, ଆଉ ଦରିଦ୍ର ଲୋକକୁ କୁହ, ସେଠାରେ ଠିଆ ହୁଅ,
4 Èske nou pa fè yon distenksyon pami nou menm, e nou vin jij avèk move lentansyon?
କିମ୍ବା ମୋହର ଗୋଡ଼ ତଳେ ବସ, ତାହାହେଲେ ତୁମ୍ଭେମାନେ କଅଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ?
5 Koute, frè byeneme m yo, èske Bondye pa t chwazi pòv a mond sa a pou vin rich nan lafwa, e eritye a wayòm ke Li te pwomèt a sila ki renmen Li yo?
ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?
6 Men nou te dezonore moun pòv la. Èske se pa rich yo ki oprime nou e mennen nou tout nan tribinal.
କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ। ଧନୀମାନେ କଅଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାର-ସ୍ଥାନକୁ ଟାଣିନିଅନ୍ତି ନାହିଁ?
7 Èske yo pa blasfeme bèl non pa sila nou te resevwa apèl la?
ଯେଉଁ ମହତ ନାମରେ ତୁମ୍ଭେମାନେ ଖ୍ୟାତ ସେମାନେ କଅଣ ସେହି ନାମର ନିନ୍ଦା କରନ୍ତି ନାହିଁ?
8 Men, si nou ap akonpli lalwa wayal la selon Lekriti a: “Nou dwe renmen vwazen nou, tankou tèt nou,” nou ap fè byen.
ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,
9 Men si nou montre patipri, nou ap fè peche e gen tan vin koupab devan lalwa kòm transgresè.
ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ।
10 Paske sila ki kenbe tout lalwa a, malgre sa, li tonbe nan yon sèl, li vin koupab de tout.
କାରଣ ଯେ କେହି ସମସ୍ତ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ।
11 Paske, Sila a ki te di: “Pa fè adiltè” a, Li te di tou: “Pa touye moun”. Alò, si nou pa fè adiltè, men nou touye moun, nou gen tan vin yon transgresè lalwa.
ଯେଣୁ ଯେ ବ୍ୟଭିଚାର କର ନାହିଁ ବୋଲି କହିଥିଲେ, ସେ ନରହତ୍ୟା କର ନାହିଁ ବୋଲି ମଧ୍ୟ କହିଥିଲେ, ଏଣୁ ତୁମ୍ଭେ ଯଦି ବ୍ୟଭିଚାର ନ କରି ନରହତ୍ୟା କର, ତେବେ ବ୍ୟବସ୍ଥା ଲଙ୍ଘନକାରୀ ହୋଇଅଛ।
12 Konsa, pale e aji kòm sila ki va jije pa lalwa libète a.
ସ୍ୱାଧୀନତାର ବ୍ୟବସ୍ଥା ଦ୍ୱାରା ଯେ ତୁମ୍ଭେମାନେ ବିଚାରିତ ହେବ, ଏହା ଜାଣି ସେହି ପ୍ରକାର କଥା କୁହ ଓ କାର୍ଯ୍ୟ କର।
13 Paske jijman va san mizerikòd pou sila ki pa montre mizerikòd la, paske mizerikòd triyonfe sou jijman.
କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।
14 Kisa sa sèvi, frè m yo, si yon moun di ke li gen lafwa, men li pa gen zèv? Èske lafwa sa a kapab sove li?
ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ? ଏପରି ବିଶ୍ୱାସ କଅଣ ତାହାର ପରିତ୍ରାଣ କରିପାରେ?
15 Si yon frè oubyen yon sè san rad, e nan bezwen manje chak jou,
ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ,
16 epi youn nan nou di yo: “Ale anpè; chofe kò nou e plen vant nou,” men malgre sa, nou pa bay yo sa ke yo bezwen pou kò yo, kisa sa sèvi?
ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ?
17 Menm jan an lafwa, si li pa gen zèv, li mouri pou kont li.
ସେହିପରି ମଧ୍ୟ ବିଶ୍ୱାସ, କର୍ମ ବିନା ନିଜେ ମୃତ।
18 Konsa, yon moun ka byen di: “Ou gen lafwa e mwen gen zèv. Montre m lafwa ou a san zèv, e mwen va montre ou lafwa pa m nan pa zèv.”
କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ୱାସ ଅଛି, ପୁଣି, ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ୱାରା ତୁମ୍ଭକୁ ମୋହର ବିଶ୍ୱାସ ଦେଖାଇବି।
19 Ou kwè ke Bondye se yon sèl. Ou fè byen. Demon yo kwè tou, e yo tranble.
ଈଶ୍ବର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ୱାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି।
20 Men èske ou dakò pou rekonèt, o moun ensanse, ke lafwa san zèv vin initil?
କିନ୍ତୁ ହେ ନିର୍ବୋଧ ମନୁଷ୍ୟ, କର୍ମ ବିନା ବିଶ୍ୱାସ ଯେ ନିଷ୍ଫଳ, ଏହା କଅଣ ଜାଣିବାକୁ ଇଚ୍ଛା କରୁଅଛ?
21 Èske Abraham, zansèt nou an, pa t jistifye pa zèv lè li te ofri Isaac, fis li a, sou lotèl la?
ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍ହାକଙ୍କୁ ଉତ୍ସର୍ଗ କରିବା ବେଳେ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହୋଇ ନ ଥିଲେ?
22 Nou wè ke lafwa t ap travay avèk zèv li yo, e kòm rezilta a, zèv lafwa li a te vin pafè.
ତୁମ୍ଭେ ଦେଖୁଅଛ ଯେ, ବିଶ୍ୱାସ ତାହାଙ୍କ କର୍ମର ସହକାରୀ ଥିଲା, ଆଉ କର୍ମ ଦ୍ୱାରା ବିଶ୍ୱାସ ସିଦ୍ଧ ହେଲା;
23 Konsa, Lekriti a te akonpli sa ki di: “Abraham te kwè Bondye, e sa te konte pou li kòm ladwati,” e li te rele zanmi a Bondye a.
ସେଥିରେ ଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ଅବ୍ରହାମ ଈଶ୍ବରଙ୍କଠାରେ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା, ପୁଣି, ସେ ଈଶ୍ବରଙ୍କ ମିତ୍ର ବୋଲି ଖ୍ୟାତ ହେଲେ।
24 Menmjan nou wè ke yon nonm jistifye pa zèv, e non sèlman pa lafwa a.
କେବଳ ବିଶ୍ୱାସ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କର୍ମ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ତୁମ୍ଭେମାନେ ଦେଖୁଅଛ।
25 Paske menm jan èske Rahab, fanm movèz vi a, p at jistifye pa zèv lè l te resevwa mesajè yo epi te voye yo ale pa yon lòt chemen an?
ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ?
26 Paske menm jan ke kò san lespri a mouri deja, menm jan an tou lafwa san zèv deja mouri.
କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ।