< Jeremi 44 >

1 Pawòl ki te rive kote Jérémie pou tout Jwif ki te rete nan peyi Égypte yo, sila ki te rete nan Migdol yo, Tachpanès Noph ak nan peyi a Pathros yo. Li te di:
ଯେଉଁ ଯିହୁଦୀୟମାନେ ମିସର ଦେଶରେ ବାସ କଲେ, ଯେଉଁମାନେ ମିଗ୍‍ଦୋଲରେ ଓ ତଫନ୍‍ହେଷରରେ ଓ ନୋଫରେ ଓ ପଥ୍ରୋଷ ପ୍ରଦେଶରେ ବାସ କଲେ, ସେସମସ୍ତଙ୍କ ବିଷୟରେ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତାହା ଏହି, ଯଥା,
2 “Konsa pale SENYÈ dèzame yo, Bondye Israël la: ‘Nou menm, nou te wè tout malè ke M te mennen sou Jérusalem ak tout vil Juda yo. Gade byen, nan jou sa a, yo fin kraze nèt e pèsòn pa rete nan yo,
“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ, ତାହା ତୁମ୍ଭେମାନେ ଦେଖିଅଛ; ଆଉ ଦେଖ, ସେସବୁ ଆଜି ଉତ୍ସନ୍ନ ସ୍ଥାନ ହୋଇ ରହିଅଛି, ସେଠାରେ କୌଣସି ମନୁଷ୍ୟ ବାସ କରେ ନାହିଁ;
3 akoz mechanste ke yo te fè pou pwovoke M a lakòlè, akoz yo te kontinye brile sakrifis pou sèvi lòt dye ke yo pa t konnen, ni yo, ni nou menm, ni zansèt nou yo.
କାରଣ ସେମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ଦୁଷ୍ଟତା କଲେ, ଅର୍ଥାତ୍‍, ସେମାନେ ଆପଣାମାନଙ୍କର ଓ ତୁମ୍ଭମାନଙ୍କର, ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାକୁ ଓ ସେମାନଙ୍କର ସେବା କରିବାକୁ ଗଲେ।
4 Malgre sa, Mwen te voye bannou tout sèvitè mwen yo, pwofèt yo, ankò e ankò e Mwen te di: “Ah, pa fè bagay abominab sila ke m menm rayi a.”
ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ।
5 Men yo pa t koute, ni panche zòrèy yo pou kite mechanste yo, pou yo pa brile sakrifis a lòt dye yo.
ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା ଆପଣା ଆପଣା ଦୁଷ୍ଟତାରୁ ଫେରିବା ପାଇଁ, ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଆଉ ଧୂପ ନ ଜ୍ୱଳାଇବା ପାଇଁ କର୍ଣ୍ଣପାତ କଲେ ନାହିଁ।
6 Akoz sa, kòlè Mwen ak mekontantman Mwen te vide e te brile nan vil Juda yo ak nan ri a Jérusalem yo, jiskaske yo vin detwi nèt e vin yon dezolasyon jis rive jodi a.’
ଏହେତୁ ଆମ୍ଭର ପ୍ରଚଣ୍ଡ କୋପ ଓ କ୍ରୋଧ ଢଳାଗଲା ଓ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତାହା ପ୍ରଜ୍ୱଳିତ ହେଲା, ପୁଣି ଆଜିର ସଦୃଶ୍ୟ ସେସବୁ ଉତ୍ସନ୍ନ ଓ ଧ୍ୱଂସିତ ହୋଇଅଛି।
7 “Alò, konsa pale SENYÈ a, Bondye Israël la: ‘Poukisa n ap fè gwo mal sa a nou menm, pou nou ta koupe retire nèt de nou menm, gason, fanm, pitit, ak tibebe, pou kite tèt nou san retay.
ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;
8 Epi pwovoke M a lakòlè avèk zèv men nou, brile sakrifis a lòt dye nan peyi Égypte yo, kote nou ap antre pou rezide, pou nou kab vin koupe retire nèt e devni yon madichon ak yon repwòch pami tout nasyon sou latè yo?
ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏହି ସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଅଭିଶାପ ଓ ନିନ୍ଦାର ପାତ୍ର ହେବ।
9 Èske nou fin bliye mechanste a papa zansèt nou yo, mechanste a wa a Juda yo, mechanste a madanm yo, pwòp mechanste pa nou, mechanste a madanm pa nou yo, ke yo te komèt nan peyi Juda a ak nan ri Jérusalem yo.
ଯିହୁଦା ଦେଶରେ ଓ ଯିରୂଶାଲମର ସମସ୍ତ ପଥରେ କୃତ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କର ଦୁଷ୍କ୍ରିୟା ଓ ଯିହୁଦା-ରାଜାଗଣର ଦୁଷ୍କ୍ରିୟା ଓ ସେମାନଙ୍କ ଭାର୍ଯ୍ୟାଗଣର ଦୁଷ୍କ୍ରିୟା, ଆଉ ତୁମ୍ଭମାନଙ୍କର ନିଜର ଦୁଷ୍କ୍ରିୟା ଓ ତୁମ୍ଭମାନଙ୍କର ଭାର୍ଯ୍ୟାଗଣର ଦୁଷ୍କ୍ରିୟା କି ତୁମ୍ଭେମାନେ ପାସୋରିଅଛ?
10 Men yo pa t repanti, menm jis rive jodi a, ni yo pa t gen lakrent, ni mache nan lalwa Mwen, ni règleman ke M te mete devan nou yo ak devan papa zansèt nou yo.’
ସେମାନେ ଆଜି ପର୍ଯ୍ୟନ୍ତ ଚୂର୍ଣ୍ଣମନା ହୋଇ ନାହାନ୍ତି, କିଅବା ସେମାନେ ଭୟ କରି ନାହାନ୍ତି, ଅଥବା ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ଓ ବିଧି ସ୍ଥାପନ କଲୁ, ତଦନୁସାରେ ଆଚରଣ କରି ନାହାନ୍ତି।
11 “Pou sa, konsa pale SENYÈ dèzame yo, Bondye Israël la: ‘Gade byen, Mwen ap fikse fas Mwen kont nou pou malè, menm pou koupe retire tout Juda.
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ କରିବା ପାଇଁ, ସମୁଦାୟ ଯିହୁଦାକୁ ହିଁ ଉଚ୍ଛିନ୍ନ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା।
12 Epi Mwen va retire retay Juda ki te fikse panse yo sou antre nan peyi Égypte pou abite la, e yo va tout twouve move desten pa yo. La, nan peyi Égypte, yo va tonbe pa nepe e rankontre desten yo nan gwo grangou. Yo va devni yon madichon, yon objè degoutan, yon anatèm ak yon repwòch.
ପୁଣି, ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିସର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଉତ୍ସୁକ ଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା ଓ ସେସମସ୍ତେ ଲୁପ୍ତ ହେବେ; ମିସର ଦେଶରେ ସେମାନେ ପତିତ ହେବେ; ଖଡ୍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ଖଡ୍ଗ ଓ ଦୁର୍ଭିକ୍ଷରେ ମରିବେ; ଆଉ, ସେମାନେ ଅଭିଶାପ, ବିସ୍ମୟ ଓ ନିନ୍ଦାର ପାତ୍ର ହେବେ।
13 Epi Mwen va pini sila ki rete an peyi Égypte, kon mwen te pini Jérusalem, ak nepe a, ak grangou, ak bèt ki ravaje chan e ak epidemi.
କାରଣ ଆମ୍ଭେ ଯେପରି ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଯିରୂଶାଲମକୁ ଦଣ୍ଡ ଦେଇଅଛୁ, ତଦ୍ରୂପ ମିସର ଦେଶରେ ବାସକାରୀମାନଙ୍କୁ ଦଣ୍ଡ ଦେବା;
14 Konsa, p ap gen moun ki chape, ni ki retounen nan retay Juda ki te antre nan peyi Égypte pou rezide la ak entansyon pou retounen nan peyi Juda, kote yo gen anvi retounen viv la. Paske okenn moun p ap retounen sof ke kèk grenn ki chape.’”
ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରିଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରିଯିବେ ନାହିଁ।”
15 Epi tout sila ki te konnen ke madanm yo t ap brile sakrifis a lòt dye yo, ansanm ak tout fanm ki te kanpe la yo, yon gwo asanble, menm ak tout moun ki te rete Pathros nan peyi Égypte la, te reponn a Jérémie. Yo te di:
ସେତେବେଳେ ଯେଉଁମାନେ, ଆପଣା ସ୍ତ୍ରୀମାନେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାନ୍ତି ବୋଲି ଜାଣିଲେ, ସେମାନେ ଓ ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନଙ୍କର ମହାସମାଜ, ଅର୍ଥାତ୍‍, ମିସରର ପଥ୍ରୋଷ ପ୍ରଦେଶରେ ବାସକାରୀ ସମସ୍ତ ଲୋକ ଯିରିମୀୟଙ୍କୁ ଉତ୍ତର ଦେଇ କହିଲେ,
16 “Pou mesaj ke ou te pale nou nan non SENYÈ a, nou p ap koute ou!
“ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ।
17 Men pito, nou va akonpli tout pawòl ki te sòti nan bouch pa nou, lè n ap brile sakrifis a rèn syèl la, e vide bwason devan l, menm jan ke nou menm, ak papa zansèt nou yo, wa nou yo, ak prèt nou yo te konn fè nan vil Juda yo ak nan ri a Jérusalem yo. Paske nan lè sa a, nou te gen kont manje, nou te byen alèz e nou pa t konn soufri malè.
ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍‍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।
18 Men depi lè nou te sispann brile sakrifis a rèn syèl la ak vide bwason devan l, nou te vin manke tout bagay, e nou te vin anile pa nepe ak gwo grangou.”
ମାତ୍ର ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାର ଓ ପେୟ-ନୈବେଦ୍ୟ ଢାଳିବାର ଛାଡ଼ିଦେବା ସମୟଠାରୁ ଆମ୍ଭମାନଙ୍କର ସବୁ ବିଷୟରେ ଅଭାବ ହୋଇଅଛି ଓ ଆମ୍ଭେମାନେ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହୋଇଅଛୁ।”
19 Fanm yo te pale: “Lè nou t ap brile sakrifis a rèn syèl la, e nou t ap vide ofrann bwason a li menm, èske se te san mari nou ke nou te fè pou li gato sakrifis nan imaj li e te vide ofrann bwason a li menm?”
ପୁଣି, “ଆମ୍ଭେମାନେ ଯେଉଁ ସମୟରେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲୁ ଓ ପେୟ-ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ୱାମୀର ଅନୁମତି ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲୁ?”
20 Epi Jérémie te di a tout pèp la, a mesye yo ak fanm yo—menm a tout pèp ki t ap reponn li konsa yo—e li te di:
ତହିଁରେ ଯିରିମୀୟ ସମସ୍ତ ଲୋକଙ୍କୁ, ଅର୍ଥାତ୍‍, ସେହି ପ୍ରତ୍ୟୁତ୍ତରକାରୀ ପୁରୁଷ ଓ ସ୍ତ୍ରୀ ସମସ୍ତଙ୍କୁ କହିଲେ,
21 Pou sakrifis lafimen ke nou te brile nan vil a Juda yo ak ri a Jérusalem yo, nou menm ak papa zansèt nou yo, wa nou yo, ak prens nou yo e pèp peyi a, èske SENYÈ a pa t sonje yo, e èske tout sa pa t antre nan panse Li?
“ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ତୁମ୍ଭମାନଙ୍କର ରାଜାଗଣ, ଓ ଅଧିପତିଗଣ ଓ ଦେଶସ୍ଥ ଲୋକ ସମସ୍ତେ ଯେଉଁ ଧୂପ ଜ୍ୱଳାଇଲେ, ସଦାପ୍ରଭୁ କି ତାହା ସ୍ମରଣ କଲେ ନାହିଁ ଓ ତାହା କି ତାଙ୍କ ମନରେ ପଡ଼ିଲା ନାହିଁ?
22 Konsa, SENYÈ a pa t ka sipòte sa akoz mechanste a zak nou yo, akoz zak abominab ke nou te komèt yo. Se pou sa, peyi nou an fin detwi nèt, yon objè degoutan ak yon madichon, san pèsòn pou rete ladann, jan li ye jodi a.
ତହିଁରେ ତୁମ୍ଭମାନଙ୍କର ଦୁଷ୍କ୍ରିୟା ସକାଶୁ ଓ ତୁମ୍ଭମାନଙ୍କର କୃତ ଘୃଣାଯୋଗ୍ୟ କର୍ମ ସକାଶୁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ; ଏହେତୁ ତୁମ୍ଭମାନଙ୍କର ଦେଶ ଆଜିର ସଦୃଶ୍ୟ ଉତ୍ସନ୍ନ ଓ ବିସ୍ମୟଜନକ, ଅଭିଶପ୍ତ ଓ ନିବାସୀବିହୀନ ହୋଇଅଛି।
23 Akoz nou te brile sakrifis yo, nou te peche kont SENYÈ a e pa t obeyi vwa SENYÈ a, ni mache nan lalwa Li, règleman Li yo, ak temwayaj Li yo; akoz sa, gran malè sa a vin tonbe sou nou, jan li ye jodi a.
ତୁମ୍ଭେମାନେ ଧୂପ ଜ୍ୱଳାଇଅଛ, ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛ ଓ ସଦାପ୍ରଭୁଙ୍କ ରବରେ ମନୋଯୋଗ କରି ନାହଁ, ପୁଣି ତାହାଙ୍କର ବ୍ୟବସ୍ଥା ବିଧି ଓ ପ୍ରମାଣ-ବାକ୍ୟାନୁସାରେ ଆଚରଣ କରି ନାହଁ; ଏଥିପାଇଁ ଆଜିର ସଦୃଶ୍ୟ ଏହି ଅମଙ୍ଗଳ ତୁମ୍ଭମାନଙ୍କ ପ୍ରତି ଘଟିଅଛି।”
24 Konsa, Jérémie te di a tout pèp la, ansanm ak tout fanm yo: “Tande pawòl SENYÈ a, tout Juda ki rete nan peyi Égypte la,
ଆହୁରି, ଯିରିମୀୟ ସମସ୍ତ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ମିସର ଦେଶରେ ଥିବା ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ:
25 Konsa pale SENYÈ dèzame yo, Bondye Israël la, konsa: ‘Pou nou menm ak madanm nou, nou te pale ak bouch nou, nou te akonpli sa ak men nou, e nou te di: “Anverite, nou va akonpli ve ke nou te fè yo, pou nou brile sakrifis a rèn syèl la, e vide bwason nou yo a li menm.” “‘Ale fè l, pou akonpli ve nou yo; e byen si, akonpli ve nou yo!’
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଓ ପେୟ-ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ, ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ୱାରା ତାହା ସମ୍ପନ୍ନ କରିଅଛ। ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର।
26 “Sepandan, tande pawòl SENYÈ a, tout moun Juda ki rete nan peyi Égypte la: ‘Gade byen, Mwen te sèmante pa gran non Mwen,’ SENYÈ a di: ‘Pinga non Mwen janm nome ankò nan bouch a okenn moun Juda nan tout peyi Égypte la, pou ta di: “Jan Senyè BONDYE a viv la.”
ଏହେତୁ ହେ ମିସର ଦେଶ ନିବାସୀ ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆପଣା ମହାନାମ ନେଇ ଶପଥ କରିଅଛୁ ଯେ, ‘ପ୍ରଭୁ ସଦାପ୍ରଭୁ ଜୀବିତ’ ବୋଲି ମିସର ଦେଶସ୍ଥ କୌଣସି ଯିହୁଦୀ ଲୋକ ଆମ୍ଭର ନାମ ଆଉ ମୁଖରେ ଘେନିବ ନାହିଁ।
27 Gade byen, M ap veye sou yo pou malè yo, e pa pou byen yo. Tout mesye Juda ki nan peyi Égypte yo, va rankontre lafen pa yo ak nepe e ak gwo grangou jiskaske yo fin disparèt nèt.
ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ଜଗି ରହିବା; ତହିଁରେ ମିସର ଦେଶସ୍ଥ ସମୁଦାୟ ଯିହୁଦୀ ଲୋକ ନିଃଶେଷ ନ ହେବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହେବେ।
28 Sila ki chape anba nepe yo va retounen sòti nan peyi Égypte pou rive Juda p ap gen anpil menm. Nan lè sa a, retay Juda ki te ale nan peyi Égypte pou rezide yo, va konnen pawòl a kilès k ap kanpe, si se pa M nan, oswa pa yo a’.
ପୁଣି, ଖଡ୍ଗରୁ ରକ୍ଷାପ୍ରାପ୍ତ ଅଳ୍ପସଂଖ୍ୟକ ଲୋକ ମିସର ଦେଶରୁ ଯିହୁଦା ଦେଶକୁ ଫେରିଯିବେ; ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିସର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକ ସମସ୍ତେ, ଆମ୍ଭର କି ସେମାନଙ୍କର କାହାର ବାକ୍ୟ ଅଟଳ ହେବ, ଏହା ଜାଣିବେ।
29 “‘Sa va sèvi kon sign pou nou’, SENYÈ a di: ‘ke Mwen va pini nou nan plas sa a, pou nou ka konnen ke pawòl Mwen va, anverite, kanpe kont nou pou malè nou.’
ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପ୍ରତି ଚିହ୍ନସ୍ୱରୂପ ହେବ, ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ।
30 Konsa pale SENYÈ a: ‘Gade byen, Mwen va livre Farawon Hophra, wa Égypte la, nan men lènmi li yo; nan men a sila k ap chache lavi li, menm jan ke m te livre Sédécias, wa Juda a, nan men Nebucadnetsar, wa Babylone nan, ki te ènmi li e ki t ap chache lavi li.’”
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକୀୟକୁ ତାହାର ପ୍ରାଣନାଶର ଚେଷ୍ଟାକାରୀ ଶତ୍ରୁ ବାବିଲର ରାଜା ନବୂଖଦ୍‍ନିତ୍ସର ହସ୍ତରେ ସମର୍ପଣ କଲୁ, ସେପରି ଆମ୍ଭେ ମିସରର ରାଜା ଫାରୋ ହଫ୍ରାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ଓ ତାହାର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା।”

< Jeremi 44 >