< Zakari 7 >
1 Nan katriyèm ane wa Darius la, pawòl SENYÈ a te vini a Zacharie, nan katriyèm jou nevyèm mwa a, ki se Kisleu.
ପୁଣି, ଦାରୀୟାବସ ରାଜାର ରାଜତ୍ଵର ଚତୁର୍ଥ ବର୍ଷରେ, କିଶ୍ଲେବ୍ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।
2 Alò, vil Béthel te voye Scharetser, Réguem-Mélec avèk moun pa yo pou chache favè SENYÈ a,
ସେହି ସମୟରେ ବେଥେଲ୍ସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ପ୍ରେରଣ କରିଥିଲେ,
3 pou li te pale ak prèt ki apatyen a lakay SENYÈ Dèzame Yo, a pwofèt yo pou di: “Èske mwen ta dwe kriye nan senkyèm mwa a, pou mete m apa, menm jan mwen te fè l pandan tout lane sa yo?”
ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଏହି କଥା ପଚାରିଲେ, ସେମାନେ କହିଲେ, “ମୁଁ ଏତେ ବର୍ଷ ଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ଉପବାସ କରି ବିଳାପ କରିବି?”
4 Konsa, pawòl SENYÈ a te vin kote mwen. Li te di:
ସେତେବେଳେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
5 “Di a tout pèp peyi a, e a prèt yo: ‘Lè nou te fè jèn ak lamantasyon nan senkyèm jou nan setyèm mwa yo, pandan swasann-dis ane sila yo, èske se te vrèman pou Mwen ke nou te fè jèn nan?
ଦେଶର ସମଗ୍ର ଲୋକଙ୍କୁ ଓ ଯାଜକମାନଙ୍କୁ ଏହି କଥା କୁହ, “ତୁମ୍ଭେମାନେ ଏହି ସତୁରି ବର୍ଷଯାକ, ପଞ୍ଚମ ମାସରେ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲା ବେଳେ ତୁମ୍ଭେମାନେ କି ପ୍ରକୃତରେ ଆମ୍ଭ ଉଦ୍ଦେଶ୍ୟରେ ଉପବାସ କଲ?
6 Lè nou manje ak bwè, èske nou pa manje pou pwòp tèt nou, e èske nou pa bwè pou pwòp tèt nou?
ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ?
7 Èske se pa pawòl sila yo ke SENYÈ a te pwoklame pa ansyen pwofèt yo, lè Jérusalem te gen anpil moun, e t ap pwospere ansanm ak vil ki te antoure li yo, e lè Negev ak ti kolin yo te gen moun ki t ap viv ladan yo?’”
ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣଙ୍କ ଦ୍ୱାରା ଯେଉଁ ସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ ନୁହେଁ?”
8 Epi pawòl SENYÈ a te vin kote Zacharie. Li te di:
ଏଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିଖରୀୟଙ୍କ ନିକଟରେ ଉପସ୍ଥିତ ହେଲା,
9 “Konsa pale SENYÈ dèzame yo: ‘Ekzekite vrè jijman, e pratike ladousè ak konpasyon, chak moun anvè frè li.
“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ଯଥାର୍ଥ ବିଚାର କର, ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର।
10 Pa oprime ni vèv, ni òfelen, ni etranje, ni malere. Ni pa kite pèsòn nan nou panse mal nan kè li, youn kont lòt.’
ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ; ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ।”
11 Men yo te refize koute sa. Yo te leve zepòl yo, e te bouche zòrèy yo pou yo pa tande.
ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।
12 Yo te fè kè yo di tankou silèks pou yo pa tande lalwa ak zèv ke SENYÈ dèzame yo te voye pa Lespri Li pa ansyen pwofèt yo. Akoz sa, chalè a gwo kòlè a te sòti nan SENYÈ dèzame yo.
ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା।
13 Epi menm jan Li te rele pou yo pa koute, konsa yo va rele, e Mwen p ap koute, pale SENYÈ dèzame yo.
ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ,
14 Men Mwen va gaye yo ak yon van tanpèt pami tout nasyon ke yo pa t konnen yo. Se konsa peyi a te vin dezole dèyè yo pou pèsòn moun pa t fè ale vini ladann. Paske yo te fè bèl peyi a vin dezole nèt.”
ମାତ୍ର ଯେଉଁ ଗୋଷ୍ଠୀଗଣକୁ ସେମାନେ ଜାଣି ନାହାନ୍ତି, ସେହି ସମସ୍ତଙ୍କ ମଧ୍ୟରେ ଘୂର୍ଣ୍ଣିବାୟୁ ଦ୍ୱାରା ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା। ଏହି ପ୍ରକାରେ ସେମାନଙ୍କ ଦେଶ ଧ୍ୱଂସର ସ୍ଥାନ ହେଲା, ତହିଁରେ କୌଣସି ମନୁଷ୍ୟ ତହିଁର ମଧ୍ୟଦେଇ ଗମନାଗମନ କଲା ନାହିଁ; କାରଣ ସେମାନେ ସୁନ୍ଦର ଦେଶକୁ ଧ୍ୱଂସର ସ୍ଥାନ କଲେ।”