< 1 Tarihi 12 >
1 Waɗannan su ne mutanen da suka zo wurin Dawuda a Ziklag, yayinda aka kore shi daga gaban Shawulu ɗan Kish (suna cikin jarumawan da suka taimake shi a yaƙi;
ଯେଉଁ ସମୟରେ ଦାଉଦ କୀଶ୍ର ପୁତ୍ର ଶାଉଲଙ୍କର ଭୟରେ ଆପଣାକୁ ରୁଦ୍ଧ କରିଥିଲେ, ସେହି ସମୟରେ ଏହି ଲୋକମାନେ ସିକ୍ଲଗ୍କୁ ତାଙ୍କ ନିକଟକୁ ଆସିଥିଲେ; ସେମାନେ ଯୁଦ୍ଧରେ ତାଙ୍କର ସାହାଯ୍ୟକାରୀ ବୀରମାନଙ୍କ ମଧ୍ୟରେ ଗଣିତ ଥିଲେ।
2 suna da baka suna kuma iya harba kibiya, ko majajjawa da hannun dama ko na hagu; su’yan’uwan Shawulu ne daga kabilar Benyamin):
ସେମାନେ ଧନୁର୍ଦ୍ଧାରୀ, ଆଉ ଦକ୍ଷିଣ ଓ ବାମ ଉଭୟ ହସ୍ତରେ ଛାଟିଣୀ-ପ୍ରସ୍ତର ଓ ଧନୁରୁ ତୀର କ୍ଷେପଣ କରିବାରେ ନିପୁଣ ଥିଲେ; ସେମାନେ ଶାଉଲଙ୍କର ଜ୍ଞାତି ବିନ୍ୟାମୀନୀୟ ଲୋକ ଥିଲେ।
3 Ahiyezer babbansu da Yowash’ya’yan Shema’a maza daga Gibeya; Yeziyel da Felet’ya’yan Azmawet; Beraka, Yehu daga Anatot,
ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ୍, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍ର ପୁତ୍ର ଯିଷୀୟେଲ୍, ପେଲଟ୍, ଅନାଥୋତୀୟ ବରାଖା ଓ ଯେହୂ;
4 da Ishmahiya daga Gibeyon, wani jarumi a cikin Talatin nan, wanda shi ne shugaban Talatin; Irmiya, Yahaziyel, Yohanan, Yozabad daga Gedera,
ପୁଣି, ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ, ଯୋହାନନ୍, ଗଦେରାଥୀୟ ଯୋଷାବଦ୍;
5 Eluzai, Yerimot, Beyaliya, Shemariya da Shefatiya daga Haruf;
ଇଲିୟଷୟ, ଯିରେମୋତ୍, ବାଲୀୟା, ଶେମରୀୟ, ହରୂଫୀୟ ଶଫଟୀୟ;
6 Elkana, Isshiya, Azarel, Yoyezer da Yashobeyam daga Kora;
କୋରହୀୟ ଇଲ୍କାନା, ଯିଶୀୟ, ଅସରେଲ୍, ଯୋୟେଷର୍, ଯାଶ୍ବୀୟାମ୍;
7 da Yoyela da Zebadiya’ya’yan Yeroham maza daga Gedor.
ଆଉ ଗଦୋର ନିବାସୀ ଯିରୋହମର ପୁତ୍ର ଯୋୟେଲା ଓ ସବଦୀୟ।
8 Sai waɗansu mutanen Gad suka koma suna goyon bayan Dawuda suka kuma haɗa kai da shi a kagararsa a hamada. Su ƙwararrun mayaƙa ne, a shirye don yaƙi, kuma suna iya riƙe garkuwa da māshi. Fuskokinsu kamar fuskoki zakoki, kuma suna da sauri kamar bareyi a kan duwatsu.
ଆଉ ଗାଦୀୟମାନଙ୍କ ମଧ୍ୟରୁ କେତେକ ଲୋକ ପୃଥକ ହୋଇ ପ୍ରାନ୍ତରସ୍ଥିତ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ; ସେମାନେ ମହାବିକ୍ରମଶାଳୀ, ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ଶିକ୍ଷିତ ଲୋକ; ସେମାନଙ୍କ ମୁଖ ସିଂହ-ମୁଖ ତୁଲ୍ୟ ଓ ସେମାନେ ପର୍ବତସ୍ଥ ହରିଣ ତୁଲ୍ୟ ଦ୍ରୁତଗାମୀ।
9 Ezer shi ne babba, Obadiya shi ne mai binsa a shugabanci, Eliyab na uku,
ପ୍ରଥମ ଏସର୍, ଦ୍ୱିତୀୟ ଓବଦୀୟ, ତୃତୀୟ ଇଲୀୟାବ୍,
10 Mismanna na huɗu, Irmiya na biyar,
ଚତୁର୍ଥ ମିଶ୍ମନ୍ନା, ପଞ୍ଚମ ଯିରିମୀୟ,
11 Attai na shida, Eliyel na bakwai,
ଷଷ୍ଠ ଅତ୍ତୟ, ସପ୍ତମ ଇଲୀୟେଲ୍;
12 Yohanan na takwas, Elzabad na tara,
ଅଷ୍ଟମ ଯୋହାନନ୍, ନବମ ଇଲ୍ସାବଦ୍;
13 Irmiya na goma da kuma Makbannai na goma sha ɗaya.
ଦଶମ ଯିରିମୀୟ, ଏକାଦଶ ମଗ୍ବନ୍ନୟ।
14 Waɗannan mutanen Gad shugabannin mayaƙa ne; ƙarami a cikinsu zai iya ƙara da mutum ɗari, kuma babba a cikin zai iya ƙara da dubu.
ଗାଦ୍ର ଏହି ସନ୍ତାନମାନେ ସେନାପତି ଥିଲେ, ଏମାନଙ୍କ ମଧ୍ୟରେ ଯେଉଁ ଜଣ କ୍ଷୁଦ୍ର, ସେ ଏକ ଶତ ଲୋକର ଓ ଯେ ମହାନ, ସେ ଏକ ସହସ୍ର ଲୋକର ସମାନ ଥିଲା।
15 Su ne suka haye Urdun a wata na farko sa’ad da kogin ya yi ambaliya, suka kuma kori duk mai rai a kwarin, na wajen gabas da na wajen yamma.
ଏମାନେ ପ୍ରଥମ ମାସରେ ଯର୍ଦ୍ଦନର ଜଳ ସମସ୍ତ ତୀର ଉପରେ ଉଚ୍ଛୁଳିବା ସମୟରେ ନଦୀ ପାର ହୋଇ ଯାଇଥିଲେ; ଆଉ ସେମାନେ ଉପତ୍ୟକା ସମୂହର ପୂର୍ବ ଓ ପଶ୍ଚିମ ଦିଗ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।
16 Sauran mutanen Benyamin da waɗansu mutanen Yahuda su ma suka zo wurin Dawuda a kagararsa.
ଆହୁରି ବିନ୍ୟାମୀନ୍ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ।
17 Sai Dawuda ya fita don yă tarye su, ya kuma ce musu, “In kun zo wurina da salama, don ku taimake ni, to, ina a shirye in bar ku ku haɗa kai tare da ni. Amma in kun zo don ku bashe ni ga abokan gābana sa’ad da hannuwana ba su da laifi a rikici, bari Allah na kakanninmu yă duba yă kuma shari’anta ku.”
ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, “ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋʼ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋʼ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋʼ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।”
18 Sai Ruhu ya sauko a kan Amasai, shugaban Talatin nan, sai ya ce, “Mu naka ne, ya Dawuda! Muna tare da kai, ya ɗan Yesse! Nasara, nasara gare ka, nasara kuma ga waɗanda suke taimakonka. Gama Allahnka zai taimake ka.” Saboda haka Dawuda ya karɓe su ya kuma mai da su shugabannin ƙungiyoyin maharansa.
ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।
19 Waɗansu mutanen Manasse suka haɗa kai da Dawuda sa’ad da ya tafi tare da Filistiyawa don yă yaƙi Shawulu (Shi da mutanensa ba su taimaki Filistiyawa ba domin bayan shawarwari, shugabanninsu suka salame shi. Sun ce, “Za mu biya da kawunanmu in ya koma ga maigidansa Shawulu.”)
ଦାଉଦ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିବା ବେଳେ ମନଃଶିୟମାନଙ୍କର କେତେକ ଲୋକ ମଧ୍ୟ ଦାଉଦଙ୍କର ପକ୍ଷ ହେଲେ, ମାତ୍ର ସେମାନଙ୍କ ଦେଇ ସେମାନଙ୍କର ସାହାଯ୍ୟ ନୋହିଲା; କାରଣ ପଲେଷ୍ଟୀୟମାନଙ୍କ ଅଧିପତିମାନେ ମନ୍ତ୍ରଣା କରି ତାଙ୍କୁ ବିଦାୟ ଦେଇ କହିଲେ, “ସେ ଆପଣା ପ୍ରଭୁ ଶାଉଲଙ୍କର ପକ୍ଷ ହୋଇ ଆମ୍ଭମାନଙ୍କ ମସ୍ତକକୁ ସଙ୍କଟରେ ପକାଇବ।”
20 Da Dawuda ya tafi Ziklag, waɗannan mutanen Manasse ne suka haɗa kai da shi. Adna, Yozabad, Yediyayel, Mika’ilu, Yozabad, Elihu da Zilletai, shugabannin ƙungiyoyi na dubu a cikin Manasse.
ଦାଉଦ ସିକ୍ଲଗ୍କୁ ଯିବା ବେଳେ ମନଃଶି ସମ୍ବନ୍ଧୀୟ ଅଦ୍ନହ, ଯୋଷାବଦ୍, ଯିଦୀୟେଲ, ମୀଖାୟେଲ, ଯୋଷାବଦ୍, ଇଲୀହୂ ଓ ସିଲ୍ଲଥୟ, ଏହି ମନଃଶି-ବଂଶୀୟ ସହସ୍ରପତିମାନେ ତାଙ୍କର ପକ୍ଷ ହେଲେ।
21 Suka taimaki Dawuda a kan ƙungiyoyin hari, gama dukansu jarumawa ne sosai, kuma su shugabanni ne a cikin mayaƙansa.
ଆଉ ସେମାନେ ଲୁଟକାରୀ ଦଳ ବିରୁଦ୍ଧରେ ଦାଉଦଙ୍କର ସାହାଯ୍ୟ କଲେ; କାରଣ ସେମାନେ ସମସ୍ତେ ମହାବିକ୍ରମଶାଳୀ ପୁରୁଷ ଓ ସେନାପତି ଥିଲେ।
22 Kowace rana mutane suka riƙa zuwa don su taimaki Dawuda, sai da ya kasance da runduna mai girma, kamar mayaƙan Allah.
ଦିନକୁ ଦିନ ଲୋକମାନେ ଦାଉଦଙ୍କୁ ସାହାଯ୍ୟ କରିବାକୁ ଆସିଲେ, ତହିଁରେ ପରମେଶ୍ୱରଙ୍କ ସୈନ୍ୟ ତୁଲ୍ୟ ମହାସୈନ୍ୟ ହେଲା।
23 Ga yawan mutanen shiryayyu don yaƙi waɗanda suka zo wurin Dawuda a Hebron don su mai da mulkin Shawulu gare shi, yadda Ubangiji ya faɗa.
ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି।
24 Mutanen Yahuda, masu riƙe garkuwa da māshi, su 6,800 shiryayyu don yaƙi;
ଯିହୁଦା-ସନ୍ତାନଗଣ ମଧ୍ୟରୁ ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ସସଜ୍ଜ ଛଅ ହଜାର ଆଠ ଶହ ଜଣ।
25 mutanen Simeyon, jarumawa shiryayyu don yaƙi, su 7,100;
ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ଯୁଦ୍ଧାର୍ଥେ ମହାବିକ୍ରମଶାଳୀ ସାତ ହଜାର ଏକ ଶହ ଜଣ।
26 mutanen Lawi, su 4,600,
ଲେବୀ-ସନ୍ତାନଗଣ ମଧ୍ୟରୁ ଚାରି ହଜାର ଛଅ ଶହ ଜଣ।
27 haɗe da Yehohiyada, shugaban iyalin Haruna tare da mutane 3,700,
ପୁଣି, ଯିହୋୟାଦା ହାରୋଣ-ବଂଶର ଅଧ୍ୟକ୍ଷ ଥିଲା, ତାହା ସଙ୍ଗେ ତିନି ହଜାର ସାତ ଶହ ଲୋକ ଥିଲେ।
28 da Zadok, matashi jarumi sosai, tare da shugabanni su 22 daga iyalinsa;
ଆଉ ସାଦୋକ ଏକ ବିକ୍ରମଶାଳୀ ଯୁବା ଲୋକ ଥିଲା ଓ ତାହାର ପିତୃବଂଶର ବାଇଶ ଜଣ ସେନାପତି ଥିଲେ।
29 mutanen Benyamin,’yan’uwan Shawulu, su 3,000, yawanci waɗanda suke biyayya ga gidan Shawulu sai lokacin;
ଶାଉଲଙ୍କର ଜ୍ଞାତି ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ତିନି ହଜାର ଲୋକ; କାରଣ ସେହି ସମୟ ପର୍ଯ୍ୟନ୍ତ ସେମାନଙ୍କର ଅଧିକାଂଶ ଲୋକ ଶାଉଲଙ୍କ ବଂଶର ବଶତା ସ୍ୱୀକାର କଲେ।
30 mutanen Efraim, jarumawa, sanannu cikin gidajensu, su 20 800;
ଇଫ୍ରୟିମ-ସନ୍ତାନଗଣ ମଧ୍ୟରୁ କୋଡ଼ିଏ ହଜାର ଆଠ ଶହ ଲୋକ, ଏମାନେ ମହାବିକ୍ରମଶାଳୀ ଓ ଆପଣା ଆପଣା ପିତୃବଂଶରେ ବିଖ୍ୟାତ ଲୋକ ଥିଲେ।
31 mutanen rabin kabilar Manasse, sanannu da sunaye suka zo suka mai da Dawuda sarki, su 18,000;
ପୁଣି, ମନଃଶିର ଅର୍ଦ୍ଧ ବଂଶରୁ ଅଠର ହଜାର ଲୋକ, ଏମାନେ ଦାଉଦଙ୍କୁ ରାଜା କରିବା ଲାଗି ମନୋନୀତ ଲୋକ ନାମରେ ନିର୍ଦ୍ଦିଷ୍ଟ ହୋଇଥିଲେ।
32 mutanen Issakar, masu fahimtar lokuta suka kuma san abin da ya kamata Isra’ila ya yi, manya 200, tare da danginsu a ƙarƙashin shugabancinsu;
ଆଉ ଇଷାଖର-ସନ୍ତାନଗଣ ମଧ୍ୟରୁ ଦୁଇ ଶହ ପ୍ରଧାନ ଲୋକ, ଏମାନେ କାଳଜ୍ଞ, ଇସ୍ରାଏଲର କି କର୍ତ୍ତବ୍ୟ, ତାହା ଜାଣିଲେ; ଆଉ ସେମାନଙ୍କ ଭ୍ରାତା ସମସ୍ତେ ସେମାନଙ୍କ ଆଜ୍ଞାବହ ଥିଲେ।
33 mutanen Zebulun, ƙwararru sojoji shiryayyu don yaƙi da kowane irin makami, suka zo don su taimaki Dawuda da zuciya ɗaya, su 50,000;
ସବୂଲୂନ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ ଓ ସର୍ବପ୍ରକାର ଯୁଦ୍ଧାସ୍ତ୍ର ନେଇ ଯୁଦ୍ଧ ସଜାଇବାକୁ ସମର୍ଥ ପଚାଶ ହଜାର ଲୋକ ଥିଲେ; ସେମାନେ ଯୁଦ୍ଧ ସଜାଇ ପାରିଲେ ଓ ଦ୍ୱିମନା ନ ଥିଲେ।
34 mutanen Naftali su 1,000 shugabanni, tare da mutane 37,000 masu riƙe garkuwa da masu;
ପୁଣି, ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ।
35 mutanen Dan, shiryayyu don yaƙi, su 28,600;
ଆଉ ଦାନୀୟମାନଙ୍କ ମଧ୍ୟରୁ ଯୁଦ୍ଧ ସଜାଇବାକୁ ସମର୍ଥ ଅଠାଇଶ ହଜାର ଛଅ ଶହ ଲୋକ ଥିଲେ।
36 mutanen Asher, ƙwararrun sojoji shiryayyu don yaƙi, su 40,000;
ଆଶେର ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ।
37 kuma daga gabashin Urdun, mutanen Ruben, Gad da kuma rabin kabilar Manasse, masu kayan yaƙi iri-iri, su 120,000.
ଆଉ ଯର୍ଦ୍ଦନର ଅନ୍ୟ ପାରିସ୍ଥିତ ରୁବେନୀୟ, ଗାଦୀୟ ଓ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରୁ ଯୁଦ୍ଧାର୍ଥେ ସର୍ବପ୍ରକାର ଅସ୍ତ୍ରଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ।
38 Dukan waɗannan mayaƙa ne waɗanda suka ba da kansu da yardar rai su yi hidima. Suka zo Hebron da cikakken niyya don su naɗa Dawuda sarki a bisa dukan Isra’ila. Duka sauran Isra’ilawa su ma suka goyi baya a naɗa Dawuda sarki.
ଯୁଦ୍ଧ ସଜାଇବାକୁ ସମର୍ଥ ଏହି ସକଳ ଯୋଦ୍ଧା ସମ୍ପୂର୍ଣ୍ଣ ଅନ୍ତଃକରଣ ସହିତ ଦାଉଦଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କରିବା ପାଇଁ ହିବ୍ରୋଣକୁ ଆସିଲେ; ମଧ୍ୟ ଇସ୍ରାଏଲର ଅବଶିଷ୍ଟ ସମସ୍ତେ ଦାଉଦଙ୍କୁ ରାଜା କରିବା ପାଇଁ ଏକଚିତ୍ତ ହେଲେ।
39 Mutanen suka yi kwana uku a can tare da Dawuda, suna ci suna sha, gama iyalansu sun yi musu tanadi.
ଆଉ ସେମାନେ ଦାଉଦଙ୍କ ସଙ୍ଗେ ତିନି ଦିନ ଭୋଜନପାନ କରି ସେଠାରେ ରହିଲେ; କାରଣ ସେମାନଙ୍କ ଭ୍ରାତୃଗଣ ସେମାନଙ୍କ ନିମନ୍ତେ ଆୟୋଜନ କରିଥିଲେ।
40 Haka ma, maƙwabtansu daga nesa har Issakar, Zebulun da Naftali suka zo suka kawo abinci a kan jakuna, raƙuma, alfadarai da shanu. Akwai tanadin mai yawa na gari, kauɗar ɓaure, nonnan busassun’ya’yan inabi, ruwan inabi, mai, shanu da tumaki. Duk an yi haka don a nuna farin ciki ƙwarai a cikin dukan ƙasar Isra’ila.
ଆହୁରି ଇଷାଖର, ସବୂଲୂନ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ, ଉଷ୍ଟ୍ର, ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟଦ୍ରବ୍ୟ, ଅର୍ଥାତ୍, ସୂଜିର ଦ୍ରବ୍ୟ, ଡିମ୍ବିରି ଚକ୍ତି, ଦ୍ରାକ୍ଷାପେଣ୍ଡା, ଦ୍ରାକ୍ଷାରସ, ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା।