< 1 Tarihi 7 >

1 ’Ya’yan Issakar maza su ne, Tola, Fuwa, Yashub da Shimron, su huɗu ne duka.
ଇଷାଖରର ପୁତ୍ରଗଣ; ତୋଲୟ, ପୂୟା, ଯାଶୂବ ଓ ଶିମ୍ରୋଣ, ଚାରି ଜଣ ଥିଲେ।
2 ’Ya’yan Tola maza su ne, Uzzi, Refahiya, Yeriyel, Ibsam da Sama’ila, su ne kuma kawunan iyalansu. A zamanin mulkin Dawuda, an rubuta zuriyar Tola a matsayin mayaƙa a cikin tarihinsu, sun kai 22,600.
ଆଉ ତୋଲୟର ପୁତ୍ରଗଣ; ଉଷି, ରଫାୟ, ଯିରୀୟେଲ, ଯହମୟ, ଯିବ୍‍ସମ୍‍ ଓ ଶେମୂୟେଲ, ଏମାନେ ଆପଣା ପିତା ତୋଲୟ-ବଂଶର ପ୍ରଧାନ ଓ ଆପଣାର ସମକାଳୀନ ଲୋକମାନଙ୍କ ମଧ୍ୟରେ ମହାବିକ୍ରମଶାଳୀ ଥିଲେ; ଦାଉଦଙ୍କ ସମୟରେ ଏମାନଙ୍କ ସଂଖ୍ୟା ବାଇଶ ହଜାର ଛଅ ଶହ ଥିଲା।
3 Ɗan Uzzi shi ne, Izrahiya.’Ya’yan Izrahiya maza su ne, Mika’ilu, Obadiya, Yowel da Isshiya. Dukansu biyar manya ne.
ଆଉ ଉଷିର ପୁତ୍ରଗଣ; ଯିଷ୍ରାହୀୟ, ଯିଷ୍ରାହୀୟର ପୁତ୍ର ମୀଖାୟେଲ, ଓବଦୀୟ, ଯୋୟେଲ ଓ ଯିଶୀୟ, ପାଞ୍ଚ ଜଣ। ଏସମସ୍ତେ ପ୍ରଧାନ ଲୋକ ଥିଲେ।
4 Bisa ga tarihin iyalinsu, sun kai mutane 36,000 shiryayyu don yaƙi, gama suna da mata da’ya’ya da yawa.
ଆଉ ଏମାନଙ୍କ ବର୍ତ୍ତମାନ କାଳରେ ସ୍ୱ ସ୍ୱ ପିତୃବଂଶାନୁସାରେ ଏମାନଙ୍କ ସଙ୍ଗେ ଯୁଦ୍ଧାର୍ଥେ ଛତିଶ ହଜାର ସୈନ୍ୟଦଳ ଥିଲେ; କାରଣ ସେମାନଙ୍କର ଅନେକ ଭାର୍ଯ୍ୟା ଓ ସନ୍ତାନ ଥିଲେ।
5 Dangin da suke maza masu yaƙi sun kasance na dukan gidajen Issakar ne, kamar yadda aka rubuta a cikin tarihi, su 87,000 ne duka.
ଆଉ ଇଷାଖରର ସମସ୍ତ ଗୋଷ୍ଠୀ ମଧ୍ୟରେ ଏମାନଙ୍କ ଭ୍ରାତୃଗଣ ମହାବିକ୍ରମଶାଳୀ ଥିଲେ, ଏମାନେ ସର୍ବସୁଦ୍ଧା ବଂଶାବଳୀ କ୍ରମେ ଲିଖିତ ସତାଅଶୀ ହଜାର ଥିଲେ।
6 ’Ya’ya uku maza na Benyamin su ne, Bela, Beker da Yediyayel.
ଆଉ ବିନ୍ୟାମୀନ୍‍ର ପୁତ୍ରଗଣ; ବେଲା ଓ ବେଖର ଓ ଯିଦୀୟେଲ, ତିନି ଜଣ।
7 ’Ya’yan Bela maza su ne, Ezbon, Uzzi, Uzziyel, Yerimot da Iri, su ne kawunan iyalai, kuma su biyar ne duka. Rubutaccen tarihin zuriyarsu ya nuna suna mazan da sun isa yaƙi 22,034.
ଆଉ ବେଲାର ପୁତ୍ରଗଣ; ଇଷବୋନ୍‍, ଉଷି, ଉଷୀୟେଲ, ଯିରେମୋତ୍‍ ଓ ଈରୀ, ପାଞ୍ଚ ଜଣ; ଏମାନେ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକ ଥିଲେ; ଆଉ ଏମାନେ ବଂଶାବଳୀ କ୍ରମେ ଲିଖିତ ବାଇଶ ହଜାର ଚୌତ୍ରିଶ ଜଣ ଥିଲେ।
8 ’Ya’yan Beker maza su ne, Zemira, Yowash, Eliyezer, Eliyohenai, Omri, Yeremot, Abiya, Anatot da Alemet. Dukan waɗannan’ya’yan Beker maza ne.
ଆଉ ବେଖରର ପୁତ୍ରଗଣ; ସମୀର୍‍, ଯୋୟାଶ୍‍, ଇଲୀୟେଜର, ଇଲୀୟୋଐନୟ, ଅମ୍ରି, ଯେରେମୋତ୍‍, ଅବୀୟ, ଅନାଥୋତ୍‍ ଓ ଆଲେମତ୍‍। ଏସମସ୍ତେ ବେଖରର ସନ୍ତାନ।
9 Rubutaccen tarihin zuriyarsu ya nuna suna da kawunan iyalai da mazan da suka isa yaƙi 20,200.
ଏମାନେ ଆପଣା ଆପଣା ବଂଶାନୁସାରେ ବଂଶାବଳୀ କ୍ରମେ ଲିଖିତ ସ୍ୱ ସ୍ୱ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ କୋଡ଼ିଏ ହଜାର ଦୁଇ ଶହ ଲୋକ ଥିଲେ।
10 Ɗan Yediyayel shi ne, Bilhan.’Ya’yan Bilhan maza su ne, Yewush, Benyamin, Ehud, Kena’ana, Zetan, Tarshish da Ahishahar.
ଯିଦୀୟେଲର ପୁତ୍ର ବିଲ୍‍ହନ୍‍ ଏବଂ ବିଲ୍‍ହନ୍‍‍ର ପୁତ୍ରଗଣ ଯିୟୂଶ୍‍, ବିନ୍ୟାମୀନ୍, ଏହୂଦ, କନାନା, ସେଥନ୍‍, ତର୍ଶୀଶ୍‍ ଓ ଅହୀଶହର;
11 Dukan waɗannan’ya’yan Yediyayel maza kawunan iyalai ne. Akwai mazan da suka isa yaƙi waje 17,200.
ଯିଦୀୟେଲର ଏହି ସମସ୍ତ ପୁତ୍ର ଆପଣା ଆପଣା ପିତୃବଂଶର ପ୍ରଧାନତାନୁସାରେ ଯୁଦ୍ଧାର୍ଥେ ସୈନ୍ୟ ମଧ୍ୟରେ ଗମନ-ସମର୍ଥ ସତର ହଜାର ଦୁଇ ଶହ ମହାବିକ୍ରମଶାଳୀ ଲୋକ ଥିଲେ।
12 Shuffiyawa da Huffiyawa zuriyar Ir ne, kuma Hushiyawa zuriyar Aher ne.
ଶୁପ୍ପୀମ୍‍ ମଧ୍ୟ ଓ ହୁପ୍ପୀମ୍‍, ଈର୍‍ର ସନ୍ତାନଗଣ, ହୂଶୀମ୍‍, ଅହେରର ସନ୍ତାନଗଣ।
13 ’Ya’yan Naftali maza su ne, Yaziyel, Guni, Yezer da Shallum, su zuriyar Bilha ne.
ନପ୍ତାଲିର ପୁତ୍ରଗଣ; ଯହସୀୟେଲ୍‍, ଗୂନି, ଯେତ୍ସର ଓ ଶଲ୍ଲୁମ୍‍, ଏମାନେ ବିଲ୍‌ହାର ବଂଶ।
14 Zuriyar Manasse su ne, Asriyel zuriyarsa ne ta wurin ƙwarƙwararsa mutuniyar Aram. Ta haifa wa Makir mahaifin Gileyad.
ମନଃଶିଙ୍କର ପୁତ୍ରଗଣ; ଅସ୍ରୀୟେଲ ଏବଂ ମାଖୀର, ମନଃଶିଙ୍କର ଅରାମୀୟା ଉପପତ୍ନୀଠାରୁ ଜନ୍ମ ନେଲେ; ଏହି ମାଖୀର ଗିଲୀୟଦର ପିତା ଥିଲେ।
15 Makir ya auri mata daga cikin Huffiyawa da Shuffiyawa.’Yar’uwarsa ita ce Ma’aka. Wani daga zuriyar, sunansa Zelofehad, shi yana da’ya’yan mata ne kawai.
ଏହି ମାଖୀର ହୁପ୍ପୀମ୍‍ ଓ ଶୁପ୍ପୀମ୍‍ ସମ୍ବନ୍ଧୀୟା ଏକ ସ୍ତ୍ରୀକୁ ବିବାହ କଲା, ସେମାନଙ୍କ ଭଗିନୀର ନାମ ମାଖା ଥିଲା; ଆଉ ଦ୍ୱିତୀୟର ନାମ ସଲ୍‍ଫାଦ୍‍ ଓ ସଲଫାଦର କନ୍ୟାମାନେ ଥିଲେ।
16 Ma’aka matar Makir ta haifi ɗa ta kuma ba shi suna Feresh. Sunan ɗan’uwansa Sheresh,’ya’yan Feresh maza kuwa su ne Ulam da Rakem.
ଆଉ ମାଖୀରର ଭାର୍ଯ୍ୟା ମାଖା ଏକ ପୁତ୍ର ପ୍ରସବ କରି ତାହାର ନାମ ପେରଶ ଦେଲା ଓ ତାହାର ଭ୍ରାତାର ନାମ ଶେରଶ ଥିଲା; ପୁଣି, ପେରଶର ପୁତ୍ର ଉଲମ୍‍ ଓ ରେକମ୍‍।
17 Ɗan Ulam shi ne, Bedan. Duka waɗannan zuriyar Gileyad ne. Gileyad ɗan Makir ne, Makir kuma ɗan Manasse.
ଉଲମ୍‍ର ପୁତ୍ରଗଣ, ବଦାନ। ଏମାନେ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦର ସନ୍ତାନ।
18 ’Yar’uwarsa Makir mai suna Hammoleket ta haifi Ishod, Abiyezer da Mala.
ଆଉ ତାହାର ଭଗିନୀ ହମ୍ମୋଲେକତ୍‍, ଇଶ୍‍ହୋଦ, ଅବୀୟେଷର ଓ ମହଲାକୁ ପ୍ରସବ କଲା।
19 ’Ya’yan Shemida maza su ne, Ahiyan, Shekem, Liki da Aniyam.
ଆଉ ଶମୀଦାର ପୁତ୍ର ଅହୀୟନ୍‍, ଶେଖମ୍‍, ଲିକ୍‍ହି ଓ ଅନୀୟାମ୍‍।
20 Zuriyar Efraim su ne, Shutela, Bered, Tahat, Eleyada, Tahat
ଇଫ୍ରୟିମର ପୁତ୍ର ଶୂଥେଲହ, ତାହାର ପୁତ୍ର ବେରଦ, ତାହାର ପୁତ୍ର ତହତ, ତାହାର ପୁତ୍ର ଇଲୀୟାଦା, ତାହାର ପୁତ୍ର ତହତ,
21 Zabad da Shutela. Wani ɗan ƙasa haifaffen mutanen Gat ya kashe Ezer da Elad, sa’ad da suka gangara don su ƙwace dabbobinsu.
ତାହାର ପୁତ୍ର ସାବଦ୍‍, ତାହାର ପୁତ୍ର ଶୂଥେଲହ, ଏସର୍‍ ଓ ଇଲୀୟଦ୍‍, ଏମାନଙ୍କୁ ଦେଶଜାତ ଗାଥୀୟ ଲୋକମାନେ ବଧ କଲେ, କାରଣ ସେମାନେ ସେମାନଙ୍କର ପଶୁ ହରଣ କରିବାକୁ ଓହ୍ଲାଇ ଆସିଥିଲେ।
22 Mahaifinsu Efraim ya yi makoki dominsu kwanaki masu yawa sai danginsa suka zo don su yi masa ta’aziyya.
ଏହେତୁ ସେମାନଙ୍କ ପିତା ଇଫ୍ରୟିମ ଅନେକ ଦିନ ଶୋକ କଲା, ତେଣୁ ତାହାର ଭ୍ରାତୃଗଣ ତାହାକୁ ସାନ୍ତ୍ୱନା କରିବାକୁ ଆସିଲେ।
23 Sa’an nan ya sāke kwana da matarsa, sai ta yi ciki ta haifi ɗa. Ya ba shi suna Beriya, saboda masifar da ta auko a cikin iyalinsa.
ଏଥିଉତ୍ତାରେ ସେ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା, ତହୁଁ ସେ ତାହାର ନାମ ବରୀୟ (ଅମଙ୍ଗଳ) ରଖିଲା, କାରଣ ତାହାର ଗୃହରେ ଅମଙ୍ଗଳ ଘଟିଲା।
24 ’Yarsa ita ce Sheyera, wadda ta gina Bet-Horon na kwari da na tudu da kuma Uzzen-Sheyera. Zuriyarsa ita ce,
ଆଉ ଶୀରା ତାହାର କନ୍ୟା ଥିଲା, ସେ ଉଚ୍ଚ ଓ ନିମ୍ନ ବେଥ୍-ହୋରଣ ଓ ଉଷେନ୍‍-ଶୀରା ନାମରେ ଦୁଇଟି ନଗର ନିର୍ମାଣ କଲା।
25 Refa, Reshef, Tela, Tahan,
ତାହାର ପୁତ୍ର ରେଫହ ଓ ରେଶଫ୍‍, ତାହାର ପୁତ୍ର ତେଲହ, ତାହାର ପୁତ୍ର ତହନ;
26 Ladan, Ammihud, Elishama,
ତାହାର ପୁତ୍ର ଲାଦନ୍‍, ତାହାର ପୁତ୍ର ଅମ୍ମୀହୂଦ, ତାହାର ପୁତ୍ର ଇଲୀଶାମା;
27 Nun da kuma Yoshuwa.
ତାହାର ପୁତ୍ର ନୂନ, ତାହାର ପୁତ୍ର ଯିହୋଶୂୟ।
28 Ƙasarsu da wuraren zamansu sun haɗa da Betel da ƙauyukan kewayenta, Na’aran wajen gabas, Gezer da ƙauyukanta wajen yamma, da kuma Shekem da ƙauyukan da suka nausa har zuwa Aiya da ƙauyukanta.
ଏମାନଙ୍କର ଅଧିକାର ଓ ନିବାସ ସ୍ଥାନ ବେଥେଲ୍‍ ଓ ତହିଁର ସମସ୍ତ ଉପନଗର, ଆଉ ପୂର୍ବ ଦିଗରେ ନାରନ୍‍ ଓ ପଶ୍ଚିମ ଦିଗରେ ସମସ୍ତ ଉପନଗର ସହିତ ଗେଷର; ମଧ୍ୟ ସମସ୍ତ ଉପନଗର ସହିତ ଶିଖିମ, ସମସ୍ତ ଉପନଗର ସହିତ ଅୟା ପର୍ଯ୍ୟନ୍ତ ଥିଲା;
29 A iyakokin Manasse akwai Bet-Sheyan, Ta’anak, Megiddo da Dor, tare da ƙauyukansu. Zuriyar Yusuf ɗan Isra’ila ta zauna a waɗannan garuruwa.
ଆହୁରି ମନଃଶି-ସନ୍ତାନଗଣର ସୀମା ପାର୍ଶ୍ୱସ୍ଥ ବେଥ୍-ଶାନ୍‍ ଓ ତହିଁର ଉପନଗରସବୁ, ତାନକ୍‍ ଓ ତହିଁର ଉପନଗରସବୁ, ମଗିଦ୍ଦୋ ଓ ତହିଁର ଉପନଗରସବୁ, ଦୋର ଓ ତହିଁର ଉପନଗରସବୁ ଥିଲା। ଏହି ସକଳ ସ୍ଥାନରେ ଇସ୍ରାଏଲର ପୁତ୍ର ଯୋଷେଫର ସନ୍ତାନମାନେ ବାସ କଲେ।
30 ’Ya’yan Asher maza su ne, Imna, Ishba, Ishwi da Beriya.’Yar’uwarsa ita ce Sera.
ଆଶେରର ସନ୍ତାନଗଣ; ଯିମ୍ନା, ଯିଶ୍‍ବା, ଯିଶ୍‍ବି, ବରୀୟ ଓ ସେମାନଙ୍କର ଭଗିନୀ ସେରହ।
31 ’Ya’yan Beriya maza su ne, Heber da Malkiyel, wanda yake mahaifin Birzayit.
ବରୀୟର ପୁତ୍ର ହେବର ଓ ବିର୍ଷୋତର ପିତା ମଲ୍‍କୀୟେଲ।
32 Heber shi ne mahaifin Yaflet, Shomer da Hotam da kuma’yar’uwarsu Shuwa.
ପୁଣି, ହେବର, ଯଫ୍ଲେଟ୍‍, ଶୋମର, ହୋଥମ୍‍ ଓ ସେମାନଙ୍କ ଭଗିନୀ ଶୂୟାକୁ ଜାତ କଲା।
33 ’Ya’yan Yaflet maza su ne, Fasak, Bimhal da Ashwat. Waɗannan su ne’ya’yan Yaflet maza.
ଯଫ୍ଲେଟର ପୁତ୍ର ପାସକ, ବିମ୍‍ହଲ୍‍ ଓ ଅଶ୍ୱତ୍‍। ଏମାନେ ଯଫ୍ଲେଟ୍‍ର ସନ୍ତାନ।
34 ’Ya’yan Shemer maza su ne, Ahi, Roga, Yehubba da Aram.
ଆଉ ଶେମରର ପୁତ୍ର ଅହି, ରୋହଗ, ଯିହୁବ୍ବ ଓ ଅରାମ।
35 ’Ya’yan ɗan’uwansa Helem su ne, Zofa, Imna, Shelesh da Amal.
ତାହାର ଭ୍ରାତା ହେଲମର ପୁତ୍ର ଶୋଫହ, ଯିମ୍ନ, ଶେଲଶ୍‍ ଓ ଆମଲ।
36 ’Ya’yan Zofa maza su ne, Suwa, Harnefer, Shuwal, Beri, Imra,
ଶୋଫହର ପୁତ୍ର ସୂହ, ହର୍ଣ୍ଣେଫର୍‍, ଶୂୟାଲ, ବେରୀ ଓ ଯିମ୍ର;
37 Bezer, Hod, Shamma, Shilsha, Itran da Bera.
ବେତ୍ସର, ହୋଦ୍‍, ଶମ୍ମା, ଶିଲ୍‍ଶ, ଯିତ୍ରନ୍‍ ଓ ବେରା।
38 ’Ya’yan Yeter maza su ne, Yefunne, Fisfa da Ara.
ଯେଥରର ପୁତ୍ର ଯିଫୁନ୍ନି, ପିଷ୍ପ ଓ ଅରା।
39 ’Ya’yan Ulla maza su ne, Ara, Hanniyel da Riziya.
ଆଉ ଉଲ୍ଲର ପୁତ୍ର ଆରହ, ହନ୍ନୀୟେଲ ଓ ରିତ୍ସୀୟ।
40 Dukan waɗannan zuriyar Asher ne, kawunan iyalai, zaɓaɓɓun mutane, jarumawa sosai da kuma fitattun shugabanni. Yawan mutanen da suke a shirye don yaƙi, kamar yadda aka lissafta zuriyarsu, 26,000 ne.
ଏସମସ୍ତେ ଆଶେରର ସନ୍ତାନ ଓ ଆପଣା ଆପଣା ପିତୃବଂଶର ପ୍ରଧାନ, ବଛା ଓ ମହାବିକ୍ରମଶାଳୀ ଓ ଅଧିପତିମାନଙ୍କ ମଧ୍ୟରେ ପ୍ରଧାନ ଥିଲେ। ଆଉ ଯୁଦ୍ଧକାର୍ଯ୍ୟ ନିମନ୍ତେ ବଂଶାବଳୀ କ୍ରମେ ଲିଖିତ ସେମାନଙ୍କ ସଂଖ୍ୟା ଛବିଶ ହଜାର ଥିଲା।

< 1 Tarihi 7 >