< 1 Sama’ila 22 >

1 Dawuda ya bar Gat, ya tsere zuwa kogon Adullam. Da’yan’uwansa da kuma iyalan mahaifinsa suka ji labari, sai suka tafi can wurinsa.
ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ, ପୁଣି, ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ।
2 Dukan mutanen da suke cikin wahala, da waɗanda ake binsu bashi, da masu damuwoyi, suka tattaru a wurin Dawuda. Shi kuwa ya zama shugabansu. Yawansu ya kai ɗari huɗu.
ଆଉ ପ୍ରତ୍ୟେକ କ୍ଳିଷ୍ଟ ଓ ପ୍ରତ୍ୟେକ ଋଣଗ୍ରସ୍ତ ଓ ପ୍ରତ୍ୟେକ ତିକ୍ତମନା ଲୋକ ତାଙ୍କ ନିକଟରେ ଏକତ୍ର ହେଲେ; ତହିଁରେ ସେ ସେମାନଙ୍କର ସେନାପତି ହେଲେ; ଏହିରୂପେ ଊଣାଧିକ ଚାରି ଶହ ଲୋକ ତାଙ୍କର ସଙ୍ଗୀ ହେଲେ।
3 Daga can Dawuda ya tafi Mizfa a Mowab. Ya ce wa sarkin Mowab, “Za ka yarda mahaifina da mahaifiyata su zo su zauna a wurinka kafin in san abin da Allah zai yi da ni?”
ଏଥିଉତ୍ତାରେ ଦାଉଦ ସେଠାରୁ ମୋୟାବ ଦେଶସ୍ଥ ମିସ୍ପେକୁ ଗଲେ; ପୁଣି, ସେ ମୋୟାବର ରାଜାକୁ କହିଲେ, “ମୁଁ ବିନୟ କରୁଅଛି, ପରମେଶ୍ୱର ମୋʼ ପ୍ରତି କଅଣ କରିବେ, ତାହା ମୁଁ ଜାଣିବା ପର୍ଯ୍ୟନ୍ତ ମୋର ପିତାମାତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ଆସି ରହିବାକୁ ଦିଅ।”
4 Saboda haka ya bar su a wurin sarkin Mowab, suka zauna da shi duk tsawon lokacin da Dawuda yake ta ɓuya a kogwannin duwatsu.
ତହୁଁ ସେ ସେମାନଙ୍କୁ ମୋୟାବ-ରାଜାର ସାକ୍ଷାତକୁ ଆଣିଲେ ତହିଁରେ ଦାଉଦ ଦୁର୍ଗମ ସ୍ଥାନରେ ରହିବା ସମୟଯାକ ସେମାନେ ସେହି ରାଜା ସହିତ ବାସ କଲେ।
5 Amma annabin nan Gad ya ce wa Dawuda, “Kada ka zauna a nan, maza ka tashi ka shiga ƙasar Yahuda”. Sai Dawuda ya tashi ya tafi jejin Heret.
ଏଥିମଧ୍ୟରେ ଭବିଷ୍ୟଦ୍‍ବକ୍ତା ଗାଦ୍‍ ଦାଉଦଙ୍କୁ କହିଲା, “ଏହି ଦୁର୍ଗମ ସ୍ଥାନରେ ନ ରୁହ; ପ୍ରସ୍ଥାନ କରି ଯିହୁଦା ଦେଶକୁ ଯାଅ।” ତେବେ ଦାଉଦ ପ୍ରସ୍ଥାନ କରି ହେରତ୍‍ ବଣରେ ଉପସ୍ଥିତ ହେଲେ।
6 Sai Shawulu ya sami labari cewa an ga Dawuda da mutanensa. Shawulu kuwa yana zaune da māshinsa kusa a ƙarƙashin itacen tsamiya a tudun Gibeya, tare da dukan ma’aikatansa kewaye da shi.
ଏଥିଉତ୍ତାରେ ଶାଉଲ ଶୁଣିଲେ ଯେ, ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କର ସନ୍ଧାନ ମିଳିଅଛି; ଏହି ସମୟରେ ଶାଉଲ ନିଜ ହସ୍ତରେ ବର୍ଚ୍ଛା ଧରି ଗିବୀୟାସ୍ଥିତ ରାମାରେ ଝାଉଁଗଛ ତଳେ ବସିଥିଲେ ଓ ତାଙ୍କର ଚାରିଆଡ଼େ ତାଙ୍କର ଦାସ ସମସ୍ତେ ଠିଆ ହୋଇଥିଲେ।
7 Ya ce musu, “Mutanen Benyamin, ku saurara; ɗan Yesse zai iya ba dukanku filaye da gonakin inabi ne? Zai ba dukanku shugabanci na dubbai ko shugabanci na ɗari-ɗari?
ତହିଁରେ ଶାଉଲ ଚାରିଆଡ଼େ ଠିଆ ହୋଇଥିବା ଆପଣା ଦାସମାନଙ୍କୁ କହିଲେ, “ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ; ଯିଶୀର ପୁତ୍ର କʼଣ ତୁମ୍ଭମାନଙ୍କ ପ୍ରତି ଜଣକୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ, ସେ କʼଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ,
8 Abin da ya sa dukanku kuka gama baki a kaina? Ba wanda ya gaya mini lokacin da ɗana ya yi yarjejjeniya da ɗan Yesse, ba wanda ya kulla da ni, ko ya gaya mini cewa ɗana ya sa bawana yă tayar mini, yana fakona kamar yadda yake a yau.”
ଏଥିପାଇଁ କʼଣ ତୁମ୍ଭେ ସମସ୍ତେ ମୋହର ବିରୁଦ୍ଧରେ କୁମନ୍ତ୍ରଣା କରୁଅଛ? ଆଉ, ମୋହର ପୁତ୍ର ଯିଶୀର ପୁତ୍ର ସଙ୍ଗେ ନିୟମ କଲା ବେଳେ କେହି ମୋହର କର୍ଣ୍ଣଗୋଚର କଲ ନାହିଁ ଓ ତୁମ୍ଭମାନଙ୍କର କେହି ମୋʼ ପାଇଁ ଚିନ୍ତିତ ହେଲ ନାହିଁ, କିଅବା ଆଜିର ପରି ମୋହର ପ୍ରତିକୂଳରେ ଛକି ବସି ଆକ୍ରମଣ କରିବା ପାଇଁ ମୋର ପୁତ୍ର ଯେ ମୋର ଦାସକୁ ମତାଇ ଅଛି, ଏହା କେହି ମୋର କର୍ଣ୍ଣଗୋଚର କଲ ନାହିଁ?”
9 Amma Doyeg mutumin Edom da yake tsaye tare da fadawan Shawulu ya ce, “Na ga ɗan Yesse ya zo wurin Ahimelek ɗan Ahitub a Nob.
ତେବେ ଶାଉଲଙ୍କର ଦାସମାନଙ୍କ ନିକଟରେ ଠିଆ ହୋଇଥିବା ଇଦୋମୀୟ ଦୋୟେଗ୍‍ ଉତ୍ତର ଦେଇ କହିଲା, “ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବ୍‍ର ପୁତ୍ର ଅହୀମେଲକ୍‍ ନିକଟକୁ ଯିବାର ଦେଖିଥିଲି।
10 Ahimelek ya roƙi Ubangiji saboda shi, ya kuma ba shi guzuri da takobin Goliyat Bafilistin.”
ପୁଣି, ଅହୀମେଲକ୍‍ ତାହା ପାଇଁ ସଦାପ୍ରଭୁଙ୍କ ନିକଟରେ ପଚାରିଲା ଓ ତାହାକୁ ଖାଦ୍ୟଦ୍ରବ୍ୟ ଓ ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଦେଲା।”
11 Sai sarki ya aika aka kira masa Ahimelek firist ɗan Ahitub da dukan iyalin mahaifinsa. Dukansu suka zo wurin sarki.
ତହୁଁ ରାଜା ଅହୀଟୂବ୍‍ର ପୁତ୍ର ଅହୀମେଲକ୍‍ ଯାଜକକୁ ଓ ନୋବ ନିବାସୀ ତାହାର ପିତୃବଂଶୀୟ ସମସ୍ତ ଯାଜକଙ୍କୁ ଡାକିବା ପାଇଁ ଲୋକ ପଠାଇଲେ; ତହିଁରେ ସେମାନେ ସମସ୍ତେ ରାଜାଙ୍କ ନିକଟକୁ ଆସିଲେ।
12 Shawulu ya ce, “Ka saurara yanzu, ɗan Ahitub.” Ya amsa ya ce, “Ina saurara, ranka yă daɗe.”
ଏଥିରେ ଶାଉଲ କହିଲେ, “ହେ ଅହୀଟୂବ୍‍ର ପୁତ୍ର, ତୁମ୍ଭେ ଶୁଣ।” ସେ ଉତ୍ତର କଲା, “ହେ ମୋହର ପ୍ରଭୋ, ମୁଁ ଏଠାରେ ଅଛି।”
13 Shawulu ya ce masa, “Don me ka gama baki da ɗan Yesse a kaina har ka ba shi burodi da takobin (Goliyat), ka kuma roƙi Allah don yă tayar mini, yă kuma yi fakona kamar yadda yake yi yau?”
ପୁଣି, ଶାଉଲ ତାହାକୁ କହିଲେ, “ତୁମ୍ଭେ ଓ ଯିଶୀର ପୁତ୍ର କାହିଁକି ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଅଛ? ଆଜିର ପରି ଯିଶୀର ପୁତ୍ର ମୋʼ ବିରୁଦ୍ଧରେ ଉଠି ଛକି ବସିବା ପାଇଁ ତୁମ୍ଭେ ତ ତାହାକୁ ରୁଟି ଓ ଖଡ୍ଗ ଦେଇଅଛ ଓ ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପଚାରିଅଛ।”
14 Ahimelek ya ce wa sarki, “A cikin bayinka duka, wa ke da aminci iri na Dawuda, surukin sarki, shugaban jarumanka wanda ake girmamawa da gaske a gidanka?
ଏଥିରେ ଅହୀମେଲକ୍‍ ରାଜାଙ୍କୁ ଉତ୍ତର ଦେଇ କହିଲା, ଆପଣଙ୍କ ସମସ୍ତ ଦାସ ମଧ୍ୟରେ ଦାଉଦ ପରି କିଏ ବିଶ୍ୱସ୍ତ? ସେ ତ ମହାରାଜାଙ୍କର ଜୁଆଁଇ ଓ ଆପଣଙ୍କର ସଭାସଦ୍‍ ଓ ଆପଣଙ୍କ ଗୃହରେ ସମ୍ଭ୍ରାନ୍ତ।
15 A wannan rana ce da na fara roƙon Allah saboda shi? Kada sarki yă zargi bawansa ko wani daga iyalin mahaifinsa, gama bawanka bai san kome a kan dukan waɗannan al’amura ba.”
ମୁଁ କʼଣ ପରମେଶ୍ୱରଙ୍କ ନିକଟରେ ତାହା ଲାଗି ପଚାରିବାକୁ ଆଜି ଆରମ୍ଭ କଲି? ତାହା ମୋʼ ଠାରୁ ଦୂର ହେଉ; ମହାରାଜ ଆପଣାର ଏହି ଦାସକୁ ବା ମୋହର ସମସ୍ତ ପିତୃଗୃହକୁ କୌଣସି ଦୋଷ ନ ଦେଉନ୍ତୁ; କାରଣ ଆପଣଙ୍କ ଦାସ ଏସବୁ ବିଷୟରେ ଅଳ୍ପ କି ବହୁତ କିଛି ଜାଣେ ନାହିଁ।
16 Amma sarki ya ce, “Lalle Ahimelek za ka mutu, da kai da dukan iyalin mahaifinka.”
ଏଥିରେ ରାଜା କହିଲେ, “ହେ ଅହୀମେଲକ୍‍, ତୁମ୍ଭେ ଓ ତୁମ୍ଭ ପିତୃଗୃହ ସମସ୍ତେ ନିଶ୍ଚୟ ମରିବ।”
17 Sai sarki ya umarci matsaran da suke tsaye kusa da shi ya ce, “Ku kakkashe firistocin Ubangiji, gama su ma sun goyi bayan Dawuda. Sun san yana gudu, duk da haka ba su gaya mini ba.” Amma ma’aikatan sarki ba su yarda su sa hannu su kashe firistocin Ubangiji ba.
ତହୁଁ ରାଜା ଆପଣା ଚତୁର୍ଦ୍ଦିଗରେ ଠିଆ ହୋଇଥିବା ଧାଉଡ଼ିଆମାନଙ୍କୁ କହିଲେ, “ତୁମ୍ଭେମାନେ ଫେରି ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କର; କାରଣ ଦାଉଦ ପକ୍ଷରେ ସେମାନଙ୍କର ମଧ୍ୟ ହସ୍ତ ଅଛି, ଆଉ ସେମାନେ ଦାଉଦର ପଳାଇବା କଥା ଜାଣିଲେ ହେଁ ତାହା ମୋହର କର୍ଣ୍ଣଗୋଚର କଲେ ନାହିଁ।” ମାତ୍ର ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କ ଯାଜକମାନଙ୍କୁ ଆକ୍ରମଣ କରିବା ପାଇଁ ହସ୍ତ ବଢ଼ାଇବାକୁ ଅସମ୍ମତ ହେଲେ।
18 Sai sarki ya umarce Doyeg ya ce, “Ka juya ka kakkashe firistocin.” Doyeg mutumin Edom ya juya ya kakkashe firistocin. A ranar kuwa ya kashe mutum tamanin da biyar waɗanda suke sanye da efod na lilin.
ଏଣୁ ରାଜା ଦୋୟେଗ୍‍କୁ କହିଲେ, “ତୁମ୍ଭେ ଫେରି ଏହି ଯାଜକମାନଙ୍କୁ ଆକ୍ରମଣ କର।” ତହିଁରେ ଇଦୋମୀୟ ଦୋୟେଗ୍‍ ଫେରି ଯାଜକମାନଙ୍କୁ ଆକ୍ରମଣ କଲା ଓ ସେହି ଦିନ ସେ ଶୁକ୍ଳ ଏଫୋଦ-ପରିଧାନକାରୀ ପଞ୍ଚାଅଶୀ ଜଣଙ୍କୁ ବଧ କଲା।
19 Ya kuma hallaka Nob birnin firistoci, ya kashe dukan mata, da maza, da yara, da jarirai, da shanu, da jakuna, da kuma tumaki.
ପୁଣି, ସେ ଯାଜକମାନଙ୍କର ନୋବ ନଗରକୁ ଖଡ୍ଗଧାରରେ ଆଘାତ କଲା; ସେ ଖଡ୍ଗଧାରରେ ପୁରୁଷ ଓ ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁ ଉଭୟଙ୍କୁ, ପୁଣି, ଗୋରୁ ଓ ଗର୍ଦ୍ଦଭ ଓ ମେଷାଦିକୁ ଆଘାତ କଲା।
20 Amma Abiyatar ɗan Ahimelek jikan Ahitub ya tsere, ya gudu zuwa wurin Dawuda.
ସେହି ସମୟରେ ଅହୀଟୂବ୍‍ର ପୁତ୍ର ଅହୀମେଲକ୍‍ର ପୁତ୍ରମାନଙ୍କ ମଧ୍ୟରୁ ଅବୀୟାଥର ନାମରେ ଜଣେ ରକ୍ଷା ପାଇ ଦାଉଦଙ୍କ ଆଡ଼କୁ ପଳାଇଲା।
21 Abiyatar gaya wa Dawuda cewa, “Shawulu ya hallaka firistocin Ubangiji.”
ପୁଣି, ଅବୀୟାଥର ଦାଉଦଙ୍କୁ ଜଣାଇଲା ଯେ, ଶାଉଲ ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କରିଅଛି।
22 Dawuda ya ce wa Abiyatar, “Lalle a wancan ranar, sa’ad da na ga Doyeg mutumin Edom a can, na san tabbatacce zai gaya wa sarki. Ni ne sanadin mutuwar dukan iyalin mahaifinka.
ତହୁଁ ଦାଉଦ ଅବୀୟାଥରକୁ କହିଲେ, “ଇଦୋମୀୟ ଦୋୟେଗ୍‍ ସେଠାରେ ଥିବା ବେଳେ ମୁଁ ସେହି ଦିନ ଜାଣିଲି ଯେ, ସେ ନିଶ୍ଚୟ ଶାଉଲଙ୍କୁ ଜଣାଇବ; ମୁଁ ତୁମ୍ଭ ପିତୃଗୃହସ୍ଥ ସମସ୍ତ ପ୍ରାଣୀଙ୍କର ମୃତ୍ୟୁୁ ଘଟାଇଅଛି।
23 Ka zauna tare da ni, kada ka ji tsoro mutumin da yake neman ranka, yana nema raina ma. Ka zauna lafiya tare da ni.”
ତୁମ୍ଭେ ମୋʼ ସଙ୍ଗେ ରୁହ, ଭୟ ନ କର; କାରଣ ଯେ ମୋର ପ୍ରାଣ ଚାହେଁ, ସେ ତୁମ୍ଭ ପ୍ରାଣ ଚାହେଁ; ମାତ୍ର ମୋʼ ସଙ୍ଗେ ତୁମ୍ଭେ ସୁରକ୍ଷିତ ହେବ।”

< 1 Sama’ila 22 >