< 1 Sama’ila 8 >

1 Da Sama’ila ya tsufa, sai ya naɗa’ya’yansa maza su zama alƙalan Isra’ila.
ଏଥିଉତ୍ତାରେ ଶାମୁୟେଲ ବୃଦ୍ଧ ହୁଅନ୍ତେ, ଆପଣା ପୁତ୍ରମାନଙ୍କୁ ଇସ୍ରାଏଲ ଉପରେ ବିଚାରକର୍ତ୍ତା କଲେ।
2 Sunan ɗansa na fari Yowel, na biyu kuwa Abiya. Suka yi alƙalanci a Beyersheba.
ତାଙ୍କର ଜ୍ୟେଷ୍ଠ ପୁତ୍ରର ନାମ ଯୋୟେଲ ଓ ଦ୍ୱିତୀୟର ନାମ ଅବୀୟ; ଏମାନେ ବେର୍‍ଶେବାରେ ବିଚାରକର୍ତ୍ତା ଥିଲେ।
3 Amma’ya’yansa ba su bi hanyar mahaifinsu ba. Suka mai da hankalinsu ga neman kuɗi da cin hanci, suna kuma danne gaskiya.
ମାତ୍ର ତାଙ୍କର ପୁତ୍ରମାନେ ତାଙ୍କର ପଥରେ ନ ଚାଲି ଅନ୍ୟାୟ ଲାଭର ଅନୁଗାମୀ ହେଲେ ଓ ଲାଞ୍ଚ ନେଇ ବିଚାର ବିପରୀତ କଲେ।
4 Sai dukan shugabannin Isra’ila suka taru suka zo wurin Sama’ila a Rama.
ତହିଁରେ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଏକତ୍ର ହୋଇ ରାମାରେ ଶାମୁୟେଲଙ୍କ ନିକଟକୁ ଆସିଲେ;
5 Suka ce masa, “Ka tsufa,’ya’yanka kuma ba sa bin hanyarka, saboda haka sai ka naɗa sarkin da zai bi da mu kamar yadda sauran ƙasashe suke da su.”
ପୁଣି, ସେମାନେ ତାଙ୍କୁ କହିଲେ, “ଦେଖ, ତୁମ୍ଭେ ବୃଦ୍ଧ ହେଲ, ପୁଣି, ତୁମ୍ଭର ପୁତ୍ରମାନେ ତୁମ୍ଭ ପଥରେ ଚାଲୁ ନାହାନ୍ତି; ଏହେତୁ ଅନ୍ୟ ସକଳ ଦେଶୀୟମାନଙ୍କ ପରି ଆମ୍ଭମାନଙ୍କର ବିଚାର କରିବାକୁ ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ରାଜା ନିଯୁକ୍ତ କର।”
6 Amma Sama’ila bai ji daɗi sa’ad da suka ce, “Ka ba mu sarki da zai bi da mu.” Sai ya yi addu’a ga Ubangiji.
ମାତ୍ର ଆମ୍ଭମାନଙ୍କର ବିଚାର କରିବା ପାଇଁ ଆମ୍ଭମାନଙ୍କୁ ଏକ ରାଜା ଦିଅ, ସେମାନେ ଏହି କଥା କହିବା ବେଳେ ଶାମୁୟେଲଙ୍କର ଦୃଷ୍ଟିରେ ତାହା ମନ୍ଦ ବୋଧ ହେଲା। ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
7 Ubangiji kuwa ya ce masa, “Ka saurari dukan maganganun da mutanen suke gaya maka. Ai, ba kai ba ne suka ƙi, ni ne suka ƙi in zama sarkinsu.
ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହି ସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି।
8 Haka suka yi daga tun daga ranar da na fitar da su daga Masar har zuwa yau, suka ƙi ni, suka bauta wa waɗansu alloli, haka ma suke yi maka.
ଆମ୍ଭେ ସେମାନଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ ସେମାନେ ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବଗଣର ସେବା କରି ଯେସମସ୍ତ କର୍ମ କରିଅଛନ୍ତି, ତଦନୁସାରେ ସେମାନେ ତୁମ୍ଭ ପ୍ରତି ମଧ୍ୟ କରୁଅଛନ୍ତି।
9 Yanzu ka saurare su amma ka yi musu kashedi sosai, ka sa su san abin da sarkin da zai bi da su zai yi.”
ଏହେତୁ ଏବେ ସେମାନଙ୍କ ରବରେ କର୍ଣ୍ଣପାତ କର; ତଥାପି ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ସ୍ପଷ୍ଟ ସାକ୍ଷ୍ୟ ଦିଅ ଓ ସେମାନଙ୍କ ଉପରେ ଯେ ରାଜତ୍ୱ କରିବେ, ସେହି ରାଜାର ବିଧି ସେମାନଙ୍କୁ ଜଣାଅ।”
10 Sama’ila kuwa ya ce wa mutanen da suke roƙo yă naɗa musu sarki dukan abin da Ubangiji ya faɗa.
ଏଉତ୍ତାରେ ଯେଉଁମାନେ ଶାମୁୟେଲଙ୍କୁ ରାଜା ମାଗିଥିଲେ, ସେହି ଲୋକମାନଙ୍କୁ ସେ ସଦାପ୍ରଭୁଙ୍କର ସମସ୍ତ କଥା ଜଣାଇଲେ।
11 Ya ce musu, “Ga abin da sarkin da zai yi mulkinku zai yi. Zai kwashe’ya’yanku yă sa su yi aiki da kekunan yaƙi da dawakansa, waɗansu za su riƙa gudu a gaban keken yaƙinsa.
ଆହୁରି ସେ କହିଲେ, “ତୁମ୍ଭମାନଙ୍କ ଉପରେ ଯେ ରାଜତ୍ୱ କରିବ, ସେହି ରାଜାର ଏହି ପ୍ରକାର ବିଧି ହେବ; ସେ ତୁମ୍ଭମାନଙ୍କର ପୁତ୍ରଗଣକୁ ନେଇ ଆପଣା ରଥ ନିମନ୍ତେ ଓ ଆପଣାର ଅଶ୍ୱାରୋହୀ ହେବା ନିମନ୍ତେ ନିଯୁକ୍ତ କରିବ ଓ ସେମାନେ ତାହାର ରଥ ଆଗେ ଆଗେ ଦୌଡ଼ିବେ।
12 Zai sa waɗansu su zama shugabannin mutum dubu-dubu da kuma na hamsin-hamsin. Waɗansu za su yi masa noma da girbi. Waɗansu za su ƙera masa makaman yaƙi da kayayyaki don keken yaƙinsa.
ପୁଣି, ସେ ସେମାନଙ୍କୁ ଆପଣାର ସହସ୍ରପତି ଓ ପଚାଶପତି କରି ନିଯୁକ୍ତ କରିବ ଓ ସେ ଆପଣା ଭୂମି ଚାଷ କରିବାକୁ ଓ ଆପଣା ଶସ୍ୟ କାଟିବାକୁ ଓ ଆପଣା ଯୁଦ୍ଧାସ୍ତ୍ର ଓ ଆପଣା ରଥସଜ୍ଜା ନିର୍ମାଣ କରିବାକୁ ସେମାନଙ୍କୁ କାହାକୁ କାହାକୁ ନିଯୁକ୍ତ କରିବ।
13 Zai sa’ya’yanku mata yin aikin turare da dafe-dafe da kuma toye-toye.
ଆଉ ସେ ତୁମ୍ଭମାନଙ୍କ କନ୍ୟାଗଣକୁ ନେଇ ଗନ୍ଧଦ୍ରବ୍ୟ ପ୍ରସ୍ତୁତକାରିଣୀ ଓ ପାଚିକା ଓ ସୂପକାରିଣୀ କରିବ।
14 Zai karɓi gonakinku mafi kyau da gonakin inabinku da gonakin zaitunku yă ba wa ma’aikatansa.
ଆହୁରି ସେ ତୁମ୍ଭମାନଙ୍କ ଶସ୍ୟକ୍ଷେତ୍ର ଓ ତୁମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ଓ ତୁମ୍ଭମାନଙ୍କ ଜୀତକ୍ଷେତ୍ର ମଧ୍ୟରୁ ସର୍ବୋତ୍ତମ କ୍ଷେତ୍ରସବୁ ନେଇ ଆପଣା ଦାସମାନଙ୍କୁ ଦେବ।
15 Zai kuma karɓi zakan hatsinku da na inabinku yă ba shugabannin fadarsa da sauran masu hidimarsa.
ପୁଣି, ସେ ତୁମ୍ଭମାନଙ୍କ ବିହନର ଓ ତୁମ୍ଭମାନଙ୍କ ଦ୍ରାକ୍ଷାର ଦଶମାଂଶ ନେଇ ଆପଣାର ଗୃହାଧ୍ୟକ୍ଷ ଓ ଦାସମାନଙ୍କୁ ଦେବ।
16 Zai ƙwace bayinku maza da mata, da shanunku, da jakunanku mafi kyau domin su yi masa aiki.
ଆଉ ସେ ତୁମ୍ଭମାନଙ୍କ ଦାସମାନଙ୍କୁ ଓ ତୁମ୍ଭମାନଙ୍କ ଦାସୀମାନଙ୍କୁ ଓ ତୁମ୍ଭମାନଙ୍କ ସର୍ବୋତ୍ତମ ଯୁବା ପୁରୁଷମାନଙ୍କୁ ଓ ତୁମ୍ଭମାନଙ୍କ ଗର୍ଦ୍ଦଭ ସକଳ ନେଇ ଆପଣା କାର୍ଯ୍ୟରେ ଲଗାଇବ।
17 Zai karɓi zakan dabbobinku, ku kanku za ku zama bayinsa.
ସେ ତୁମ୍ଭମାନଙ୍କ ମେଷପଲର ଦଶମାଂଶ ନେବ ଓ ତୁମ୍ଭେମାନେ ତାହାର ଦାସ ହେବ।
18 Sa’ad da ranar ta zo, za ku yi kuka ku nemi a fishe ku daga sarkin da kuka zaɓa, Ubangiji kuwa ba zai ji ku ba.”
ପୁଣି, ସେସମୟରେ ତୁମ୍ଭେମାନେ ଆପଣା ମନୋନୀତ ରାଜା ସକାଶୁ କ୍ରନ୍ଦନ କରିବ; ମାତ୍ର ସେସମୟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଉତ୍ତର ଦେବେ ନାହିଁ।”
19 Amma mutanen suka ƙi jin Sama’ila, sai suka ce, “A’a, mu dai, muna son sarki yă bi da mu.”
ତଥାପି ଲୋକମାନେ ଶାମୁୟେଲଙ୍କର ରବ ଶୁଣିବାକୁ ନାସ୍ତି କଲେ; ଆଉ ସେମାନେ କହିଲେ, “ନା; ଆମ୍ଭମାନଙ୍କ ଉପରେ ଜଣେ ରାଜା ହେଉନ୍ତୁ;
20 Ta haka za mu zama kamar sauran ƙasashe, mu kasance da sarkin da zai bi da mu, yă tafi tare da mu zuwa yaƙe-yaƙe.
ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ।”
21 Da Sama’ila ya ji duk maganganun da mutanen suka faɗa, sai ya mayar wa Ubangiji.
ଏଥିରେ ଶାମୁୟେଲ ଲୋକମାନଙ୍କର ସମସ୍ତ କଥା ଶୁଣି ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ତାହା କହିଲେ।
22 Ubangiji kuwa ya ce, “Ka saurare su, ka naɗa masu sarki.” Sa’an nan Sama’ila ya ce wa mutanen Isra’ila, “Kowa yă koma garinsa.”
ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ସେମାନଙ୍କ ରବ ଶୁଣ ଓ ସେମାନଙ୍କ ପାଇଁ ଜଣେ ରାଜା ସ୍ଥିର କର।” ଏଉତ୍ତାରେ ଶାମୁୟେଲ ଇସ୍ରାଏଲ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ନଗରକୁ ଯାଅ।”

< 1 Sama’ila 8 >