< 2 Tarihi 11 >

1 Sa’ad da Rehobowam ya iso Urushalima, ya tattara mayaƙa dubu ɗari takwas daga gidan Yahuda da Benyamin, don su yi yaƙi da Isra’ila su sāke mai da mulki wa Rehobowam.
ଏଉତ୍ତାରେ ରିହବୀୟାମ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ସେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରି ରିହବୀୟାମଙ୍କ ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଯିହୁଦା ଓ ବିନ୍ୟାମୀନ୍ ବଂଶର ଏକ ଲକ୍ଷ ଅଶୀ ହଜାର ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ।
2 Amma wannan maganar Ubangiji ta zo ga Shemahiya mutumin Allah.
ମାତ୍ର ପରମେଶ୍ୱରଙ୍କ ଲୋକ ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
3 “Faɗa wa Rehobowam ɗan Solomon sarkin Yahuda da kuma dukan Isra’ilawan da suke a Yahuda da Benyamin,
“ଯିହୁଦାର ରାଜା ଶଲୋମନଙ୍କ ପୁତ୍ର ରିହବୀୟାମଙ୍କୁ, ପୁଣି ଯିହୁଦା ଓ ବିନ୍ୟାମୀନ୍ ନିବାସୀ ସମସ୍ତ ଇସ୍ରାଏଲକୁ କୁହ,
4 ‘Ga abin da Ubangiji ya ce kada ku haura don ku yi yaƙi da’yan’uwanku. Ku tafi gida kowannenku, gama wannan yi na ne.’” Saboda haka suka yi biyayya ga maganar Ubangiji suka kuma koma daga takawa don yaƙi da Yerobowam.
‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତୃଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରିଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି,’” ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ଯାରବୀୟାମ ବିରୁଦ୍ଧରେ ଯାତ୍ରା କରିବାରୁ ଫେରିଲେ।
5 Rehobowam ya zauna a Urushalima ya kuma gina garuruwa don kāriya a cikin Yahuda.
ଏଉତ୍ତାରେ ରିହବୀୟାମ ଯିରୂଶାଲମରେ ବାସ କରି ରକ୍ଷା ନିମିତ୍ତ ଯିହୁଦା ଦେଶରେ ନଗରମାନ ନିର୍ମାଣ କଲେ।
6 Betlehem, Etam, Tekowa,
ସେ ବେଥଲିହିମ, ଐଟମ୍‍, ତକୋୟ,
7 Bet-Zur, Soko, Adullam,
ବେଥ୍-ସୁର, ସୋଖୋ, ଅଦୁଲ୍ଲମ,
8 Gat, Maresha, Zif,
ଗାଥ୍‍, ମାରେଶା, ସୀଫ୍‍,
9 Adorayim, Lakish, Azeka,
ଅଦୋରୟୀମ୍‍, ଲାଖୀଶ୍‍, ଅସେକା,
10 Zora, Aiyalon da Hebron. Waɗannan su ne garuruwan katanga a cikin Yahuda da Benyamin.
ସରାୟ, ଅୟାଲୋନ୍‍, ହିବ୍ରୋଣ, ଯିହୁଦାର ଓ ବିନ୍ୟାମୀନ୍‍ର ମଧ୍ୟବର୍ତ୍ତୀ ଏହି ପ୍ରାଚୀର-ବେଷ୍ଟିତ ନଗରସବୁ ନିର୍ମାଣ କଲେ।
11 Ya ƙarfafa kāriyarsu ya kuma sa shugabannin mayaƙa a cikinsu, tare da tanadin abinci, man zaitun da kuma ruwan inabi.
ଆଉ, ସେ ସକଳ ଦୁର୍ଗ ଦୃଢ଼ କରି ତହିଁ ମଧ୍ୟରେ ସେନାପତିମାନଙ୍କୁ ଓ ଖାଦ୍ୟଦ୍ରବ୍ୟ, ପୁଣି ତୈଳ ଓ ଦ୍ରାକ୍ଷାରସ ରଖିଲେ।
12 Ya sa garkuwoyi da māsu a cikin dukan biranen, ya kuma sa suka zama da ƙarfi. Saboda haka Yahuda da Benyamin suka zama nasa.
ଆଉ, ପ୍ରତ୍ୟେକ ନଗରରେ ସେ ଢାଲ ଓ ବର୍ଚ୍ଛା ରଖିଲେ, ପୁଣି ନଗରସବୁକୁ ଅତିଶୟ ଦୃଢ଼ କଲେ ଆଉ ଯିହୁଦା ଓ ବିନ୍ୟାମୀନ୍ ତାଙ୍କର ପକ୍ଷ ହେଲେ।
13 Firistoci da Lawiyawa daga dukan yankuna ko’ina a Isra’ila suka haɗa kai da shi.
ଆହୁରି, ସମୁଦାୟ ଇସ୍ରାଏଲର ମଧ୍ୟବର୍ତ୍ତୀ ଯାଜକ ଓ ଲେବୀୟମାନେ ଆପଣା ଆପଣା ସମସ୍ତ ଅଞ୍ଚଳରୁ ଆସି ତାଙ୍କ ନିକଟରେ ଉପସ୍ଥିତ ହେଲେ।
14 Lawiyawa suka ma bar makiyayansu da mallakarsu, suka zo Yahuda da Urushalima domin Yerobowam da’ya’yansa maza sun ƙi su a matsayin firistocin Ubangiji.
କାରଣ ଲେବୀୟମାନେ ଆପଣା ଆପଣା (ନଗରର) ତଳିଭୂମି ଓ ଆପଣା ଆପଣା ଅଧିକାର ତ୍ୟାଗ କରି ଯିହୁଦା ଓ ଯିରୂଶାଲମକୁ ଆସିଲେ; ଯେହେତୁ ଯାରବୀୟାମ ଓ ତାଙ୍କର ପୁତ୍ରଗଣ ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯାଜକର କାର୍ଯ୍ୟ କରିବାକୁ ନ ଦେଇ ତଡ଼ି ଦେଇଥିଲେ।
15 Yerobowam ya naɗa firistocinsa domin masujadan kan tudu da kuma domin gumakan nan na akuya da maraƙin da ya yi.
ପୁଣି, ସେ ଉଚ୍ଚସ୍ଥଳୀସକଳର ଓ ଛାଗ ଦେବତାମାନଙ୍କର ଓ ସ୍ୱର୍ଣ୍ଣନିର୍ମିତ ଗୋବତ୍ସସକଳର ନିମନ୍ତେ ଆପଣାର ଯାଜକ ନିଯୁକ୍ତ କଲେ।
16 Waɗanda suke daga kowane kabilar Isra’ila waɗanda suka sa zuciya a kan neman Ubangiji, Allah na Isra’ila, suka bi Lawiyawa zuwa Urushalima don su miƙa hadayu ga Ubangiji Allah na kakanninsu.
ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁମାନେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଅନ୍ୱେଷଣ କରିବା ପାଇଁ ଆପଣା ଆପଣା ମନ ନିବିଷ୍ଟ କଲେ, ସେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲେବୀୟମାନଙ୍କ ପଶ୍ଚାତ୍‍ ଯିରୂଶାଲମକୁ ଆସିଲେ।
17 Suka ƙarfafa mulkin Yahuda suka kuma goyi bayan Rehobowam ɗan Solomon shekaru uku, suna tafiya a hanyoyin Dawuda da Solomon a wannan lokaci.
ଏହିରୂପେ ସେମାନେ ଯିହୁଦାର ରାଜ୍ୟ ଦୃଢ଼ କଲେ, ପୁଣି ଶଲୋମନଙ୍କର ପୁତ୍ର ରିହବୀୟାମଙ୍କୁ ତିନି ବର୍ଷ ପର୍ଯ୍ୟନ୍ତ ବଳବାନ କଲେ; କାରଣ ସେମାନେ ତିନି ବର୍ଷ ପର୍ଯ୍ୟନ୍ତ ଦାଉଦଙ୍କର ଓ ଶଲୋମନଙ୍କର ପଥରେ ଚାଲିଲେ।
18 Rehobowam ya auri Mahalat,’yar Yerimot ɗan Dawuda wadda Abihayil’yar Eliyab ɗan Yesse ta haifa.
ପୁଣି, ରିହବୀୟାମ ମହଲତ୍‍ ନାମ୍ନୀ ଏକ ଭାର୍ଯ୍ୟା ଗ୍ରହଣ କଲେ, ସେ ଦାଉଦଙ୍କର ପୁତ୍ର ଯିରେମୋତ୍‍ର ଓ ଯିଶୀର ପୁତ୍ର ଇଲୀୟାବ୍‍ର କନ୍ୟା ଅବୀହୟିଲର କନ୍ୟା ଥିଲା;
19 Ta haifa masa’ya’ya maza. Yewush, Shemariya da Zaham.
ସେ ତାଙ୍କ ଔରସରେ ଯିୟୂଶ୍‍ ଓ ଶେମରୀୟ ଓ ସହମ ନାମକ ପୁତ୍ରମାନଙ୍କୁ ଜାତ କଲା
20 Sa’an nan ya auri Ma’aka’yar Absalom, wadda ta haifa masa Abiya, Attai, Ziza da kuma Shelomit.
ଏଥିଉତ୍ତାରେ ରିହବୀୟାମ ଅବଶାଲୋମର କନ୍ୟା ମାଖାକୁ ବିବାହ କଲେ; ସେ ସ୍ତ୍ରୀ ତାଙ୍କ ଔରସରେ ଅବୀୟ ଓ ଅତ୍ତୟ ଓ ସୀଷ ଓ ଶଲୋମୀତ୍‍କୁ ଜାତ କଲା।
21 Rehobowam ya ƙaunaci Ma’aka’yar Absalom fiye da sauran matansa da ƙwarƙwaransa. Duka-duka dai ya auri mata goma sha takwas da ƙwarƙwarai sittin, yana da’ya’ya maza ashirin da takwas da’ya’ya mata sittin.
ରିହବୀୟାମ ଆପଣାର ସବୁ ପତ୍ନୀ ଓ ଉପପତ୍ନୀ ଅପେକ୍ଷା ଅବଶାଲୋମର କନ୍ୟା ମାଖାକୁ ଅଧିକ ପ୍ରେମ କଲେ; ସେ ଅଠର ପତ୍ନୀ ଓ ଷାଠିଏ ଉପପତ୍ନୀ ଗ୍ରହଣ କଲେ ଓ ଅଠାଇଶ ପୁତ୍ର ଓ ଷାଠିଏ କନ୍ୟା ଜାତ କଲେ।
22 Rehobowam ya naɗa Abiya ɗan Ma’aka yă zama babba yerima a cikin’yan’uwansa, don dai yă naɗa shi sarki.
ପୁଣି ରିହବୀୟାମ ମାଖାର ପୁତ୍ର ଅବୀୟଙ୍କୁ ପ୍ରଧାନ ଓ ତାହାର ଭ୍ରାତୃଗଣ ମଧ୍ୟରେ ଅଧିପତି କଲେ; କାରଣ ତାହାକୁ ରାଜା କରିବା ପାଇଁ ତାଙ୍କର ମନ ଥିଲା।
23 Ya yi hikima, ya watsar da waɗansu’ya’yansa a dukan yankunan Yahuda da Benyamin, da kuma a dukan birane masu katanga. Ya ba su tanadi mai yawa ya kuma aurar musu mata masu yawa.
ଆଉ, ସେ ବୁଦ୍ଧିର କାର୍ଯ୍ୟ କରି ଆପଣାର ପୁତ୍ରମାନଙ୍କୁ ଯିହୁଦା ଓ ବିନ୍ୟାମୀନ୍ ଦେଶର ସର୍ବତ୍ର ପ୍ରତ୍ୟେକ ପ୍ରାଚୀର-ବେଷ୍ଟିତ ନଗରରେ ଛିନ୍ନଭିନ୍ନ କରି ରଖିଲେ; ଆଉ ସେ ସେମାନଙ୍କୁ ପ୍ରଚୁର ଖାଦ୍ୟଦ୍ରବ୍ୟ ଦେଲେ ପୁଣି ସେମାନଙ୍କ ନିମନ୍ତେ ଅନେକ ଭାର୍ଯ୍ୟା ଖୋଜିଲେ।

< 2 Tarihi 11 >