< 2 Korintiyawa 11 >
1 Ina fata za ku yi haƙuri da’yar wautata. Amma, ai, kun riga kun yi haƙuri.
ତୁମ୍ଭେମାନେ ଯଦି ମୋହର ଅଳ୍ପ ନିର୍ବୋଧତା ସହ୍ୟ କରନ୍ତ! ହଁ, ତୁମ୍ଭେମାନେ ତ ମୋʼ ପ୍ରତି ସହିଷ୍ଣୁ।
2 Ina kishinku da kishi irin na Allah. Na yi muku alkawarin aure ga miji ɗaya, Kiristi, domin in miƙa ku a gare shi kamar budurwa zalla.
କାରଣ ଈଶ୍ବରଙ୍କ ବିଷୟକ ଉଦ୍ଯୋଗରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ଉଦ୍ଯୋଗୀ, ଯେଣୁ ମୁଁ ତୁମ୍ଭମାନଙ୍କୁ ସତୀ କନ୍ୟା ସଦୃଶ ଏକ ସ୍ୱାମୀଠାରେ, ଅର୍ଥାତ୍, ଖ୍ରୀଷ୍ଟଙ୍କଠାରେ, ସମର୍ପଣ କରିବା ନିମନ୍ତେ ବାଗ୍ଦାନ କରିଅଛି।
3 Sai dai ina tsoro kada yă zama, kamar yadda maciji ya yaudari Hawwa’u da makircinsa, ku ma a bauɗar da hankalinku daga sahihiyar biyayya amintacciya ga Kiristi.
କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।
4 Gama in wani ya zo wurinku yana wa’azin wani Yesu dabam da wanda muka yi wa’azinsa, ko kuma in kun karɓi wani ruhu dabam da wanda kuka karɓa, ko wata bishara dabam da wadda kuka karɓa, ya nuna kun yarda da su ke nan cikin sauƙinkai.
କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁ ନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାର କରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତ ବଡ଼ ସହିଷ୍ଣୁ।
5 Amma a ganina waɗancan da kuke ce da su “manyan manzanni” ba su fi ni da wani abu ba.
କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେକୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି।
6 Mai yiwuwa ni ba horarre ba ne a magana, amma ina da sani. Mun kuwa bayyana muku wannan a sarari, ta kowace hanya.
କିନ୍ତୁ ଯଦ୍ୟପି ମୁଁ ବକ୍ତୃତାରେ ପାରଙ୍ଗମ ନୁହେଁ, ତଥାପି ମୁଁ ଜ୍ଞାନରେ ଅପାରଙ୍ଗମ ନୁହେଁ ପ୍ରକୃତରେ ଆମ୍ଭେମାନେ ସମସ୍ତ ପ୍ରକାରେ ସମସ୍ତ ବିଷୟରେ ତୁମ୍ଭମାନଙ୍କ ପ୍ରତି ଏହା ପ୍ରକାଶ କଲୁ।
7 Laifi ke nan ne na yi da na ƙasƙantar da kaina, don a ɗaga ku zuwa babban matsayi ta wurin yin muku wa’azin bisharar Allah kyauta?
ଅବା ତୁମ୍ଭେମାନେ ଯେପରି ଉନ୍ନତ ହୁଅ, ଏଥିନିମନ୍ତେ ମୁଁ ଆପଣାକୁ ନମ୍ର କରି ଯେ ବିନାମୂଲ୍ୟରେ ତୁମ୍ଭମାନଙ୍କ ନିକଟରେ ଈଶ୍ବରଙ୍କ ସୁସମାଚାର ପ୍ରଚାର କଲି, ଏଥିରେ କଅଣ ପାପ କଲି?
8 Na yi wa waɗansu ikkilisiyoyi ƙwace ta wurin karɓar taimako daga wurinsu, domin in yi muku hidima.
ତୁମ୍ଭମାନଙ୍କର ସେବା କରିବା ନିମନ୍ତେ ମୁଁ ଅନ୍ୟାନ୍ୟ ମଣ୍ଡଳୀ-ସମୂହରୁ ବେତନ ଗ୍ରହଣ କରି ସେମାନଙ୍କୁ ଲୁଣ୍ଠନ କଲି,
9 Sa’ad da nake tare da ku kuma nake zaman rashi, ban nawaita wa kowa ba, gama’yan’uwan da suka zo daga Makidoniya sun biya bukata. Na kiyaye kaina daga nawaita muku ta kowace hanya, zan kuma ci gaba da yin haka.
କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ୱରୂପ ହୋଇ ନ ଥିଲି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି, କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ୱରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି।
10 Ba shakka, kamar yadda gaskiyar Kiristi take a cikina, babu wani a yankunan Akayya da zai iya hana yin taƙaman nan tawa.
ମୋʼ ଠାରେ ଥିବା ଖ୍ରୀଷ୍ଟଙ୍କ ସତ୍ୟକୁ ସାକ୍ଷୀ ମାନି ମୁଁ କହୁଅଛି ଯେ, ଆଖାୟାର ଅଞ୍ଚଳସମୂହରେ ମୋହର ଏହି ଦର୍ପ କେହି ଖଣ୍ଡନ କରିବ ନାହିଁ, କାହିଁକି?
11 Don me? Don ba na ƙaunar ku ne? Allah dai ya sani ina ƙaunarku!
ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ? ଈଶ୍ବର ଜାଣନ୍ତି।
12 Zan kuma ci gaba da yin abin da nake yi, domin in toshe kafar mutanen nan da suke fariya, suna nema mu daidaita da su.
କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ୱେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥିନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି।
13 Gama irin waɗannan mutane manzannin ƙarya ne, ma’aikata ne masu ruɗi, sun ɓad da kamanni kamar su manzannin Kiristi ne.
କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।
14 Ba abin mamaki ba ne, gama Shaiɗan kansa ma yana ɓad da kamanni kamar shi mala’ikan haske ne.
ଆଉ ଏହା ଆଶ୍ଚର୍ଯ୍ୟ ନୁହେଁ, କାରଣ ଶୟତାନ ନିଜେ ଦୀପ୍ତିମୟ ଦୂତର ବେଶ ଧାରଣ କରେ।
15 Don haka, ba abin mamaki ba ne, in bayin Shaiɗan sun ɓad da kamanni kamar su bayin adalci ne. A ƙarshe, za a sāka musu gwargwadon ayyukansu.
ଅତଏବ, ଯଦି ତାହାର ସେବକମାନେ ମଧ୍ୟ ଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେ ତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କ କର୍ମ ଅନୁସାରେ ଘଟିବ।
16 Ina sāke faɗa, kada wani yă ɗauka ni wawa ne. Amma in kun ɗauke ni haka, to, sai ku karɓe ni kamar yadda kuke karɓan wawa, domin in ɗan in yi taƙama.
ମୁଁ ପୁନର୍ବାର କହୁଅଛି, କେହି ମୋତେ ନିର୍ବୋଧ ମନେ ନ କରୁ; କିନ୍ତୁ ଯଦି ତୁମ୍ଭେମାନେ ସେପରି ମନେ କର, ତେବେ ସୁଦ୍ଧା ମୋତେ ନିର୍ବୋଧ ପରି ଗ୍ରହଣ କର, ଯେପରି ମୁଁ ମଧ୍ୟ ଅଳ୍ପ ଦର୍ପ କରିପାରେ।
17 A wannan taƙamata ba na magana yadda Ubangiji zai yi ba ne, sai dai magana ce irin ta wawa.
ମୁଁ ଯାହା କହୁଅଛି, ତାହା ପ୍ରଭୁଙ୍କ ମତାନୁସାରେ କହୁ ନାହିଁ, ମାତ୍ର ନିର୍ବୋଧ ତୁଲ୍ୟ ଏପରି ଅତ୍ୟନ୍ତ ସାହସରେ ଦର୍ପ କରି କହୁଅଛି।
18 Da yake mutane da yawa suna taƙama irin ta duniya, ni ma haka zan yi.
ଅନେକ ସାଂସାରିକ ଭାବରେ ଦର୍ପ କରୁଥିବାରୁ ମୁଁ ମଧ୍ୟ ଦର୍ପ କରିବି।
19 Ku kam kuna da wayo sosai, har kuna jimre wa wawaye da murna!
କାରଣ ତୁମ୍ଭେମାନେ ବୁଦ୍ଧିମାନ ଦାସ ବୋଲି ସିନା ଆନନ୍ଦରେ ନିର୍ବୋଧମାନଙ୍କ ପ୍ରତି ସହିଷ୍ଣୁ ହେଉଅଛ।
20 Gaskiyar ita ce, kuna haƙuri da duk wanda ya sa ku bauta ko ya cuce ku ko ya more ku ko ya nuna muku isa ko kuma ya mare ku a fuska.
ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଙ୍କାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ।
21 Ina jin kunya in ce mun nuna kāsawa da ba mu yi waɗannan abubuwan ba! Abin da wani yake da ƙarfin hali yin taƙama a kai, shi ne ni ma nake ƙarfin hali yin taƙama a kai. Ina magana kamar wawa ne.
ମୁଁ ଲଜ୍ଜା ସହ ସ୍ୱୀକାର କରୁଅଛି ଯେ, ଆମ୍ଭେମାନେ ତ ଦୁର୍ବଳ ହୋଇଅଛୁ। ତଥାପି ଯେକୌଣସି ବିଷୟରେ କେହି ସାହସୀ ଅଟେ (ମୁଁ ନିର୍ବୋଧତାରେ କହୁଅଛି), ମୁଁ ମଧ୍ୟ ସାହସୀ।
22 In su Ibraniyawa ne, ni ma haka. In su Isra’ilawa ne, ni ma haka. In su zuriyar Ibrahim ne, ni ma haka.
ସେମାନେ କି ଏବ୍ରୀୟ? ମୁଁ ମଧ୍ୟ ଏବ୍ରୀୟ। ସେମାନେ କି ଇସ୍ରାଏଲୀୟ? ମୁଁ ମଧ୍ୟ ଇସ୍ରାଏଲୀୟ। ସେମାନେ କି ଅବ୍ରହାମଙ୍କ ସନ୍ତାନ? ମୁଁ ମଧ୍ୟ ଅବ୍ରହାମଙ୍କ ସନ୍ତାନ।
23 In su bayin Kiristi ne, ni na fi su ma, ina magana kamar ruɗaɗɗe ne fa! Ai, na fi su shan fama ƙwarai da gaske, da shan dauri, na sha dūka marar iyaka, na sha hatsarin mutuwa iri-iri.
ସେମାନେ କି ଖ୍ରୀଷ୍ଟଙ୍କ ସେବକ? (ମୁଁ ପାଗଳ ପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;
24 Sau biyar Yahudawa suka yi mini bulala arba’in ɗaya babu.
ମୁଁ ଯିହୁଦୀମାନଙ୍କଠାରୁ ପାଞ୍ଚ ଥର ଅଣଚାଳିଶ ପ୍ରହାର ପାଇଅଛି,
25 Sau uku aka bulale ni da bulalar ƙarfe, sau ɗaya aka jajjefe ni da duwatsu, sau uku jirgin ruwa ya ragargaje ina ciki, na kwana na kuma yini ruwan teku yana tafiya da ni.
ତିନି ଥର ବେତ୍ରାଘାତ, ଥରେ ପ୍ରସ୍ତରାଘାତ, ତିନି ଥର ଜାହାଜଭଙ୍ଗ ସହିଅଛି, ଅଗାଧ ଜଳରେ ଦିବାରାତ୍ର କ୍ଷେପଣ କରିଅଛି,
26 Na yi tafiye-tafiye da yawa, na sha hatsari a koguna, na sha hatsarin’yan fashi, na sha hatsari a hannun kabilarmu, na sha hatsari a hannun al’ummai, na sha hatsari a birane, na sha hatsari a jeji, na sha hatsari a teku, na kuma sha hatsarin’yan’uwa na ƙarya.
ଅନେକ ଥର ଯାତ୍ରା କରିବାରେ, ନଦୀର ବିପଦରେ, ଡକାଇତଙ୍କ ବିପଦରେ, ସ୍ୱଜାତିଠାରୁ ବିପଦରେ, ଅଣଯିହୁଦୀମାନଙ୍କଠାରୁ ବିପଦରେ, ନଗରର ବିପଦରେ, ପ୍ରାନ୍ତରର ବିପଦରେ, ସମୁଦ୍ରର ବିପଦରେ,
27 Na yi fama, na shan wuya, ga kuma rashin barci sau da yawa. Na san abin da ake nufin da jin yunwa da ƙishirwa, sau da yawa kuwa na kasance da rashin abinci, na sha sanyi da zaman tsirara.
ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ, ଅନେକ ଥର ଉପବାସରେ, ଶୀତ ଓ ଉଲଗ୍ନତାରେ ମଧ୍ୟ ରହିଅଛି।
28 Ban da waɗannan abubuwa, kowace rana ina ɗauke da nauyin kula da dukan ikkilisiyoyi.
ଅବଶିଷ୍ଟ ସମସ୍ତ ବିଷୟ ଛଡ଼ା ଆଉ ଗୋଟିଏ ବିଷୟ ପ୍ରତିଦିନ ମୋʼ ଉପରେ ମାଡ଼ିପଡ଼ୁଅଛି, ଅର୍ଥାତ୍ ମଣ୍ଡଳୀ-ସମୂହ ନିମନ୍ତେ ଚିନ୍ତା।
29 Wane ne ya rasa ƙarfi, da ban ji shi a jikina ba? Wane ne ya fāɗi cikin zunubi, da ban ji zafin wannan ba?
କେହି ଦୁର୍ବଳ ହେଲେ ମୁଁ କଅଣ ଦୁର୍ବଳ ନୁହେଁ? କେହି ବିଘ୍ନ ପାଇଲେ ମୁଁ କଅଣ ଉତ୍ତପ୍ତ ହୁଏ ନାହିଁ?
30 In ma lalle ne in yi taƙama, to, sai in yi taƙama da abubuwan da suka nuna rashin ƙarfina.
ଯଦି ମୋହର ଦର୍ପ କରିବାର ଆବଶ୍ୟକ ହୁଏ, ତେବେ ମୁଁ ମୋହର ଦୁର୍ବଳତା ବିଷୟରେ ଦର୍ପ କରିବି।
31 Allah Uban Ubangiji Yesu Kiristi, wanda yabo ta tabbata a gare shi har abada, ya san cewa ba ƙarya nake yi ba. (aiōn )
ମୁଁ ଯେ ମିଥ୍ୟା କହୁ ନାହିଁ, ଏହା ପ୍ରଭୁ ଯୀଶୁଙ୍କ ଈଶ୍ବର ଓ ପିତା ଜାଣନ୍ତି; ସେ ଯୁଗେ ଯୁଗେ ଧନ୍ୟ। (aiōn )
32 A Damaskus, gwamnan da yake ƙarƙashin Sarki Aretas, ya sa tsare ƙofofin birnin Damaskus, don yă kama ni.
ଦମ୍ମେଶକରେ ହାରେତା ରାଜାଙ୍କ ଶାସନକର୍ତ୍ତା ମୋତେ ଧରିବା ନିମନ୍ତେ ଉକ୍ତ ସହରରେ ପ୍ରହରୀମାନଙ୍କୁ ଜଗାଇଥିଲେ,
33 Amma aka saukar da ni cikin kwando ta tagar katanga, na kuɓuce masa.
ଆଉ ଟୋକାଇରେ ଗୋଟିଏ ଝରକା ବାଟେ ପ୍ରାଚୀର ଦେଇ ମୋତେ ଓହ୍ଲାଇ ଦିଆଗଲା, ପୁଣି, ମୁଁ ତାହାଙ୍କ ହସ୍ତରୁ ରକ୍ଷା ପାଇଲି।