< 2 Korintiyawa 1 >
1 Bulus, manzon Kiristi Yesu ta wurin nufin Allah, da kuma daga Timoti ɗan’uwanmu, Zuwa ga ikkilisiyar Allah da take a Korint, tare da dukan tsarkaka a ko’ina a Akayya.
ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥ ସହରରେ ଥିବା ଈଶ୍ବରଙ୍କ ମଣ୍ଡଳୀ, ପୁଣି, ସମୁଦାୟ ଆଖାୟାରେ ଥିବା ସମସ୍ତ ସାଧୁଙ୍କ ନିକଟକୁ ପତ୍ର;
2 Alheri da salama daga Allah Ubanmu da kuma Ubangiji Yesu Kiristi, su kasance tare da ku.
ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
3 Yabo ya tabbata ga Allah, da Uban Ubangijinmu Yesu Kiristi, Uba mai tausayi, da kuma Allah na dukan ta’aziyya,
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ବର;
4 wanda yakan yi mana ta’aziyya a cikin dukan wahalolinmu, domin mu kuma mu iya ta’azantar da waɗanda suke cikin kowace irin wahala, da ta’aziyyar da mu kanmu muka samu daga Allah.
ଈଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।
5 Gama kamar yadda wahalar Kiristi ta cika har tana zuba a cikin rayuwarmu, haka nan kuma ta wurin Kiristi ta’aziyyarmu ta cika har tana zuba.
କାରଣ ଖ୍ରୀଷ୍ଟଙ୍କ ସକାଶେ ଆମ୍ଭମାନଙ୍କ ଦୁଃଖଭୋଗ ଯେପରି ପ୍ରଚୁର, ସେହିପରି ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କର ସାନ୍ତ୍ୱନା ମଧ୍ୟ ପ୍ରଚୁର।
6 In muna shan wahala, ai, muna shanta domin ta’aziyyarku, da cetonku ne, in mun sami ta’aziyya, ai, mun same ta domin ta’aziyyarku ce, wadda take sa ku jure wa irin wahalan nan, da muke sha.
କିନ୍ତୁ ଆମ୍ଭେମାନେ ଦୁଃଖଭୋଗ କଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ଓ ପରିତ୍ରାଣ ନିମନ୍ତେ; କିମ୍ବା ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ନିମନ୍ତେ; ଆମ୍ଭେମାନେ ଯେଉଁ ପ୍ରକାର ଦୁଃଖଭୋଗ କରୁ, ସେହି ପ୍ରକାର ଦୁଃଖଭୋଗ ଧୈର୍ଯ୍ୟ ସହିତ ସହ୍ୟ କରିବାରେ ସେହି ସାନ୍ତ୍ୱନା କାର୍ଯ୍ୟ ସାଧନ କରୁଅଛି।
7 Begen da muke da shi dominku kuwa, tabbatacce ne, domin mun san cewa kamar yadda kuke tarayya da mu a cikin wahalolinmu, haka kuma kuke tarayya da mu a cikin ta’aziyyarmu.
ଆଉ, ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଭରସା ଅଟଳ, ଯେଣୁ ତୁମ୍ଭେମାନେ ଯେପରି ଦୁଃଖଭୋଗର ସହଭାଗୀ, ସେହିପରି ମଧ୍ୟ ସାନ୍ତ୍ୱନାର ଯେ ସହଭାଗୀ ଅଟ, ଏହା ଆମ୍ଭେମାନେ ଜାଣୁ।
8 ’Yan’uwa, ba ma so ku zama da rashin sani, a kan wahalolin da muka sha a lardin Asiya. Mun sha wahaloli sosai, har abin ya fi ƙarfinmu, ya sa muka fid da tsammanin rayuwa.
କାରଣ, ହେ ଭାଇମାନେ, ଏସିଆରେ ଆମ୍ଭମାନଙ୍କ ଉପରେ ଘଟିଥିବା କ୍ଳେଶ ସମ୍ବନ୍ଧରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେ ଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ;
9 Ba shakka, a zuciyarmu mun ji kamar hukuncin kisa ne aka yi mana. Wannan kuwa ya faru ne domin kada mu dogara da kanmu, sai dai ga Allah, wanda yake tā da matattu.
ହଁ, ଆମ୍ଭେମାନେ ମୃତ୍ୟୁରେ ସମର୍ପିତ ହୋଇଅଛୁ ବୋଲି ନିଜ ନିଜ ମନରେ ବୋଧ ପାଇଥିଲୁ, ଯେପରି ଆମ୍ଭେମାନେ ଆପଣା ଆପଣା ଉପରେ ନିର୍ଭର ନ ଦେଇ ବରଂ ଯେଉଁ ଈଶ୍ବର ମୃତମାନଙ୍କୁ ଉଠାନ୍ତି, ତାହାଙ୍କ ଉପରେ ନିର୍ଭର କରୁ;
10 Shi ya cece mu daga irin wannan hatsari na mutuwa, zai kuwa cece mu. A kansa muka kafa bege cewa zai ci gaba da cetonmu,
ସେ ଆମ୍ଭମାନଙ୍କୁ ଏପରି ଭୟାନକ ମୃତ୍ୟୁରୁ ଉଦ୍ଧାର କଲେ ଓ ଉଦ୍ଧାର କରିବେ, ପୁଣି, ସେ ଯେ ଭବିଷ୍ୟତରେ ସୁଦ୍ଧା ଉଦ୍ଧାର କରିବେ, ତାହାଙ୍କଠାରେ ଆମ୍ଭମାନଙ୍କର ଏହି ଭରସା ଅଛି;
11 yayinda kuke taimakonmu ta wurin addu’o’inku. Mutane da yawa kuwa za su yi godiya ta dalilinmu, saboda albarkar da aka yi mana, ta amsa addu’o’i masu yawa.
ତୁମ୍ଭେମାନେ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁତ ଧନ୍ୟବାଦ ଦିଆଯାଏ।
12 Wannan shi ne taƙamarmu. Lamirinmu yana ba da shaida cewa mun yi zamanmu a duniya, musamman a dangantakarmu da ku cikin tsarki, tsakani da Allah. Mun yi haka ta wurin bishewar alherin Allah, ba bisa ga hikimar duniya ba.
ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବାନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।
13 Gama ba mu rubuta muku abin da ba za ku iya karatu ko ku kāsa fahimta ba. Ina kuma fata cewa,
କାରଣ ତୁମ୍ଭେମାନେ ଯାହା ଯାହା ପାଠ କରି ବୁଝିପାର, ସେହିସବୁ ବିନା, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଆଉ କିଛି ଲେଖୁ ନାହୁଁ,
14 kamar yadda kuka ɗan fahimce mu, za ku kai ga cikakkiyar fahimta cewa za ku iya yin taƙama da mu, kamar yadda mu ma za mu yi taƙama da ku a ranar da Ubangiji Yesu zai dawo.
ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହି ପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି।
15 Saboda na amince da haka, shi ya sa na so zuwa wurinku da fari, domin ku sami albarka riɓi biyu.
ଆଉ, ତୁମ୍ଭେମାନେ ଯେପରି ଦ୍ୱିତୀୟ ଥର ଅନୁଗ୍ରହ ଲାଭ କରିପାର,
16 Na yi shiri in ziyarce ku a kan hanyata zuwa Makidoniya, in kuma sāke dawo wurinku a kan hanyata daga Makidoniya, sa’an nan ku yi mini rakiya a hanyata zuwa Yahudiya.
ପୁଣି, ତୁମ୍ଭମାନଙ୍କ ନିକଟ ଦେଇ ମାକିଦନିଆକୁ ଯାଇ ଓ ପୁନର୍ବାର ମାକିଦନିଆରୁ ତୁମ୍ଭମାନଙ୍କ ନିକଟକୁ ଆସି ତୁମ୍ଭମାନଙ୍କ ସାହାଯ୍ୟରେ ଯିହୂଦିୟା ପ୍ରଦେଶକୁ ଯାତ୍ରା କରିପାରେ, ଏଥିପାଇଁ ମୁଁ ସେହି ବିଶ୍ୱାସରେ ପ୍ରଥମରେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରୁଥିଲି।
17 Kuna gani na yi wannan shirin ba da sanin abin da nake yi ba ne? Ko kuwa, kuna gani na yi shirin nan da halin mutuntaka ne, don in ce, “I” in koma in ce, “A’a”?
ତେବେ ଏହି ପ୍ରକାର ଇଚ୍ଛା କରିବାରେ ମୁଁ କଅଣ ଅସ୍ଥିର ଭାବରେ ଆଚରଣ କରିଥିଲି? ଅବା, ମୁଁ ଯାହା ସଙ୍କଳ୍ପ କରିଥାଏ, ତାହା କଅଣ ସାଂସାରିକ ଭାବରେ କରିଥାଏ ଯେ, ମୋହର କଥା ହଁ ଓ ନା ଉଭୟ ହୁଏ?
18 Kamar dai yadda ba shakka Allah yake mai aminci, haka ma maganar da muka yi muku, ba “I” da kuma “A’a” ba ce.
କିନ୍ତୁ ଈଶ୍ବର ବିଶ୍ୱସ୍ତ, ଏଣୁ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ବାକ୍ୟ ହଁ ଓ ନା ହୁଏ ନାହିଁ।
19 Gama Ɗan Allah, Yesu Kiristi, wanda ni da Sila da Timoti muka yi muku wa’azinsa, ai, ba “I” da “A’a” ba ne, amma a cikin Kiristi, “I” ne kullum.
କାରଣ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଯୀଶୁ, ଯେ ଆମ୍ଭମାନଙ୍କ ଦ୍ୱାରା, ଅର୍ଥାତ୍, ମୋʼ ଦ୍ୱାରା ଏବଂ ସିଲ୍ୱାନ ଓ ତୀମଥିଙ୍କ ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ସେ ହଁ ଓ ନା ହୋଇ ନାହାନ୍ତି, ବରଂ ତାହାଙ୍କଠାରେ ହଁ ହୋଇଅଛି।
20 Domin dukan alkawaran Allah cikarsu a gare shi suke, ta wurinsa ne kuma muke faɗar “Amin”, domin a ɗaukaka Allah.
ଯେଣୁ ଈଶ୍ବରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ୱାରା ଈଶ୍ବରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍ କହିଥାଉ।
21 Allah ne fa yake sa mu da ku mu tsaya daram cikin Kiristi. Shi ne ya shafe mu,
ପୁଣି, ଯେ ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ଖ୍ରୀଷ୍ଟଙ୍କଠାରେ ସ୍ଥିର କରନ୍ତି, ପୁଣି, ଆମ୍ଭମାନଙ୍କୁ ଅଭିଷେକ କରିଅଛନ୍ତି, ସେ ଈଶ୍ବର;
22 ya buga mana hatiminsa a kan mu nasa ne, ya kuma sa mana Ruhunsa a cikin zukatanmu, domin yă tabbatar da abin da yake zuwa nan gaba.
ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ୱରୂପେ ଦାନ କରିଅଛନ୍ତି।
23 Labudda, Allah shi ne shaidata cewa don kada in ƙara muku wahala ne ya sa ban koma Korint ba.
କିନ୍ତୁ ମୁଁ ଈଶ୍ବରଙ୍କୁ ସାକ୍ଷୀ ମାନି ମୋʼ ପ୍ରାଣର ଶପଥ କରୁଅଛି ଯେ, ତୁମ୍ଭମାନଙ୍କ ପ୍ରତି ଦୟା ବହି ମୁଁ କରିନ୍ଥ ସହରକୁ ପୁନର୍ବାର ଯାଇ ନାହିଁ।
24 Ba nuna muku iko a kan bangaskiyarku muke yi ba, sai dai muna aiki tare da ku ne saboda farin cikinku, domin bisa ga bangaskiya ce kuke tsaye da ƙarfi.
ତୁମ୍ଭମାନଙ୍କ ବିଶ୍ୱାସ ଉପରେ ଯେ ଆମ୍ଭମାନଙ୍କର ପ୍ରଭୁତ୍ୱ ଅଛି, ତାହା ନୁହେଁ, ବରଂ ତୁମ୍ଭମାନଙ୍କର ଆନନ୍ଦ ନିମନ୍ତେ ତୁମ୍ଭମାନଙ୍କର ସହକର୍ମୀ ଅଟୁ ଯେଣୁ ବିଶ୍ୱାସରେ ତୁମ୍ଭେମାନେ ସ୍ଥିର ହୋଇ ରହିଅଛ।