< 2 Sarakuna 25 >

1 A rana ta goma ga wata na goma, a shekara ta tara ta mulkin Zedekiya ne Nebukadnezzar sarkin Babilon tare da dukan rundunan yaƙinsa, ya tasam wa Urushalima. Ya yi sansani a bayan birnin, ya kewaye ta da shirin yaƙi.
ଏଥିଉତ୍ତାରେ ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
2 Haka birnin ta kasance a kewaye har shekara ta goma sha ɗaya ta mulkin Zedekiya.
ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।
3 A rana ta tara ta watan huɗu, lokacin da yunwa ta yi tsanani a birnin, babu kuma abinci domin mutane su ci.
ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।
4 Sai aka huda katanga sa’an nan dukan sojoji suka tsere da dare a ƙofa tsakanin katanga biyu da suke kusa da lambun sarki, ko da yake Babiloniyawa sun kewaye birnin. Suka tsere suka nufi Araba.
ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥ ଦେଇ ଚାଲିଗଲେ।
5 Amma sojojin Babiloniyawa suka bi sarki, suka cin masa a filayen Yeriko. Dukan sojojinsa kuwa suka rabu da shi suka watse.
ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ରାଜା ସିଦିକୀୟଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ତାଙ୍କୁ ଧରିଲେ; ତହିଁରେ ସିଦିକୀୟଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ।
6 Aka kama shi, aka kai shi gaban sarkin Babilon a Ribla, inda aka yanke masa hukunci.
ତହୁଁ ସେମାନେ ରାଜାଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲେ; ତହିଁରେ ସେମାନେ ତାଙ୍କ ପ୍ରତି ଦଣ୍ଡାଜ୍ଞା କଲେ।
7 Suka kashe’ya’yan Zedekiya a gabansa, sa’an nan aka ƙwaƙule idanunsa. Suka daure shi da sarƙar tagulla, suka kai shi Babilon.
ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲେ।
8 A rana ta bakwai na watan biyar, wadda ta zama shekara ta goma sha tara ta mulkin Sarki Nebukadnezzar na Babilon, Nebuzaradan, babban hafsan matsaran sarki, kuma bafadan sarkin Babilon, ya zo Urushalima
ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଊଣେଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।
9 Ya cinna wa haikalin Ubangiji wuta, da fadan sarki, da kuma dukan gidajen Urushalima. Ya kuma ƙone duk wani gini mai muhimmanci.
ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
10 Dukan mayaƙan Babilon a ƙarƙashin umarnin babban hafsan matsaran sarki, suka rushe katangar Urushalima.
ପୁଣି ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍‍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗର ପ୍ରାଚୀର ଭଗ୍ନ କଲେ।
11 Nebuzaradan babban hafsan matsaran, ya kwashi waɗanda suka rage a cikin birnin, tare da sauran jama’a, da waɗanda suka miƙa kansu ga sarkin Babilon, ya kai su bauta.
ଆଉ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ନଗରର ଅବଶିଷ୍ଟ ଲୋକମାନଙ୍କୁ ଓ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।
12 Amma hafsan ya bar waɗansu daga cikin mafiya talauci na ƙasar don su yi aiki a lambunan inabi da kuma gonaki.
ମାତ୍ର ପ୍ରହରୀବର୍ଗର ସେନାପତି ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମକାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।
13 Babiloniyawan kuma suka sassare ginshiƙan tagulla, da wuraren zama da za a iya matsar da su, da ƙaton kwano mai suna Teku na tagulla da yake a haikalin Ubangiji, suka kwashe tagullan zuwa Babilon.
ଆହୁରି କଲ୍‍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସକଳ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ବାବିଲକୁ ନେଇଗଲେ।
14 Suka ɗauke tukwane, da manyan cokula, da acibalbal, da kwanoni, da dai dukan kayan da aka yi da tagulla don hidima a haikalin Ubangiji.
ଆହୁରି ସେମାନେ ପାତ୍ର ଓ କରଚୁଲି ଓ କତୁରୀ ଓ ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।
15 Babban hafsan matsaran sarkin ya kwashe har da kwanoni na kwashe garwashin wuta da sauran kwanoni, dukansu kuwa ƙeran zinariya ko azurfa tsatsa ne.
ଆଉ ପ୍ରହରୀବର୍ଗର ସେନାପତି ଅଙ୍ଗାରଧାନୀ ଓ କୁଣ୍ଡସବୁ, ଯାହା ସୁନାର ଥିଲା, ତାହା ସୁନା କରି, ପୁଣି ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।
16 Tagullar ginshiƙai biyun nan, da ta ƙaton kwanon da ake ce da shi Teku, da ta dukan amalanke masu riƙe ruwa waɗanda Sarki Solomon ya yi domin haikalin Ubangiji, sun fi gaba a auna su.
ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କ ନିର୍ମିତ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ବୈଠିକିସକଳ, ଏହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।
17 Tsawon kowane ginshiƙi, ƙafa ashirin da bakwai ne. Hulunan tagullan da suke ƙwalƙwalin kowane ginshiƙi kuma yana da tsawon ƙafa huɗu da rabi. Kuma aka yi masa ado da saƙa da’ya’yan itace kewaye da shi. Bayan ginshiƙin ma haka yake.
ଏକ ସ୍ତମ୍ଭ ଅଠର ହାତ ଉଚ୍ଚ ଓ ତହିଁ ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ଆଉ ମୁଣ୍ଡାଳିର ଉଚ୍ଚ ତିନି ହାତ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ପିତ୍ତଳମୟ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ମଧ୍ୟ ଦ୍ୱିତୀୟ ସ୍ତମ୍ଭ ଜାଲିକର୍ମ ସହିତ ଏହି ପ୍ରକାର ଥିଲା।
18 Babban hafsan ya kwashi Serahiya babban firist, da Zefaniya na biye da shi a girma, da matsara ƙofofi uku.
ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ପ୍ରଧାନ ଯାଜକ ସରାୟଙ୍କୁ ଓ ଦ୍ୱିତୀୟ ଯାଜକ ସଫନୀୟଙ୍କୁ ଓ ତିନି ଜଣ ଦ୍ୱାରପାଳଙ୍କୁ ଧରିଲା।
19 Daga cikin waɗanda suka rage a birnin, ya ɗauki hafsa mai kula da dakaru, da kuma mashawartan sarki guda biyar. Ya kuma tafi da magatakarda wanda yake babban jami’in soja mai ɗaukan dukan jama’an ƙasar, tare da mutanensa guda sittin waɗanda aka samu a birnin.
ଆଉ ନବୂଷରଦନ୍‍ ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ନପୁଂସକକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ଓ ଦେଶର ଲୋକଗଣନାକାରୀ ଲେଖକ ସେନାପତିକୁ ଓ ନଗରରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକଙ୍କୁ ଧରିଲା।
20 Nebuzaradan, babban hafsan, ya kwashe su duka ya kawo su wurin sarkin Babilon a Ribla.
ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲା।
21 A can Ribla, a ƙasar Hamat, sarkin Babilon ya sa aka kashe su. Haka Yahuda ta tafi bauta daga ƙasarta.
ତହିଁରେ ବାବିଲ ରାଜା ହମାତ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।
22 Nebukadnezzar sarkin Babilon ya zaɓi Gedaliya ɗan Ahikam, ɗan Shafan yă zama shugaban sauran mutanen da suka rage a Yahuda.
ଆଉ ବାବିଲ ରାଜା ନବୂଖଦ୍‍ନିତ୍ସର ଯେଉଁମାନଙ୍କୁ ଛାଡ଼ି ଯାଇଥିଲା, ଏପରି ଯିହୁଦା ଦେଶରେ ଅବଶିଷ୍ଟ ଥିବା ଲୋକମାନଙ୍କ ଉପରେ ସେ ଶାଫନ୍‍ର ପୌତ୍ର ଅହୀକାମର ପୁତ୍ର ଗଦଲୀୟଙ୍କୁ ଶାସନକର୍ତ୍ତା ରୂପେ ନିଯୁକ୍ତ କଲା।
23 Sa’ad da dukan hafsoshin soja tare da mutanensu suka ji cewa sarkin Babilon ya naɗa Gedaliya a matsayin gwamna, sai suka zo wurin Gedaliya a Mizfa. Mutanen da suka zo su ne, Ishmayel ɗan Netaniya, Yohanan ɗan Kareya, Serahiya ɗan Tanhumet mutumin Netofa, Ya’azaniya ɗan mutumin Ma’aka, tare da mutanensu.
ଏଥିଉତ୍ତାରେ ବାବିଲ ରାଜା ଗଦଲୀୟଙ୍କୁ ଶାସନକର୍ତ୍ତା କରିଅଛି ବୋଲି ଶୁଣି ସେନାପତିଗଣ ଓ ସେମାନଙ୍କ ଲୋକମାନେ, ଅର୍ଥାତ୍‍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍‍ ଓ ନଟୋଫାତୀୟ ତନ୍‍ହୂମତର ପୁତ୍ର ସରାୟ ଓ ମାଖାଥୀୟର ପୁତ୍ର ଯାସନୀୟ ଓ ସେମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟଙ୍କ ନିକଟକୁ ଆସିଲେ।
24 Gedaliya ya tabbatar musu da rantsuwa cewa, “Kada ku ji tsoron jama’ar Babiloniyawa, muddin kun zauna lafiya, kun kuma bauta wa sarkin Babilon, kome zai yi muku kyau.”
ଏଥିରେ ଗଦଲୀୟ ସେମାନଙ୍କ ନିକଟରେ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି ସେମାନଙ୍କୁ କହିଲା, “କଲ୍‍ଦୀୟମାନଙ୍କର ଦାସମାନଙ୍କ ସକାଶୁ ଭୀତ ହୁଅ ନାହିଁ; ଦେଶରେ ବାସ କରି ବାବିଲ ରାଜାର ସେବା କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।”
25 Amma a wata na bakwai, sai Ishmayel, ɗan Netaniya, ɗan Elishama, wanda yake daga gidan sarauta, ya zo tare da mutane goma, suka kashe Gedaliya duk da mutanen Yahuda, da na Babilon da suke tare da shi na Mizfa.
ମାତ୍ର ସପ୍ତମ ମାସରେ ରାଜବଂଶଜାତ ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ଦଶ ଜଣ ଆସିଲେ, ଆଉ ଗଦଲୀୟଙ୍କୁ, ପୁଣି ଯେଉଁ ଯିହୁଦୀୟମାନେ ଓ କଲ୍‍ଦୀୟମାନେ ତାହା ସଙ୍ଗେ ମିସ୍ପାରେ ଥିଲେ, ସେମାନଙ୍କୁ ଆଘାତ କରି ବଧ କଲେ।
26 Ganin haka sai dukan mutane, babba da ƙarami, tare da shugabannin sojoji, suka tashi suka gudu zuwa ƙasar Masar, gama suna tsoron mutanen Babilon.
ଏଥିଉତ୍ତାରେ ସାନ ବଡ଼ ସମସ୍ତ ଲୋକ ଓ ସେନାପତିଗଣ ଉଠି ମିସରକୁ ଗଲେ; କାରଣ ସେମାନେ କଲ୍‍ଦୀୟମାନଙ୍କ ଲାଗି ଭୀତ ହେଲେ।
27 A shekara ta talatin da bakwai ta bautar Yehohiyacin sarkin Yahuda, a shekaran da Ewil-Merodak ya ci sarautan Babilon, sai ya saki Yehohiyacin daga jaru, ya sake shi a rana ashirin da bakwai ga watan goma sha biyu.
ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ ରାଜା ଇବିଲ୍‍-ମରୋଦକ୍‍ ରାଜ୍ୟ ଆରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା।
28 Ya yi wa Yehohiyacin maganar alheri, ya kuma ɗaukaka shi sama da sauran sarakunan da suke tare da shi a Babilon.
ଆଉ, ସେ ତାଙ୍କୁ ପ୍ରୀତିବାକ୍ୟ କହିଲା ଓ ତାଙ୍କ ସଙ୍ଗେ ବାବିଲରେ ଥିବା ରାଜାମାନଙ୍କ ଆସନଠାରୁ ତାଙ୍କର ଆସନ ଉଚ୍ଚରେ ସ୍ଥାପନ କଲା।
29 Don haka Yehohiyacin ya tuɓe kayan fursuna. Kowace rana kuwa yakan ci abinci a teburin sarki har iyakar ransa.
ଆଉ, ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲେ।
30 Sarki kuma ya yanka masa kuɗin da za a dinga ba shi, kowace rana muddin ransa.
ପୁଣି, ତାଙ୍କର ଦିନାତିପାତ ନିମନ୍ତେ ରାଜାଙ୍କଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ଜୀବନର ସମସ୍ତ କାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲେ।

< 2 Sarakuna 25 >