< 2 Sama’ila 6 >

1 Dawuda ya sāke tattara zaɓaɓɓun mutanen Isra’ila, dubu talatin.
ଏଥିଉତ୍ତାରେ ଦାଉଦ ପୁନର୍ବାର ଇସ୍ରାଏଲର ତିରିଶ ହଜାର ବଛା ଲୋକ ସମସ୍ତଙ୍କୁ ସଂଗ୍ରହ କଲେ।
2 Shi, da dukan mutanensa suka tashi daga Ba’ala-Yahuda don su hauro da akwatin alkawarin Allah, wanda ake kira da SunanUbangiji Maɗaukaki, wanda yake zama a tsakanin kerubobin da suke a kan akwatin alkawarin.
ଆଉ ଦାଉଦ ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍‍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ୱରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ।
3 Suka ɗauko akwatin alkawarin Allah a sabuwar keken yaƙi, suka kawo shi daga gidan Abinadab, wanda yake bisa tudu. Uzza da Ahiyo,’ya’yan Abinadab maza, suka bi da keken yaƙin da akwatin alkawarin Allah yake ciki suka bi da keken yaƙin
ପୁଣି ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଏକ ନୂଆ ଶଗଡ଼ରେ ରଖି ପର୍ବତସ୍ଥ ଅବୀନାଦବର ଗୃହରୁ ଆଣିଲେ; ପୁଣି ଅବୀନାଦବର ପୁତ୍ର ଉଷ ଓ ଅହୀୟୋ ସେହି ନୂଆ ଶଗଡ଼ ଚଳାଇଲେ।
4 da akwatin alkawarin Allah yake ciki. Ahiyo kuwa yana tafiya a gaban Abinadab.
ଆଉ ସେମାନେ ପର୍ବତସ୍ଥ ଅବୀନାଦବର ଗୃହରୁ ପରମେଶ୍ୱରଙ୍କ ସିନ୍ଦୁକ ସହିତ ତାହା ଆଣିଲେ; ଅହୀୟୋ ସିନ୍ଦୁକର ଆଗେ ଆଗେ ଚାଲିଲା।
5 Dawuda da dukan gidan Isra’ila suka yi biki sosai da dukan ƙarfinsu a gaban Ubangiji, da waƙoƙi, da molaye, da garayu, da ganguna, da kacau-kacau da kuma kuge.
ପୁଣି ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ସମ୍ମୁଖରେ ଦେବଦାରୁ କାଷ୍ଠରେ ନିର୍ମିତ ନାନା ପ୍ରକାର ବାଦ୍ୟଯନ୍ତ୍ର, ବୀଣା ଓ ନେବଲ ଓ ଦାରା ଓ ମନ୍ଦିରା ଓ କରତାଳ ବଜାଇଲେ।
6 Da suka kai masussukar Nakon, sai Uzza ya miƙa hannu don yă riƙe akwatin alkawarin Allah, gama shanun sun yi tuntuɓe.
ଆଉ ସେମାନେ ନାଖୋନ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ପରମେଶ୍ୱରଙ୍କ ସିନ୍ଦୁକ ଧରିଲା।
7 Fushin Ubangiji kuwa ya ƙuna a kan Uzza domin aikin rashin bangirma, saboda haka Allah ya buge shi ya kuma mutu a can kusa da akwatin alkawarin Allah.
ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ପରମେଶ୍ୱର ତାହାର ଭ୍ରମ ସକାଶୁ ତାହାକୁ ଆଘାତ କରନ୍ତେ, ସେ ସେହିଠାରେ ପରମେଶ୍ୱରଙ୍କ ସିନ୍ଦୁକ ପାଖରେ ମଲା।
8 Ran Dawuda ya ɓace gama fushin Ubangiji ya ɓarke a kan Uzza. Shi ya sa har wa yau ana kira wurin Ferez Uzza.
ପୁଣି ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ, ଏଣୁ ସେ ସେହି ସ୍ଥାନର ନାମ ପେରସ-ଉଷ (ଉଷ ପ୍ରତି ଆକ୍ରମଣ) ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।
9 Dawuda ya ji tsoron Ubangiji a ranar, sai ya ce, “Yaya akwatin alkawarin Ubangiji zai iya zuwa wurina?”
ପୁଣି ଦାଉଦ ସେହି ଦିନ ସଦାପ୍ରଭୁଙ୍କୁ ଭୟ କରି କହିଲେ, “ସଦାପ୍ରଭୁଙ୍କ ସିନ୍ଦୁକ କିପ୍ରକାରେ ମୋʼ ନିକଟକୁ ଆସିବ?”
10 Bai so yă ɗauki akwatin alkawarin Ubangiji yă kasance tare da shi a Birnin Dawuda ba. A maimakon haka sai ya kai shi gidan Obed-Edom mutumin Gat.
ତହୁଁ ଦାଉଦ ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରକୁ ଆପଣା କତିକି ଆଣିବାକୁ ଅନିଚ୍ଛୁକ ହେଲେ; ମାତ୍ର ଦାଉଦ ତାହା ନେଇ ପଥପାର୍ଶ୍ଵସ୍ଥ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ରଖିଲେ,
11 Akwatin Alkawarin Ubangiji ya kasance a gidan Obed-Edom mutumin Gat har tsawon wata uku, Ubangiji kuwa ya albarkace shi da dukan iyalinsa.
ତହିଁରେ ସଦାପ୍ରଭୁଙ୍କ ସିନ୍ଦୁକ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ତିନି ମାସ ରହିଲା; ପୁଣି ସଦାପ୍ରଭୁ ଓବେଦ୍‍-ଇଦୋମକୁ ଓ ତାହାର ସମସ୍ତ ପରିବାରକୁ ଆଶୀର୍ବାଦ କଲେ।
12 To, sai aka faɗa wa Sarki Dawuda cewa, “Ubangiji ya sa wa gidan Obed-Edom albarka da dukan abin da yake da shi, saboda akwatin alkawarin Allah.” Saboda haka sai Dawuda ya gangara ya hauro da akwatin alkawarin Allah daga gidan Obed-Edom zuwa Birnin Dawuda da farin ciki.
ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ୍‍-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ୍‍-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ।
13 Sa’ad da waɗanda suke ɗaukan akwatin alkawarin Ubangiji suka yi tafiya taki shida, sai yă yi hadayar bijimi da saniya mai ƙiba.
ଆଉ, ସଦାପ୍ରଭୁଙ୍କ ସିନ୍ଦୁକ-ବାହକମାନେ ଛଅ ପାଦ ଗଲା ଉତ୍ତାରେ ସେ ଏକ ଗୋରୁ ଓ ଏକ ପୁଷ୍ଟ ପଶୁ ବଳିଦାନ କଲେ।
14 Dawuda, sanye da efod lilin, ya yi ta rawa a gaban Ubangiji da dukan ƙarfinsa,
ପୁଣି ଦାଉଦ ଆପଣାର ସମସ୍ତ ବଳରେ ସଦାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ କଲେ; ସେହି ସମୟରେ ଦାଉଦ ଶୁକ୍ଳ ଏଫୋଦ ପିନ୍ଧିଥିଲେ।
15 yayinda shi da dukan gidan Isra’ila suka hauro da akwatin alkawarin Ubangiji da sowa da kuma busar ƙahoni.
ଏହିରୂପେ ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ଜୟଧ୍ୱନି ଓ ତୂରୀଧ୍ୱନି କରି ସଦାପ୍ରଭୁଙ୍କ ସିନ୍ଦୁକ ଆଣିଲେ।
16 Sa’ad da akwatin alkawarin Ubangiji ya shiga Birnin Dawuda, sai Mikal’yar Shawulu ta leƙa ta taga ta ga Dawuda sarki yana tsalle, yana rawa a gaban Ubangiji, sai ta rena shi a zuciyarta.
ପୁଣି ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରରେ ଉପସ୍ଥିତ ହେବା ବେଳେ ଶାଉଲଙ୍କର କନ୍ୟା ମୀଖଲ ଝରକା ଦେଇ ଅନାଇ ଦାଉଦ ରାଜାଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ କୁଦିବାର ଓ ନାଚିବାର ଦେଖିଲା; ଏଣୁ ସେ ଆପଣା ମନେ ମନେ ତାଙ୍କୁ ତୁଚ୍ଛ କଲା।
17 Suka kawo akwatin alkawarin Ubangiji, aka ajiye shi a inda aka shirya masa a cikin tentin da Dawuda ya shirya dominsa. Dawuda kuma ya miƙa hadaya ta ƙonawa da hadaya ta salama a gaban Ubangiji.
ଏଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଭିତରକୁ ଆଣି ସେହି ସ୍ଥାନରେ, ଅର୍ଥାତ୍‍, ତହିଁ ପାଇଁ ଦାଉଦ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ତହୁଁ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
18 Bayan ya gama yin hadaya ta ƙonawa da hadaya ta salama, sai ya albarkaci mutane a cikin sunan Ubangiji Maɗaukaki.
ପୁଣି ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ସାରିଲା ଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ସେ ଲୋକମାନଙ୍କୁ ଆଶୀର୍ବାଦ କଲେ।
19 Sa’an nan ya rarraba abinci, da ƙosai, dabino, da waina ga kowane mutum a cikin dukan jama’ar Isra’ila, maza da mata. Dukan mutane kuwa suka watse zuwa gidajensu.
ପୁଣି ସେ ଇସ୍ରାଏଲର ସମୁଦାୟ ଜନତା ମଧ୍ୟରେ ସମସ୍ତ ଲୋକଙ୍କୁ, ପୁରୁଷ ଓ ସ୍ତ୍ରୀ ଉଭୟ ମଧ୍ୟରେ ପ୍ରତ୍ୟେକଙ୍କୁ ଏକ ଏକ ଖଣ୍ଡ ରୁଟି ଓ ଏକ ଏକ ଅଂଶ ମାଂସ ଓ ଏକ ଏକ ଦ୍ରାକ୍ଷାଚକ୍ତି ପରିବେଷଣ କଲେ। ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୃହକୁ ପ୍ରସ୍ଥାନ କଲେ।
20 Da Dawuda ya koma gida don yă sa wa gidansa albarka, sai Mikal’yar Shawulu ta fito don tă tarye shi, sai ta ce, “Tabbas sarkin Isra’ila ya fiffita kansa yau, ya tuɓe a gaban bayinsa’yan mata, kamar yadda duk marar kunya yakan yi!”
ଏଥିଉତ୍ତାରେ ଦାଉଦ ଆପଣା ପରିବାରକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ। ତହିଁରେ ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ଭେଟିବା ପାଇଁ ବାହାରେ ଆସି କହିଲା, “ଆଜି ଇସ୍ରାଏଲର ରାଜା କେଡ଼େ ଗୌରବ ପାଇଲେ, ସେ ଆଜି ଆପଣା ଦାସଗଣର ଦାସୀମାନଙ୍କ ସାକ୍ଷାତରେ ବିବସ୍ତ୍ର ହୋଇଥିଲେ, ଯେପରି କୌଣସି ଅଗାଡ଼ି ଲୋକ ନିର୍ଲଜ ରୂପେ ବିବସ୍ତ୍ର ହୁଏ!”
21 Dawuda ya ce wa Mikal, “Na yi rawana domin in girmama Ubangiji ne, wanda ya zaɓe ni a maimakon mahaifinki ko wani daga cikin dukan gidansa, shi ne kuma ya sa ni sarki a kan Isra’ila, mutanen Ubangiji, zan yi biki a gaban Ubangiji.
ଏଥିରେ ଦାଉଦ ମୀଖଲକୁ କହିଲେ, “ତାହା ତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା, ସେ ତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତ କରିବାକୁ ମୋତେ ମନୋନୀତ କରିଅଛନ୍ତି; ଏହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆମୋଦ କରିବି।
22 Zan ma mai da kaina abin reni fiye da haka, za a kuma zama abin reni a gare ki. Amma waɗannan bayi’yan matan da kika yi magana a kai, za su gan ni da martaba.”
ପୁଣି ମୁଁ ଏଥିରୁ ହିଁ ଆହୁରି କ୍ଷୁଦ୍ର ହେବି ଓ ନିଜ ଦୃଷ୍ଟିରେ ନୀଚ ହେବି; ତଥାପି ତୁମ୍ଭେ ଯେଉଁ ଦାସୀମାନଙ୍କ କଥା କହିଲ, ସେମାନଙ୍କଠାରୁ ମୁଁ ଗୌରବ ପାଇବି।”
23 Mikal’yar Shawulu kuwa ba tă haifi ɗa ba har mutuwarta.
ଏହେତୁ ଶାଉଲଙ୍କର କନ୍ୟା ମୀଖଲର ମରଣ ଦିନ ପର୍ଯ୍ୟନ୍ତ ସନ୍ତାନ ହେଲା ନାହିଁ।

< 2 Sama’ila 6 >