< Ayyukan Manzanni 12 >
1 Kusan a wannan lokaci ne Sarki Hiridus ya kama waɗansu da suke na ikkilisiya, da niyya ya tsananta musu.
ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ଡଳୀର କେତେକ ଜଣଙ୍କୁ ଅତ୍ୟାଚାର କରିବା ନିମନ୍ତେ ହସ୍ତକ୍ଷେପ କଲେ।
2 Ya sa aka kashe Yaƙub, ɗan’uwan Yohanna, da takobi.
ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ୍ଗରେ ବଧ କଲେ।
3 Sa’ad da ya ga wannan ya faranta wa Yahudawa rai, sai ya kama Bitrus shi ma. Wannan ya faru kwanakin Bikin Burodi Marar Yisti.
ଆଉ ଯିହୁଦୀ ନେତାମାନଙ୍କୁ ସେଥିରେ ସନ୍ତୁଷ୍ଟ ହେବାର ଦେଖି ସେ ପିତରଙ୍କୁ ମଧ୍ୟ ଧରିବାକୁ ଅଗ୍ରସର ହେଲେ। ସେହି ସମୟରେ ଖମୀରଶୂନ୍ୟ ରୁଟିର ପର୍ବ ଥିଲା।
4 Bayan ya kama shi, sai ya sa shi a kurkuku, ya danƙa shi a hannun soja hurhuɗu kashi huɗu, don su yi gadinsa. Hiridus ya yi niyyar ya yi masa shari’a a gaban mutane bayan Bikin Ƙetarewa.
ପରେ ସେ ତାହାଙ୍କୁ ଧରି କାରାଗାରରେ ନିକ୍ଷେପ କଲେ, ପୁଣି, ନିସ୍ତାର ପର୍ବ ଉତ୍ତାରେ ସେ ତାହାଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ନିମନ୍ତେ ମନସ୍ଥ କରି ପ୍ରତ୍ୟେକ ଦଳରେ ଚାରି ଜଣ ଲେଖାଏଁ ଥିବା ଚାରୋଟି ସେନାଦଳ ନିକଟରେ ତାହାଙ୍କୁ ଜଗିବା ପାଇଁ ସମର୍ପଣ କଲେ।
5 Saboda haka aka tsare Bitrus a kurkuku, amma ikkilisiya ta nace da addu’a ga Allah dominsa.
ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ରଭାବେ ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା।
6 A daren da in gari ya waye da Hiridus yake niyyar kawo shi domin a yi masa shari’a, Bitrus yana barci tsakanin sojoji biyu, daure da sarƙoƙi biyu, masu gadi kuma suna bakin ƙofa.
ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଜଞ୍ଜିରରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ।
7 Ba zato ba tsammani sai mala’ikan Ubangiji ya bayyana haske kuma ya haskaka a ɗakin. Ya bugi Bitrus a gefe ya kuma tashe shi ya ce, “Maza, ka tashi!” Sarƙoƙin kuwa suka zube daga hannuwansa.
ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ। ସେଥିରେ ତାହାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା।
8 Sa’an nan mala’ikan ya ce masa, “Ka sa rigunarka da takalmanka.” Bitrus kuwa ya sa. Mala’ikan ya faɗa masa cewa, “Ka yafa mayafinka ka bi ni.”
ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ। ସେ ସେପରି କଲେ। ଆଉ ସେ ତାହାଙ୍କୁ କହିଲେ, ଆପଣା ବସ୍ତ୍ର ପିନ୍ଧି ମୋହର ପଛେ ପଛେ ଆସ।
9 Bitrus ya bi shi suka fita kurkukun, amma bai ma san cewa abin da mala’ikan yake yi tabbatacce ne ba; yana tsammani wahayi yake gani.
ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ।
10 Suka wuce masu gadi na fari da na biyu, suka kuma isa ƙofar ƙarfe ta shiga birni. Ƙofar kuwa ta buɗe musu da kanta, suka kuma wuce. Sa’ad da suka yi tafiya tsawon wani titi, nan take mala’ikan ya bar shi.
ଯେତେବେଳେ ସେମାନେ ପ୍ରଥମ ଓ ଦ୍ୱିତୀୟ ପ୍ରହରୀ-ଦଳ ଅତିକ୍ରମ କରି, ଯେଉଁ ଲୌହଦ୍ୱାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ୱାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ଡର ଶେଷ ମୁଣ୍ଡ ଯାଏ ଗଲେ, ପୁଣି, ସେହିକ୍ଷଣି ସେହି ଦୂତ ତାହାଙ୍କଠାରୁ ଅଦୃଶ୍ୟ ହୋଇଗଲେ।
11 Sai Bitrus ya dawo hankalinsa ya ce, “Yanzu na sani ba shakka Ubangiji ne ya aiki mala’ikansa yă cece ni daga hannun Hiridus da kuma dukan mugun fatan Yahudawa.”
ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୁଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି।
12 Da ya gane haka, sai ya tafi gidan Maryamu uwar Yohanna, wanda ake kuma kira Markus, inda mutane da yawa suka taru suna addu’a.
ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରୀୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ।
13 Bitrus ya ƙwanƙwasa ƙofar waje, sai wata mai aiki a gidan da ake kira Roda ta zo tă ji ko wane ne.
ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା।
14 Da ta gane muryar Bitrus, ta cika da murna ta gudu ta koma ba tare da ta buɗe ƙofar ba, sai ta koma a guje ta ce da ƙarfi, “Ga Bitrus a bakin ƙofa!”
ସେ ପିତରଙ୍କର ସ୍ୱର ବାରି ଆନନ୍ଦ ସକାଶେ ଦ୍ୱାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ୱାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା।
15 Sai suka ce mata, “Kina hauka.” Da ta nace cewa shi ne, sai suka ce, “To, lalle, mala’ikansa ne.”
ସେମାନେ ତାହାକୁ କହିଲେ, ତୁ ବାୟାଣୀ। କିନ୍ତୁ ସେ ତାହା ସତ ବୋଲି ଦୃଢ଼ରୂପେ କହିବାକୁ ଲାଗିଲା। ସେମାନେ କହିଲେ, ଏ ତାଙ୍କର ଦୂତ।
16 Amma Bitrus ya yi ta ƙwanƙwasawa. Da suka buɗe ƙofar suka kuma gan shi, sai suka yi mamaki.
କିନ୍ତୁ ପିତର ଦ୍ୱାରରେ ବାରମ୍ବାର ଆଘାତ କରୁଥିଲେ, ଆଉ ସେମାନେ ଫିଟାଇ ତାହାଙ୍କୁ ଦେଖି ଆଚମ୍ଭିତ ହେଲେ।
17 Bitrus ya yi musu alama da hannunsa su yi shiru sai ya bayyana yadda Ubangiji ya fitar da shi daga kurkuku. Ya ce, “Ku gaya wa Yaƙub da kuma’yan’uwa game da wannan,” sa’an nan ya tashi ya tafi wani wuri.
କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ। ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ।
18 Da safe, hargitsin da ya tashi tsakanin sojojin ba ƙarami ba ne, a kan abin da ya sami Bitrus.
ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା।
19 Bayan Hiridus ya neme shi bai same shi ba, sai ya tuhumi masu gadin, ya kuma ba da umarni a kashe su. Sa’an nan Hiridus ya tashi daga Yahudiya ya tafi Kaisariya ya kuma yi’yan kwanaki a can.
ଆଉ ହେରୋଦ ତାହାଙ୍କୁ ଖୋଜି ନ ପାଇବାରୁ ପ୍ରହରୀମାନଙ୍କୁ ପ୍ରଶ୍ନ କଲା ଉତ୍ତାରେ ସେମାନଙ୍କୁ ବଧ କରିବା ପାଇଁ ଆଜ୍ଞା ଦେଲେ। ପରେ ସେ ଯିହୂଦିୟା ପ୍ରଦେଶରୁ କାଇସରିୟା ସହରକୁ ଯାଇ ସେଠାରେ ରହିଲେ।
20 Yana da rashin jituwa da mutanen Taya da na Sidon; sai suka haɗa kai suka nemi ganawa da shi. Bayan suka sami goyon bayan Bilastus, amintaccen bawan sarki, sai suka nemi salama, domin sun dogara ga ƙasar sarkin don samun abincinsu.
ସେତେବେଳେ ହେରୋଦ ସୋର ଓ ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାହାଙ୍କ ନିକଟକୁ ଆସିଲେ ଓ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ଶାନ୍ତି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା।
21 A ranar da aka shirya Hiridus, sanye da kayan sarautarsa, ya zauna a gadon sarautarsa ya kuma ya wa mutanen jawabi.
ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ;
22 Suka tā da murya suka ce, “Wannan muryar wani allah ne, ba ta mutum ba.”
ସେଥିରେ ଲୋକମାନେ ପାଟି କରି କହିବାକୁ ଲାଗିଲେ, ଏ ତ ଦେବତାଙ୍କ ସ୍ୱର ମନୁଷ୍ୟର ସ୍ୱର ନୁହେଁ।
23 Nan take, domin Hiridus bai yi wa Allah yabo ba, wani mala’ikan Ubangiji ya buge shi, tsutsotsi kuwa suka cinye shi ya kuma mutu.
ତତ୍କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କୁ ଆଘାତ କଲେ, କାରଣ ସେ ଈଶ୍ବରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାହାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ।
24 Amma maganar Allah ta ci gaba da ƙaruwa ta kuma bazu.
କିନ୍ତୁ ଈଶ୍ବରଙ୍କ ବାକ୍ୟ ବୃଦ୍ଧି ପାଇ ଅଧିକ ବ୍ୟାପିବାକୁ ଲାଗିଲା।
25 Sa’ad da Barnabas da Shawulu suka kammala aikinsu, sai suka komo daga Urushalima, tare da Yohanna, wanda ake kira Markus.
ପରେ ବର୍ଣ୍ଣବ୍ବା ଓ ଶାଉଲ ଆପଣାମାନଙ୍କର ସେବାକାର୍ଯ୍ୟ ସମାପ୍ତ କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କୁ ସାଙ୍ଗରେ ଘେନି ଯିରୂଶାଲମ ସହରରୁ ବାହୁଡ଼ିଗଲେ।