< Ayyukan Manzanni 14 >
1 A Ikoniyum Bulus da Barnabas suka shiga majami’ar Yahudawa yadda suka saba. A can suka yi magana gabagadi har Yahudawa da Al’ummai masu yawa suka gaskata.
ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ପାଉଲ ଓ ବର୍ଣ୍ଣବ୍ବା ଯିହୁଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୁଦୀ ଓ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ୱାସ କଲେ।
2 Amma Yahudawan da suka ƙi ba da gaskata, suka zuga Al’ummai suka sa ɓata tsakaninsu da’yan’uwa.
କିନ୍ତୁ ଯେଉଁ ଯିହୁଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୁଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ।
3 Bulus da Barnabas kuwa suka daɗe sosai a can, suna magana gabagadi saboda Ubangiji, wanda kuwa ya tabbatar da saƙon alherinsa ta wurinsa su su aikata ayyuka da alamu masu banmamaki.
ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ଵାରା ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ।
4 Mutanen birnin suka rarrabu, waɗansu suka goyi bayan Yahudawa, waɗansu kuma suka goyi bayan manzannin.
କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୁଦୀମାନଙ୍କ ପକ୍ଷରେ ଆଉ ଦଳେ ପ୍ରେରିତମାନଙ୍କ ପକ୍ଷରେ।
5 Yahudawa da Al’ummai tare da shugabanninsu suka ƙulla shawara a tsakaninsu, domin su wulaƙanta su su kuma jajjefe su da duwatsu.
ଯେତେବେଳେ ଅଣଯିହୁଦୀ ଓ ଯିହୁଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ,
6 Amma suka sami labari suka kuma gudu zuwa biranen Ikoniyum na Listira da Derbe da kuma ƙauyukan kewaye,
ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆ ଦେଶରେ ଲୁସ୍ତ୍ରା ଓ ଦର୍ବୀ ସହର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,
7 inda suka ci gaba da wa’azin labari mai daɗi.
ଆଉ ସେମାନେ ସେଠାରେ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।
8 A Listira kuwa akwai wani gurgu zaune a ƙafafunsa, wanda gurgu ne tun haihuwa, kuma bai taɓa tafiya ba.
ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାହାର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା।
9 Ya kasa kunne yayinda Bulus yake magana. Bulus kuma ya kafa masa ido, ya lura cewa yana da bangaskiyar da za tă warkar da shi
ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା। ପାଉଲ ତାହାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାହାର ବିଶ୍ୱାସ ଥିବାର ଦେଖି ଉଚ୍ଚସ୍ୱରରେ କହିଲେ,
10 sai ya ɗaga murya ya ce, “Tashi ka tsaya kan ƙafafunka!” Da jin haka, sai mutumin ya yi wuf ya kuma fara tafiya.
ତୁମ୍ଭର ପାଦର ଭାର ଦେଇ ସିଧା ଠିଆ ହୁଅ। ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା।
11 Sa’ad da taron suka ga abin da Bulus ya yi, sai suka ihu da harshen Likayoniyawa, suna cewa, “Alloli sun sauka mana da siffar mutane!”
ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି।
12 Sai suka ba wa Barnabas, sunan Zeyus, Bulus kuma suka kira Hermes domin shi ne shugaban magana.
ସେମାନେ ବର୍ଣ୍ଣବ୍ବାଙ୍କୁ ବୃହସ୍ପତି ବୋଲି କହିଲେ, ପୁଣି, ପାଉଲ ପ୍ରଧାନ ବକ୍ତା ଥିବାରୁ ତାହାଙ୍କୁ ବୁଧ ବୋଲି କହିଲେ।
13 Firist na Zeyus, wanda haikalinsa ke bayan birni, ya kawo bijimai da furanni a ƙofofin birni domin shi da taron mutanen sun so su miƙa musu hadayu.
ନଗର ସମ୍ମୁଖରେ ଥିବା ବୃହସ୍ପତିଙ୍କ ମନ୍ଦିରର ଯାଜକ କେତେକ ବୃଷ ଓ ପୁଷ୍ପହାର ଦ୍ୱାର ନିକଟକୁ ଆଣି ଲୋକସମୂହ ସହିତ ବଳି ଦେବାକୁ ଇଚ୍ଛା କରିଥିଲେ।
14 Amma da manzannin nan Barnabas da Bulus suka ji haka, sai suka yayyage tufafinsu suka ruga cikin taron, suna ihu suna cewa,
କିନ୍ତୁ ପ୍ରେରିତମାନେ, ଅର୍ଥାତ୍ ବର୍ଣ୍ଣବ୍ବା ଓ ପାଉଲ, ଏହା ଶୁଣି ଆପଣା ଆପଣାର ବସ୍ତ୍ର ଚିରି ଲୋକସମୂହ ମଧ୍ୟକୁ ବେଗେ ଦୌଡ଼ିଯାଇ ଉଚ୍ଚସ୍ୱରରେ କହିବାକୁ ଲାଗିଲେ,
15 “Ya ku mutane, don me kuke yin haka? Ai, mu ma mutane ne kawai,’yan adam ne kamar ku. Mun kawo muku labari mai daɗi ne, muna gaya muku ku juya daga waɗannan abubuwa banza, ku juyo ga Allah mai rai, wanda ya yi sama da ƙasa da teku da kuma dukan abin da yake cikinsu.
ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହିସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ବରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;
16 A zamanin dā, ya bar dukan ƙasashe su yi yadda suka ga dama.
ସେ ଅତୀତ ପୁରୁଷ-ପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ିଦେଇଥିଲେ।
17 Duk da haka bai bar kansa babu shaida ba. Ya nuna alheri ta wurin ba ku ruwan sama da kuma amfanin gona a lokutansu; ya ba ku abinci mai yawa ya kuma cika zukatanku da farin ciki.”
ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି।
18 Ko da waɗannan kalmomi ma, da ƙyar suka hana jama’an nan yin musu hadaya.
ଏହିସବୁ କଥା କହି ସେମାନେ ଅତି କଷ୍ଟରେ ସେମାନଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାରୁ ଲୋକସମୂହଙ୍କୁ ନିବୃତ୍ତ କଲେ।
19 Sai waɗansu Yahudawa suka zo daga Antiyok da Ikoniyum suka sha kan taron. Suka jajjefi Bulus da duwatsu suka kuma ja shi bayan birni, suna tsammani ya mutu.
କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୁଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ।
20 Amma bayan da almajiran suka taru kewaye da shi, sai ya tashi ya koma cikin birni. Kashegari shi da Barnabas suka tashi zuwa Derbe.
ମାତ୍ର ଶିଷ୍ୟମାନେ ତାହାଙ୍କୁ ଘେରି ଠିଆ ହୁଅନ୍ତେ ସେ ଉଠି ସହର ମଧ୍ୟରେ ପ୍ରବେଶ କଲେ। ପରଦିନ ସେ ବର୍ଣ୍ଣବ୍ବାଙ୍କ ସହିତ ଦର୍ବୀକୁ ବାହାରିଗଲେ।
21 Suka yi wa’azin Labari mai daɗi a wannan birni, suka kuma sami almajirai da yawa. Sai suka koma Listira, Ikoniyum da kuma Antiyok,
ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ,
22 suna gina almajirai suna kuma ƙarfafa su su tsaya da gaske cikin bangaskiya. Suka ce, “Sai da shan wahaloli masu yawa za mu shiga mulkin Allah.”
ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।
23 Bulus da Barnabas suka naɗa musu dattawa a kowace ikkilisiya, tare da addu’a da azumi, suka miƙa su ga Ubangiji, wanda suka dogara da shi.
ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।
24 Bayan sun bi ta Fisidiya, sai suka zo cikin Famfiliya,
ପରେ ସେମାନେ ପିସିଦିଆ ଦେଶ ମଧ୍ୟ ଦେଇ ପଂଫୂଲିଆ ଦେଶକୁ ଆସିଲେ,
25 kuma sa’ad da suka yi wa’azi a Ferga, sai suka gangara zuwa Attaliya.
ଆଉ ପର୍ଗୀରେ ବାକ୍ୟ ପ୍ରଚାର କରି ଆତ୍ତାଲିଆକୁ ଗଲେ।
26 Daga Attaliya kuma suka shiga jirgin ruwa suka koma Antiyok, inda dā aka danƙa su ga alherin Allah saboda aikin da suka kammala yanzu.
ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ।
27 Da isarsu a can, sai suka tara ikkilisiya wuri ɗaya suka ba da rahoton duk abin da Allah ya aikata ta wurinsu da kuma yadda ya buɗe ƙofar bangaskiya domin Al’ummai.
ସେମାନେ ପହଞ୍ଚି ମଣ୍ଡଳୀକୁ ଏକତ୍ର କଲେ, ପୁଣି, ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୁଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇ ଦେଇଥିଲେ, ସେହିସବୁ ବର୍ଣ୍ଣନା କଲେ।
28 Suka kuma jima a can tare da almajirai.
ଆଉ ସେମାନେ ସେହି ବିଶ୍ୱାସୀମାନଙ୍କ ସହିତ ଅନେକ ଦିନ ପର୍ଯ୍ୟନ୍ତ ରହିଲେ।