< Ayyukan Manzanni 19 >
1 Lokacin da Afollos yake a Korint, Bulus ya bi hanyar da ta ratsa ta Asiya ya zo Afisa. A can ya sadu da waɗansu almajirai,
ଆପଲ୍ଲ କରିନ୍ଥ ସହରରେ ଥିବା ସମୟରେ ପାଉଲ ପାହାଡ଼ିଆ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ।
2 sai ya tambaye, su ya ce, “Kun karɓi Ruhu Mai Tsarki sa’ad da kuka gaskata?” Suka amsa suka ce, “A’a, ba mu ma san akwai Ruhu Mai Tsarki ba.”
ସେ ସେମାନଙ୍କୁ ପଚାରିଲେ, ବିଶ୍ୱାସ କରିବା ସମୟରେ କଅଣ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କୁ ପାଇଥିଲ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନା ପବିତ୍ର ଆତ୍ମା ଯେ ଦତ୍ତ ହୋଇଅଛନ୍ତି, ତାହା ସୁଦ୍ଧା ଆମ୍ଭେମାନେ ଶୁଣି ନାହୁଁ।
3 Saboda haka Bulus ya yi tambaya ya ce, “To, wace baftisma aka yi muku?” Suka ce, “Baftismar Yohanna.”
ତେଣୁ ସେ ପଚାରିଲେ, ତେବେ ତୁମ୍ଭେମାନେ କାହିଁରେ ବାପ୍ତିଜିତ ହୋଇଥିଲ? ସେମାନେ କହିଲେ, ଯୋହନଙ୍କ ବାପ୍ତିସ୍ମରେ।
4 Bulus ya ce, “Ai, baftismar Yohanna, baftisma ce ta tuba. Ya ce wa mutane su gaskata a wani wanda yake zuwa bayansa, wato, Yesu.”
ସେଥିରେ ପାଉଲ କହିଲେ, ଯୋହନ ମନ-ପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ।
5 Da ji wannan, sai aka yi musu baftisma a cikin sunan Ubangiji Yesu.
ସେମାନେ ଏହା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ,
6 Da Bulus ya ɗibiya musu hannuwansa, sai Ruhu Mai Tsarki ya sauka musu, suka kuwa yi magana da harsuna, suka kuma yi annabci.
ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ।
7 Mutane kuwa su wajen mutum goma sha biyu ne.
ସେମାନେ ସମସ୍ତେ ପ୍ରାୟ ବାର ଜଣ ପୁରୁଷ ଥିଲେ।
8 Bulus ya shiga majami’a ya yi magana gabagadi a can na watanni uku, yana muhawwara yana kuma rinjayarsu game da mulkin Allah.
ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ବରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ।
9 Amma waɗansunsu suka taurara; suka ƙi su gaskata kuma a gaban jama’a suka yi baƙar magana game da Hanyar. Bulus kuwa ya bar su. Ya tafi tare da almajirai ya dinga tattaunawa da su kullum a babban ɗakin jawabi na Tirannus.
କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ।
10 Wannan ya ci gaba har shekara biyu, sai da ya sa dukan Yahudawa da Hellenawa da suke zaune a lardin Asiya suka ji maganar Ubangiji.
ଏହିପରି ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଲା; ସେଥିରେ ଏସିଆ-ନିବାସୀ ଯିହୁଦୀ ଓ ଗ୍ରୀକ୍ ସମସ୍ତେ ପ୍ରଭୁଙ୍କ ବାକ୍ୟ ଶ୍ରବଣ କଲେ।
11 Allah ya yi ayyukan banmamakin da suka wuce misali ta hannu Bulus,
ପୁଣି, ଈଶ୍ବର ପାଉଲଙ୍କ ହସ୍ତ ଦ୍ୱାରା ଅସାମାନ୍ୟ ଅଦ୍ଭୁତ କାର୍ଯ୍ୟ ସାଧନ କରୁଥିଲେ,
12 har ma ana kai hankicif da adikan da suka taɓa jikinsa wa marasa lafiya, suka kuwa warke daga cututtukansu mugayen ruhohi kuma suka rabu da su.
ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣା ଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦ-ଆତ୍ମାଗୁଡ଼ାକ ବାହାରିଯାଉଥିଲେ।
13 Waɗansu Yahudawa masu yawo gari-gari suna fitar da mugayen ruhohi suka yi ƙoƙari su yi amfani da sunan Ubangiji Yesu a kan waɗanda suke da aljanu. Suna cewa, “A cikin sunan Yesu wanda Bulus yake wa’azi, na umarce ku, ku fito.”
କିନ୍ତୁ ଭ୍ରମଣକାରୀ ଯିହୁଦୀ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି।
14 ’Ya’ya bakwai maza na Sikeba, wani babban firist na Yahudawa, suna yin haka.
ପୁଣି, ସ୍କେବା ନାମକ ଜଣେ ଯିହୁଦୀ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ।
15 Wata rana mugun ruhu ya amsa musu ya ce, “Yesu kam na sani, Bulus kuma na sani, amma ku kuma su wane ne?”
ସେଥିରେ ମନ୍ଦ-ଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁଁ; ମାତ୍ର ତୁମ୍ଭେମାନେ କିଏ?
16 Sai mutumin da yake da mugun ruhun ya fāɗa musu ya sha ƙarfinsu duka. Ya yi musu dūkan tsiya har suka fita a guje daga gidan tsirara jini yana zuba.
ସେତେବେଳେ ମନ୍ଦ-ଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଗ୍ନ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ।
17 Da Yahudawa da Hellenawan da suke zama a Afisa suka ji wannan labari sai duk tsoro ya kama su, aka kuwa darjanta sunan Ubangiji Yesu ƙwarai.
ଏହି କଥା ଏଫିସ ନିବାସୀ ଯିହୁଦୀ ଓ ଗ୍ରୀକ୍ ସମସ୍ତେ ଜାଣିଲେ। ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ୱିତ ହେବାକୁ ଲାଗିଲା।
18 Da yawa cikin waɗanda suka gaskata yanzu suka zo a fili suka furta mugayen ayyukansu.
ପୁଣି, ବିଶ୍ୱାସୀମାନଙ୍କ ମଧ୍ୟରୁ ଅନେକେ ଆସି ଆପଣା ଆପଣା କର୍ମ ସ୍ୱୀକାର ଓ ପ୍ରକାଶ କରିବାକୁ ଲାଗିଲେ,
19 Waɗansu masu yin sihiri suka kawo naɗaɗɗun littattafansu wuri ɗaya suka kuwa ƙone su a gaban jama’a. Sa’ad da aka lissafta yawan kuɗin naɗaɗɗun littattafan nan, sai jimillar ta kai darik dubu hamsin.
ଆଉ ଯାଦୁକ୍ରିୟା କରୁଥିବା ଅନେକେ ଆପଣା ଆପଣା ପୁସ୍ତକ ଆଣି ଏକତ୍ର କରି ସମସ୍ତଙ୍କ ସାକ୍ଷାତରେ ପୋଡ଼ିପକାଇଲେ; ସେମାନେ ସେସବୁର ମୂଲ୍ୟ ହିସାବ କରି ତାହା ପଚାଶ ହଜାର ରୂପା ମୁଦ୍ରା ବୋଲି ଦେଖିଲେ।
20 Ta haka maganar Ubangiji ta bazu ko’ina ta kuma yi ƙarfi.
ଏହି ପ୍ରକାରେ ପ୍ରଭୁଙ୍କର ବାକ୍ୟ ପରାକ୍ରମରେ ବୃଦ୍ଧି ପାଇବାକୁ ଓ ଜୟଯୁକ୍ତ ହେବାକୁ ଲାଗିଲା।
21 Bayan dukan wannan ya faru, sai Bulus ya yanke shawara ya ratsa Makidoniya da Akayya in za shi Urushalima. Ya kuma ce, “Bayan na tafi can, dole in ziyarci Roma ita ma.”
ଏହି ସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନରେ ସ୍ଥିର କରି କହିଲେ ଯେ ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ।
22 Sai ya aiki biyu daga cikin masu taimakonsa, Timoti da Erastus, zuwa Makidoniya, yayinda shi kuwa ya ɗan dakata a lardin Asiya.
ପୁଣି, ଯେଉଁମାନେ ତାହାଙ୍କର ସେବା କରୁଥିଲେ, ସେମାନଙ୍କର ମଧ୍ୟରୁ ତୀମଥି ଓ ଏରାଷ୍ଟ, ଏହି ଦୁଇ ଜଣଙ୍କୁ ମାକିଦନିଆକୁ ପ୍ରେରଣ କରି ସେ ଆପେ କିଛି କାଳ ପର୍ଯ୍ୟନ୍ତ ଏସିଆରେ ରହିଲେ।
23 Kusan wannan lokaci sai aka yi wani babban hargitsi game da wannan Hanyar.
ପ୍ରାୟ ସେହି ସମୟରେ ଏହି ମାର୍ଗ ବିଷୟରେ ମହା ଗଣ୍ଡଗୋଳ ଉଠିଲା।
24 Wani maƙerin azurfa, mai suna Demetiriyus wanda yake ƙera siffar ɗakunan tsafin Artemis da azurfa, ba ƙaramin ciniki yake kawo wa mutane masu sana’an nan ba.
କାରଣ ଦୀମିତ୍ରୀୟ ନାମକ ଜଣେ ସ୍ୱର୍ଣ୍ଣକାର ଆର୍ତ୍ତେମୀର ରୌପ୍ୟ ମନ୍ଦିର ନିର୍ମାଣ କରୁଥିଲା, ପୁଣି, ଶିଳ୍ପକାରମାନଙ୍କର ଯଥେଷ୍ଟ ଲାଭ କରାଯାଉଥିଲା।
25 Sai ya tara su wuri ɗaya, tare da masu irin wannan sana’ar ya ce, “Ku jama’a, kun san muna samun kuɗin shiga sosai daga wannan sana’a.
ସେ ସେମାନଙ୍କୁ ଓ ସେହି ବ୍ୟବସାୟର କାରିଗରମାନଙ୍କୁ ଡାକି କହିଲା, ମହାଶୟମାନେ, ଏହି ବ୍ୟବସାୟ ଦ୍ୱାରା ଆମ୍ଭେମାନେ ଧନ ପ୍ରାପ୍ତ ହେଉ ବୋଲି ଆପଣମାନେ ଜାଣନ୍ତି;
26 Kuma kuna ji kuna gani yadda Bulus ɗin nan ya shawo kan mutane da yawa ya kuma sa suka bauɗe a nan a Afisa da dukan lardin Asiya. Yana cewa alloli da mutum ya ƙera ba alloli ba ne ko kaɗan.
ଆଉ ହାତ ତିଆରି ଦେବତାମାନେ ଈଶ୍ବର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଏସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
27 Akwai hatsari, ba kawai cewa sana’armu za tă rasa sunanta mai daraja ba, amma za a yi banza da ɗakin tsafin Artemis alliyarmu mai girma, alliyar kanta wadda ake bauta a ko’ina a yankin Asiya da kuma duniya, za a raba ta da darajarta.”
ଏଥିରେ ଯେ କେବଳ ଆମ୍ଭମାନଙ୍କ ଏହି ବ୍ୟବସାୟର ଦୁର୍ନାମ ହେବାର ଆଶଙ୍କା ଅଛି, ତାହା ନୁହେଁ, କିନ୍ତୁ ଯେଉଁ ମହାନ ଦେବୀ ଆର୍ତ୍ତେମୀଙ୍କୁ ସମସ୍ତ ଏସିଆ ଓ ଜଗତଯାକ ଉପାସନା କରନ୍ତି, ତାହା ମନ୍ଦିର ମଧ୍ୟ ନଗଣ୍ୟ ହୋଇପଡ଼ିବାର ଓ ତାହାଙ୍କ ମହିମାର ଗ୍ଲାନି ସୁଦ୍ଧା ଘଟିବାର ଆଶଙ୍କା ଅଛି।
28 Da suka ji haka, sai suka yi fushi ƙwarai suka fara ihu suna cewa, “Girma ta tabbata ga Artemis ta Afisawa!”
ଏହି କଥା ଶୁଣି ସେମାନେ କ୍ରୋଧରେ ପରିପୂର୍ଣ୍ଣ ହୋଇ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି।
29 Jim kaɗan sai hayaniya ta tashi a dukan birnin. Sai mutane suka cafke Gayus da Aristarkus, abokan tafiyar Bulus daga Makidoniya, suka ruga da zuwa fili da nufi ɗaya.
ଏଥିରେ ନଗରଟି ଗଣ୍ଡଗୋଳରେ ପରିପୂର୍ଣ୍ଣ ହେଲା, ଆଉ ସେମାନେ ଏକଯୋଗରେ ପାଉଲଙ୍କ ସହଯାତ୍ରୀ ମାକିଦନିଆର ଗାୟ ଓ ଆରିସ୍ତାର୍ଖଙ୍କୁ ଧରି ବଡ଼ ବେଗରେ ରଙ୍ଗଭୂମିକୁ ଦୌଡ଼ିଗଲେ।
30 Bulus ya so ya bayyana a gaban taron, amma almajirai ba su bar shi ba.
ଏଥିରେ ପାଉଲ ଲୋକମାନଙ୍କ ଭିତରକୁ ଯିବାକୁ ଇଚ୍ଛା କଲେ, କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯିବାକୁ ଦେଲେ ନାହିଁ।
31 Har waɗansu shugabannin lardin ma, abokan Bulus, suka aika masa suna roƙonsa kada yă kuskura ya shiga filin nan.
ଆଉ ଏସିଆର ପ୍ରଧାନ କର୍ମକାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାହାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାହାଙ୍କୁ ଅନୁରୋଧ କଲେ।
32 Taron kuwa ya ruɗe. Waɗansu suna ihu suna ce abu kaza, waɗansu kuma wani abu dabam. Yawancin mutane kuma ba su ma san abin da ya sa suke a wurin ba.
ସେତେବେଳେ କେହି କେହି ଏ କଥା, କେହି କେହି ବା ସେ କଥା କହି ଚିତ୍କାର କରୁଥିଲେ, କାରଣ ସଭା ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଥିଲା, ଆଉ ସେମାନେ ଯେ କାହିଁକି ଏକତ୍ର ହୋଇଅଛନ୍ତି, ତାହା ଅଧିକାଂଶ ଜାଣି ନ ଥିଲେ।
33 Yahudawa suka tura Alekzanda gaba, sai waɗansu a taron suka riƙa yin masa ihu. Sai ya ɗaga hannu don a yi shiru don yă kāre kansa a gaban mutane.
ଆଉ ଯିହୁଦୀମାନେ ଆଲେକ୍ଜାଣ୍ଡରକୁ ଆଗକୁ ବାହାର କରି ଆଣିବାରୁ ଲୋକସମୂହ ମଧ୍ୟରୁ କେହି କେହି ତାହାକୁ ମତାଇଲେ; ସେଥିରେ ଆଲେକ୍ଜାଣ୍ଡର ହସ୍ତରେ ସଙ୍କେତ କରି ଲୋକମାନଙ୍କ ନିକଟରେ ସେମାନଙ୍କର ପକ୍ଷ ସମର୍ଥନ କରିବାକୁ ଇଚ୍ଛା କଲା।
34 Amma sa’ad da suka gane shi mutumin Yahuda ne, sai duk suka yi ihu gaba ɗaya na kusa sa’a biyu, suna cewa, “Girma ta tabbata ga Artemis ta Afisawa!”
କିନ୍ତୁ ସେ ଜଣେ ଯିହୁଦୀ ବୋଲି ଯେତେବେଳେ ସେମାନେ ଜାଣିଲେ, ସେତେବେଳେ ସମସ୍ତେ ଏକସ୍ୱରରେ ପ୍ରାୟ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି।
35 Sai magatakardar birnin ya sa taron su yi shiru, sa’an nan ya ce, “Mutanen Afisa, ashe duk duniya ba tă san cewa birnin Afisa ce mai lura da haikalin Artemis mai girma da kuma siffarta da ya fāɗi daga sama ba?
ପରେ ନଗର-ବେବର୍ତ୍ତା ଲୋକସମୂହକୁ ଶାନ୍ତ କରାଇ କହିଲେ, ହେ ଏଫିସୀୟ ଲୋକମାନେ, ଏଫିସ ନଗରୀ ଯେ ମହାଦେବୀ ଆର୍ତ୍ତେମୀ ଓ ଆକାଶରୁ ପତିତ ପ୍ରତିମାର ମନ୍ଦିର ପରିଚାରିକା, ଏହା କିଏ ନ ଜାଣେ?
36 Saboda haka, da yake ba dama a yi mūsun wannan gaskiya, ya kamata ku natsu kada ku yi kome da garaje.
ଅତଏବ ଏହିସବୁ କଥା ଅଖଣ୍ଡନୀୟ ହେବାରୁ ତୁମ୍ଭମାନଙ୍କର ଶାନ୍ତ ହେବା ଓ ଅବିବେଚନାରେ କୌଣସି କର୍ମ ନ କରିବା ଉଚିତ।
37 Kun kawo mutanen nan a nan, gashi kuwa ba su yi fashin haikali ba, ba su kuwa saɓa wa alliyarmu ba.
କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହଁନ୍ତି, କିମ୍ବା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହଁନ୍ତି।
38 To, in haka ne, in Demetiriyus da abokan sana’arsa suna da wata magana game da wani ai, kotuna suna nan a buɗe, akwai kuma muƙaddasai. Suna iya kai ƙara.
ଏଣୁ ଯଦି କାହାରି ବିରୁଦ୍ଧରେ ଦୀମିତ୍ରୀୟର ଓ ତାହାର ସଙ୍ଗୀ ଶିଳ୍ପକରମାନଙ୍କର କୌଣସି କଥା ଥାଏ, ତାହାହେଲେ ବିଚାରାଳୟ ଉନ୍ମୁକ୍ତ ଅଛି ଓ ଶାସନକର୍ତ୍ତାମାନେ ଅଛନ୍ତି; ସେମାନେ ପରସ୍ପର ବିରୁଦ୍ଧରେ ଅଭିଯୋଗ କରନ୍ତୁ।
39 In kuma akwai wani abu har yanzu da kuke so ku kawo, dole a daidaita shi a majalisa.
କିନ୍ତୁ ଯଦି ତୁମ୍ଭମାନଙ୍କର ଅନ୍ୟ କୌଣସି ଦାବି ଥାଏ, ତେବେ ନିୟମିତ ସାଧାରଣ ସଭାରେ ତାହାର ମୀମାଂସା ହେବ।
40 Yadda yake a yanzu, muna a hatsarin amsa zargin ta da hargitsi saboda abin da ya faru yau. Da yake ba za mu iya ba da dalilin da ya sa aka yi wannan hargitsi ba.”
କାରଣ ପ୍ରକୃତରେ ଆଜିର ଗଣ୍ଡଗୋଳ ଘେନି ଆମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ ହେବାର ଆଶଙ୍କା ଅଛି; ଆମ୍ଭେମାନେ ଏହି ଗଣ୍ଡଗୋଳର କୌଣସି କାରଣ ଦେଖାଇ ପାରିବୁ ନାହିଁ।
41 Bayan da ya faɗi haka, sai ya sallami taron.
ଏହା କହି ସେ ସଭାସ୍ଥ ସମସ୍ତଙ୍କୁ ବିଦାୟ ଦେଲେ।