< Maimaitawar Shari’a 16 >

1 Ku kiyaye watan Abib, ku kuma yi shagalin Bikin Ƙetarewar Ubangiji Allahnku, domin a watan Abib ne ya fitar da ku daga Masar da dad dare.
ଆବୀବ୍‍ ମାସକୁ ମାନ୍ୟ କର ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର; କାରଣ ଆବୀବ୍‍ ମାସରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ରାତ୍ରିକାଳରେ ମିସରରୁ ବାହାର କରି ଆଣିଲେ।
2 Ku miƙa’yar dabba daga cikin garkenku na tumaki, ko na shanu a matsayin Bikin Ƙetarewa ga Ubangiji Allahnku a wurin da Ubangiji zai zaɓa a matsayin mazauni don Sunansa.
ପୁଣି ସଦାପ୍ରଭୁ ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୋମେଷାଦି ପଲରୁ ନିସ୍ତାରପର୍ବୀୟ ବଳିଦାନ କରିବ।
3 Kada ku ci shi da burodin da aka yi da yisti, kwana bakwai za ku ci burodi marar yisti, burodi ne na wahala, gama kun bar Masar da gaggawa, saboda haka dukan kwanakin rayuwarku za ku tuna da lokacin da kuka fita daga Masar.
ତୁମ୍ଭେ ତାହା ସହିତ ତାଡ଼ିଯୁକ୍ତ କିଛି ଭୋଜନ କରିବ ନାହିଁ; ତୁମ୍ଭେ ସାତ ଦିନ ପର୍ଯ୍ୟନ୍ତ ତାହା ସହିତ ତାଡ଼ିଶୂନ୍ୟ, ଅର୍ଥାତ୍‍, ଦୁଃଖରୂପ ରୁଟି ଭୋଜନ କରିବ; କାରଣ ତୁମ୍ଭେ ତରତର ହୋଇ ମିସରରୁ ବାହାର ହୋଇଥିଲ; ଏଣୁ ତୁମ୍ଭେ ଯାବଜ୍ଜୀବନ ମିସର ଦେଶରୁ ଆପଣା ବାହାରିବାର ଦିନ ସ୍ମରଣ କରିବ।
4 Kada a iske yisti a cikin mallakarku a dukan ƙasarku har kwana bakwai. Kada ku bar wani nama na hadayar da kuka yi a yammancin ranar farko, yă kwana har safe.
ପୁଣି ସାତ ଦିନ ତୁମ୍ଭର ସମସ୍ତ ଅଞ୍ଚଳରେ ତାଡ଼ି ଦେଖା ନ ଯାଉ ଅବା ପ୍ରଥମ ଦିନର ସନ୍ଧ୍ୟା ବେଳେ ତୁମ୍ଭେ ଯେଉଁ ବଳି ଉତ୍ସର୍ଗ କରିବ, ତହିଁର କିଛି ମାଂସ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ଅବଶିଷ୍ଟ ନ ରହୁ।
5 Kada ku miƙa hadayar Bikin Ƙetarewa a wani garin da Ubangiji Allahnku yake ba ku,
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗର-ଦ୍ୱାର ଦେବେ, ତହିଁର କୌଣସି ଦ୍ୱାର ମଧ୍ୟରେ ତୁମ୍ଭେ ନିସ୍ତାରପର୍ବୀୟ ବଳିଦାନ କରି ପାରିବ ନାହିଁ।
6 sai dai a wurin da ya zaɓa yă zama mazauni don Sunansa. A can za ku miƙa hadayar Bikin Ƙetarewa da yamma, sa’ad da rana tana fāɗuwa, a ranar tunawa da fitowarku daga Masar.
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସନ୍ଧ୍ୟା ସମୟରେ, ସୂର୍ଯ୍ୟାସ୍ତ ବେଳେ ତୁମ୍ଭେ ମିସରରୁ ବାହାରିବା ଋତୁରେ ନିସ୍ତାରପର୍ବୀୟ ବଳିଦାନ କରିବ।
7 Ku gasa shi, ku kuma ci a wurin da Ubangiji Allahnku ya zaɓa. Sa’an nan da safe, ku dawo cikin tentunanku.
ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ପାକ କରି ଭୋଜନ କରିବ; ତହୁଁ ତୁମ୍ଭେ ପ୍ରାତଃକାଳରେ ଆପଣା ତମ୍ବୁକୁ ଫେରିଯିବ।
8 Kwana shida za ku ci burodi marar yisti, a rana ta bakwai kuma sai ku yi taro ga Ubangiji Allahnku, a cikin wannan rana ba za ku yi kowane irin aiki ba.
ତୁମ୍ଭେ ଛଅ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ; ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ।
9 Ku ƙirga makoni bakwai, wato, ku fara ƙirga mako bakwai ɗin daga lokacin da kuka sa lauje don ku yanke hatsinku da suke tsaye.
ତୁମ୍ଭେ ଆପଣା ପାଇଁ ସାତ ସପ୍ତାହ ଗଣନା କରିବ; ତୁମ୍ଭେ କ୍ଷେତ୍ରସ୍ଥିତ ଶସ୍ୟରେ ଦାଆ ଲଗାଇବାକୁ ଆରମ୍ଭ କରିବା ସମୟାବଧି ସାତ ସପ୍ତାହ ଗଣନା କରିବାକୁ ଆରମ୍ଭ କରିବ।
10 Sa’an nan ku yi shagalin Bikin Makoni ga Ubangiji Allahnku, ta wurin ba da hadaya ta yardar rai daidai da albarkun da Ubangiji Allahnku ya yi muku.
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ଵେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସପ୍ତାହ ସମୂହର ଉତ୍ସବ ପାଳନ କରିବ;
11 Ku kuma yi farin ciki a gaban Ubangiji Allahnku a wurin da ya zaɓa a matsayin mazauni don Sunansa, da ku da’ya’yanku maza da mata, da bayinku maza da mata, da Lawiyawan cikin biranenku, har ma da baƙi, da marayu, da kuma gwaurayen da suke zama a cikinku.
ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।
12 Ku tuna fa, dā ku bayi ne a Masar, sai ku lura, ku bi waɗannan ƙa’idodi.
ପୁଣି ତୁମ୍ଭେ ଯେ ମିସରରେ ବନ୍ଧାଦାସ ହୋଇଥିଲ, ତାହା ସ୍ମରଣ କରିବ ଓ ତୁମ୍ଭେ ଏହି ସକଳ ବିଧି ମନୋଯୋଗ କରି ପାଳନ କରିବ।
13 Ku yi shagalin Bikin Tabanakul har kwana bakwai, bayan kuka gama tattara amfanin gona daga masussukarku da kuma daga wuraren matsin inabinku.
ତୁମ୍ଭେ ଆପଣା ଶସ୍ୟମର୍ଦ୍ଦନ ସ୍ଥାନରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ସଂଗ୍ରହ କଲା ଉତ୍ତାରେ ସାତ ଦିନ ପତ୍ରକୁଟୀର ପର୍ବ ପାଳନ କରିବ;
14 Ku yi farin ciki a Bikinku, da ku da’ya’yanku maza da mata, da bayinku maza da mata, da Lawiyawa, da baƙi, da marayu, da kuma gwaurayen da suke zama a cikin biranenku.
ଆଉ ଆପଣା ଉତ୍ସବ ସମୟରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ, ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ, ବିଦେଶୀ, ପିତୃହୀନ ଓ ବିଧବା, (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।
15 Kwana bakwai za ku yi shagalin Bikin ga Ubangiji Allahnku a wurin da ya zaɓa. Gama Ubangiji Allahnku zai albarkace ku a cikin dukan girbinku da kuma cikin dukan aikin hannuwanku, farin cikinku kuwa zai cika.
ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ସାତ ଦିନ ଉତ୍ସବ ପାଳନ କରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟରେ ଓ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ; ପୁଣି ତୁମ୍ଭେ ସର୍ବତୋଭାବେ ଆନନ୍ଦିତ ହେବ।
16 Sau uku a shekara dukan maza su bayyana a gaban Ubangiji Allahnku a wurin da ya zaɓa; a Bikin Burodi Marar Yisti, da a Bikin Makoni, da kuma a Bikin Tabanakul. Babu wani da zai bayyana a gaban Ubangiji hannu wofi.
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତାହାଙ୍କ ସମ୍ମୁଖରେ ବର୍ଷକେ ତିନି ଥର ତୁମ୍ଭର ପୁରୁଷ ସମସ୍ତେ ତାଡ଼ିଶୂନ୍ୟ ରୁଟିର ପର୍ବ ସମୟରେ, ସପ୍ତାହ ସମୂହର ପର୍ବ ସମୟରେ ଓ ପତ୍ରକୁଟୀର ପର୍ବ ସମୟରେ ଦେଖା ଦେବେ; ମାତ୍ର ସେମାନେ ଖାଲି ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେଖା ଦେବେ ନାହିଁ।
17 Dole kowannenku yă kawo kyauta daidai yadda Ubangiji Allahnku ya albarkace shi.
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ତୁମ୍ଭ ପ୍ରତି ଦତ୍ତ ଆଶୀର୍ବାଦ ଅନୁସାରେ ତୁମ୍ଭର ପ୍ରତ୍ୟେକ ଜଣ ଆପଣା ସାଧ୍ୟ ପ୍ରମାଣେ ଦେବ।
18 Ku naɗa alƙalai da shugabanni don kowace kabila, a kowane birnin da Ubangiji Allahnku yake ba ku, za su kuma shari’anta mutane ba nuna bambanci.
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶାନୁସାରେ ତୁମ୍ଭକୁ ଯେଉଁ ସମସ୍ତ ନଗର ଦେବେ, ତହିଁର ଦ୍ୱାର ମଧ୍ୟରେ ତୁମ୍ଭେ ଆପଣା ପାଇଁ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କରିବ; ପୁଣି ସେମାନେ ନ୍ୟାୟ-ବିଚାରରେ ଲୋକମାନଙ୍କର ବିଚାର କରିବେ।
19 Kada ku ɓata shari’a, ko ku nuna bambanci. Kada ku karɓi cin hanci, gama cin hanci yakan makanta idanu mai hikima, yă murɗe maganar mai gaskiya.
ତୁମ୍ଭେ ଅନ୍ୟାୟ ବିଚାର କରିବ ନାହିଁ; ତୁମ୍ଭେ ମନୁଷ୍ୟର ମୁଖାପେକ୍ଷା କରିବ ନାହିଁ; କିଅବା ତୁମ୍ଭେ ଲାଞ୍ଚ ନେବ ନାହିଁ; କାରଣ ଲାଞ୍ଚ ଜ୍ଞାନୀମାନଙ୍କର ଚକ୍ଷୁ ଅନ୍ଧ କରେ ଓ ଧାର୍ମିକମାନଙ୍କ ବାକ୍ୟ ଅନ୍ୟଥା କରେ।
20 Gaskiya ce kaɗai za ku bi don ku rayu, ku kuma mallaki ƙasar da Ubangiji Allahnku yake ba ku.
ଯାହା ସର୍ବତୋଭାବେ ଯଥାର୍ଥ, ତୁମ୍ଭେ ତହିଁର ଅନୁଗାମୀ ହୁଅ, ତହିଁରେ ତୁମ୍ଭେ ବଞ୍ଚିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଦେଶ ଦିଅନ୍ତି, ତାହା ଅଧିକାର କରିବ।
21 Kada ku kafa wani ginshiƙin itacen Ashera kusa da bagaden da kuka gina wa Ubangiji Allahnku,
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ଯେଉଁ ଯଜ୍ଞବେଦି ନିର୍ମାଣ କରିବ, ତହିଁ ନିକଟରେ ଆଶେରାର ମୂର୍ତ୍ତି ବୋଲି କୌଣସି ପ୍ରକାର କାଷ୍ଠ ସ୍ଥାପନ କରିବ ନାହିଁ।
22 kada kuma ku tayar da dutse mai tsarki, gama waɗannan ne Ubangiji Allahnku yana ƙi.
କିଅବା ତୁମ୍ଭେ ଆପଣା ପାଇଁ କୌଣସି ସ୍ତମ୍ଭ ଉତ୍ଥାପନ କରିବ ନାହିଁ; ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଘୃଣା କରନ୍ତି।

< Maimaitawar Shari’a 16 >