< Maimaitawar Shari’a 6 >

1 Waɗannan su ne umarnai, ƙa’idodi da kuma dokokin da Ubangiji Allahnku ya umarce ni in koya muku don ku kiyaye a ƙasar da kuke haye Urdun don mallaka,
ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କ ପାଳନାର୍ଥେ ଏହିସବୁ ଆଜ୍ଞା ଓ ବିଧି ଓ ଶାସନ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି।
2 saboda ku,’ya’yanku, da kuma’ya’yansu bayansu za su ji tsoron Ubangiji Allahnku muddin kuna rayuwa ta wurin kiyaye dukan ƙa’idodinsa da umarnan da na ba ku, da kuma don ku yi tsawon rai.
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘାୟୁ ହେବ।
3 Ku ji, ya Isra’ila, ku kuma kula, ku kiyaye su don yă zama muku da lafiya, ku kuma ƙaru sosai a ƙasa mai zub da madara da zuma, kamar dai yadda Ubangiji, Allahn kakanninku ya yi muku alkawari.
ଏହେତୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର; ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭକୁ ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅତିଶୟ ବର୍ଦ୍ଧିଷ୍ଣୁ ହେବ।
4 Ku ji, ya Isra’ila, Ubangiji Allahnmu, Ubangiji ɗaya ne.
ହେ ଇସ୍ରାଏଲ, ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି।
5 Ku ƙaunaci Ubangiji Allahnku da dukan zuciyarku, da dukan ranku, da kuma dukan ƙarfinku.
ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।
6 Waɗannan umarnai da nake ba ku a yau, za su kasance a zukatanku.
ପୁଣି ଏହି ଯେଉଁ ସକଳ କଥା ମୁଁ ଆଜି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ତୁମ୍ଭେ ଆପଣା ହୃଦୟରେ ରଖିବ।
7 Ku koya wa’ya’yanku su da himma. Yi musu magana game da su sa’ad da kuke zaune a gida, da sa’ad da kuke tafiya a hanya, sa’ad da kuke kwance, da sa’ad da kuka tashi.
ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।
8 Ku ɗaura su su zama alamu a hannuwanku, ku kuma ɗaura su a goshinku.
ଆଉ ତୁମ୍ଭେ ଚିହ୍ନସ୍ୱରୂପ ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।
9 Ku rubuta su a dogaran ƙofofin gidajenku, da ƙofofinku.
ଆହୁରି ତୁମ୍ଭେ ଆପଣା ଗୃହଦ୍ୱାର ଚଉକାଠରେ ଓ ବାହାର ଦ୍ୱାରରେ ତାହା ଲେଖିବ।
10 Sa’ad da Ubangiji Allahnku ya kawo ku cikin ƙasar da ya rantse ga kakanninku, ga Ibrahim, Ishaku da Yaƙub, yă ba ku, ƙasa mai girma, mai manyan biranen da ba ku kuka gina ba,
ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍‌ହାକ ଓ ଯାକୁବ ନିକଟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭକୁ ଉପସ୍ଥିତ କରାଇଲା ଉତ୍ତାରେ ତୁମ୍ଭେ ଯାହା ନିର୍ମାଣ କରି ନାହଁ, ଏପରି ବୃହତ ଓ ସୁନ୍ଦର ନଗର,
11 gidaje cike da kowane irin abubuwa masu kyau, da ba ku kuka tanadar ba, rijiyoyin da ba ku kuka haƙa ba, da gonakin inabi da itatuwan zaitun da ba ku kuka shuka ba, sa’ad da kuwa kuka ci, kuka kuma ƙoshi,
ଆଉ ଯାହା ତୁମ୍ଭେ ପୂର୍ଣ୍ଣ କରି ନାହଁ, ଏପରି ସକଳ ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ ଓ ଯାହା ତୁମ୍ଭେ ଖୋଳିଲ ନାହିଁ, ଏପରି ଖୋଦିତ କୂପ, ଯାହା ରୋପଣ କଲ ନାହିଁ, ଏପରି ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପାଇ ଯେତେବେଳେ ତୁମ୍ଭେ ଭୋଗ କରି ତୃପ୍ତ ହେବ,
12 ku yi hankali cewa ba ku manta da Ubangiji wanda ya fitar da ku daga Masar, da gidan bauta ba.
ସେତେବେଳେ ସାବଧାନ, ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ପାସୋର ନାହିଁ।
13 Ku ji tsoron Ubangiji Allahnku, ku bauta masa shi kaɗai, ku kuma yi alkawaranku da sunansa.
ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବ ଓ ତୁମ୍ଭେ ତାହାଙ୍କର ସେବା କରିବ ଓ ତାହାଙ୍କ ନାମରେ ଶପଥ କରିବ।
14 Kada ku bi waɗansu alloli, allolin mutanen da suke kewaye da ku;
ତୁମ୍ଭେମାନେ ଅନ୍ୟ ଦେବଗଣର, ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ଲୋକଙ୍କ ଦେବଗଣର ପଶ୍ଚାଦ୍‍ଗାମୀ ହେବ ନାହିଁ;
15 gama Ubangiji Allahnku, wanda yake cikinku, Allah ne mai kishi, fushinsa kuma zai yi ƙuna gāba da ku, zai kuma hallaka ku daga fuskar ƙasar.
ହେଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ କ୍ରୋଧ ତୁମ୍ଭ ପ୍ରତିକୂଳରେ ପ୍ରଜ୍ୱଳିତ ହେବ ଓ ସେ ଭୂମଣ୍ଡଳରୁ ତୁମ୍ଭକୁ ବିନାଶ କରିବେ; କାରଣ ତୁମ୍ଭ ମଧ୍ୟବର୍ତ୍ତୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟନ୍ତି।
16 Kada ku gwada Ubangiji Allahnku kamar yadda kuka yi a Massa.
ତୁମ୍ଭେମାନେ ମଃସାରେ ଯେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପରୀକ୍ଷା କରିଥିଲ, ସେପରି ତାହାଙ୍କୁ ପରୀକ୍ଷା କରିବ ନାହିଁ।
17 Ku tabbata kun kiyaye umarnan Ubangiji Allahnku, da farillansa da kuma ƙa’idodinsa da ya ba ku.
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ତୁମ୍ଭ ପ୍ରତି ଆଦିଷ୍ଟ ସମସ୍ତ ଆଜ୍ଞା, ତାହାଙ୍କ ପ୍ରମାଣ-ବାକ୍ୟ ଓ ତାହାଙ୍କ ବିଧି ଯତ୍ନପୂର୍ବକ ପାଳନ କରିବ।
18 Ku aikata abin da yake daidai da kuma mai kyau a idon Ubangiji, don yă zama muka da lafiya, ku kuwa shiga ku mallaki ƙasa mai kyau da Ubangiji ya yi alkawari da rantsuwa ga kakanninku.
ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ନ୍ୟାୟ ଓ ଉତ୍ତମ, ତୁମ୍ଭେ ତାହା କରିବ; ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଦୂର କରିବା ପାଇଁ,
19 Zai kuwa korin dukan abokan gābanku da suke gabanku, yadda Ubangiji ya faɗa.
ଯେଉଁ ଦେଶ ବିଷୟରେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ତୁମ୍ଭେ ସେହି ଉତ୍ତମ ଦେଶରେ ପ୍ରବେଶ କରି ତାହା ଅଧିକାର କରିବ।
20 Nan gaba, sa’ad da’ya’yanku suka tambaye ku, “Mene ne ma’anar farillai, ƙa’idodi da kuma dokokin da Ubangiji Allahnmu ya umarce ku?”
“ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ସକଳ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଇଅଛନ୍ତି, ସେସବୁର ଅଭିପ୍ରାୟ କଅଣ?” ଏହା ଭବିଷ୍ୟତ କାଳରେ ତୁମ୍ଭର ସନ୍ତାନ ତୁମ୍ଭକୁ ପଚାରିଲେ,
21 Sai ku gaya musu, “Dā mu bayin Fir’auna ne a Masar, amma Ubangiji ya fitar da mu daga Masar da hannu masu ƙarfi.
ତୁମ୍ଭେ ଆପଣା ସନ୍ତାନକୁ କହିବ, “ଆମ୍ଭେମାନେ ମିସରରେ ଫାରୋର ବନ୍ଧାଦାସ ଥିଲୁ; ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ;
22 A idanunmu Ubangiji ya aikata manyan alamu masu banmamaki, da al’ajabai gāba da Masarawa, da Fir’auna, da kuma dukan gidansa.
ଆଉ ସଦାପ୍ରଭୁ ଆମ୍ଭମାନଙ୍କ ସାକ୍ଷାତରେ ମିସର ପ୍ରତି, ଫାରୋଙ୍କ ପ୍ରତି ଓ ତାଙ୍କର ସମସ୍ତ ପରିବାର ପ୍ରତି, ମହତ୍ ଓ କ୍ଳେଶଦାୟକ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ଦେଖାଇଲେ।
23 Amma ya fitar da mu daga can domin yă kawo mu cikin ƙasar da ya yi wa kakanninmu alkawari tare da rantsuwa zai ba mu.
ପୁଣି ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲେ, ସେ ଦେଶରେ ସେ ଆମ୍ଭମାନଙ୍କୁ ପହଞ୍ଚାଇ ତାହା ଦେବା ନିମନ୍ତେ ମିସରରୁ ବାହାର କରି ଆଣିଲେ।
24 Ubangiji ya umarce mu mu yi biyayya da dukan waɗannan ƙa’idodi, mu kuma ji tsoron Ubangiji Allahnmu, saboda kullum mu ci gaba, a kuma bar mu da rai, kamar yadda yake a yau.
ପୁଣି ସଦାପ୍ରଭୁ ଆଜି ଦିନ ତୁଲ୍ୟ ଯେପରି ଆମ୍ଭମାନଙ୍କୁ ଜୀବିତ ରଖିବେ, ଏଥିପାଇଁ ଆମ୍ଭମାନଙ୍କ ନିତ୍ୟ ମଙ୍ଗଳ ନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବା ପାଇଁ ସେ ଆମ୍ଭମାନଙ୍କ ପାଳନାର୍ଥେ ଏହି ସକଳ ବିଧି ଆମ୍ଭମାନଙ୍କୁ ଆଜ୍ଞା କଲେ।
25 In kuma muka kula, muka kiyaye dukan dokokin nan a gaban Ubangiji Allahnmu, kamar yadda ya umarce mu, wannan zai zama adalci a gare mu.”
ଆଉ ଯେବେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତାହାଙ୍କ ଆଜ୍ଞାନୁସାରେ ଏହି ସମସ୍ତ ଆଜ୍ଞା ପାଳନ କରିବାକୁ ମନୋଯୋଗ କରିବା, ତେବେ ତାହା ଆମ୍ଭମାନଙ୍କ ନିମନ୍ତେ ଧାର୍ମିକତା ହେବ।”

< Maimaitawar Shari’a 6 >