< Esta 7 >

1 Saboda haka sarki da Haman suka tafi cin abinci wurin sarauniya Esta.
ଏହିରୂପେ ଏଷ୍ଟର ରାଣୀ ସହିତ ରାଜା ଓ ହାମନ୍‍ ଭୋଜନ କରିବାକୁ ଉପସ୍ଥିତ ହେଲେ।
2 Yayinda suke shan ruwan inabi a rana ta biyun nan, sai sarki ya sāke tambaya, “Sarauniya Esta, me kike so? Za a ba ki. Mene ne roƙonki? Ko da rabin masarautata ne, za a ba ki.”
ରାଜା ସେହି ଦ୍ୱିତୀୟ ଦିନ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ ପୁନର୍ବାର କହିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ପ୍ରାର୍ଥନା କଅଣ? ତାହା ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ସିଦ୍ଧ କରାଯିବ।”
3 Sai Sarauniya Esta ta amsa ta ce, “In na sami tagomashi a wurinka, ya sarki, in kuma mai girma ya yarda, a bar ni da raina, wannan shi ne roƙona. Ka kuma sa kada a kashe mutanena, wannan ita ce bukata.
ତେଣୁ ଏଷ୍ଟର ରାଣୀ ଉତ୍ତର ଦେଇ କହିଲେ, “ହେ ମହାରାଜ, ମୁଁ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଆଉ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ମୋହର ନିବେଦନାନୁସାରେ ମୋʼ ପ୍ରାଣ ଓ ମୋʼ ପ୍ରାର୍ଥନାନୁସାରେ ମୋʼ ଲୋକମାନେ ମୋତେ ଦିଆଯାଉନ୍ତୁ।
4 Gama an sayar da ni da mutanena don a hallaka, a karkashe mu, a kuma ƙi mu. Da a ce an sayar da mu kamar bayi maza da mata ne, da na yi shiru, domin wannan zai zama abin da bai taka kara ya karye ba, har da za a dami sarki a kai.”
କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରୀତ ହୋଇଅଛୁ। ଯଦି ଆମ୍ଭେମାନେ କେବଳ ଦାସ ଓ ଦାସୀ ହେବା ପାଇଁ ବିକ୍ରୀତ ହୋଇଥାʼନ୍ତୁ, ତେବେ ଶତ୍ରୁ ମହାରାଜାଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି।”
5 Sarki Zerzes ya tambayi Sarauniya Esta ya ce, “Wane ne shi? Ina mutumin da ya yi ƙarfin halin yin wannan karambani?”
ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯେ ଏପରି କର୍ମ କରିବାକୁ ମନରେ ସାହସ ବାନ୍ଧିଅଛି, ସେ କିଏ? ଓ ସେ କେଉଁଠାରେ ଅଛି?”
6 Esta ta ce, “Maƙiyi da abokin gāban, shi ne wannan mugun Haman.” Sai Haman ya tsorota a gaban sarki da sarauniya.
ଏଷ୍ଟର କହିଲେ, “ଏହି ଦୁଷ୍ଟ ହାମନ୍‍ ଜଣେ ବିପକ୍ଷ ଓ ଶତ୍ରୁ ଅଟେ;” ତହିଁରେ ରାଜା ଓ ରାଣୀଙ୍କ ସାକ୍ଷାତରେ ହାମନ୍‍ ଭୀତ ହେଲେ।
7 Sarki ya tashi cikin fushi, ya bar ruwan inabinsa, ya fita zuwa cikin lambun fada. Amma da Haman ya gane cewa sarki ya riga ya yanke shawara a kan ƙaddararsa, ya dakata domin yă roƙi sarauniya Esta saboda ransa.
ଆଉ, ରାଜା କ୍ରୋଧରେ ଦ୍ରାକ୍ଷାରସ-ପାନଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା; ତହିଁରେ ରାଜା ଦ୍ୱାରା ଆପଣାର ଅମଙ୍ଗଳ ନିଶ୍ଚିତ ହୋଇଅଛି, ଏହା ଜାଣି ହାମନ୍‍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣ ମାଗିବାକୁ ଠିଆ ହେଲେ।
8 Sarki yana dawowa daga lambun fada zuwa babban zauren liyafan ke nan, sai ga Haman ya fāɗi a kan shimfiɗar da Esta take zaune. Sarki ya tā da murya da ƙarfi ya ce, “Har ma zai ci mutuncin sarauniya yayinda take tare da ni a cikin gida?” Sarki bai ma rufe baki ba, sai bayin sarki suka rufe fuskar Haman.
ତେବେ ରାଜା ରାଜଗୃହର ଉଦ୍ୟାନରୁ ଦ୍ରାକ୍ଷାରସ-ପାନଶାଳାକୁ ଲେଉଟି ଆସିଲେ; ସେତେବେଳେ ଏଷ୍ଟର ଯେଉଁ ଆସନରେ ବସିଥିଲେ, ହାମନ୍‍ ତହିଁ ଉପରେ ପଡ଼ିଥିଲେ; ତେଣୁ ରାଜା କହିଲେ, “ଏ କʼଣ ଗୃହ ମଧ୍ୟରେ ମୋʼ ସାକ୍ଷାତରେ ରାଣୀଙ୍କୁ ବଳାତ୍କାର କରିବ? ଏହି କଥା ରାଜା ମୁଖରୁ ବାହାରିବା ମାତ୍ର ଲୋକମାନେ ହାମନ୍‍ର ମୁଖ ଢାଙ୍କି ପକାଇଲେ।”
9 Sai Harbona, ɗaya daga cikin bābānni masu yi wa sarki hidima ya ce, “Akwai wurin rataye mai laifi da tsayinsa ya kai ƙafa saba’in da biyar yana nan tsaye kusa da gidan Haman. Ya gyara shi ne domin a rataye Mordekai, wanda ya yi cece sarki wanda ya tone makircin masu niyya su hallaka sarki.” Sai sarki ya ce, “Ku rataye shi a kansa!”
ଏଥିଉତ୍ତାରେ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲେ, “ଦେଖନ୍ତୁ, ମହାରାଜାଙ୍କ ପକ୍ଷରେ ହିତଜନକ ସମ୍ବାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍‍ ପଚାଶ ହାତ ଉଚ୍ଚ ଫାଶୀକାଠ ପ୍ରସ୍ତୁତ କରିଅଛି, ତାହା ହାମନ୍‍ର ଗୃହରେ ସ୍ଥାପିତ ହୋଇଅଛି,” ରାଜା କହିଲେ, “ତହିଁ ଉପରେ ଏହାକୁ ଫାଶୀ ଦିଅ।”
10 Saboda haka suka rataye Haman a kan wurin rataye mai laifin da shi Haman ya shirya saboda Mordekai. Sa’an nan sarki ya huce.
ଏଥିରେ ହାମନ୍‍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍‍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।

< Esta 7 >