< Esta 8 >
1 A wannan rana, Sarki Zerzes ya ba wa Esta mallakar Haman, abokin gāban Yahudawa. Mordekai kuma ya zo gaban sarki, gama Esta ta faɗa yadda ta haɗa dangi da shi.
ସେହି ଦିନ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମନ୍ର ଗୃହାଦି ଦେଲା, ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲେ; କାରଣ ମର୍ଦ୍ଦଖୟ ଆପଣାର କଅଣ ହୁଏ, ଏହା ଏଷ୍ଟର ଜଣାଇଥିଲେ।
2 Sarki ya cire zobensa na hatimi, wanda ya karɓo daga Haman ya ba Mordekai. Esta kuma ta naɗa shi a kan mallakar Haman.
ଏଥିରେ ରାଜା ହାମନ୍ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲେ, ତାହା କାଢ଼ି ମର୍ଦ୍ଦଖୟଙ୍କୁ ଦେଲେ, ପୁଣି ଏଷ୍ଟର ହାମନ୍ର ଗୃହ ଉପରେ ମର୍ଦ୍ଦଖୟଙ୍କୁ ନିଯୁକ୍ତ କଲେ।
3 Esta ta sāke roƙon sarki, ta fāɗi a ƙafafunsa tana kuka. Ta roƙe shi yă kawo ƙarshen mugun shirin nan na Haman, mutumin Agag; wanda ya shirya a kan Yahudawa.
ଏଷ୍ଟର ରାଜାଙ୍କ ନିକଟରେ ପୁନର୍ବାର ନିବେଦନ କଲେ, ପୁଣି ଯିହୁଦୀୟମାନଙ୍କ ପ୍ରତିକୂଳରେ ଅଗାଗୀୟ ହାମନ୍ର କୃତ ଅମଙ୍ଗଳ ଓ ତାହାର କଳ୍ପିତ କଳ୍ପନା ନିବାରଣାର୍ଥେ ତାହାର ଚରଣରେ ପଡ଼ି ରୋଦନ କରି ପ୍ରାର୍ଥନା କଲେ।
4 Sai sarki ya miƙa wa Esta sandan sarauta na zinariya, ta kuwa tashi ta tsaya a gabansa.
ତହିଁରେ ରାଜା ଏଷ୍ଟର ଆଡ଼େ ସୁବର୍ଣ୍ଣ ଦଣ୍ଡ ବିସ୍ତାର କରନ୍ତେ, ଏଷ୍ଟର ଉଠି ରାଜା ଛାମୁରେ ଠିଆ ହୋଇ କହିଲେ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ଯେବେ ମୁଁ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି,
5 Ta ce, “In sarki ya yarda, in kuma na sami tagomashi daga gare shi, idan kuma ya gamshe shi yă yi abin da yake daidai, idan yana jin daɗina, bari a rubuta umarni a soke hukuncin saƙonin da Haman ɗan Hammedata, mutumin Agag, ya shirya ya kuma rubuta domin a hallaka Yahudawa a dukan lardunan sarki.
ପୁଣି, “ଏହି କର୍ମ ମହାରାଜାଙ୍କ ଦୃଷ୍ଟିରେ ଯଥାର୍ଥ ବୋଧ ହୁଏ, ଆଉ ମୁଁ ମହାରାଜାଙ୍କର ତୁଷ୍ଟିକାରିଣୀ ଅଟେ, ତେବେ ମହାରାଜାଙ୍କର ସମୁଦାୟ ପ୍ରଦେଶସ୍ଥ ଯିହୁଦୀୟମାନଙ୍କୁ ବିନାଶ କରିବା ପାଇଁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍ ଯେସକଳ ପତ୍ର ଲେଖିବାକୁ ପରାମର୍ଶ ଦେଇଥିଲେ, ତାହା ଅନ୍ୟଥା କରିବାକୁ ଲେଖାଯାଉ;
6 Gama yaya zan jure da ganin masifa ta faɗa a kan mutanena? Yaya zan jure in ga an hallaka iyalina?”
ଯେହେତୁ ମୋʼ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ, ତାହା ଦେଖି ମୁଁ କିପରି ସହି ପାରିବି? ପୁଣି, ଆପଣା କୁଟୁମ୍ବମାନଙ୍କ ବିନାଶ ଦେଖି କିପରି ସହି ପାରିବି?”
7 Sarki Zerzes ya amsa wa Esta da Mordekai mutumin Yahuda, “Domin Haman ya kai wa Yahudawa hari, na ba da mallakarsa ga Esta, an kuma rataye shi a wurin rataye mai laifi.
ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଓ ଯିହୁଦୀୟ ମର୍ଦ୍ଦଖୟଙ୍କୁ କହିଲେ, “ଦେଖ, ମୁଁ ଏଷ୍ଟରଙ୍କୁ ହାମନ୍ର ଗୃହ ଦେଲି, ଲୋକମାନେ ହାମନ୍କୁ ଫାଶୀକାଠରେ ଫାଶୀ ଦେଇଅଛନ୍ତି, କାରଣ ସେ ଯିହୁଦୀୟମାନଙ୍କ ଉପରେ ହସ୍ତକ୍ଷେପ କରିଥିଲେ।
8 Yanzu ku rubuta wata doka, a sunan sarki, a madadin Yahudawa, yadda kuka ga ya fi kyau ku kuma hatimce ta da zoben hatimin sarki, gama babu takardar da aka rubuta da sunan sarki, aka kuma hatimce da zobensa da za a iya sokewa.”
ମଧ୍ୟ ତୁମ୍ଭେମାନେ ରାଜା ନାମରେ ଯିହୁଦୀୟମାନଙ୍କ ନିକଟକୁ ଆପଣା ଆପଣା ଇଚ୍ଛାନୁସାରେ ପତ୍ର ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କର; କାରଣ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ନ ପାରେ।”
9 Nan da nan aka kira magatakardun fada, a ranar ashirin da uku ga watan uku, wato, watan Siban. Suka rubuta dukan umarnan Mordekai ga Yahudawa, da kuma ga shugabanni, da gwamnoni, da hakiman larduna 127 tun daga Indiya har zuwa Kush. Aka rubuta waɗannan umarnan a rubutun kowane lardi, da kuma cikin harshen kowane mutane. Aka kuma rubuta ga Yahudawa a rubutunsu da harshensu.
ତେଣୁ ତୃତୀୟ ମାସର, ଅର୍ଥାତ୍, ସୀବନ ମାସର ତେଇଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ମର୍ଦ୍ଦଖୟର ସକଳ ଆଜ୍ଞାନୁସାରେ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶହ ସତାଇଶ ପ୍ରଦେଶାନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ, ପୁଣି ପ୍ରତ୍ୟେକ ଗୋଷ୍ଠୀକୁ ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲିଖିତ ହେଲା।
10 Mordekai ya yi rubutu da sunan Sarki Zerzes, ya hatimce saƙonin da zoben hatimin sarki, ya kuma aika da su ta hannun masu’yan aika a kan dawakai, waɗanda sukan hau dawakai masu gudu sosai, da aka yi kiwonsu musamman saboda sarki.
ପୁଣି, ସେ ରାଜା ଅକ୍ଷଶ୍ୱେରଶ ନାମରେ ଲେଖି ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ୱଶାଳା-ଜାତ ରାଜକୀୟ ଅଶ୍ୱବାହନାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା।
11 Dokar sarki ta ba wa Yahudawa a kowace birni izini su taru, su kuma kāre kansu, domin su hallaka, su kashe, su kuma hallaka kowace ƙungiyar mayaƙa, na kowace ƙasa, ko lardi, da wataƙila za su kai musu, da matansu, da yaransu hari; su kuma washe mallakar abokan gābansu.
ତଦ୍ଦ୍ୱାରା ଅକ୍ଷଶ୍ୱେରଶ ରାଜାଙ୍କ ସବୁ ପ୍ରଦେଶରେ ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ
12 Ranar da aka shirya domin Yahudawa su yi wannan a dukan lardunan Sarki Zerzes, ita ce ranar goma sha uku ga watan goma sha biyu, wato, watan Adar.
ପ୍ରତ୍ୟେକ ନଗରର ସବୁ ଯିହୁଦୀୟଙ୍କୁ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣରକ୍ଷାର୍ଥେ ଠିଆ ହେବାକୁ, ପୁଣି ଯେଉଁ ଗୋଷ୍ଠୀ ଓ ପ୍ରଦେଶ ସେମାନଙ୍କର ବିପକ୍ଷତା କରିବେ, ସେମାନଙ୍କ ସାମର୍ଥ୍ୟ ଓ ସେମାନଙ୍କ ବାଳକ ଓ ସ୍ତ୍ରୀସକଳକୁ ସଂହାର ଓ ବଧ ଓ ବିନାଶ କରିବାକୁ, ପୁଣି ସେମାନଙ୍କର ସମସ୍ତ ଦ୍ରବ୍ୟ ଲୁଟିବାକୁ ରାଜା ଅନୁମତି ଦେଲେ।
13 Za a ba da kofi na rubutacciyar dokar a matsayin ƙa’ida a kowane lardi, a kuma sanar wa mutanen kowace ƙasa, domin Yahudawa su zauna da shiri a ranar, domin su ɗau fansa a kan maƙiyansu.
ଆଉ, ସେହି ଦିନ ଯେପରି ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରିଶୋଧ ନେବାକୁ ପ୍ରସ୍ତୁତ ହେବେ, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଓ ସମୁଦାୟ ଲୋକଙ୍କ ନିକଟରେ ପ୍ରଚାରିତ ହେବା ନିମନ୍ତେ ସେହି ଆଜ୍ଞାପତ୍ରର ଏକ ପ୍ରତିଲିପି ଦିଆଗଲା।
14 ’Yan aikan, a kan dawakan fada, suka fita a guje, umarnin sarki yana iza su. Aka kuma ba da dokar a mazaunin masarauta wadda take Shusha.
ତହିଁରେ ଦ୍ରୁତଗାମୀ ରାଜକୀୟ ଅଶ୍ୱାରୂଢ଼ ବାର୍ତ୍ତାବାହକମାନେ ରାଜାଜ୍ଞାରେ ତ୍ୱରିତ ପ୍ରବର୍ତ୍ତିତ ହୋଇ ଚାଲିଗଲେ; ପୁଣି, ଶୂଶନ୍ ରାଜଧାନୀରେ ସେହି ଆଜ୍ଞା ପ୍ରକାଶିତ ହେଲା।
15 Mordekai kuwa ya fita a gaban sarki da rigunan sarauta, masu ruwan shuɗi, da fari, da babban kambi na zinariya, da alkyabba ta lilin mai ruwan shunayya. Aka yi sowa don murna a birnin Shusha.
ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ହୋଇ ରାଜା ଛାମୁରୁ ବାହାରକୁ ଗଲ; ତହିଁରେ ଶୂଶନ୍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।
16 Ga Yahudawa kuwa, lokaci ne na murna da farin ciki, da jin daɗi da bangirma.
ଆଉ, ଯିହୁଦୀୟମାନଙ୍କର ଦୀପ୍ତି ଓ ଆନନ୍ଦ ଓ ହର୍ଷ ଓ ସମ୍ଭ୍ରମର ଉଦୟ ହେଲା।
17 A kowane lardi da kowace birni, ko’ina da dokar sarki ta kai, aka yi farin ciki a cikin Yahudawa, cike da bukukkuwa. Yawan mutane da waɗansu ƙasashe suka zama Yahudawa, don tsoron Yahudawa ya kama su.
ପୁଣି, ପ୍ରତି ପ୍ରଦେଶରେ ଓ ପ୍ରତି ନଗରରେ ଯେକୌଣସି ସ୍ଥାନରେ ରାଜାଜ୍ଞା ଓ ନିୟମପତ୍ର ଉପସ୍ଥିତ ହେଲା, ସେହି ସେହି ସ୍ଥାନରେ ଯିହୁଦୀୟମାନଙ୍କର ଆନନ୍ଦ, ଆମୋଦ, ଭୋଜ ଓ ମଙ୍ଗଳର ଦିନ ହେଲା, ପୁଣି ଦେଶର ଅନେକ ଲୋକ ଯିହୁଦୀୟ ମତାବଲମ୍ବୀ ହେଲେ; ଯେହେତୁ ସେମାନେ ଯିହୁଦୀୟମାନଙ୍କ ସକାଶେ ଭୀତ ହେଲେ।