< Fitowa 16 >

1 Dukan taron Isra’ila suka tashi daga Elim suka zo hamadar Sin, wadda take tsakanin Elim da Sinai, a rana ta goma sha biyar ga wata biyu, bayan sun fito daga Masar.
ଏଥିଉତ୍ତାରେ ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶରୁ ପ୍ରସ୍ଥାନ କଲା ଉତ୍ତାରେ ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ।
2 A hamadan, dukan taro suka yi gunaguni a kan Musa da Haruna.
ସେତେବେଳେ ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ମଣ୍ଡଳୀ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ପ୍ରାନ୍ତରରେ ବଚସା କଲେ।
3 Isra’ilawa suka ce musu, “Da ma a hannun Ubangiji ne muka mutu a Masar, inda muka zauna kewaye da tukwanen nama, muna cin duk abincin da muke so, amma kun kawo mu cikin wannan hamada don ku kashe dukan wannan taro da yunwa.”
ପୁଣି, ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥାʼନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।”
4 Sai Ubangiji ya ce wa Musa, “Zan zubo muku burodi kamar ruwa daga sama. Mutanen za su fita kowace rana su tattara abin da zai ishe su na ranan. Ta haka zan gwada su in ga ko za su bi umarnaina.
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି, ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚାଲିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା।
5 A rana ta shida za su shirya abin da suka kwaso, wannan kuwa zai zama ninki biyu na abin da sukan tattara na sauran ranaku.”
ଷଷ୍ଠ ଦିନରେ ସେମାନେ ଯାହା ଆଣିବେ, ତାହା ରାନ୍ଧିଲେ ଦିନକୁ ଦିନ ଯାହା ସଂଗ୍ରହ କରନ୍ତି, ତାହା ଦୁଇଗୁଣ ହେବ।”
6 Saboda haka Musa da Haruna suka ce wa dukan Isra’ila, “Da yamma za ku sani Ubangiji ne ya fitar da ku daga Masar.
ଏଥିଉତ୍ତାରେ ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ଯେ ତୁମ୍ଭମାନଙ୍କୁ ମିସରଠାରୁ ବାହାର କରି ଆଣିଅଛନ୍ତି, ଏହା ତୁମ୍ଭେମାନେ ସନ୍ଧ୍ୟାକାଳରେ ଜାଣିବ।
7 Da safe za ku ga ɗaukakar Ubangiji, saboda ya ji gunaguninku a kansa. Wane mu, da za ku yi gunaguni a kanmu?”
ପୁଣି, ପ୍ରାତଃକାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର?”
8 Musa ya kuma ce, “Za ku san cewa shi ne Ubangiji, sa’ad da ya ba ku nama ku ci da yamma, da kuma duk burodin da kuke so da safe, saboda ya ji gunagunin da kuka yi a kansa. Namu a wane? Ai, gunaguninku ba a kanmu ba, amma a kan Ubangiji ne.”
ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟାକାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃକାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”
9 Sai Musa ya ce wa Haruna, “Ka faɗa wa dukan taron Isra’ila, ‘Ku zo gaban Ubangiji, gama ya ji gunaguninku.’”
ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।’”
10 Yayinda Haruna yake magana da dukan taron Isra’ila, sai suka duba wajen hamada, sai ga ɗaukakar Ubangiji tana bayyana a girgije.
ତହିଁରେ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।
11 Ubangiji ya ce wa Musa,
ପୁଣି, ସଦାପ୍ରଭୁ ମୋଶାଙ୍କୁ କହିଲେ,
12 “Na ji gunagunin Isra’ilawa. Ka faɗa musu, ‘A tsakanin fāɗuwar rana da almuru, za ku ci nama, da safe kuma za ku ƙoshi da burodi. Sa’an nan za ku sani ni ne Ubangiji Allahnku.’”
“ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ବଚସା ଶୁଣିଅଛୁ; ତୁମ୍ଭେ ସେମାନଙ୍କୁ କୁହ, ‘ତୁମ୍ଭେମାନେ ସନ୍ଧ୍ୟା ସମୟରେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟୁ, ତାହା ତୁମ୍ଭେମାନେ ଜାଣିବ।’”
13 Da yamman wannan rana, sai makware suka rufe dukan sansani, da safe kuma sai ga raɓa ta kewaye sansani.
ଏଥିଉତ୍ତାରେ ସନ୍ଧ୍ୟା ସମୟରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି, ପ୍ରାତଃକାଳରେ ଛାଉଣି ସ୍ଥାନର ଚାରିଆଡ଼େ କାକର ପଡ଼ିଲା।
14 Lokacin da raɓar ta watse, sai ga wani abu kamar tsaki, falle-falle kuma da laushi, fari, kamar hazo, a ƙasa.
ଏଉତ୍ତାରେ ପତିତ କାକର ଊର୍ଦ୍ଧ୍ୱଗତ ହେଲାରୁ ଭୂମିସ୍ଥିତ କାକର ପରି ଗୋଲାକାର କ୍ଷୁଦ୍ର ଦ୍ରବ୍ୟ ପ୍ରାନ୍ତର ଉପରେ ପଡ଼ି ରହିଲା।
15 Sa’ad da Isra’ilawa suka ga wannan, sai suka ce wa junansu, “Mene ne wannan?” Gama ba su san ko mene ne ba. Musa ya ce musu, “Wannan shi ne burodin da Ubangiji ya ba ku ku ci.
ଆଉ ଇସ୍ରାଏଲ-ସନ୍ତାନଗଣ ତାହା ଦେଖି ପରସ୍ପରକୁ କହିଲେ, “ଏହା କʼଣ ଅଟେ?” ଯେହେତୁ ତାହା କʼଣ ଥିଲା, ସେମାନେ ଜାଣିଲେ ନାହିଁ। ତହିଁରେ ମୋଶା କହିଲେ, “ଏହା ତୁମ୍ଭମାନଙ୍କ ଭୋଜନ ନିମନ୍ତେ ସଦାପ୍ରଭୁଙ୍କ ଦତ୍ତ ଅନ୍ନ।
16 Wannan shi ne abin da Ubangiji ya umarta, ‘Kowane mutum zai tattara bisa ga bukatarsa. Ku tara rabin gallon don mutum guda da yake cikin tentinku.’”
ଏ ବିଷୟରେ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଭୋଜନ ଶକ୍ତି ବୁଝି ତାହା ସଂଗ୍ରହ କର; ତୁମ୍ଭମାନଙ୍କ ପ୍ରତ୍ୟେକ ଜଣ ଆପଣା ଆପଣା ତମ୍ବୁସ୍ଥିତ ପ୍ରାଣୀମାନଙ୍କ ସଂଖ୍ୟାନୁସାରେ ଏକ ଏକ ଜଣ ପାଇଁ ଏକ ଏକ ଓମର ପରିମାଣରେ ତାହା ସଂଗ୍ରହ କର।’”
17 Isra’ilawa suka yi kamar yadda aka faɗa musu, waɗansu suka tattara da yawa, waɗansu kuma kaɗan.
ତହିଁରେ ଇସ୍ରାଏଲ ସନ୍ତାନମାନେ ସେହି ପ୍ରକାର କଲେ; କେହି ଅଧିକ ଓ କେହି ଅଳ୍ପ ସଞ୍ଚୟ କଲେ।
18 Da suka gwada a mudu, wanda ya tattara da yawa bai sami mafi yawa ba, wanda kuma ya tattara kaɗan bai sami ƙanƙani ba. Kowane mutum ya tattara daidai bukatarsa.
ଏଥିଉତ୍ତାରେ ସେମାନେ ଓମରରେ ତାହା ପରିମାଣ କରନ୍ତେ; ଯେ ଅଧିକ ସଂଗ୍ରହ କରିଥିଲା, ତାହାର ବଳକା ହେଲା ନାହିଁ, ପୁଣି, ଯେ ଅଳ୍ପ ସଂଗ୍ରହ କରିଥିଲା, ତାହାର ଅଭାବ ହେଲା ନାହିଁ; ଏହି ପ୍ରକାରେ ସେମାନେ ଭୋଜନ ଶକ୍ତି ଅନୁସାରେ ସଂଗ୍ରହ କଲେ।
19 Sa’an nan Musa ya ce musu, “Kada wani yă bar saura har safe.”
ଏଥିଉତ୍ତାରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କେହି ପ୍ରାତଃକାଳ ପର୍ଯ୍ୟନ୍ତ କିଛି ରଖ ନାହିଁ।”
20 Duk da haka waɗansu ba su kula da umarnin Musa ba, suka bar saura har safe, kashegari kuwa ta yi tsutsotsi, ta ruɓe, sai Musa ya yi fushi da su.
ତଥାପି ସେମାନେ ମୋଶାଙ୍କର କଥା ନ ମାନି କେହି କେହି ପ୍ରଭାତ ପର୍ଯ୍ୟନ୍ତ କିଛି କିଛି ରଖିଲେ; ମାତ୍ର ତହିଁରେ ପୋକ ଜନ୍ମିଲା ଓ ଦୁର୍ଗନ୍ଧ ହେଲା। ଏଣୁ ମୋଶା ସେମାନଙ୍କ ଉପରେ କ୍ରୋଧ କଲେ।
21 Kowace safiya, kowanne mutum yakan tattara daidai bukatarsa, lokacin da rana ta yi zafi, sai ta narke.
ଏହିରୂପେ ପ୍ରତିଦିନ ପ୍ରାତଃକାଳରେ ସେମାନେ ଆପଣା ଆପଣା ଭୋଜନ ଶକ୍ତି ଅନୁସାରେ ତାହା ସଂଗ୍ରହ କଲେ; ମାତ୍ର ପ୍ରଚଣ୍ଡ ଖରା ହୁଅନ୍ତେ, ତାହା ତରଳି ଗଲା।
22 A rana ta shida, suka tattara ninki biyu, mudu biyu ga mutum guda, sai shugabannin taron suka zo suka kawo ƙara wurin Musa.
ଏଥିଉତ୍ତାରେ ଷଷ୍ଠ ଦିନରେ ସେମାନେ ଦୁଇଗୁଣ, ଅର୍ଥାତ୍‍, ପ୍ରତି ଜଣ ଦୁଇ ଦୁଇ ଓମର ଅନ୍ନ ସଂଗ୍ରହ କଲେ, ତହିଁରେ ମଣ୍ଡଳୀର ଅଧ୍ୟକ୍ଷ ସମସ୍ତେ ଆସି ମୋଶାଙ୍କୁ ଜଣାଇଲେ।
23 Shi kuma ya ce musu, “Wannan shi ne umarnin Ubangiji, ‘Gobe za tă zama ranar hutu, Asabbaci mai tsarki ga Ubangiji. Domin haka sai ku toya abin da kuke so ku toya, ku kuma dafa abin da kuke so ku dafa. Abin da ya rage ku ajiye har safe.’”
ସେତେବେଳେ ମୋଶା ସେମାନଙ୍କୁ କହିଲେ, “ସଦାପ୍ରଭୁ ତାହା କହିଅଛନ୍ତି, ଯଥା, ‘କାଲି ମହା ବିଶ୍ରାମ ଦିନ, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ; ଏହେତୁ ତୁମ୍ଭମାନଙ୍କର ଯାହା ଭାଜିବାର, ତାହା ଭାଜ; ଯାହା ପାକ କରିବାର, ତାହା ପାକ କର; ପୁଣି, ଯାହା କିଛି ଅବଶିଷ୍ଟ ରହେ, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କରି ରଖ।’”
24 Sai suka bar saura har safe, kamar yadda Musa ya umarta, bai kuwa yi wari ko yă yi tsutsa ba.
ତହିଁରେ ସେମାନେ ମୋଶାଙ୍କର ଆଜ୍ଞାନୁସାରେ ପ୍ରଭାତ ପର୍ଯ୍ୟନ୍ତ ତାହା ରଖିଲେ, ଆଉ ତାହା ଦୁର୍ଗନ୍ଧ ହେଲା ନାହିଁ, କି ତହିଁରେ କୌଣସି ପୋକ ଜନ୍ମିଲା ନାହିଁ।
25 Musa ya ce, “Ku ci shi yau, saboda yau Asabbaci ne na Ubangiji. Ba za ku same shi a ƙasa a yau ba.
ଏଥିଉତ୍ତାରେ ମୋଶା କହିଲେ, “ଆଜି ତୁମ୍ଭେମାନେ ତାହା ଭୋଜନ କର, ଯେହେତୁ ଆଜି ସଦାପ୍ରଭୁଙ୍କର ବିଶ୍ରାମବାର; ଆଜି କ୍ଷେତରେ ତାହା ପାଇବ ନାହିଁ।
26 Kwana shida za ku tattara shi, amma a rana ta bakwai, Asabbaci, ba za a same shi ba.”
ତୁମ୍ଭେମାନେ ଛଅ ଦିନ ତାହା ସଂଗ୍ରହ କରିବ, ମାତ୍ର ସପ୍ତମ ଦିନ ବିଶ୍ରାମବାର ଅଟେ, ତହିଁରେ କିଛି ମିଳିବ ନାହିଁ।”
27 Duk da haka waɗansu mutane suka fita a ranar Asabbaci don su tattara, amma ba su sami kome ba.
ତଥାପି ସପ୍ତମ ଦିନରେ ମଧ୍ୟ କେହି କେହି ତାହା ସଂଗ୍ରହ କରିବାକୁ ଗଲେ, ମାତ୍ର କିଛି ପାଇଲେ ନାହିଁ।
28 Sai Ubangiji ya ce wa Musa, “Har yaushe za ku ƙi bin dokokina da umarnaina?
ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଆଜ୍ଞା ଓ ବ୍ୟବସ୍ଥା ପାଳନ କରିବାକୁ କେତେ କାଳ ଅସମ୍ମତ ଥିବ?
29 Ku lura fa, ai, Ubangiji ne ya ba ku Asabbaci; shi ya sa a kan ba ku burodi na kwana biyu, a rana ta shida. Kowa ya kamata yă kasance inda yake a rana ta bakwai; kada kowa yă fita.”
ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ସକାଶୁ ସେ (ସଦାପ୍ରଭୁ) ତୁମ୍ଭମାନଙ୍କୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି; ତୁମ୍ଭେମାନେ ପ୍ରତି ଜଣ ସପ୍ତମ ଦିନରେ ଆପଣା ଆପଣା ସ୍ଥାନରୁ ବାହାରକୁ ନ ଯାଇ ସ୍ୱ ସ୍ୱ ସ୍ଥାନରେ ଥାଅ।”
30 Sai mutanen suka huta a rana ta bakwai.
ତେବେ ଲୋକମାନେ ସପ୍ତମ ଦିନରେ ବିଶ୍ରାମ କଲେ।
31 Mutanen Isra’ila suka kira burodin Manna. Manna yana nan fari kamar farin riɗi, ɗanɗanonsa kuma yana kama da masa da aka yi da zuma.
ପୁଣି, ଇସ୍ରାଏଲ ବଂଶ ସେହି ଖାଦ୍ୟର ନାମ “ମାନ୍ନା” ଦେଲେ; ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ଆସ୍ୱାଦ ମଧୁ ମିଶ୍ରିତ ରୁଟି ତୁଲ୍ୟ ଥିଲା।
32 Musa ya ce, “Wannan shi ne abin da Ubangiji ya umarta, ‘Ku auna mudu guda na Manna, a adana ta dukan zamananku, domin kowane zamani yă ga irin abincin da na ba ku ku ci a hamada, yayinda na fitar da ku daga Masar.’”
ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି, ‘ସେ ତୁମ୍ଭମାନଙ୍କୁ ମିସର ଦେଶଠାରୁ ଆଣିବା ସମୟରେ ପ୍ରାନ୍ତର ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେପରି ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି, ଏହେତୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣ ମାନ୍ନା ରଖ।’”
33 Saboda haka Musa ya ce wa Haruna, “Ka ɗauki tulu, ka sa mudu guda na Manna a ciki. Sa’an nan ka sa shi a gaban Ubangiji, don a adana don tsararraki masu zuwa.”
ସେତେବେଳେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଗୋଟିଏ ପାତ୍ର ନେଇ ଏକ ଓମର ପରିମାଣ ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ; ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।”
34 Sai Haruna ya ajiye Mannar a gaban Akwatin Alkawari, don a adana ta kamar yadda Ubangiji ya umarci Musa.
ତହୁଁ ହାରୋଣ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସାକ୍ଷ୍ୟ-ସିନ୍ଦୁକ ନିକଟରେ ରଖାଯିବା ନିମିତ୍ତ ତାହା ସଞ୍ଚୟ କରି ରଖିଲେ।
35 Isra’ilawa suka yi shekaru arba’in suna cin Manna, har sai da suka shiga cikin ƙasar da take da mutane, suka ci Manna har zuwa kan iyakar ƙasar Kan’ana.
ଇସ୍ରାଏଲ ସନ୍ତାନମାନେ ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେହି ମାନ୍ନା ଭୋଜନ କଲେ ଓ କିଣାନ ଦେଶର ସୀମାରେ ଉପସ୍ଥିତ ନ ହେବା ଯାଏ ସେମାନେ ତାହା ଖାଇଲେ।
36 (Omer guda, daidai ne da kashi ɗaya bisa goma na Efa.)
ଏକ ଓମର ଐଫାର ଦଶମାଂଶ।

< Fitowa 16 >