< Fitowa 2 >

1 Ana nan, sai wani Balawe ya auri wata Balawiya,
ଏଥିଉତ୍ତାରେ ଲେବୀ ବଂଶଜାତ ଜଣେ ମନୁଷ୍ୟ ଯାଇ ଲେବୀ ବଂଶରୁ ଜାତ ଏକ କନ୍ୟାକୁ ବିବାହ କଲା।
2 ta kuwa yi ciki, ta haifi ɗa. Sa’ad da ta ga jaririn kyakkyawa ne, sai ta ɓoye shi har watanni uku.
ତହୁଁ ସେ ସ୍ତ୍ରୀ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କଲା; ପୁଣି, ବାଳକକୁ ଅତି ସୁନ୍ଦର ଦେଖି ସେ ତାକୁ ତିନି ମାସ ଯାଏ ଗୋପନରେ ରଖିଲା।
3 Amma da ba tă iya ɓoye shi kuma ba, sai ta yi kwandon kyauro ta shafa masa kwalta. Bayan haka sai ta sa jaririn a cikin kwandon, ta je ta ajiye kwandon tare da jaririn a cikin kyauro, a bakin kogin.
ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନୀଳ ନଦୀତୀରସ୍ଥ ନଳବନରେ ରଖିଲା।
4 ’Yar’uwarsa ta tsaya da ɗan rata tana lura da abin da zai faru da shi.
ପୁଣି, ତାହାର କି ଦଶା ହେବ, ତାହା ଦେଖିବା ନିମନ୍ତେ ତାହାର ଭଗିନୀ ଦୂରରେ ଠିଆ ହୋଇ ରହିଲା।
5 Sai’yar Fir’auna ta gangara zuwa kogi domin tă yi wanka, bayinta kuwa suna tafiya a bakin kogi. Sai ta ga kwandon a ciyawa, ta aiki ɗaya daga cikin masu hidimarta tă ɗauko mata.
ଏଥିଉତ୍ତାରେ ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକୁ ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକୁ ପଠାଇଲା।
6 Da ta buɗe kwandon, sai ta ga yaro yana kuka, ta kuwa ji tausayinsa. Ta ce, “Wannan ɗaya daga cikin jariran Ibraniyawa ne.”
ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକଟି କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, “ଏଇଟି ଜଣେ ଏବ୍ରୀୟ ବାଳକ।”
7 Sai’yar’uwarsa ta tambayi’yar Fir’auna, ta ce, “In tafi in samo ɗaya daga cikin matan Ibraniyawa tă yi miki renon yaron?”
ସେତେବେଳେ ତାହାର ଭଗିନୀ ଫାରୋଙ୍କର କନ୍ୟାକୁ କହିଲା, “ମୁଁ ଯାଇ ଆପଣଙ୍କ ନିମନ୍ତେ ଏହି ବାଳକକୁ ସ୍ତନ୍ୟପାନ କରାଇବା ପାଇଁ କି ଏବ୍ରୀୟା ସ୍ତ୍ରୀଗଣ ମଧ୍ୟରୁ ଜଣେ ଧାତ୍ରୀକୁ ଡାକି ଆଣିବି?”
8 Sai ta amsa ta ce, “I, tafi.” Sai yarinyar ta tafi ta kawo mahaifiyar yaron.
ତହିଁରେ ଫାରୋଙ୍କର କନ୍ୟା କହିଲା, “ଯାଅ,” ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା।
9 Diyar Fir’auna ta ce mata, “Ɗauki jaririn, ki yi mini renonsa, zan kuwa biya ki.” Saboda haka ta ɗauki yaron, ta yi renonsa.
ତେବେ ଫାରୋଙ୍କର କନ୍ୟା ତାହାଙ୍କୁ କହିଲା, “ତୁମ୍ଭେ ଏ ବାଳକକୁ ନେଇ ମୋʼ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବେତନ ଦେବି,” ତହିଁରେ ସେହି ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା।
10 Sa’ad da ya yi girma, sai ta kawo shi wajen’yar Fir’auna, ya kuwa zama ɗanta, ta kuma ba shi suna Musa, tana cewa, “Na tsamo shi daga ruwa.”
ଏଥିଉତ୍ତାରେ ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା। ତହିଁରେ ବାଳକ ତାହାର ପୁତ୍ର ହେଲା। ତେଣୁ ସେ ତାହାର ନାମ ମୋଶା ଦେଲା; “କାରଣ ସେ କହିଲା, ମୁଁ ଜଳରୁ ଏହାକୁ ଆକର୍ଷଣ କଲି।”
11 Wata rana, bayan Musa ya yi girma, sai ya haura, ya tafi inda mutanensa suke, ya kuma ga yadda suke shan wahala da aiki. Ya ga wani mutumin Masar yana dūkan mutumin Ibraniyawa, ɗaya daga cikin mutanensa.
କାଳକ୍ରମେ ମୋଶା ବଡ଼ ହେଲା ଉତ୍ତାରେ ଦିନକରେ ସେ ଆପଣା ଭ୍ରାତୃଗଣ ନିକଟକୁ ଯାଇ ସେମାନଙ୍କୁ ଭାର ବହିବାର ଦେଖିଲେ; ପୁଣି, ଜଣେ ମିସରୀୟ ତାହାର ଭ୍ରାତୃଗଣ ମଧ୍ୟରୁ ଜଣେ ଏବ୍ରୀଙ୍କୁ ପ୍ରହାର କରୁଥିବାର ଦେଖିଲେ।
12 Da ya leƙa nan da can bai kuwa ga kowa ba, sai ya kashe mutumin Masar, ya ɓoye shi a yashi.
ଏହେତୁ ସେ ଏଣେତେଣେ ଅନାଇ କାହାକୁ ନ ଦେଖି ସେହି ମିସରୀୟକୁ ବଧ କରି ବାଲିରେ ପୋତି ଦେଲେ।
13 Kashegari ya fita, sai ya ga Ibraniyawa biyu suna faɗa. Ya tambayi mai laifin ya ce, “Don me kake bugun ɗan’uwanka, mutumin Ibraniyawa?”
ଆଉ ଦ୍ୱିତୀୟ ଦିନ ସେ ବାହାରକୁ ଯାଇ ଦୁଇ ଜଣ ଏବ୍ରୀଙ୍କୁ ବିବାଦ କରୁଥିବାର ଦେଖି ଦୋଷୀ ଲୋକଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇଙ୍କୁ କାହିଁକି ପ୍ରହାର କରୁଅଛ?”
14 Mutumin ya ce masa, “Wa ya mai da kai mai mulki da mai hukunci a kanmu? Kana so ne ka kashe ni kamar yadda ka kashe mutumin Masar nan?” Sai Musa ya tsorata, ya yi tunani ya ce, “To, fa, abin nan da na yi, ya zama sananne.”
ତହିଁରେ ସେ କହିଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି? ତୁମ୍ଭେ ଯେପରି ସେହି ମିସରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ଚାହୁଁଅଛ?” ତହିଁରେ ମୋଶା ଭୟଭୀତ ହୋଇ କହିଲେ, “ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।”
15 Da Fir’auna ya ji wannan, sai ya yi ƙoƙari yă kashe Musa, amma Musa ya gudu daga wajen Fir’auna, ya tafi ƙasar Midiyan inda ya zauna kusa da wata rijiya.
ଏଥିଉତ୍ତାରେ ଫାରୋ ଏ କଥା ଶୁଣି ମୋଶାଙ୍କୁ ବଧ କରିବା ପାଇଁ ଚେଷ୍ଟା କଲେ। ମାତ୍ର ମୋଶା ଫାରୋଙ୍କ ସମ୍ମୁଖରୁ ପଳାଇ ମିଦୀୟନ ଦେଶରେ ବାସ କରିବାକୁ ଯାଇ ଗୋଟିଏ କୂପ ନିକଟରେ ବସିଲେ।
16 To, fa, akwai wani firist na Midiyan, yana da’ya’ya mata bakwai, suka zo su shayar da dabbobin mahaifinsu.
ମିଦୀୟନୀୟ ଯାଜକଙ୍କର ସାତୋଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳ ପାନ କରାଇବା ପାଇଁ ଜଳ କାଢ଼ି କୁଣ୍ଡ ପରିପୂର୍ଣ୍ଣ କଲେ।
17 Sai waɗansu makiyaya suka zo suka kore su, amma Musa ya tashi ya taimake su ya shayar da dabbobinsu.
ଏଥିମଧ୍ୟରେ ମେଷପାଳକମାନେ ଆସି ସେମାନଙ୍କୁ ତଡ଼ି ଦେବାକୁ ଲାଗିଲେ, ମାତ୍ର ମୋଶା ଉଠି ସେମାନଙ୍କର ସାହାଯ୍ୟ କରି ସେମାନଙ୍କ ମେଷପଲକୁ ଜଳ ପାନ କରାଇଲେ।
18 Da’yan matan suka komo wurin Reyuwel mahaifinsu, sai ya tambaye su ya ce, “Yaya kuka dawo da wuri yau?”
ଏଥିଉତ୍ତାରେ ସେମାନେ ଆପଣା ପିତା ରୁୟେଲ ନିକଟକୁ ଯାଆନ୍ତେ, ସେ ସେମାନଙ୍କୁ ପଚାରିଲା, “ଆଜି ତୁମ୍ଭେମାନେ ଏତେ ଶୀଘ୍ର କିପରି ଆସିଲ?”
19 Suka amsa suka ce, “Wani mutumin Masar ne ya taimake mu daga hannun waɗansu makiyaya. Har ma ya ɗebo ruwa ya shayar da dabbobin.”
ତହିଁରେ ସେମାନେ କହିଲେ, “ଜଣେ ମିସରୀୟ ଲୋକ ମେଷପାଳକମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲା, ପୁଣି, ଆମ୍ଭମାନଙ୍କ ନିମନ୍ତେ ଜଳ କାଢ଼ି ମେଷପଲକୁ ଜଳ ପାନ କରାଇଲା।”
20 Ya tambayi’yan matansa, “To ina yake? Don me kuka bar shi a can? A gayyace shi, yă zo, yă ci wani abu.”
ତେବେ ସେ ଆପଣା କନ୍ୟାମାନଙ୍କୁ କହିଲା, “ସେ କେଉଁଠାରେ? ତୁମ୍ଭେମାନେ ତାକୁ କାହିଁକି ଛାଡ଼ି ଆସିଲ? ତାକୁ ଡାକ; ସେ ଆମ୍ଭମାନଙ୍କ ସହିତ ଭୋଜନ କରିବ।”
21 Musa ya yarda yă zauna da mutumin wanda ya ba da’yarsa Ziffora aure da Musa.
ଏଥିଉତ୍ତାରେ ମୋଶା ସେହି ମନୁଷ୍ୟ ସହିତ ବାସ କରିବାକୁ ସମ୍ମତ ହେଲେ; ପୁଣି, ସେ ମୋଶାଙ୍କ ସହିତ ଆପଣା କନ୍ୟା ସିପ୍ପୋରାର ବିବାହ ଦେଲା।
22 Ziffora ta haifi wa Musa ɗa, ya kuma raɗa masa suna Gershom cewa, “Na zama baƙo a baƙuwar ƙasa.”
ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରନ୍ତେ, ମୋଶା ତାହାର ନାମ ଗେର୍ଶୋମ ଦେଲେ; କାରଣ ସେ କହିଲେ, “ମୁଁ ବିଦେଶରେ ପ୍ରବାସୀ ହୋଇଅଛି।”
23 Ana nan dai, a kwana a tashi, sai sarkin Masar ya mutu. Isra’ilawa suka yi kuka mai zafi saboda bautarsu mai wuya, sai kukar neman taimakonsu saboda bauta, ya kai wurin Allah.
ବହୁ କାଳ ଉତ୍ତାରେ ମିସରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ-ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା।
24 Allah kuwa ya ji kukansu sai ya tuna da alkawarinsa da Ibrahim da Ishaku da Yaƙub.
ତହିଁରେ ପରମେଶ୍ୱର ସେମାନଙ୍କ ଆର୍ତ୍ତସ୍ୱର ଶୁଣିଲେ, ଆଉ ଅବ୍ରହାମ ଓ ଇସ୍‌ହାକ ଓ ଯାକୁବଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରି,
25 Sai Allah ya dubi Isra’ilawa, ya kuma damu da su.
ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଷ୍ଟିପାତ କଲେ ଓ ସେମାନଙ୍କ ଅବସ୍ଥା ଜାଣିଲେ।

< Fitowa 2 >