< Fitowa 25 >

1 Ubangiji ya ce wa Musa,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 “Ka faɗa wa Isra’ilawa su kawo mini hadaya. Za ka karɓi hadaya daga hannun kowane mutum wanda zuciyarsa ta yarda yă bayar.
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ।
3 “Ga iri jerin kayan da za ka karɓo daga hannunsu, “zinariya, da azurfa, tagulla,
ଅର୍ଥାତ୍‍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ;
4 shuɗi, shunayya da jan zare, lallausan lilin, da gashin akuya,
ପୁଣି, ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ,
5 fatun ragunan da aka wanke, fatun awaki masu kyau, itacen akashiya,
ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍‍ କାଷ୍ଠ,
6 mai domin fitila, kayan yaji domin man keɓewa da kuma turare mai ƙanshi,
ଦୀପ ନିମନ୍ତେ ତୈଳ ପୁଣି, ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ,
7 da duwatsun Onis, da duwatsun da za a mammanne a efod da ƙyallen maƙalawa a ƙirji.
ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ।
8 “Sa’an nan ka sa su yi mini wuri mai tsarki, domin in zauna a cikinsu.
ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା।
9 Ka ƙera wannan tabanakul da duk kayan da suke ciki da waje, daidai yadda zan nuna maka.
ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସମସ୍ତ କରିବ।
10 “Ka sa a yi akwatin alkawarin da itacen ƙirya, tsawonsa kamu biyu da rabi, fāɗinsa kamu ɗaya da rabi, tsayinsa kuma kamu ɗaya da rabi.
ଆଉ, ସେମାନେ ଅଢ଼ାଇ ହସ୍ତ ଦୀର୍ଘ, ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଶିଟୀମ୍‍ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କରିବେ।
11 Ka dalaye shi da zinariya zalla ciki da waje, za ka yi wa gefe-gefensa ado da gurun zinariya.
ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି, ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି, ତହିଁ ଉପର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ।
12 Ka kewaye akwatin da zoban zinariya huɗu ka kuma haɗa su da ƙafafunsa huɗu, zobai biyu a kowane gefe.
ପୁଣି, ତହିଁ ନିମନ୍ତେ ସ୍ୱର୍ଣ୍ଣର ଚାରି କଡ଼ା ଛାଞ୍ଚରେ ଢାଳି ତହିଁର ଚାରି କୋଣରେ ଦେବ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ରହିବ।
13 Sa’an nan ka yi sanduna da itacen ƙirya, ka dalaye su da zinariya.
ଆଉ ତୁମ୍ଭେ ଶିଟୀମ୍‍ କାଷ୍ଠରେ ଦୁଇ ସାଙ୍ଗୀ କରି ସ୍ୱର୍ଣ୍ଣରେ ମଡ଼ାଇବ।
14 Ka sa sandunan a cikin zoban, a gefen akwatin domin ɗaukansa.
ପୁଣି, ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇବ।
15 Sanduna za su kasance a cikin waɗannan zoban akwatin alkawarin; ba za a cire su ba.
ସେହି ସାଙ୍ଗୀ ସିନ୍ଦୁକର କଡ଼ାରେ ଥିବ, ତହିଁରୁ ବାହାର କରାଯିବ ନାହିଁ।
16 Sa’an nan ka sa Shaidar da zan ba ka, a cikin akwatin.
ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକରେ ରଖିବ।
17 “Ka yi murfin kafara da zinariya zalla, tsawonsa kamu biyu da rabi, fāɗinsa kuma kamu ɗaya da rabi.
ଏଉତ୍ତାରେ ତୁମ୍ଭେ ଶୁଦ୍ଧ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କରିବ।
18 Ka kuma yi kerubobi biyu da zinariyar da aka ƙera, ka sa a gefen nan biyu na murfin.
ତୁମ୍ଭେ ସୁବର୍ଣ୍ଣର ଦୁଇ କିରୂବ ପ୍ରସ୍ତୁତ କରିବ; ପିଟାକର୍ମରେ ତାହା ପ୍ରସ୍ତୁତ କରି ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ।
19 Ka yi kerubobi biyu, ɗaya a wannan gefe, ɗaya kuma a ɗayan gefen; za ka manne su a kan murfin, su zama abu ɗaya.
ଏକ କିରୂବ ଏକ ମୁଣ୍ଡରେ ଓ ଅନ୍ୟ କିରୂବ ଅନ୍ୟ ମୁଣ୍ଡରେ ସ୍ଥାପନ କରିବ; ଦୁଇ କିରୂବକୁ ପାପାଚ୍ଛାଦନ ସହିତ ସଂଲଗ୍ନ ଓ ତହିଁର ଦୁଇ ପ୍ରାନ୍ତରେ ଉଭା କରି ସ୍ଥାପନ କରିବ।
20 Kerubobin su kasance da fikafikansu a buɗe, domin su inuwantar da murfin, za su fuskanci juna, suna duba murfin.
ପୁଣି, କିରୂବମାନେ ପରସ୍ପର ସମ୍ମୁଖୀନ ହୋଇ ପକ୍ଷ ଊର୍ଦ୍ଧ୍ୱକୁ ବିସ୍ତାର କରି ପାପାଚ୍ଛାଦନ ଆବରଣ କରିବେ; ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିବ।
21 Ka sa murfin a bisa akwatin ka kuma sa allunan dokokin alkawarin da zan ba ka a ciki.
ତୁମ୍ଭେ ସେହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକ ଭିତରେ ଥୋଇବ।
22 Can, a bisa murfin da yake tsakanin kerubobi biyu da suke bisa akwatin alkawari na Shaida, zan sadu da kai, in kuma ba ka dukan umarnai domin Isra’ilawa.
ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ, ଅର୍ଥାତ୍‍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବ ଦ୍ୱୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ-ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।
23 “Ka yi tebur da itacen ƙirya, tsawonsa kamu biyu, fāɗinsa kamu ɗaya, tsayinsa kuma kamu ɗaya da rabi.
ତହିଁ ଉତ୍ତାରେ ତୁମ୍ଭେ ଶିଟୀମ୍‍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କରି
24 Ka dalaye shi da zinariya zalla ka kuma yi masa ado kewaye da gurun zinariya.
ନିର୍ମଳ ସ୍ୱର୍ଣ୍ଣରେ ତାହା ମଡ଼ାଇବ, ପୁଣି, ତହିଁର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ।
25 Ka yi dajiya mai fāɗin tafin hannu, ka kuma yi wa dajiyar ado da gurun zinariya.
ପୁଣି, ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କରିବ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣ କାନ୍ଥି କରିବ।
26 Ka yi zoban zinariya huɗu domin teburin, ka daure su a kusurwoyi huɗu, inda ƙafafu huɗun suke.
ଆଉ ସୁବର୍ଣ୍ଣ ନିର୍ମିତ ଚାରି କଡ଼ା କରି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିବ।
27 Zoban za su kasance kusa da dajiyar don riƙe sandunan da za a yi amfani don ɗaukar teburin.
ମେଜ ବହନାର୍ଥେ ସାଙ୍ଗୀର ଘରା ନିମନ୍ତେ ସେହି କଡ଼ା ବେଷ୍ଟନ-ପାର୍ଶ୍ୱରେ ଥିବ।
28 Ka yi sandunan da itacen ƙirya, ka dalaye su da zinariya, da sandunan ne za ku riƙa ɗaukan teburin.
ପୁଣି, ସେହି ମେଜ ବହନାର୍ଥେ ଶିଟୀମ୍‍ କାଷ୍ଠରେ ସାଙ୍ଗୀ ପ୍ରସ୍ତୁତ କରି ସ୍ୱର୍ଣ୍ଣରେ ମଡ଼ାଇବ।
29 Da zinariya zalla kuma za ka yi farantansa, da kwanoninsa na tuya, da butocinsa, da kwanoninsa domin zuban hadayu.
ପୁଣି, ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ନିମନ୍ତେ ପାତ୍ର ନିର୍ମାଣ କରିବ, ଏହି ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କରିବ।
30 Ka sa burodin Kasancewa a kan wannan tebur, yă kasance a gabana kullum.
ତୁମ୍ଭେ ସେହି ମେଜ ଉପରେ ଆମ୍ଭ ସମ୍ମୁଖରେ ସର୍ବଦା ଦର୍ଶନୀୟ ରୁଟି ରଖିବ।
31 “Ka yi wurin ajiye fitilar da zinariya zalla, ka kuma yi gindinsa tare da gorar jikinsa da ƙerarriyar zinariya; kwafunansa da suka yi kamar furanni, tohonsa da furanninsa su yi yadda za su zama ɗaya da shi.
ଆହୁରି, ତୁମ୍ଭେ ନିର୍ମଳ ସୁବର୍ଣ୍ଣର ଏକ ଦୀପବୃକ୍ଷ ନିର୍ମାଣ କରିବ; ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମିତ ହେବ; ଆଉ ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।
32 Wurin ajiye fitilar yă kasance da rassa shida, rassan nan za su miƙe daga kowane gefe na wurin ajiye fitilan, uku a gefe guda, uku kuma a ɗaya gefen.
ଅର୍ଥାତ୍‍, ତହିଁର ଏକ ପାର୍ଶ୍ୱରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ୱରୁ ତିନି ଦୀପଶାଖା, ଏହିରୂପେ ଦୁଇ ପାର୍ଶ୍ୱରୁ ଛଅ ଶାଖା ନିର୍ଗତ ହେବ।
33 Kwafuna uku masu siffar furanni almon, da toho, da kuma furannin za su kasance a rashe guda, uku a kan rashe na biye, haka kuma a kan saura rassan shida da suka miƙe daga wurin ajiye fitilan.
ତହିଁର ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ, ପୁଣି, ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ; ସେହି ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ଏହିରୂପେ ହେବ।
34 A bisa wurin ajiye fitilan kuwa za a kasance da kwafuna huɗu masu siffar furannin almon, da toho, da furanni.
ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର, କଳିକା ଓ ପୁଷ୍ପ ରହିବ;
35 Toho ɗaya zai kasance a ƙarƙashin rassa biyu na farkon da suka miƙe daga wurin ajiye fitilan, toho na biyu a ƙarƙashin rassa biyu na biye, toho na uku a ƙarƙashin rassa na uku, rassa shida ke nan duka.
ପୁଣି, ସେହି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ନିର୍ଗତ ହୁଏ, ସେମାନଙ୍କ ଏକ ଶାଖାଦ୍ୱୟର ତଳେ ଏକ କଳିକା ଓ ଦ୍ୱିତୀୟ ଶାଖାଦ୍ୱୟର ତଳେ ଏକ କଳିକା ଓ ତୃତୀୟ ଶାଖାଦ୍ୱୟର ତଳେ ଏକ କଳିକା ରହିବ।
36 Tohon da kuma rassan za su kasance ɗaya da wurin ajiye fitilan da aka yi da ƙerarriyar zinariya.
ଆଉ, କଳିକା, ଶାଖା ତହିଁର ଅଂଶ ହେବ ଓ ସମସ୍ତ ନିର୍ମଳ ସ୍ୱର୍ଣ୍ଣରେ ନିର୍ମିତ ଏକ ପିଟାକର୍ମ ହେବ।
37 “Sa’an nan ka yi fitilu bakwai, ka sa su a bisa wurin ajiye fitilan ta yadda za su haskaka wajen da suka fuskanta.
ଆଉ, ତୁମ୍ଭେ ତହିଁ ପାଇଁ ସପ୍ତ ପ୍ରଦୀପ ନିର୍ମାଣ କରିବ; ତହିଁରେ ଲୋକମାନେ ସେହି ପ୍ରଦୀପ ଜ୍ୱଳାଇଲେ, ତହିଁର ସମ୍ମୁଖରେ ଆଲୁଅ ହେବ
38 Za a yi lagwaninsa da manyan farantansa da ƙerarriyar zinariya.
ଏବଂ ନିର୍ମଳ ସୁବର୍ଣ୍ଣରେ ତହିଁର ଚିମୁଟା ଓ ଅଙ୍ଗାରଦାନି ନିର୍ମାଣ କରିବ।
39 Da zinariya zalla na talenti ɗaya za ka yi wurin ajiye fitilan da waɗannan abubuwa duka.
ଏହି ଦୀପବୃକ୍ଷ ଓ ତହିଁର ସାମଗ୍ରୀ ସର୍ବସୁଦ୍ଧା ଏକ ତାଳନ୍ତ ନିର୍ମଳ ସୁବର୍ଣ୍ଣରେ ନିର୍ମିତ ହେବ।
40 Sai ka lura ka yi su daidai bisa ga fasalin da aka nuna maka a kan dutse.
ସାବଧାନ, ପର୍ବତରେ ତୁମ୍ଭକୁ ତହିଁର ଯେଉଁ ଯେଉଁ ଆଦର୍ଶ ପ୍ରଦର୍ଶିତ ହୋଇଅଛି, ସେହିରୂପେ ସମସ୍ତ କର।

< Fitowa 25 >