< Fitowa 36 >
1 Saboda haka Bezalel, Oholiyab da kowane mutumin da Ubangiji ya ba shi basira da iyawa, na sanin yadda za a yi duk aikin shirya wuri mai tsarki, za su yi aiki yadda Ubangiji ya umarta.”
“ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ନିର୍ମାଣ କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହି ସବୁ ବିଜ୍ଞମନା ଲୋକେ କର୍ମ କରିବେ।”
2 Sa’an nan Musa ya kira Bezalel da Oholiyab da kowane mutumin da Ubangiji ya ba shi iyawa da kuma wanda ya yi niyya yă yi aiki.
ଏଥିଉତ୍ତାରେ ମୋଶା ସେହି ବତ୍ସଲେଲ, ଅହଲୀୟାବକୁ, ସଦାପ୍ରଭୁଙ୍କଠାରୁ ମନରେ ଜ୍ଞାନପ୍ରାପ୍ତ ଅନ୍ୟସବୁ ବିଜ୍ଞମନା ଲୋକଙ୍କୁ ଓ ସେହି କର୍ମ କରିବା ପାଇଁ ମନରେ ପ୍ରବୃତ୍ତିପ୍ରାପ୍ତ ଲୋକମାନଙ୍କୁ ଡାକିଲେ।
3 Suka karɓa daga wurin Musa dukan kyautai da Isra’ilawa suka kawo don su yi aikin shirya wuri mai tsarki. Mutane suka ci gaba da kawo kyautai yardar rai kowace safiya.
ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ନିର୍ମାଣ କରିବା ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ୱେଚ୍ଛାରେ ଆହୁରି ଉପହାର ଆଣିଲେ।
4 Sai dukan masu fasaha waɗanda suke aikin wuri mai tsarki suka ɗan dakata
ତହୁଁ ପବିତ୍ର ସ୍ଥାନର ସମସ୍ତ କର୍ମକାରୀ ବିଜ୍ଞମନା ଲୋକମାନେ ଆପଣା ଆପଣା କର୍ମରୁ ଆସି ମୋଶାଙ୍କୁ କହିଲେ,
5 suka ce wa Musa, “Mutane suna kawo fiye da abin da ake bukata domin aikin da Ubangiji ya umarta a yi.”
“ସଦାପ୍ରଭୁ ଯାହା ଯାହା ନିର୍ମାଣ କରିବାକୁ ଆଜ୍ଞା ଦେଇଅଛନ୍ତି, ଲୋକମାନେ ସେହି କାର୍ଯ୍ୟ ନିମନ୍ତେ ପ୍ରୟୋଜନୀୟ ଦ୍ରବ୍ୟରୁ ଅତି ଅଧିକ ଆଣୁଅଛନ୍ତି।”
6 Sai Musa ya ba da umarni, suka aika ko’ina a cikin sansani cewa, “Kada namiji ko ta mace yă sāke kawo kyauta don wuri mai tsarki.” Ta haka mutane suka daina kawowa.
ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ।
7 Saboda abin da suke da shi ya fi abin da ake bukata domin aikin.
କାରଣ ସମସ୍ତ କର୍ମ କରିବାକୁ ସେମାନଙ୍କର ଦ୍ରବ୍ୟ ପ୍ରଚୁର ଓ ତତୋଧିକ ଥିଲା।
8 Dukan maza masu fasaha a cikin sauran masu aikin suka yi tabanakul da labule goma na tuƙaƙƙun lallausan lilin na shuɗi, da shunayya, da jan zare, aka yi wa labulen zānen kerubobi na gwaninta.
ଏଥିଉତ୍ତାରେ କର୍ମକାରୀମାନଙ୍କ ମଧ୍ୟରେ ପ୍ରତ୍ୟେକ ବିଜ୍ଞମନା ଲୋକ ବଳା ଶୁଭ୍ର କ୍ଷୌମସୂତ୍ର, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ଆବାସର ଦଶ ଯବନିକା ପ୍ରସ୍ତୁତ କଲେ; ପୁଣି, ତହିଁ ମଧ୍ୟରେ ଶିଳ୍ପକର୍ମରେ କିରୂବର ଆକୃତି କଲେ।
9 Tsawon kowane labule, kamu ashirin da takwas ne, fāɗinsa kuma kamu huɗu. Dukan labulen, girmansu ɗaya ne.
ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ, ପ୍ରତ୍ୟେକ ଯବନିକା ଚାରି ହସ୍ତ ପ୍ରସ୍ଥ ଓ ସମସ୍ତ ଯବନିକାର ସମାନ ପରିମାଣ ଥିଲା।
10 Suka ɗinɗinke labule biyar a harhaɗe, suka kuma yi haka da sauran labule biyar ɗin.
ପୁଣି, ସେ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ; ଅନ୍ୟ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ।
11 Suka yi rami a gefe-gefen labulen da zaren ruwan bula, haka kuma suka yi da ɗayan gefen na biyu ɗin.
ଆଉ, ସେ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କଲେ; ଯୋଡ଼ସ୍ଥାନର ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କଲେ।
12 Suka kakkafa rammuka hamsin a daidai bakin labulen, haka kuma suka yi a kan labule na biyun. Haka aka ɗaɗɗaura rammukan nan da junansu yă zama kamar abu guda.
ସେ ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ; ସେହି ଫାଶସବୁ ପରସ୍ପର ସମ୍ମୁଖୀନ ରହିଲା।
13 Sa’an nan suka yi maɗaurai hamsin na zinariya, suka yi amfani da su don daurin kashi biyu na labulen saboda tabanakul yă zama ɗaya.
ଆଉ ସେ ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିଲେ; ତହିଁରେ ଆବାସ ଏକ ହିଁ ହେଲା।
14 Suka yi labule da gashi akuya goma sha ɗaya don tenti a bisa tabanakul.
ଏଉତ୍ତାରେ ସେ ଆବାସର ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କଲେ।
15 Dukan labule goma sha ɗayan girmansu ɗaya ne, tsawonsa kamu talatin, fāɗinsa kuma kamu huɗu ne.
ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ, ସେହି ଏକାଦଶ ଯବନିକାର ସମାନ ପରିମାଣ ଥିଲା।
16 Suka harhaɗa labule biyar wuri ɗaya, suka kuma harhaɗa shida wuri ɗaya.
ପୁଣି, ସେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିଲେ ଓ ଅନ୍ୟ ଛଅ ଯବନିକା ଯୋଡ଼ି ପୃଥକ ରଖିଲେ।
17 Sa’an nan suka yi rammuka hamsin a gefen labule na kashe na farko, haka kuma a gefen labule na ƙarshen na kashi biyar.
ଯୋଡ଼ସ୍ଥାନର ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କଲେ।
18 Suka yi maɗaurin tagulla hamsin don su ɗaura tenti yă zama ɗaya.
ଆଉ ସେ ଯୋଡି଼ ଦେଇ ଏକ ତମ୍ବୁ କରିବା ପାଇଁ ପିତ୍ତଳର ପଚାଶ ଆଙ୍କୁଡ଼ା କଲେ।
19 Sai suka yi wa tentin murfi da fatun rago da aka rina ja, a bisa wannan kuwa akwai murfin fatun shanun teku.
ପୁଣି, ସେ ରକ୍ତୀକୃତ ମେଷ ଚର୍ମରେ ତମ୍ବୁର ଏକ ଛାତ ଓ ତହିଁ ଉପରେ ଶିଶୁକ ଚର୍ମର ଏକ ଛାତ ପ୍ରସ୍ତୁତ କଲେ।
20 Suka yi katakan tabanakul da itacen ƙirya.
ଏଥିଉତ୍ତାରେ ସେ ଆବାସ ନିମିତ୍ତ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କଲେ।
21 Tsawon kowane katako kamu goma ne, kaurinsa kuma kamu ɗaya da rabi,
ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଥିଲା।
22 tare da katakai a fiƙe ɗaura da juna. Haka suka yi da dukan katakan tabanakul.
ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ।
23 Suka yi katakai ashirin don gefen kudu na tabanakul
ଆଉ ସେ ଆବାସର ଦକ୍ଷିଣ ଦିଗସ୍ଥ ଦକ୍ଷିଣ ପାର୍ଶ୍ୱ ନିମନ୍ତେ କୋଡ଼ିଏ ପଟା ପ୍ରସ୍ତୁତ କଲେ।
24 suka kuma yi rammukan azurfa arba’in don katakan su shiga ƙarƙashinsu, rammuka biyu domin kowane katako, ɗaya ƙarƙashin kowanne da aka fiƙe.
ପୁଣି, ସେ ସେହି କୋଡ଼ିଏ ପଟା ତଳେ ଚାଳିଶଟି ରୂପାର ଚୁଙ୍ଗୀ କଲେ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଦୁଇ ଚୁଙ୍ଗୀ କଲେ।
25 A ɗaya gefen, gefen arewa na tabanakul, suka yi katakai ashirin
ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା କଲେ।
26 da rammuka arba’in na azurfa, biyu-biyu don kowane katako.
ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ରୂପାର ଚାଳିଶ ଚୁଙ୍ଗୀ କଲେ।
27 Suka yi katako shida don iyaka ta ƙarshe, wato, gefen yamma na tabanakul,
ସେ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ୱ ନିମନ୍ତେ ଛଅ ଖଣ୍ଡ ପଟା କଲେ।
28 aka kuma yi katakai biyu domin kusurwoyi tabanakul a iyaka ta ƙarshe.
ପୁଣି, ଆବାସର ସେହି ପଶ୍ଚାଦ୍ ଭାଗର ଦୁଇ କୋଣ ନିମନ୍ତେ ଦୁଇ ଖଣ୍ଡ ପଟା କଲେ।
29 A waɗannan kusurwoyi biyu, an ninka katakan sau biyu daga ƙasa har sama, aka kuma sa su cikin zobe guda; dukansu biyu an yi su daidai.
ପୁଣି, ତହିଁ ତଳେ ଯୋଡ଼ା ରହିଲା ଓ ସେହିରୂପ ତହିଁର ମୁଣ୍ଡରେ ପ୍ରଥମ କଡ଼ା ପାଖରେ ଯୋଡ଼ ରହିଲା; ଏହି ପ୍ରକାରେ ସେ ଦୁଇ କୋଣର ପଟା ଯୋଡ଼ିଲେ।
30 Ta haka aka sami katakai takwas da rammukan azurfa goma sha shida, biyu-biyu a ƙarƙashin kowane katako.
ତହିଁରେ ଆଠ ପଟା, ପୁଣି, ଏକ ଏକ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ଷୋଳ ରୂପାଚୁଙ୍ଗୀ କଲେ।
31 Suka kuma yi sanduna na itace ƙirya, biyar domin katakan da suke a gefe guda na tabanakul,
ଆଉ ସେ ଶିଟୀମ୍ କାଷ୍ଠରେ ଅର୍ଗଳ ପ୍ରସ୍ତୁତ କରି ଆବାସର ଏକ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ
32 biyar domin waɗanda suke ɗayan gefen da kuma biyar domin katakan da suke gefen yamma na iyaka ta ƙarshen tabanakul.
ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ, ପୁଣି, ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେଲେ।
33 Suka sa sandan da yake a tsakiya yă wuce daga wannan gefe zuwa wancan.
ପୁଣି, ମଧ୍ୟସ୍ଥିତ ଅର୍ଗଳ, ପଟାର ମଧ୍ୟଦେଶରେ ଏ ମୁଣ୍ଡରୁ ସେମୁଣ୍ଡ ଯାଏ ପାଇଲା।
34 Sai suka dalaye katakan da zinariya, suka yi zoban zinariya don su riƙe sandunan. Suka kuma dalaye sandunan da zinariya.
ଆଉ, ସେ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇଲେ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇଲେ।
35 Suka kuma yi labule da shuɗi, shunayya, jan zare, da kuma lallausan lilin, suka kuma yi wa labulen zānen kerubobi na gwaninta.
ଏଥିଉତ୍ତାରେ ସେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କଲେ।
36 Suka yi dogayen sanduna huɗu na itacen ƙirya dominsa, suka dalaye su da zinariya. Suka yi ƙugiya na zinariya dominsa, suka yi rammuka huɗu da azurfa.
ପୁଣି, ସେ ତହିଁ ନିମନ୍ତେ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ କରି ସୁବର୍ଣ୍ଣରେ ମଡ଼ାଇଲେ ଓ ସେସବୁର ଆଙ୍କୁଡ଼ା ସୁବର୍ଣ୍ଣରେ କଲେ ଓ ତହିଁ ନିମନ୍ତେ ରୂପାର ଚାରି ଚୁଙ୍ଗୀ ଢାଳିଲେ।
37 Suka yi wa ƙofar tenti labulen shuɗi, shunayya, jan zare, da kuma lallausan lilin, aikin gwaninta;
ଆଉ, ସେ ତମ୍ବୁଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କଲେ।
38 suka kuma yi dogayen sanduna biyar da ƙugiya dominsu. Suka dalaye saman dogayen sandunan da abin daurinsu da zinariya, suka kuma yi rammukansu guda biyar da tagulla.
ତହିଁର ପାଞ୍ଚ ସ୍ତମ୍ଭ ଓ ସେସବୁର ଆଙ୍କୁଡ଼ା କଲେ; ପୁଣି, ସେହିସବୁର ମୁଣ୍ଡାଳି ଓ ବନ୍ଧନୀ ସୁବର୍ଣ୍ଣରେ ମଡ଼ାଇଲେ, ମାତ୍ର ସେମାନଙ୍କର ପାଞ୍ଚ ଚୁଙ୍ଗୀ ପିତ୍ତଳର ଥିଲା।