< Ezekiyel 1 >

1 A shekara ta talatin, a wata na huɗu a rana biyar, yayinda nake cikin’yan zaman bauta kusa da Kogin Kebar, sai sammai suka buɗe na kuwa ga wahayoyin Allah.
ତିରିଶ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ ବାବିଲର କବାର ନଦୀ କୂଳରେ ବନ୍ଦୀମାନଙ୍କ ମଧ୍ୟରେ ମୁଁ ଥିବା ସମୟରେ ସ୍ୱର୍ଗ ମୁକ୍ତ ହେଲା, ତହିଁରେ ମୁଁ ପରମେଶ୍ୱରଙ୍କଠାରୁ ଦର୍ଶନମାନ ଦେଖିଲି।
2 A rana biyar ga wata, a shekara ta biyar ne ta zaman bautan Sarki Yehohiyacin,
ରାଜା ଯିହୋୟାଖୀନ୍‍ର ବନ୍ଦୀ ହେବାର ପଞ୍ଚମ ବର୍ଷର, ସେହି ମାସର ପଞ୍ଚମ ଦିନରେ,
3 maganar Ubangiji ta zo wa Ezekiyel firist, ɗan Buzi, kusa da Kogin Kebar a ƙasar Babiloniyawa. A can hannun Ubangiji yana a kansa.
କଲ୍‍ଦୀୟମାନଙ୍କ ଦେଶରେ କବାର ନଦୀ କୂଳରେ ବୂଷିର ପୁତ୍ର ଯିହିଜିକଲ ଯାଜକଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା; ପୁଣି, ସେଠାରେ ସଦାପ୍ରଭୁଙ୍କର ହସ୍ତ ତାଙ୍କ ଉପରେ ଥିଲା।
4 Na duba, sai na ga guguwa ta taso daga arewa babban hadari cike da walƙiya kewaye da haske mai haske sosai. Tsakiyar wutar ta yi kamar ƙarfe mai cin wuta balbal,
ଏଥିଉତ୍ତାରେ ମୁଁ ଦୃଷ୍ଟି କଲି, ଆଉ ଦେଖ, ଉତ୍ତର ଦିଗରୁ ଘୂର୍ଣ୍ଣିବାୟୁ ବୃହତ ମେଘ ଓ ଜାଜ୍ୱଲ୍ୟମାନ ଅଗ୍ନି ଆସିଲା, ଆଉ ତାହାର ଚତୁର୍ଦ୍ଦିଗରେ ତେଜ ଓ ତହିଁରେ ମଧ୍ୟସ୍ଥାନରେ ଅଗ୍ନିର ମଧ୍ୟବର୍ତ୍ତୀ ଉତ୍ତପ୍ତ ଧାତୁର ନ୍ୟାୟ ପ୍ରଭା ଥିଲା।
5 a cikin wutar kuwa akwai abin da ya yi kamar halittu guda huɗu. A bayyane kamanninsu ya yi kamar siffar mutum,
ପୁଣି, ତହିଁ ମଧ୍ୟରୁ ଜୀବିତ ଚାରି ପ୍ରାଣୀର ମୂର୍ତ୍ତି ପ୍ରକାଶ ପାଇଲା। ସେମାନଙ୍କର ଆକୃତି ମନୁଷ୍ୟ ପରି ଥିଲା।
6 amma kowannensu yana da fuskoki huɗu da fikafikai guda huɗu.
ଆଉ, ପ୍ରତ୍ୟେକର ଚାରି ଚାରି ମୁଖ ଓ ପ୍ରତ୍ୟେକର ଚାରି ଚାରି ପକ୍ଷ ଥିଲା।
7 Ƙafafunsu miƙaƙƙu ne; kuma ƙafafunsu sun yi kamar na maraƙi suna kuma walƙiya kamar tagullar da aka goge.
ସେମାନଙ୍କର ପାଦ ସଳଖ, ଆଉ ସେମାନଙ୍କ ପାଦର ତଳିପା ଗୋବତ୍ସର ତଳିପାର ତୁଲ୍ୟ; ଆଉ, ସେମାନେ ପରିଷ୍କୃତ ପିତ୍ତଳ ପରି ଝଟକିଲେ।
8 A ƙarƙashin fikafikansu huɗu suna da hannuwan mutum a kowane gefe. Dukansu huɗu suna da fuskoki da fikafikai,
ଆଉ, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ପକ୍ଷ ତଳେ ମନୁଷ୍ୟର ହସ୍ତ ତୁଲ୍ୟ ହସ୍ତ ଥିଲା; ପୁଣି, ସେହି ଚାରି ପ୍ରାଣୀର ମୁଖ ଓ ସେମାନଙ୍କର ପକ୍ଷ ଏହି ପ୍ରକାର ଥିଲା, ଯଥା;
9 kuma fikafikansu suna taɓan juna. Kowanne ya miƙe gaba; ba sa juyawa sa’ad da suke tafiya.
ସେମାନଙ୍କର ପକ୍ଷ ପରସ୍ପର ସଂଯୁକ୍ତ; ସେମାନେ ଗମନ କରିବା ବେଳେ ପଛକୁ ଫେରିଲେ ନାହିଁ; ମାତ୍ର ପ୍ରତ୍ୟେକେ ସମ୍ମୁଖ ପ୍ରତି ଗମନ କଲେ।
10 Fuskokinsu sun yi kamar haka. Kowanne a cikin huɗun yana da fuskar mutum, kuma a gefen dama kowanne yana da fuskar zaki, a hagu kuma fuskar maraƙi; kowanne yana kuma da fuskar gaggafa.
ସେମାନଙ୍କ ମୁଖର ଆକୃତି ଏହିରୂପ, ଯଥା ସେମାନଙ୍କର ଗୋଟିଏ ମନୁଷ୍ୟର ମୁଖ ଥିଲା; ଆଉ, ଡାହାଣ ପାର୍ଶ୍ୱରେ ଚାରି ପ୍ରାଣୀର ସିଂହ-ମୁଖ ଓ ବାମ ପାର୍ଶ୍ୱରେ ଚାରି ପ୍ରାଣୀର ଗୋରୁର ମୁଖ ଥିଲା; ସେହି ଚାରି ପ୍ରାଣୀର ମଧ୍ୟ ଉତ୍କ୍ରୋଶ ପକ୍ଷୀର ମୁଖ ଥିଲା।
11 Haka fuskokinsu suka kasance. Fikafikansu sun buɗu sama; kowanne yana da fikafikai biyu, ɗaya yana taɓa fikafikan ɗayan halittar a ɗayan gefe, fikafikai biyu kuma suna rufe jikinsa.
ପୁଣି, ଉପର ଭାଗରେ ସେମାନଙ୍କର ମୁଖ ଓ ପକ୍ଷ ବିଭିନ୍ନ ଥିଲା; ପ୍ରତ୍ୟେକର ଦୁଇ ଦୁଇ ପକ୍ଷ ପରସ୍ପର ସଂଯୁକ୍ତ ଥିଲା ଓ ଦୁଇ ଦୁଇ ପକ୍ଷ ସେମାନଙ୍କର ଶରୀର ଆଚ୍ଛାଦନ କଲା।
12 Kowanne ya miƙe gaba sosai. Duk inda ruhu zai tafi, can za su, ba tare da juyawa ba yayinda suke tafiya.
ପୁଣି, ସେମାନେ ପ୍ରତ୍ୟେକେ ସମ୍ମୁଖ ପ୍ରତି ଗମନ କଲେ; ଯେଉଁଆଡ଼େ ଯିବାକୁ ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା ହେଲା, ସେହିଆଡ଼େ ସେମାନେ ଗମନ କଲେ; ଗମନ ସମୟରେ ସେମାନେ ଫେରିଲେ ନାହିଁ।
13 Kamannin halittun ya yi kamar garwashi mai cin wuta ko kuwa kamar fitilu. Wuta tana kai da kawowa a cikin halittun; ta yi haske ƙwarai, walƙiya kuma tana wulgawa daga cikinta.
ଏହି ଜୀବିତ ପ୍ରାଣୀମାନଙ୍କ ଆକୃତି ପ୍ରଜ୍ୱଳିତ ଅଙ୍ଗାର ଓ ମଶାଲ ସଦୃଶ ଥିଲା; ତାହା ଜୀବିତ ପ୍ରାଣୀମାନଙ୍କ ମଧ୍ୟରେ ଗମନାଗମନ କଲା ଓ ସେହି ଅଗ୍ନି ତେଜୋମୟ ଓ ସେହି ଅଗ୍ନିରୁ ବିଦ୍ୟୁତ୍ ନିର୍ଗତ ହେଲା।
14 Halittun suna gaggauta kai da kawowa kamar walƙiya.
ପୁଣି, ସେହି ଜୀବିତ ପ୍ରାଣୀଗଣ ବିଦ୍ୟୁତ୍‍ର ଆଭା ସଦୃଶ ଦୌଡ଼ିଲେ ଓ ଫେରିଲେ।
15 Yayinda nake kallon rayayyun halittun nan, sai na ga da’ira a ƙasa kusa da kowace halitta da fuskokinsa huɗu.
ମୁଁ ସେହି ଜୀବିତ ପ୍ରାଣୀମାନଙ୍କୁ ଦର୍ଶନ କଲା ବେଳେ, ଦେଖ, ସେହି ଜୀବିତ ପ୍ରାଣୀମାନଙ୍କ ପାର୍ଶ୍ୱରେ ସେମାନଙ୍କ ଚାରି ମୁଖର ପ୍ରତ୍ୟେକର ପାଇଁ ଭୂମି ଉପରେ ଗୋଟିଏ ଗୋଟିଏ ଚକ୍ର ଥିଲା।
16 Ga kamanni da fasalin da’irorin. Suna ƙyalƙyali kamar kirisolit, kuma dukan huɗun sun yi kama da juna. Kowacce ta yi kamar da’ira a cikin da’ira.
ସେହି ଚାରି ଚକ୍ରର ଆକୃତି ଓ ରଚନା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଓ ଚାରିର ରୂପ ଏକ-ପ୍ରକାର; ପୁଣି, ସେମାନଙ୍କର ଆକୃତି ଓ ରଚନା ଚକ୍ର ମଧ୍ୟରେ ଚକ୍ର ପରି ଥିଲା।
17 Yayinda suke tafiya, sukan nufi duk wani gefe guda cikin gefe huɗun da halittun suka nufa; da’irorin ba za su juya ba sa’ad da halittun suke tafiya.
ଗମନ କଲା ବେଳେ ସେହି ଚାରି ଚକ୍ର ଆପଣା ଆପଣାର ଚାରି ପାର୍ଶ୍ୱରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ।
18 Ƙarafansu da suka yi kamar zobe sun yi tsayi suna kuma da bantsoro, dukan ƙarafan nan huɗu kuwa da suka yi kamar zobe suna cike da idanu a kewaye.
ସେମାନଙ୍କର ଘେର ଉଚ୍ଚ ଓ ଭୟଙ୍କର; ପୁଣି, ସେମାନଙ୍କର ସେହି ଚାରି ଘେରର ଚତୁର୍ଦ୍ଦିଗ ଚକ୍ଷୁରେ ପରିପୂର୍ଣ୍ଣ ଥିଲା।
19 Sa’ad da rayayyun halittun suke tafiya, da’irorin da suke kusa da su kan motsa; kuma sa’ad da rayayyun halittun sun tashi sama, da’irorin su ma sukan tashi sama.
ଆଉ, ସେହି ଜୀବିତ ପ୍ରାଣୀମାନେ ଗମନ କରିବା ବେଳେ ସେହି ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଚଳିଲେ; ପୁଣି, ଜୀବିତ ପ୍ରାଣୀମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ଚକ୍ରସବୁ ମଧ୍ୟ ଉତ୍ଥାପିତ ହେଲେ।
20 Duk inda ruhu za shi, su ma can za su, kuma da’irorin za su tashi tare da su, domin ruhun rayayyun halittun nan yana a cikin da’irorin.
ଯେକୌଣସି ସ୍ଥାନକୁ ଯିବାର ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା, ସେସ୍ଥାନକୁ ସେମାନେ ଗଲେ; ଗମନ କରିବାକୁ ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା ହେଲେ ସେମାନଙ୍କ ପାର୍ଶ୍ୱରେ ଚକ୍ରସବୁ ଉଠିଲେ; କାରଣ ଜୀବିତ ପ୍ରାଣୀର ପରମେଶ୍ୱରଙ୍କ ଆତ୍ମା ଚକ୍ରରେ ଥିଲା।
21 Sa’ad da halittun sun motsa, sai su ma su motsa; sa’ad da halittun sun tsaya cik, su ma sai su tsaya cik, sa’ad da kuma halittun sukan tashi sama, da’irorin suka tashi tare da su, domin ruhun rayayyun halittun nan yana a cikin da’irorin.
ସେମାନେ ଗମନ କଲା ବେଳେ ଏମାନେ ଗମନ କଲେ ଓ ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ଆଉ, ସେମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ସେମାନଙ୍କ ପାର୍ଶ୍ୱରେ ଚକ୍ରସବୁ ଉତ୍ଥାପିତ ହେଲେ; କାରଣ ଜୀବିତ ପ୍ରାଣୀର ପରମେଶ୍ୱରଙ୍କ ଆତ୍ମା ଚକ୍ରରେ ଥିଲା।
22 A bisa kawunan rayayyun halittun nan akwai abin da ya yi kamar ƙanƙara, mai bantsoro.
ପୁଣି, ସେହି ଜୀବିତ ପ୍ରାଣୀର ମସ୍ତକ ଉପରେ ଶୂନ୍ୟର ଏକ ଆକୃତି ଥିଲା, ତାହା ଭୟଙ୍କର ସ୍ପଟିକ ତୁଲ୍ୟ ଆଭାବିଶିଷ୍ଟ ହୋଇ ସେମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବିସ୍ତାରିତ ଥିଲା।
23 A ƙarƙashin al’arshin fikafikansu sun miƙe kyam ɗaura da juna, kuma kowanne yana da fikafikai biyu da suka rufe jikinsa.
ଆଉ, ସେହି ଶୂନ୍ୟର ତଳେ ସେମାନଙ୍କର ପକ୍ଷସବୁ ପରସ୍ପର ପ୍ରତି ପ୍ରସାରିତ ହୋଇ ସମାନ ଥିଲା; ପ୍ରତ୍ୟେକର ଶରୀର ଆଚ୍ଛାଦନ କରିବା ପାଇଁ ଏପାଖରେ ଦୁଇ ଓ ପ୍ରତ୍ୟେକର ଗାତ୍ର ଆଚ୍ଛାଦନ କରିବା ପାଇଁ ସେପାଖରେ ଦୁଇ ପକ୍ଷ ଥିଲା।
24 Sa’ad da halittun suke tafiya, sai na ji ƙarar fikafikansu, kamar rurin ruwaye masu gudu, kamar muryar Maɗaukaki, kamar hayaniyar rundunar mayaƙa. In sun tsaya cik, sukan sauko da fikafikansu.
ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷୀର ଶବ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟଦଳର ଶବ୍ଦ ତୁଲ୍ୟ କୋଳାହଳ ଶବ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ।
25 Sai aka ji murya daga al’arshi a kan kawunansu yayinda suke tsaye da fikafikansu a sauke.
ପୁଣି, ସେମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟର ଉପରେ ଏକ ରବ ହେଲା; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ।
26 A bisa al’arshin a kan kawunansu akwai abin da ya yi kamar saffaya, kuma a can bisa a kan kursiyin akwai siffa kamar na mutum.
ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଊର୍ଦ୍ଧ୍ୱରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଊର୍ଦ୍ଧ୍ୱ ଭାଗରେ ଥିଲା।
27 Na ga daga abin da ya yi kamar kwankwasonsa zuwa bisa ya yi kamar ƙarfe mai walƙiya, sai ka ce wuta, kuma daga kwankwasonsa zuwa ƙasa ya yi kamar wuta; haske kuma mai walƙiya sosai kewaye da shi.
ଆଉ, ମୁଁ ତାହାଙ୍କ କଟିଦେଶର ଆକୃତି ଓ ତହିଁର ଊର୍ଦ୍ଧ୍ୱରୁ, ତହିଁର ଭିତରେ ଓ ଚତୁର୍ଦ୍ଦିଗରେ ଅଗ୍ନି ସଦୃଶ ଉତ୍ତପ୍ତ ଧାତୁର ଆଭା ତୁଲ୍ୟ ଆଭା ଦେଖିଲି ଓ ତାହାଙ୍କ କଟିଦେଶର ଆକୃତିଠାରୁ ତଳ ପର୍ଯ୍ୟନ୍ତ ଅଗ୍ନି ସଦୃଶ ଆଭା ଦେଖିଲି ଓ ତାହାଙ୍କ ଚତୁର୍ଦ୍ଦିଗରେ ତେଜ ଥିଲା।
28 Kamar kamannin bakan gizo a cikin gizagizai a ranar da aka yi ruwan sama, haka hasken da ya kewaye shi. Wannan shi ne kwatancin kamannin ɗaukakar Ubangiji. Sa’ad da na gani, sai na fāɗi rubda ciki, na kuma ji muryar wani tana magana.
ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେହିପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା। ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା। ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି, ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି।

< Ezekiyel 1 >