< Ezekiyel 15 >

1 Maganar Ubangiji ta zo mini cewa,
ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
2 “Ɗan mutum, da me itacen kuringa ya fi reshen waɗansu itatuwa kyau a cikin kurmi?
“ହେ ମନୁଷ୍ୟ-ସନ୍ତାନ, ଦ୍ରାକ୍ଷାଲତାର ଗଛ, ବନସ୍ଥ ବୃକ୍ଷଗଣ ମଧ୍ୟରେ ସ୍ଥିତ ଦ୍ରାକ୍ଷାଲତାର ଶାଖା, ଅନ୍ୟ ସକଳ ଗଛ ଅପେକ୍ଷା କାହିଁରେ ଅଧିକ?
3 An taɓa ɗaukan itacensa an yi wani abu mai amfani? Akan yi maratayi da ita da za a rataya wani abu a kai?
କୌଣସି କାର୍ଯ୍ୟ ନିମନ୍ତେ କି ତହିଁରୁ କାଠ ନିଆଯିବ? ଅବା କୌଣସି ପାତ୍ର ଟଙ୍ଗାଇବା ନିମନ୍ତେ କି ଲୋକେ ତହିଁରୁ ମେଖ କରିବେ?
4 Bayan kuma a jefa ta cikin wuta, wuta kuma ta cinye kowane gefe ta kuma babbaka tsakiyarta, tana da amfani don yin wani abu kuma?
ଦେଖ, ଜାଳ ହେବା ପାଇଁ ତାହା ଅଗ୍ନିରେ ପକାଗଲା; ଅଗ୍ନି ତାହାର ଦୁଇ ମୁଣ୍ଡ ଗ୍ରାସ କଲା ଓ ତହିଁର ମଧ୍ୟଭାଗ ଦଗ୍ଧ ହେଲା ତାହା କି କୌଣସି କାର୍ଯ୍ୟକୁ ଆସିବ?
5 In ba ta da amfanin wani abu sa’ad da take cikakkiya, balle bayan da wuta ta babbake ta, za a iya yin amfani da ita?
ଦେଖ, ଅବିକଳ ଥିବା ବେଳେ ତାହା କୌଣସି କାର୍ଯ୍ୟର ଯୋଗ୍ୟ ନୋହିଲା; ଅଗ୍ନି ଗ୍ରାସ କଲା ଉତ୍ତାରେ ଓ ତାହା ଦଗ୍ଧ ହେଲା ଉତ୍ତାରେ ତାହା କି କୌଣସି କାର୍ଯ୍ୟର ଅଧିକ ଅଯୋଗ୍ୟ ନୋହିବ?
6 “Saboda haka ga abin da Ubangiji Mai Iko Duka yana cewa kamar yadda na ba da itacen kuringa a cikin itatuwan kurmi ya zama itacen wuta, haka zan sa mazaunan Urushalima su zama.
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଯେପରି ବନସ୍ଥ ଗଛସବୁର ମଧ୍ୟସ୍ଥିତ ଦ୍ରାକ୍ଷାଲତାକୁ ଅଗ୍ନିରେ ଜାଳ ହେବା ପାଇଁ ନିରୂପଣ କରିଅଛୁ, ସେହିପରି ଆମ୍ଭେ ଯିରୂଶାଲମ ନିବାସୀମାନଙ୍କୁ ନିରୂପଣ କରିବା।
7 Zan yi gāba da su. Ko da yake sun fito daga wuta, wuta za tă cinye su. Kuma sa’ad da na yi gāba da su, za ku san cewa ni ne Ubangiji.
ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
8 Zan mai da ƙasar kufai domin sun yi rashin aminci, in ji Ubangiji Mai Iko Duka.”
ଆଉ, ଆମ୍ଭେ ଦେଶକୁ ଧ୍ୱଂସର ସ୍ଥାନ କରିବା, କାରଣ ସେମାନେ ସତ୍ୟ-ଲଙ୍ଘନ କରିଅଛନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”

< Ezekiyel 15 >