< Ezekiyel 19 >

1 “Ka yi makoki game da sarakunan Isra’ila
“ଆହୁରି, ତୁମ୍ଭେ ଇସ୍ରାଏଲର ଅଧିପତିଗଣ ବିଷୟରେ ବିଳାପ କରି କୁହ,
2 ka ce, “‘Mahaifiyarki zakanya ce cikin zakoki! Takan kwanta cikin’yan zakoki ta kuma yi renon kwiyakwiyanta.
ତୁମ୍ଭର ମାତା କଅଣ ଥିଲା? ସେ ତ ସିଂହୀ; ସେ ସିଂହଗଣ ମଧ୍ୟରେ ଶୟନ କଲା, ଯୁବା ସିଂହଗଣ ମଧ୍ୟରେ ଆପଣା ଛୁଆମାନଙ୍କୁ ପ୍ରତିପାଳନ କଲା।
3 Ta goyi ɗaya daga cikin kwiyakwiyanta, ya yi girma ya zama zaki mai ƙarfi. Ya koyi yayyage abin da ya yi farauta yakan kuma cinye mutane.
ତାହାର ପ୍ରତିପାଳିତ ଛୁଆମାନଙ୍କ ମଧ୍ୟରୁ ଗୋଟିଏ ଛୁଆ ଯୁବା ସିଂହ ହେଲା; ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା।
4 Al’ummai suka ji labarinsa, aka kuma kama shi cikin raminsu. Suka ja shi da ƙugiyoyi zuwa ƙasar Masar.
ନାନା ଦେଶୀୟମାନେ ତାହାର ବିଷୟ ଶୁଣିଲେ, ସେମାନଙ୍କର ଗର୍ତ୍ତରେ ସେ ଧରାପଡ଼ିଲା ଓ ସେମାନେ ଅଙ୍କୁଶ ଦ୍ୱାରା ତାହାକୁ ମିସର ଦେଶକୁ ଆଣିଲେ।
5 “‘Sa’ad da ta ga sa zuciyarta bai cika ba, abin da take fata gani ya tafi, sai ta ɗauki wani daga cikin kwiyakwiyanta ta mai da shi zaki mai ƙarfi.
ଅପେକ୍ଷା କରି ଆପଣା ଆପଣା ଆଶା ବିଫଳ ହେବାର ଦେଖି ସେ ଆପଣା ଛୁଆମାନଙ୍କ ମଧ୍ୟରୁ ଆଉ ଗୋଟିଏ ନେଇ ତାକୁ ଯୁବା ସିଂହ କଲା।
6 Ya yi ta yawo a cikin zakoki, gama yanzu shi zaki ne mai ƙarfi. Ya koyi yayyage abin da ya yi farauta yakan kuma cinye mutane.
ପୁଣି, ସେ ସିଂହମାନଙ୍କ ମଧ୍ୟରେ ଗତାୟାତ କରି ଯୁବା ସିଂହ ହୋଇ ଉଠିଲା; ଆହୁରି ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା।
7 Ya rurrushe kagaransu ya kuma ragargaza biranensu. Ƙasar da dukan waɗanda suke cikinta sun tsorata da jin rurinsa.
ଆଉ, ସେ ସେମାନଙ୍କର ଅଟ୍ଟାଳିକାସବୁ ଜାଣିଲା ଓ ସେମାନଙ୍କର ନଗରସବୁ ଉଜାଡ଼ କଲା; ଆଉ, ତାହାର ଗର୍ଜ୍ଜନର ଶବ୍ଦ ସକାଶୁ ଦେଶ ଓ ତହିଁର ପୂର୍ଣ୍ଣତାସକଳ ଶୂନ୍ୟ ହେଲା।
8 Sai al’ummai suka tayar masa, waɗannan daga yankunan da suke kewaye. Suka yafa raga dominsa ya kuwa fāɗa cikin raminsu.
ତହିଁରେ ନାନା ପ୍ରଦେଶରୁ ଗୋଷ୍ଠୀୟମାନେ ଆସି ତାହାର ବିରୁଦ୍ଧରେ ଚାରିଆଡ଼େ ଉଠିଲେ; ଆଉ, ସେମାନେ ତାହାର ଉପରେ ଆପଣାମାନଙ୍କର ଜାଲ ପ୍ରସାରିଲେ; ସେ ସେମାନଙ୍କ ଗର୍ତ୍ତରେ ଧରାପଡ଼ିଲା।
9 Da ƙugiyoyi suka ja shi cikin keji suka kawo shi wurin sarkin Babilon. Suka sa shi cikin kurkuku, saboda haka ba a ƙara jin rurinsa a kan duwatsun Isra’ila ba.
ଆଉ, ସେମାନେ ତାକୁ ଅଙ୍କୁଶ ଦ୍ୱାରା ପିଞ୍ଜରରେ ରଖି ବାବିଲ ରାଜା ନିକଟକୁ ନେଇଗଲେ; ଇସ୍ରାଏଲର ପର୍ବତସମୂହରେ ତାହାର ହୁଙ୍କାର ଶବ୍ଦ ଯେପରି ଆଉ ଶୁଣା ନ ଯାଏ, ଏଥିପାଇଁ ସେମାନେ ତାହାକୁ ଦୃଢ଼ ଗଡ଼ ମଧ୍ୟକୁ ନେଇଗଲେ।
10 “‘Mahaifiyarku kamar kuringa ce a cikin gonar inabi da aka shuka kusa da ruwa; ta ba da’ya’ya da kuma cikakkun rassa saboda yalwan ruwa.
ତୁମ୍ଭର ରକ୍ତରେ ତୁମ୍ଭର ମାତା ଜଳରାଶି ନିକଟରେ ରୋପିତ ଦ୍ରାକ୍ଷାଲତା ସ୍ୱରୂପ ଥିଲା; ଅନେକ ଜଳ ସକାଶୁ ସେ ଫଳବତୀ ଓ ଶାଖାରେ ପରିପୂର୍ଣ୍ଣ ଥିଲା।
11 Rassanta suka yi ƙarfi, suka dace da sandar mai mulki. Ta yi tsayi zuwa sama ana ganin ta saboda tsayinta da kuma saboda yawan rassanta.
ପୁଣି, କର୍ତ୍ତୃତ୍ୱକାରୀମାନଙ୍କର ରାଜଦଣ୍ଡ ହେବା ନିମନ୍ତେ ତାହାର ଶାଖାସବୁ ଦୃଢ଼ ହୋଇଥିଲା, ଗହଳ ଶାଖାମାନର ମଧ୍ୟରେ ସେହି ସବୁ ଦୀର୍ଘତାରେ ଉଚ୍ଚୀକୃତ ହୋଇଥିଲା, ଆଉ ସେହି ସବୁ ସ୍ୱ ଉଚ୍ଚତାରେ ଓ ଶାଖାର ବାହୁଲ୍ୟରେ ଦେଖାଗଲା।
12 Amma aka tumɓuke ta cikin fushi aka jefar da ita a ƙasa. Iskar gabas ta sa ta yanƙwane, aka kakkaɓe’ya’yanta; rassanta masu ƙarfi suka bushe wuta kuma ta cinye su.
ମାତ୍ର କୋପରେ ସେ ଉତ୍ପାଟିତ ହେଲା, ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀୟ ବାୟୁ ତାହାର ଫଳ ଶୁଷ୍କ କଲା; ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହେଲା; ଅଗ୍ନି ସେହି ସବୁକୁ ଗ୍ରାସ କଲା।
13 Yanzu an shuka ta a hamada, a busasshiyar ƙasa marar ruwa.
ପୁଣି, ଏବେ ସେ ପ୍ରାନ୍ତର ମଧ୍ୟରେ ନିର୍ଜଳ ଓ ଶୁଷ୍କ ଭୂମିରେ ରୋପିତ ହୋଇଅଛି।
14 Wuta ta fito daga jikin rassanta ta cinye’ya’yanta. Babu sauran reshe mai ƙarfin da ya rage a kanta da ya dace da sandar mai mulki.’ Wannan waƙa ce kuma za a yi amfani da ita a matsayin makoki.”
ଆଉ, ତାହାର ଶାଖା ଦଣ୍ଡସମୂହରୁ ଅଗ୍ନି ନିର୍ଗତ ହୋଇ ତାହାର ଫଳ ଗ୍ରାସ କରିଅଛି; ଏହେତୁ ରାଜଦଣ୍ଡ ହେବା ପାଇଁ ତାହାର ଗୋଟିଏ ଦୃଢ଼ ଶାଖା ନାହିଁ।” ଏହା ବିଳାପର ବିଷୟ ଅଟେ ଓ ବିଳାପଜନକ ହେବ।

< Ezekiyel 19 >