< Ezekiyel 20 >

1 A shekara ta bakwai, a wata na biyar a rana ta goma, waɗansu dattawan Isra’ila suka zo don su nemi nufin Ubangiji, suka kuwa zauna a ƙasa a gabana.
ଏଥିଉତ୍ତାରେ ସପ୍ତମ ବର୍ଷର ପଞ୍ଚମ ମାସରେ, ମାସର ଦଶମ ଦିନରେ, ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ସଦାପ୍ରଭୁଙ୍କ ନିକଟରେ ପଚାରିବା ପାଇଁ ଆସି ମୋʼ ସମ୍ମୁଖରେ ବସିଲେ।
2 Sai maganar Ubangiji ta zo mini cewa,
ସେତେବେଳେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
3 “Ɗan mutum, ka yi magana da dattawan Isra’ila ka ce musu, ‘Ga abin da Ubangiji Mai Iko Duka yana cewa kun zo ne ku nemi shawarata? Muddin ina raye, ba zan bari ku nemi shawarata ba, in ji Ubangiji Mai Iko Duka.’
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ କି ଆମ୍ଭ ନିକଟରେ ପଚାରିବାକୁ ଆସିଅଛ? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ନାହିଁ।
4 “Za ka hukunta su? Za ka hukunta su, ɗan mutum? To, sai ka kalubalance su da ayyukan banƙyamar kakanninsu
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ସେମାନଙ୍କର ବିଚାର କରିବ? ତୁମ୍ଭେ କି ସେମାନଙ୍କର ବିଚାର କରିବ? ସେମାନଙ୍କ ପୂର୍ବପୁରୁଷଗଣର ଘୃଣାଯୋଗ୍ୟ କ୍ରିୟାସକଳ ସେମାନଙ୍କୁ ଜ୍ଞାତ କରାଅ,
5 ka ce musu, ‘Ga abin da Ubangiji Mai Iko Duka yana cewa a ranar da na zaɓi Isra’ila, na ɗaga hannuna, na rantse wa zuriyar gidan Yaƙub na kuma bayyana kaina gare su a Masar da hannun da na ɗaga na ce musu, “Ni ne Ubangiji Allahnku.”
ଆଉ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ମନୋନୀତ କଲୁ ଓ ଯାକୁବର କୁଳଜାତ ବଂଶ ସପକ୍ଷରେ ଆପଣା ହସ୍ତ ଉଠାଇଲୁ ଓ ମିସର ଦେଶରେ ସେମାନଙ୍କ ନିକଟରେ ଆପଣାର ପରିଚୟ ଦେଲୁ, ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବୋଲି କହିଲୁ;
6 A ranar na yi musu rantsuwa cewa zan fitar da su daga Masar zuwa ƙasar da na samo musu, ƙasa mai zub da madara da zuma, ƙasa mafi kyau cikin dukan ƙasashe.
ସେହି ଦିନ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ପାଇଁ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯେଉଁ ଦେଶ ଅନୁସନ୍ଧାନ କରିଥିଲୁ, ସର୍ବ ଦେଶର ଗୌରବ ସ୍ୱରୂପ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବା ପାଇଁ ଆମ୍ଭେ ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇଲୁ;
7 Na kuma ce musu, “Kowannenku ya zubar da mugayen siffofin da kuka kafa idanunku a kai, kuma kada ku ƙazantar da kanku da gumakan Masar. Ni ne Ubangiji Allahnku.”
ଆଉ, ଆମ୍ଭେ ସେମାନଙ୍କୁ କହିଲୁ, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କର ଓ ମିସରୀୟ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
8 “‘Amma sai suka yi tawaye a kaina ba su kuwa saurare ni ba; ba su zubar da mugayen siffofin da suka kafa idanunsu a kai ba, balle su ƙi gumakan Masar. Saboda haka zan zubo hasalata a kansu in kuma aukar musu da fushina a Masar.
ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
9 Amma saboda sunana na yi abin da zai kiyaye shi daga ƙazantuwa a idanun al’umman da suka zauna a ciki da kuma a idanun al’ummai da na bayyana kaina ga Isra’ilawa ta wurin fitar da su daga Masar.
ତଥାପି ସେମାନେ ଯେଉଁମାନଙ୍କ ମଧ୍ୟରେ ଥିଲେ, ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ, ମିସର ଦେଶରୁ ବାହାର କରି ଆଣିବା ଦ୍ୱାରା ଆପଣାର ପରିଚୟ ଦେଇଥିଲୁ, ସେହି ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
10 Saboda haka na fisshe su daga Masar na kawo su cikin hamada.
ଏହିରୂପେ ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରାଇ ପ୍ରାନ୍ତରକୁ ଆଣିଲୁ।
11 Na ba su ƙa’idodina na kuma sanar musu da dokokina, gama mutumin da ya yi biyayya da su zai rayu ta wurinsu.
ପୁଣି, ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ଶାସନସକଳ ଜ୍ଞାତ କରାଇଲୁ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ!
12 Na kuma ba su Asabbataina kamar alama tsakaninmu, domin su san cewa Ni Ubangiji ne yake tsarkake su.
ଆହୁରି ମଧ୍ୟ ଆମ୍ଭେ ଯେ ସେମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭର ଓ ସେମାନଙ୍କ ମଧ୍ୟରେ ଚିହ୍ନସ୍ୱରୂପ ହେବା ନିମନ୍ତେ ଆମ୍ଭେ ଆପଣାର ବିଶ୍ରାମ ଦିନସକଳ ସେମାନଙ୍କୁ ଦେଲୁ।
13 “‘Duk da haka mutanen Isra’ila suka yi mini tawaye a cikin hamada. Ba su bi ƙa’idodina ba amma suka ki dokokina, ko da yake mutumin da ya yi biyayya da su zai rayu ta wurinsu, suka ɓata Asabbataina ƙwarai. Saboda haka na ce zan zuba hasalata a kansu in kuma hallaka su a hamada.
ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
14 Amma saboda sunana na yi abin da zai kiyaye shi daga ƙazantuwa a idanun al’umman da a idonsu na fisshe su.
ତଥାପି ଯେଉଁ ଗୋଷ୍ଠୀଗଣ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେମାନଙ୍କ ଦୃଷ୍ଟିରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
15 Na kuma ɗaga hannu na rantse musu a hamada cewa ba zan kawo su ƙasar da na ba su ba, ƙasa mai zub da madara da zuma, ƙasa mafi kyau cikin dukan ƙasashe,
ଆହୁରି ମଧ୍ୟ ସର୍ବ ଦେଶର ଗୌରବ ସ୍ୱରୂପ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଆମ୍ଭେ ସେମାନଙ୍କୁ ଦେଇଥିଲୁ, ସେହି ଦେଶକୁ ସେମାନଙ୍କୁ ନ ଆଣିବା ପାଇଁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ଉଠାଇଲୁ;
16 domin sun ƙi dokokina ba su kuwa bi ƙa’idodina ba suka kuma ƙazantar da Asabbataina. Gama zukatansu sun fi so su bauta wa gumakansu.
କାରଣ ସେମାନଙ୍କ ଅନ୍ତଃକରଣ ସେମାନଙ୍କ ପ୍ରତିମାଗଣର ଅନୁଗାମୀ ହେବାରୁ ସେମାନେ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ, ଆଉ ଆମ୍ଭ ବିଶ୍ରାମ ଦିନସକଳ ଅପବିତ୍ର କଲେ।
17 Duk da haka na dube su ta tausayi ba zan hallaka su ko in kawo ƙarshensu a hamada ba.
ତଥାପି ସେମାନଙ୍କୁ ବିନାଶ କରିବା ପାଇଁ ଆମ୍ଭର ଲଜ୍ଜ୍ୟା ହେଲା, ଏଣୁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କଲୁ ନାହିଁ।
18 Na faɗa wa’ya’yansu a hamada, “Kada ku bi farillai kakanninku ko ku kiyaye dokokinsu ko ku ƙazantar da kanku da gumakansu.
ପୁଣି, ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ ଆପଣାମାନଙ୍କର ପିତୃଗଣର ବିଧି ଅନୁସାରେ ଚାଲ ନାହିଁ କିଅବା ସେମାନଙ୍କର ଶାସନସକଳ ମାନ ନାହିଁ, ଅଥବା ସେମାନଙ୍କ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ;
19 Ni ne Ubangiji Allahnku; ku bi ƙa’idodina ku kuma kula ku kiyaye dokokina.
ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ; ଆମ୍ଭର ବିଧିରୂପ ପଥରେ ଚାଲ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କର;
20 Ku kiyaye Asabbataina da tsarki, don su zama alama tsakaninmu. Ta haka za ku san cewa ni ne Ubangiji Allahnku.”
ପୁଣି, ଆମ୍ଭର ବିଶ୍ରାମ ଦିନସକଳ ପବିତ୍ର କର; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତାହାସବୁ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ଏକ ଚିହ୍ନସ୍ୱରୂପ ହେବ।
21 “‘Amma’ya’yan suka yi mini tawaye. Ba su bi ƙa’idodina ba, ba su kula su kiyaye dokokina ba, ko da yake mutumin da ya kiyaye su zai rayu ta wurinsu, suka kuma ƙazantar da Asabbataina. Saboda haka na ce zan zuba hasalata a kansu in kuma aukar musu da fushina a hamada.
ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
22 Amma na janye hannuna, kuma saboda sunana na yi abin da zai kiyaye shi daga ƙazantuwa a idanun al’umman da a idonsu na fisshe su.
ତଥାପି ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେହି ଗୋଷ୍ଠୀୟମାନଙ୍କ ନିକଟରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ହସ୍ତ ସମ୍ବରଣ କଲୁ ଓ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
23 Na kuma ɗaga hannu na rantse musu cewa zan watsar da su cikin al’ummai in kuma warwatsa su cikin ƙasashe,
ମାତ୍ର ଆମ୍ଭେ ନାନା ଗୋଷ୍ଠୀୟ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ ଓ ନାନା ଦେଶରେ ସେମାନଙ୍କୁ ନିକ୍ଷେପ କରିବୁ ବୋଲି ସେମାନଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଲୁ;
24 domin ba su kiyaye dokokina ba amma suka ƙi ƙa’idodina suka kuma ƙazantar da Asabbataina, idanunsu suka yi sha’awar gumakan kakanninsu.
କାରଣ ସେମାନେ ଆମ୍ଭର ଶାସନସକଳ ପାଳନ କଲେ ନାହିଁ, ମାତ୍ର ଆମ୍ଭର ବିଧିସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ, ପୁଣି, ସେମାନଙ୍କ ପିତୃବର୍ଗର ପ୍ରତିମାଗଣ ପ୍ରତି ସେମାନଙ୍କର ଦୃଷ୍ଟି ରହିଲା।
25 Na kuma ba da su ga farillan da ba su da kyau da dokokin da ba za su rayu ta wurinsu ba;
ଆହୁରି ମଧ୍ୟ ଯାହା ସେମାନଙ୍କର ମଙ୍ଗଳଜନକ ନୁହେଁ, ଏପରି ବିଧି ଓ ଯହିଁରେ ସେମାନେ ବଞ୍ଚିବେ ନାହିଁ, ଏପରି ଶାସନସବୁ ଆମ୍ଭେ ସେମାନଙ୍କୁ ଦେଲୁ;
26 na bari suka ƙazantu ta wurin kyautai, hadayar kowane ɗan fari don in cika su da abin tsoro domin su san cewa ni ne Ubangiji.’
ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ବିନାଶ କରିବା ନିମନ୍ତେ, ସେମାନେ ଗର୍ଭାଶୟ ମୁକ୍ତକାରୀ ସମସ୍ତ ସନ୍ତାନକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଦ୍ୱାରା ଯେଉଁ ଉପହାର ପ୍ରଦାନ କଲେ, ତହିଁରେ ଆମ୍ଭେ ସେମାନଙ୍କୁ ଅଶୁଚି କରାଇଲୁ।
27 “Saboda haka, ɗan mutum, ka yi magana da mutanen Isra’ila ka faɗa musu cewa, ‘Ga abin da Ubangiji Mai Iko Duka yana cewa a wannan kuma kakanninku suka saɓe ni ta wurin yashe ni.
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ପିତୃପୁରୁଷମାନେ ଏଥିରେ ମଧ୍ୟ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଆମ୍ଭର ନିନ୍ଦା କରିଅଛନ୍ତି।
28 Sa’ad da na kawo su cikin ƙasar da na rantse zan ba su suka kuma ga tudu mai tsawo ko itace mai ganye, a can suka miƙa hadayunsu, suka yi sadakokin da suka tsokane ni na yi fushi, suka miƙa turaren ƙanshinsu suka kuma zuba sadakokinsu na sha.
କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।
29 Sai na ce musu, Wane ɗakin tsafi kuke tafiya?’” (Ana ce da shi Bama har wa yau.)
ତହିଁରେ ଆମ୍ଭେ ସେମାନଙ୍କୁ କହିଲୁ, ତୁମ୍ଭେମାନେ ଯେଉଁ ଉଚ୍ଚସ୍ଥଳୀକି ଯାଅ, ତାହାର ଅଭିପ୍ରାୟ ଏହି କି? ଏଣୁ ଆଜି ପର୍ଯ୍ୟନ୍ତ ତହିଁର ନାମ ବାମା (ଉଚ୍ଚସ୍ଥଳୀ) ରହିଅଛି।
30 “Domin haka ka faɗa wa gidan Isra’ila, ‘Ga abin da Ubangiji Mai Iko Duka yana cewa za ku ƙazantar da kanku yadda kakanninku suka yi ne ku yi sha’awar mugayen siffofinsu?
ଏଣୁକରି ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ କି ଆପଣାମାନଙ୍କର ପୂର୍ବପୁରୁଷଗଣର ରୀତି ଅନୁସାରେ ଆପଣାମାନଙ୍କୁ ଅଶୁଚି କରୁଅଛ? ଓ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ବ୍ୟଭିଚାରୀ ହେଉଅଛ?
31 Sa’ad da kuka miƙa kyautai naku, hadayar’ya’yanku maza a wuta, kuna cin gaba da ƙazantar da kanku da duka gumakanku har wa yau. Zan bari ku nemi shawarata, ya gidan Isra’ila? Muddin ina raye, in ji Ubangiji Mai Iko Duka, ba zan bari ku nemi shawarata ba.
ଆଉ, ଯେତେବେଳେ ତୁମ୍ଭେମାନେ ଆପଣା ଆପଣା ଉପହାର ଦାନ କରୁଅଛ, ଆପଣା ଆପଣା ସନ୍ତାନଗଣକୁ ଅଗ୍ନି ମଧ୍ୟଦେଇ ଗମନ କରାଉଅଛ, ସେତେବେଳେ ତୁମ୍ଭେମାନେ କି ଆଜି ପର୍ଯ୍ୟନ୍ତ ଆପଣା ଆପଣା ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରୁ ନାହଁ? ତେବେ ହେ ଇସ୍ରାଏଲ ବଂଶ, ଆମ୍ଭେ କି ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବା ପାଇଁ ଦେବା ନାହିଁ;
32 “‘Kukan ce, “Kuna so ku zama kamar sauran al’ummai, kamar sauran mutanen duniya, waɗanda suke bauta wa itace da dutse.” Amma abin da kuke tunani ba zai taɓa faruwa ba.
ପୁଣି, ‘ଆମ୍ଭେମାନେ କାଷ୍ଠ ଓ ପ୍ରସ୍ତରର ସେବା କରି ଅନ୍ୟଦେଶୀୟମାନଙ୍କର ଓ ନାନା ଦେଶ ନିବାସୀ ଗୋଷ୍ଠୀମାନଙ୍କ ତୁଲ୍ୟ ହେବା ବୋଲି ଏହି ଯେଉଁ କଥା ତୁମ୍ଭମାନଙ୍କ ମନରେ ଉଠୁଅଛି ଓ ଯାହା ତୁମ୍ଭେମାନେ କହୁଅଛ,’ ତାହା କେବେ ଘଟିବ ନାହିଁ।
33 Muddin ina raye, in ji Ubangiji Mai Iko Duka, zan yi mulki a kanku da hannu mai iko da kuma hannu mai ƙarfi da kuma fushi.
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କ ଉପରେ ରାଜା ହେବା;
34 Zan fitar da ku daga al’ummai in tattara ku daga ƙasashe inda aka warwatsa ku, da hannu mai iko da kuma hannu mai ƙarfi da kuma fushi.
ପୁଣି, ଆମ୍ଭେ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ୱାରା ତୁମ୍ଭମାନଙ୍କୁ ଗୋଷ୍ଠୀଗଣ ମଧ୍ୟରୁ ବାହାର କରି ଆଣିବା ଓ ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ଛିନ୍ନଭିନ୍ନ ହୋଇଅଛ, ସେହି ସବୁ ସ୍ଥାନରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା;
35 Zan kawo ku cikin hamadar al’ummai a can kuwa, fuska da fuska, zan hukunta ku.
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗୋଷ୍ଠୀସମୂହର ପ୍ରାନ୍ତରକୁ ଆଣି ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭମାନଙ୍କ ସହିତ ବିଚାର କରିବା।
36 Yadda na hukunta kakanninku a hamadar ƙasar Masar, haka zan hukunta ku, in ji Ubangiji Mai Iko Duka.
ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମିସର ଦେଶର ପ୍ରାନ୍ତରରେ ଯେପରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସହିତ ବିଚାର କରିଥିଲୁ, ସେହିପରି ତୁମ୍ଭମାନଙ୍କ ସହିତ ବିଚାର କରିବା।
37 Zan lura da ku yayinda kuke wucewa ƙarƙashin sanda, zan kuma kawo ku cikin daurin alkawari.
ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପାଞ୍ଚଣ ତଳେ ଗମନ କରାଇବା ଓ ଆମ୍ଭେ ତୁମ୍ଭମାନଙ୍କୁ ନିୟମରୂପ ବନ୍ଧନରେ ଆବଦ୍ଧ କରିବା;
38 Zan fitar da waɗanda suke mini tayarwa da kuma’yan tawaye. Ko da yake zan fitar da su daga ƙasar da suke zama, duk da haka ba za su shiga ƙasar Isra’ila ba. Sa’an nan za ku san cewa ni ne Ubangiji.
ପୁଣି, ଆମ୍ଭେ ବିଦ୍ରୋହୀମାନଙ୍କୁ ଓ ଆମ୍ଭ ବିରୁଦ୍ଧରେ ଅପରାଧକାରୀମାନଙ୍କୁ ତୁମ୍ଭମାନଙ୍କ ମଧ୍ୟରୁ ଝାଡ଼ି ଦୂର କରିଦେବା; ସେମାନେ ଯେଉଁ ଦେଶରେ ପ୍ରବାସ କରୁଅଛନ୍ତି, ସେ ଦେଶରୁ ଆମ୍ଭେ ସେମାନଙ୍କୁ ବାହାର କରି ଆଣିବା, ମାତ୍ର ସେମାନେ ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
39 “‘Game da ku, ya gidan Isra’ila, ga abin da Ubangiji Mai Iko Duka yana cewa ku tafi ku bauta wa gumakanku, kowannenku! Amma daga baya tabbatacce za ku saurare ni ba kuwa za ku ƙara ɓata sunana mai tsarki da hadayunku da gumakanku ba.
ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି କଥା କହନ୍ତି; ତୁମ୍ଭେମାନେ ଯଦି ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ତୁମ୍ଭେମାନେ ପ୍ରତ୍ୟେକେ ଯାଇ ଏବେ ଓ ଏଥିଉତ୍ତାରେ ମଧ୍ୟ ଆପଣା ଆପଣା ପ୍ରତିମାଗଣର ସେବା କର; ମାତ୍ର ତୁମ୍ଭେମାନେ ଆପଣାମାନଙ୍କର ଉପହାର ଓ ପ୍ରତିମାଗଣ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅପବିତ୍ର କରିବ ନାହିଁ।
40 Gama a kan dutsena mai tsarki, dutse mai tsayi na Isra’ila, in ji Ubangiji Mai Iko Duka, a can a ƙasar gidan Isra’ila gaba ɗaya za su bauta mini, a can kuwa zan karɓe su. A can zan bukaci hadayunku da sadake sadakenku mafi kyau, tare da dukan tsarkakan hadayunku.
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।
41 Zan karɓe ku kamar turare mai ƙanshi sa’ad da na fitar da ku daga al’ummai na kuma tattara ku daga ƙasashe inda aka warwatsa ku, zan kuma nuna kaina mai tsarki a cikinku a idon al’ummai.
ଯେଉଁ ସମୟରେ ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ବାହାର କରି ଆଣିବା ଓ ଯେଉଁ ଯେଉଁ ଦେଶରେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ରହିଅଛ, ସେହି ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସୁଗନ୍ଧିଯୁକ୍ତ ଆଘ୍ରାଣାର୍ଥକ ଦ୍ରବ୍ୟ ତୁଲ୍ୟ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କଠାରେ ଗୋଷ୍ଠୀଗଣର ସାକ୍ଷାତରେ ପବିତ୍ରୀକୃତ ହେବା।
42 Sa’an nan za ku san cewa ni ne Ubangiji sa’ad da na kawo ku cikin ƙasar Isra’ila, ƙasar da na ɗaga hannu na rantse zan ba wa kakanninku.
ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଲୁ, ଇସ୍ରାଏଲର ସେହି ଦେଶକୁ ଆମ୍ଭେ ଯେତେବେଳେ ତୁମ୍ଭମାନଙ୍କୁ ଆଣିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
43 A can za ku tuna da halinku da kuma dukan ayyukanku waɗanda kuka ɓata kanku da su, za ku kuwa ji ƙyamar kanku saboda mugayen abubuwan da kuka aikata.
ଆଉ, ଯହିଁରେ ତୁମ୍ଭେମାନେ ଆପଣାମାନଙ୍କୁ ଅଶୁଚି କରିଅଛ, ଆପଣାମାନଙ୍କର ସେହି ଆଚାର ବ୍ୟବହାର ଓ କ୍ରିୟାସକଳ ତୁମ୍ଭେମାନେ ସେଠାରେ ସ୍ମରଣ କରିବ ଓ ଆପଣାମାନଙ୍କର କୃତ ସମସ୍ତ କୁକ୍ରିୟା ସକାଶୁ ଆପଣାମାନଙ୍କୁ ଘୃଣା କରିବ।
44 Za ku san cewa ni ne Ubangiji, sa’ad da na yi muku haka saboda sunana ba bisa ga mugayen hanyoyinku da ayyukanku marasa kyau ba, ya gidan Isra’ila, in ji Ubangiji Mai Iko Duka.’”
ପୁଣି, ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେତେବେଳେ ତୁମ୍ଭମାନଙ୍କର ଦୁଷ୍ଟ ଆଚାର ବ୍ୟବହାରାନୁସାରେ ନୁହେଁ, କିଅବା ତୁମ୍ଭମାନଙ୍କର ଭ୍ରଷ୍ଟ କ୍ରିୟାନୁସାରେ ନୁହେଁ, ମାତ୍ର ଆପଣା ନାମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା, ସେତେବେଳେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
45 Maganar Ubangiji ta zo mini cewa,
ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
46 “Ɗan mutum, ka kafa fuskarka wajen kudu; ka yi wa’azi a kan kudu ka kuma yi annabci a kan kurmin ƙasar kudu.
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦକ୍ଷିଣ ଦିଗ ପ୍ରତି ଆପଣା ମୁଖ ରଖ ଓ ଦକ୍ଷିଣ ଦିଗ ପ୍ରତି ଆପଣା ବାକ୍ୟ ବର୍ଷଣ କର, ଆଉ ଦକ୍ଷିଣ ପ୍ରାନ୍ତରସ୍ଥ ଅରଣ୍ୟ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;
47 Ka faɗa wa kurmin kudanci, ‘Ji maganar Ubangiji. Ga abin da Ubangiji Mai Iko Duka yana cewa ina gab da sa maka wuta, za tă kuwa cinye dukan itatuwanki sarai, da ɗanye da busasshe. Ba za a kashe wutar da take ci ba, kuma kowace fuska a kudu zuwa arewa za tă ƙone.
ପୁଣି, ଦକ୍ଷିଣ ଦିଗର ଅରଣ୍ୟକୁ କୁହ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ଜ୍ୱଳାଇବା, ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କ ବୃକ୍ଷକୁ ଗ୍ରାସ କରିବ; ସେହି ଜ୍ୱଳନ୍ତ ଅଗ୍ନିଶିଖା ନିର୍ବାପିତ ହେବ ନାହିଁ ଓ ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ମୁଖ ତଦ୍ଦ୍ୱାରା ଦଗ୍ଧ ହେବ।
48 Kowa zai san cewa Ni Ubangiji ne ya ƙuna ta; ba za a kashe ta ba.’”
ତହିଁରେ ଆମ୍ଭେ ସଦାପ୍ରଭୁ ସେହି ଅଗ୍ନି ଯେ ଜ୍ୱଳାଇଅଛୁ, ଏହା ସମସ୍ତ ପ୍ରାଣୀ ଦେଖିବେ, ତହିଁର ନିର୍ବାଣ ନୋହିବ।”
49 Sai na ce, “Kash, Ubangiji Mai Iko Duka! Suna zance a kaina cewa, ‘Ba misalai kawai yake yi ba?’”
ଏଥିରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ସେମାନେ ମୋʼ ବିଷୟରେ କହନ୍ତି, ସେ ଲୋକ କି ଦୃଷ୍ଟାନ୍ତ-ବାକ୍ୟବାଦୀ ନୁହେଁ?”

< Ezekiyel 20 >