< Ezekiyel 30 >

1 Maganar Ubangiji ta zo mini cewa,
ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
2 “Ɗan mutum, ka yi annabci ka ce, ‘Ga abin da Ubangiji Mai Iko Duka yana cewa, “‘Yi kuka kana cewa, “Kaito saboda wannan rana!”
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ହାହାକାର କରି କୁହ, ହାୟ ହାୟ, ସେହି ଦିନ!
3 Gama ranar ta yi kusa, ranar Ubangiji ta gabato, ranar gizagizai, lokacin hallaka wa al’ummai.
କାରଣ ସେହି ଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେହି ଦିନ ମେଘାଚ୍ଛନ୍ନ ଦିନ; ତାହା ଅନ୍ୟଦେଶୀୟମାନଙ୍କର କାଳ ହେବ।
4 Takobi zai zo a kan Masar, azaba za tă zo a kan Kush. Sa’ad da kisassu za su fāɗi a Masar, za a kwashe dukiyarta a tafi a rushe harsashinta.
ପୁଣି, ମିସର ବିରୁଦ୍ଧରେ ଖଡ୍ଗ ଆସିବ ଓ ମିସର ଦେଶରେ ହତ ଲୋକମାନେ ପତିତ ହେଲେ କୂଶ ମଧ୍ୟରେ ଯାତନା ହେବ; ଆଉ, ସେମାନେ ତାହାର ଧନସମ୍ପତ୍ତି ଘେନିଯିବେ ଓ ତାହାର ଭିତ୍ତିମୂଳସକଳ ଭଗ୍ନ ହେବ।
5 Kush da Fut, Lidiya da dukan Arabiya, Libiya da kuma mutanen ƙasar alkawari za su mutu ta wurin takobi tare da Masar.
କୂଶ ଓ ପୂଟ୍‍ ଓ ଲୁଦ୍‍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି, କୂବ୍‍ ଓ ମିତ୍ରଦେଶୀୟ ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ୍ଗରେ ପତିତ ହେବେ।
6 “‘Ga abin da Ubangiji ya faɗa, “‘Waɗanda suke goyon bayan Masar za su fāɗi ƙarfinta da take fariya da shi zai ƙare. Daga Migdol zuwa Aswan za su mutu ta wurin takobi a cikinta, in ji Ubangiji Mai Iko Duka.
ସଦାପ୍ରଭୁ ଏହି କଥା କହନ୍ତି, ମିସରର ସହାୟକାରୀମାନେ ପତିତ ହେବେ ଓ ତାହାର ପରାକ୍ରମର ଗର୍ବ ଖର୍ବ ହେବ; ମିଗ୍‍ଦୋଲଠାରୁ ସିବେନୀ ଦୁର୍ଗ ପର୍ଯ୍ୟନ୍ତ ଲୋକ ସମସ୍ତେ ତହିଁ ମଧ୍ୟରେ ଖଡ୍ଗ ଦ୍ୱାରା ପତିତ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
7 Za su zama kango a cikin ƙasashen da suke kango, biranensu kuwa za su zama kufai a cikin biranen da suka lalace.
ପୁଣି, ସେମାନେ ଧ୍ୱଂସିତ ନଗରସମୂହ ମଧ୍ୟରେ ଧ୍ୱଂସିତ ହେବେ ଓ ତାହାର ନଗରସକଳ ଉତ୍ସନ୍ନ ନଗରସମୂହର ମଧ୍ୟରେ ଥିବ।
8 Sa’an nan za su san cewa ni ne Ubangiji, sa’ad da suka ga na sa wuta wa Masar aka kuma ragargaza masu taimakonta.
ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇଲା ଉତ୍ତାରେ ଓ ତାହାର ସହାୟକାରୀ ସମସ୍ତେ ବିନଷ୍ଟ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
9 “‘A wannan rana manzanni za su fito daga wurina a jiragen ruwa don su tsorata Kush daga sake jikinta. Azaba za tă kama su a ranar hallakar Masar, gama tabbatacce za tă zo.
ସେହି ଦିନ ନିଶ୍ଚିନ୍ତ କୂଶୀୟମାନଙ୍କୁ ଭୀତ କରାଇବା ପାଇଁ ଦୂତମାନେ ଆମ୍ଭ ସମ୍ମୁଖରୁ ଜାହାଜରେ ଯିବେ; ପୁଣି, ମିସରର ଦିନରେ ଯେପରି ହୋଇଥିଲା, ସେହିପରି ସେମାନଙ୍କର ଯାତନା ହେବ; କାରଣ ଦେଖ, ତାହା ଆସୁଅଛି।
10 “‘Ga abin da Ubangiji Mai Iko Duka yana cewa, “‘Zan kawo ƙarshen mutanen Masar ta hannun Nebukadnezzar sarkin Babilon.
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମଧ୍ୟ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତ ଦ୍ୱାରା ମିସରର ଲୋକସମୂହ ଶେଷ କରିବା।
11 Shi da sojojinsa, mafi bantsoro cikin al’ummai, za a kawo don su hallaka ƙasar. Za su zāre takuba a kan Masar su kuma cika ƙasar da kisassu.
ସେ ଓ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ତାହାର ଲୋକମାନେ ତାହା ସଙ୍ଗେ ଦେଶ ବିନାଶାର୍ଥେ ଅଣାଯିବେ; ଆଉ, ସେମାନେ ମିସରର ବିରୁଦ୍ଧରେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ହତ ଲୋକରେ ଦେଶ ପୂର୍ଣ୍ଣ କରିବେ।
12 Zan kafe rafuffukan Nilu in sayar da ƙasar ga mugayen mutane; ta hannun baƙi zan sa ƙasar ta lalace da kome da yake cikinta. Ni Ubangiji na faɗa.
ପୁଣି, ଆମ୍ଭେ ସ୍ରୋତସମୂହ ଶୁଷ୍କ କରିବା ଓ ମନ୍ଦ ଲୋକମାନଙ୍କ ହସ୍ତରେ ଦେଶ ବିକ୍ରୟ କରିବା; ଆଉ, ଆମ୍ଭେ ବିଦେଶୀମାନଙ୍କ ହସ୍ତ ଦ୍ୱାରା ଦେଶ ଓ ତନ୍ମଧ୍ୟସ୍ଥ ଯାବତୀୟ ବିଷୟ ଧ୍ୱଂସ କରିବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
13 “‘Ga abin da Ubangiji Mai Iko Duka yana cewa, “‘Zan hallaka gumaka in kuma kawo ƙarshen siffofi a Memfis. Ba za a ƙara samun yerima a ƙasar Masar ba, zan kuma baza tsoro a duk fāɗin ƙasar.
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି, ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା।
14 Zan lalace Masar ta Bisa in ƙuna wuta wa Zowan in zartar da hukunci a kan Tebes.
ପୁଣି, ଆମ୍ଭେ ପଥ୍ରୋଷକୁ ଧ୍ୱଂସ କରିବା ଓ ସୋୟନରେ ଅଗ୍ନି ଲଗାଇବା, ଆଉ ନୋ-ନଗରରେ ଦଣ୍ଡାଜ୍ଞା ସଫଳ କରିବା।
15 Zan kwarara hasalata a kan Felusiyum, kagarar Masar, in kuma datse mutanen Tebes.
ପୁଣି, ଆମ୍ଭେ ମିସରର ଦୃଢ଼ ଦୁର୍ଗ ସୀନ ଉପରେ ଆପଣା କୋପ ଢାଳି ଦେବା ଓ ଆମ୍ଭେ ନୋ-ନଗରର ଲୋକସମୂହକୁ ଉଚ୍ଛିନ୍ନ କରିବା।
16 Zan ƙuna wuta wa Masar; Felusiyum za tă sha azaba mai zafi. Za a tayar wa Tebes da hankali; Memfis za tă riƙa kasance cikin ɓacin rai.
ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇବା; ସୀନ ମହାଯାତନାଗ୍ରସ୍ତ ହେବ ଓ ନୋ-ନଗର ଭଗ୍ନ ହେବ; ଆଉ, ଦିବସ ସମୟରେ ନୋଫର ବିପକ୍ଷମାନେ ଉତ୍ପାତ କରିବେ।
17 Samarin Heliyofolis da Bubastis za su mutu ta wurin takobi, biranen kansu za su tafi bauta.
ଓନ୍‍ ଓ ପୀବେଶହର ଯୁବାମାନେ ଖଡ୍ଗରେ ପତିତ ହେବେ ଓ ନଗରସବୁ ବନ୍ଦୀତ୍ୱ ସ୍ଥାନକୁ ଯିବେ।
18 Duhu ne zai zama rana a Tafanes sa’ad da na karye ikon Masar; a can ƙarfin da take fariya zai ƙare. Za a rufe ta da gizagizai ƙauyukanta kuma za su tafi bauta.
ଆମ୍ଭେ ଯେତେବେଳେ ତଫନ୍‍ହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ଯିବେ।
19 Ta haka zan zartar da hukunci a kan Masar, za su kuwa san cewa ni ne Ubangiji.’”
ଏହିରୂପେ ଆମ୍ଭେ ମିସରରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
20 A shekara ta goma sha ɗaya, a wata na fari a rana ta goma sha bakwai, maganar Ubangiji ta zo mini cewa,
ଏଥିଉତ୍ତାରେ ଏକାଦଶ ବର୍ଷର ପ୍ରଥମ ମାସ, ମାସର ସପ୍ତମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
21 “Ɗan mutum, na karye hannun Fir’auna sarkin Masar. Ba a daure shi don warkarwa ba ko a sa tsinke saboda kada yă zama da ƙarfi har ya riƙe takobi.
“ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ମିସରର ରାଜା ଫାରୋର ବାହୁ ଭାଙ୍ଗିଅଛୁ; ଆଉ ଦେଖ, ଖଡ୍ଗ ଧରିବା ନିମନ୍ତେ ତାହା ଯେପରି ସବଳ ହେବ, ଏଥିପାଇଁ ସ୍ୱାସ୍ଥ୍ୟଜନକ ଔଷଧ ଦେଇ ପଟି ଲଗାଇ ତାହା ବନ୍ଧାଯାଇ ନାହିଁ।
22 Saboda haka ga abin da Ubangiji Mai Iko Duka yana cewa ina gāba da Fir’auna sarkin Masar. Zan karye hannuwansa biyu, hannun da yake da kyau da kuma wanda an riga an karya, in kuma sa takobi ya fāɗi daga hannunsa.
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ମିସରର ରାଜା ଫାରୋର ପ୍ରତିକୂଳ ଅଟୁ, ଆଉ ତାହାର ବଳବାନ ଓ ଭଗ୍ନ, ଉଭୟ ବାହୁ ଭାଙ୍ଗି ପକାଇବା ଓ ଆମ୍ଭେ ତାହାର ହସ୍ତରୁ ଖଡ୍ଗ ଖସାଇ ପକାଇବା।
23 Zan watsar da Masarawa a cikin al’ummai in warwatsa su cikin ƙasashe.
ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ମିସରୀୟମାନଙ୍କୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା।
24 Zan ƙarfafa hannuwan sarkin Babilon in kuma sa takobina a hannunsa, amma zan karya hannuwan Fir’auna, zai kuwa yi nishi a gabansa kamar mutumin da aka yi wa raunin mutuwa.
ଆଉ, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ସବଳ କରିବା ଓ ତାହା ହସ୍ତରେ ଆମ୍ଭର ଖଡ୍ଗ ଦେବା; ମାତ୍ର ଆମ୍ଭେ ଫାରୋର ବାହୁଦ୍ୱୟ ଭାଙ୍ଗି ପକାଇବା, ତହିଁରେ ସେ ପ୍ରାଣନାଶକ କ୍ଷତପ୍ରାପ୍ତ ଲୋକର କାତରୋକ୍ତି ତୁଲ୍ୟ କାତରୋକ୍ତି ତାହା ସାକ୍ଷାତରେ କରିବ।
25 Zan ƙarfafa hannuwan sarkin Babilon, amma hannuwan Fir’auna za su shanye. Sa’an nan za su san cewa ni ne Ubangiji, sa’ad da na sa takobi a hannun sarkin Babilon na kuma miƙa shi a kan Masar.
ପୁଣି, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ଟେକି ଧରିବା ଓ ଫାରୋର ବାହୁଦ୍ୱୟ ତଳକୁ ଓହଳି ପଡ଼ିବ; ଆଉ, ଆମ୍ଭେ ଯେତେବେଳେ ବାବିଲ ରାଜାର ହସ୍ତରେ ଆମ୍ଭର ଖଡ୍ଗ ଦେବା ଓ ସେ ମିସର ଦେଶ ବିରୁଦ୍ଧରେ ତାହା ବିସ୍ତାର କରିବ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
26 Zan watsar da Masarawa a cikin al’ummai in warwatsa su cikin ƙasashe. Sa’an nan za su san cewa ni ne Ubangiji.”
ପୁଣି, ଆମ୍ଭେ ମିସରୀୟମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”

< Ezekiyel 30 >