< Farawa 45 >
1 Yusuf bai ƙara iya daurewa a gaban dukan masu yi masa hidima ba, sai ya yi kuka da ƙarfi ya ce, “Kowa yă tashi daga gabana!” Saboda haka ba kowa a wurin sa’ad da Yusuf ya sanar da kansa ga’yan’uwansa.
ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚସ୍ୱରରେ କହିଲେ, “ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର।” ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ।
2 Sai ya yi kuka da ƙarfi har Masarawa suka ji, har labarin ya kai gidan Fir’auna.
ସେ ଉଚ୍ଚସ୍ୱରରେ ଏପରି ରୋଦନ କଲେ ଯେ, ମିସରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ।
3 Yusuf kuwa ya ce wa’yan’uwansa, “Ni ne Yusuf! Mahaifina yana nan da rai har yanzu?” Amma’yan’uwansa ba su iya amsa masa ba, gama sun firgita ƙwarai a gabansa.
ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ମୁଁ ଯୋଷେଫ; ମୋʼ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?” ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଭୟଭୀତ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ।
4 Sa’an nan Yusuf ya ce wa’yan’uwansa, “Ku zo kusa da ni.” Da suka yi haka, sai ya ce, “Ni ne ɗan’uwanku Yusuf, wannan da kuka sayar zuwa Masar!
ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ବିନୟ କରୁଅଛି, ମୋʼ ପାଖକୁ ଆସ,” ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, “ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ।
5 Yanzu dai, kada ku damu, kada kuma ku yi fushi da kanku saboda kun sayar da ni a nan, gama Allah ya aiko ni gabanku ne don in ceci rayuka.
ମାତ୍ର, ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ୱର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ।
6 Ga shi shekaru biyu ke nan ake yunwa a ƙasar, kuma da sauran shekara biyar masu zuwa da ba za a yi noma ko girbi ba.
ଦେଖ, କେବଳ ଦୁଇ ବର୍ଷ ହେଲା ଦେଶରେ ଦୁର୍ଭିକ୍ଷ ହୋଇଅଛି; ଆହୁରି ପାଞ୍ଚ ବର୍ଷ ବାକି ଅଛି, ତହିଁ ମଧ୍ୟରେ ଚାଷ କି ଶସ୍ୟର ଚ୍ଛେଦନ ହେବ ନାହିଁ।
7 Amma Allah ya aiko ni gabanku ne don in adana muku raguwa a duniya, in kuma ceci rayukanku ta wurin ceto mai girma.
ଏଥିପାଇଁ ପରମେଶ୍ୱର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଅଛନ୍ତି।
8 “Saboda haka fa, ba ku ba ne kuka aiko ni nan, Allah ne. Ya mai da ni mahaifi ga Fir’auna, shugaban dukan gidansa da kuma mai mulkin dukan Masar.
ଏନିମନ୍ତେ ତୁମ୍ଭେମାନେ ଯେ ମୋତେ ଏ ସ୍ଥାନକୁ ପଠାଇଅଛ, ତାହା ନୁହେଁ, ପରମେଶ୍ୱର ପଠାଇଅଛନ୍ତି; ପୁଣି, ସେ ମୋତେ ଫାରୋଙ୍କର ପିତା ଓ ତାଙ୍କ ଗୃହର ପ୍ରଭୁ ଓ ସମସ୍ତ ମିସର ଦେଶର କର୍ତ୍ତା କରିଅଛନ୍ତି।
9 Yanzu sai ku gaggauta zuwa wurin mahaifina ku faɗa masa, ‘Abin da ɗanka Yusuf ya ce; Allah ya mai da ni shugaban dukan Masar. Gangaro wurina; kada ka jinkirta.
ଏଣୁ ତୁମ୍ଭେମାନେ ଶୀଘ୍ର ମୋʼ ପିତାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ‘ତୁମ୍ଭର ପୁତ୍ର ଯୋଷେଫ ଏହିପରି କହିଅଛି, ପରମେଶ୍ୱର ମୋତେ ସମସ୍ତ ମିସର ଦେଶର ବିଶିଷ୍ଟ ବ୍ୟକ୍ତି କରିଅଛନ୍ତି; ତୁମ୍ଭେ ମୋʼ ନିକଟକୁ ଆସ, ବିଳମ୍ବ କର ନାହିଁ।
10 Za ka yi zama a yankin Goshen, ka kasance kusa da ni. Kai,’ya’yanka da kuma jikokinka, garkunanka da shanunka, da kuma dukan abin da kake da shi.
ତୁମ୍ଭେ ପୁତ୍ର, ପୌତ୍ର ଓ ଗୋମେଷାଦି ସର୍ବସ୍ୱ ସହିତ ଗୋଶନ ପ୍ରଦେଶରେ ବାସ କରି ମୋହର ନିକଟବର୍ତ୍ତୀ ହେବ।
11 Zan tanada maka a nan, domin akwai saura shekaru biyar na yunwa masu zuwa. In ba haka ba, kai da gidanka da dukan mallakarka za ku zama gajiyayyu.’
ସେହି ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ର ଦଶା ଘଟିବ।’”
12 “Ku kanku kun gani, haka ma ɗan’uwana Benyamin, cewa tabbatacce ni ne nake magana da ku.
“ଦେଖ, ମୋହର ମୁଖ ତୁମ୍ଭମାନଙ୍କୁ ଏ କଥା କହୁଅଛି, ଏହା ତୁମ୍ଭମାନଙ୍କ ଚକ୍ଷୁ ଓ ମୋʼ ସହୋଦର ବିନ୍ୟାମୀନ୍ର ଚକ୍ଷୁ ଦେଖୁଅଛି।
13 Faɗa wa mahaifina game da dukan girman da aka ba ni a Masar, da kuma game da kome da kuka gani. Ku kuma kawo mahaifina a nan da sauri.”
ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ୱର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋʼ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ।”
14 Sa’an nan ya rungume ɗan’uwansa Benyamin ya yi kuka, sai Benyamin ya rungume shi yana kuka.
ଏଥିଉତ୍ତାରେ ସେ ଆପଣା ସହୋଦର ବିନ୍ୟାମୀନ୍ର ଗଳା ଧରି ରୋଦନ କଲେ, ପୁଣି, ବିନ୍ୟାମୀନ୍ ତାଙ୍କର ଗଳା ଧରି ରୋଦନ କଲା।
15 Ya sumbaci dukan’yan’uwansa, ya kuma yi kuka a kansu. Bayan haka sai’yan’uwansa suka yi masa magana.
ପୁଣି, ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ବନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ। ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ।
16 Sa’ad da labarin ya kai fadan Fir’auna cewa’yan’uwan Yusuf sun zo, sai Fir’auna da dukan hafsoshin suka ji daɗi.
ଆଉ “ଯୋଷେଫଙ୍କର ଭାଇମାନେ ଆସିଅଛନ୍ତି,” ଜନରବ ଫାରୋଙ୍କର ଗୃହରେ ଶୁଣାଯାଆନ୍ତେ, ଫାରୋ ଓ ତାଙ୍କର ଦାସ ସମସ୍ତେ ସନ୍ତୁଷ୍ଟ ହେଲେ।
17 Fir’auna ya ce wa Yusuf, “Faɗa wa’yan’uwanka, ‘Yi wannan; ku jibge dabbobinku ku koma zuwa ƙasar Kan’ana,
ପୁଣି, ଫାରୋ ଯୋଷେଫଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇମାନଙ୍କୁ କୁହ, ‘ତୁମ୍ଭେମାନେ ଏହି କର୍ମ କର; ଆପଣା ଆପଣା ପଶୁମାନଙ୍କୁ ବୋଝାଇ କରି କିଣାନ ଦେଶକୁ ଯାଅ,
18 Ku kawo mahaifinku da iyalanku zuwa wurina. Zan ba ku mafi kyau na ƙasar Masar, za ku kuwa ci moriyar ƙasar.’
ପୁଣି, ପିତାଙ୍କୁ ଓ ଆପଣା ଆପଣା ସମସ୍ତ ପରିବାରକୁ ଘେନି ଆମ୍ଭ ନିକଟକୁ ଆସ; ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶର ଉତ୍ତମ ଦ୍ରବ୍ୟ ଦେବା, ପୁଣି, ତୁମ୍ଭେମାନେ ଦେଶର ସର୍ବୋତ୍ତମ ବିଷୟ ଭୋଗ କରିବ।’
19 “An kuma umarce ka, ka faɗa musu, ‘Ku yi wannan, ku ɗauki wagonu daga Masar domin’ya’yanku da matanku, ku ɗauki mahaifinku ku zo.
ଏବେ ଆମ୍ଭର ଆଜ୍ଞାନୁସାରେ ‘ଏହି କର୍ମ କର, ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ଓ ଭାର୍ଯ୍ୟାମାନଙ୍କ ପାଇଁ ମିସର ଦେଶରୁ ଶଗଡ଼ ନେଇଯାଅ, ପୁଣି, ଆପଣାମାନଙ୍କ ପିତାଙ୍କୁ ନେଇଆସ।
20 Kada ku damu da mallakarku, gama mafi kyau na Masar za su zama naku.’”
ଆଉ ଆପଣାମାନଙ୍କ ଦ୍ରବ୍ୟାଦି ବିଷୟରେ ଭାବନା କର ନାହିଁ; ସମସ୍ତ ମିସର ଦେଶର ଉତ୍ତମ ଦ୍ରବ୍ୟ ତୁମ୍ଭମାନଙ୍କର ଅଟେ।’”
21 Sai’ya’yan Isra’ila maza suka yi haka. Yusuf ya ba su wagonu kamar yadda Fir’auna ya umarta, ya kuma ba su guzuri don tafiyarsu.
ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି, ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶଗଡ଼ ଓ ପାଥେୟ ଦ୍ରବ୍ୟ ଦେଲେ।
22 Ya ba da sababbin riguna ga kowannensu amma ga Benyamin ya ba shi shekel ɗari uku na azurfa da riguna kashi biyar.
ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମୀନ୍କୁ ତିନି ଶହ ଶେକେଲ ରୌପ୍ୟ ମୁଦ୍ରା ଓ ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ।
23 Ga kuma abin da ya aika wa mahaifinsa, jakuna goma da aka jibge da abubuwa mafi kyau na Masar, da jakuna mata guda goma ɗauke da hatsi da burodi da waɗansu tanade-tanade don tafiyarsa.
ପୁଣି, ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୁଟି ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ।
24 Sa’an nan ya sallami’yan’uwansa, yayinda suke barin wurin ya ce musu, “Kada ku yi faɗa a hanya!”
ଏହିରୂପେ ଯୋଷେଫ ଆପଣା ଭାଇମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ବାଟରେ କଳି କରିବ ନାହିଁ।”
25 Saboda haka suka haura, suka fita daga Masar, suka zo wurin maihaifinsu Yaƙub a ƙasar Kan’ana.
ଏଥିଉତ୍ତାରେ ସେମାନେ ମିସର ଦେଶରୁ ପ୍ରସ୍ଥାନ କରି କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହେଲେ।
26 Suka faɗa masa, “Yusuf yana da rai! Gaskiya, shi ne mai mulkin dukan Masar.” Gaban Yaƙub ya fāɗi, domin bai gaskata su ba.
ପୁଣି, ସେମାନେ ତାଙ୍କୁ କହିଲେ, “ଯୋଷେଫ ଆଜି ପର୍ଯ୍ୟନ୍ତ ଜୀବିତ ଅଛି, ଆଉ ସେ ସମସ୍ତ ମିସର ଦେଶର କର୍ତ୍ତା ହୋଇଅଛି।” ଏଥିରେ ଯାକୁବଙ୍କର ହୃଦୟ ଜଡ଼ୀଭୂତ ହେଲା, କାରଣ ସେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।
27 Amma sa’ad da suka faɗa masa kome da Yusuf ya faɗa musu, da kuma sa’ad da ya ga wagonun da Yusuf ya aika don a ɗauke shi a kai da shi can, sai ya farfaɗo, ya dawo cikin hankalinsa.
ପୁଣି, ଯୋଷେଫ ଯେତେ କଥା ସେମାନଙ୍କୁ କହିଥିଲେ, ସେହି ସବୁ କଥା ସେମାନେ ତାଙ୍କୁ କହିଲେ। ମାତ୍ର ସେ ଯେତେବେଳେ ତାଙ୍କୁ ନେବା ପାଇଁ ଯୋଷେଫଙ୍କ ପ୍ରେରିତ ଶଗଡ଼ସବୁ ଦେଖିଲେ, ସେତେବେଳେ ସେମାନଙ୍କ ପିତା ଯାକୁବଙ୍କ ଆତ୍ମା ପୁନର୍ଜୀବିତ ହେଲା।
28 Sai Yaƙub ya ce, “Na yarda! Ɗana Yusuf yana da rai har yanzu. Zan tafi in gan shi kafin in mutu.”
ତହିଁରେ ଇସ୍ରାଏଲ କହିଲେ, “ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜି ପର୍ଯ୍ୟନ୍ତ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି।”