< Ibraniyawa 6 >
1 Dole mu yi ƙoƙarin zama balagaggu mu kuma fara tunani game da abubuwan da suka fi koyarwan nan mai sauƙi game da Kiristi. Bai kamata mu ci gaba da magana game da me ya sa dole mu juye daga ayyukan da suke kawo mutuwa da kuma me ya sa za mu kasance da bangaskiya a cikin Allah ba.
ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ-ପରିବର୍ତ୍ତନ, ଈଶ୍ବରଙ୍କଠାରେ ବିଶ୍ୱାସ,
2 Kuma bai kamata mu ci gaba da koyar da umarnai game da baftisma, ɗibiya hannuwa, tashin matattu, da kuma madawwamin hukunci ba. (aiōnios )
ନାନା ବାପ୍ତିସ୍ମ ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଅନନ୍ତ ବିଚାର ସ୍ୱରୂପ ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ। (aiōnios )
3 Da yardar Allah, za mu ci gaba ga ƙarin ganewa.
ହଁ, ଈଶ୍ବରଙ୍କ ଅନୁମତି ହେଲେ ଆମ୍ଭେମାନେ ଏହା କରିବା।
4 Waɗanda suka taɓa samun haske, waɗanda suka ɗanɗana kyauta ta sama, waɗanda suka sami rabo cikin Ruhu Mai Tsarki,
କାରଣ ଯେଉଁମାନେ ଥରେ ଆଲୋକ ପ୍ରାପ୍ତ କରିଅଛନ୍ତି, ସ୍ୱର୍ଗୀୟ ଦାନର ଆସ୍ୱାଦ ପାଇଅଛନ୍ତି, ପବିତ୍ର ଆତ୍ମାଙ୍କର ସହଭାଗୀ ହୋଇଅଛନ୍ତି,
5 waɗanda suka ɗanɗana daɗin maganar Allah da kuma ikokin zamani mai zuwa, (aiōn )
ଈଶ୍ବରଙ୍କ ଉତ୍ତମ ବାକ୍ୟ ଓ ଆଗାମୀ ଯୁଗର ଶକ୍ତି ଆସ୍ୱାଦନ କରିଅଛନ୍ତି, (aiōn )
6 ba ya yiwuwa a sāke kawo su ga tuba in suka kauce, domin suna sāke gicciye Ɗan Allah ke nan suna kuma kunyata shi a gaban jama’a.
ସେମାନେ ଯଦି ସତ୍ୟଭ୍ରଷ୍ଟ ହୁଅନ୍ତି, ତାହାହେଲେ ମନ-ପରିବର୍ତ୍ତନ ନିମନ୍ତେ ସେମାନଙ୍କୁ ପୁନର୍ବାର ନୂତନ କରାଇବା ଅସାଧ୍ୟ, ଯେଣୁ ସେମାନେ ଆପଣା ଆପଣାର ବିନାଶ ନିମନ୍ତେ ଈଶ୍ବରଙ୍କ ପୁତ୍ରଙ୍କୁ, ପୁଣି, କ୍ରୁଶାର୍ପଣ କରି ପ୍ରକାଶ୍ୟରେ ତାହାଙ୍କୁ ନିନ୍ଦାର ପାତ୍ର କରନ୍ତି।
7 Ƙasar da take shan ruwan sama da yake fāɗi a kanta kullum da kuma take ba da hatsin da yake da amfani ga waɗanda ake noma dominsu, takan sami albarkar Allah.
କାରଣ ଯେଉଁ ଭୂମି ଆପଣା ଉପରେ ବାରମ୍ବାର ପତିତ ବୃଷ୍ଟିଜଳ ପାନ କରେ, ଆଉ ଯେଉଁମାନଙ୍କ ନିମନ୍ତେ ତାହା ଚାଷ କରାଯାଏ, ସେମାନଙ୍କର ଉପଯୋଗୀ ଶସ୍ୟ ଉତ୍ପନ୍ନ କରେ, ତାହା ଈଶ୍ବରଙ୍କଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ।
8 Amma ƙasar da take ba da ƙaya da sarƙaƙƙiya ba ta da amfani tana kuma cikin hatsarin la’ana. A ƙarshe za a ƙone ta.
କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ବେ ଶାପଗ୍ରସ୍ତ ହୁଏ, ପୁଣି, ତାହାର ଶେଷ ଦଶା ଅଗ୍ନିଦାହ।
9 Abokaina, ko da yake muna irin maganan nan, mun tabbata kuna yi abubuwan nan masu kyau da waɗanda suka sami ceto suke yi.
କିନ୍ତୁ ହେ ପ୍ରିୟମାନେ, ଆମ୍ଭେମାନେ ଯଦ୍ୟପି ଏହିପରି କହୁଅଛୁ, ତଥାପି ତୁମ୍ଭମାନଙ୍କ ଅବସ୍ଥା ଯେ ତାହାଠାରୁ ଉତ୍ତମ ଓ ପରିତ୍ରାଣସଂଯୁକ୍ତ, ଏହା ଆମ୍ଭେମାନେ ଦୃଢ଼ରୂପେ ବିଶ୍ୱାସ କରୁଅଛୁ।
10 Allah ba marar adalci ba ne. Ba zai manta da aikinku da kuma ƙaunar da kuka nuna masa wajen taimakon mutanensa da kuma ci gaba da taimakonsu da kuke yi ba.
କାରଣ ଈଶ୍ବର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ବର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।
11 Muna so kowannenku yă nuna ƙwazon nan har zuwa ƙarshe, domin ku tabbatar da begenku.
ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ,
12 Ba ma so ku zama masu ƙyuya, sai dai ku yi koyi da waɗanda ta wurin bangaskiya da haƙuri suka gāji abin da aka yi alkawari.
ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ।
13 Babu wanda ya fi Allah, saboda haka sa’ad da ya yi alkawari ga Ibrahim, sai ya rantse da sunansa,
କାରଣ ଈଶ୍ବର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହାନ ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ,
14 cewa, “Tabbatacce zan albarkace ka in kuma ba ka zuriya mai yawa.”
“ଆମ୍ଭେ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବା ଓ ତୁମ୍ଭ ବଂଶର ଅତିଶୟ ବୃଦ୍ଧି କରିବା।”
15 Haka kuwa bayan Ibrahim ya jira da haƙuri, sai ya karɓi abin da aka yi alkawari.
ଆଉ ଏହି ପ୍ରକାରେ ଦୀର୍ଘସହିଷ୍ଣୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇଥିଲେ।
16 In mutane za su yi rantsuwa sukan yi haka da wanda ya fi su ne, rantsuwar kuwa takan tabbatar da abin da aka faɗa ta kuma kawo ƙarshen dukan gardama.
ମନୁଷ୍ୟମାନେ ତ ସେମାନଙ୍କଠାରୁ ମହାନ ନାମରେ ଶପଥ କରିଥାଆନ୍ତି, ଆଉ କଥା ସ୍ଥିର କରିବା ନିମନ୍ତେ ସେମାନଙ୍କର ସମସ୍ତ ବିବାଦର ନିଷ୍ପତ୍ତି ଶପଥ ଦ୍ୱାରା ହୁଏ।
17 Saboda haka da Allah ya so yă bayyana nufinsa marar canjawa a sarari ga magādan abin da aka yi alkawari, sai ya tabbatar da shi da rantsuwa.
ଏଣୁ ଈଶ୍ବର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,
18 Allah ba ya karya! Haka ma alkawuransa da rantsuwarsa abubuwa biyu ne da ba a iya canjawa. Mun gudu zuwa wurin Allah domin kāriya. Ya kamata alkawuransa su ƙarfafawa sosai mu riƙe begen nan da yake gabanmu.
ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ବରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।
19 Muna da wannan bege kamar anka na rai, kafaffe da kuma tabbatacce. Yana shiga tsattsarkan wuri na can ciki a bayan labule,
ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ୱରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି,
20 inda Yesu, wanda ya sha gabanmu, ya shiga a madadinmu. Ya zama babban firist na har abada, bisa ga tsarin Melkizedek. (aiōn )
ଆଉ, ଯୀଶୁ ସେହି ସ୍ଥାନରେ ମଲ୍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି। (aiōn )