< Ibraniyawa 7 >
1 Wannan Melkizedek sarkin Salem ne da kuma firist na Allah Mafi Ɗaukaka. Shi ne ya sadu da Ibrahim ya albarkace shi sa’ad da Ibrahim ya dawowa daga cin nasara a bisa sarakuna,
ଏହି ମଲ୍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ବରଙ୍କ ଯାଜକ ଥିଲେ। ସେ ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;
2 Ibrahim kuwa ya ba shi kashi ɗaya bisa goma na kome. Ma’anar sunan Melkizedek ita ce, “sarkin adalci.” Amma da yake Salem yana nufin “salama,” shi kuma “Sarkin salama” ne.
ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ। ଅନୁବାଦ କଲେ ଏହାଙ୍କ ନାମର ପ୍ରଥମ ଅର୍ଥ ଧର୍ମରାଜା, ଦ୍ୱିତୀୟ, ଶାଲେମର ରାଜା, ଅର୍ଥାତ୍, ଶାନ୍ତିରାଜା।
3 Ba shi da mahaifi ko mahaifiya, ba shi da asali, ba shi da farko ko ƙarshe, shi dai kamar Ɗan Allah ne kuma firist ne har abada.
ଏହାଙ୍କର ପିତା କି ମାତା କି ବଂଶାବଳୀର କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ବରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି।
4 Ku dubi irin girman da Melkizedek mana. Ko kakanmu Ibrahim ma ya ba shi kashi ɗaya bisa goma na ganima!
ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ଯୁଦ୍ଧରୁ ଆଣିଥିବା ସର୍ବୋତ୍କୃଷ୍ଟ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ।
5 Yanzu doka ta umarci zuriyar Lawi waɗanda suka zama firistoci su karɓi kashi ɗaya bisa goma daga wurin mutane, wato,’yan’uwansu, ko da yake’yan’uwansu zuriyar Ibrahim ne.
ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍, ସେମାନଙ୍କ ଭାଇମାନଙ୍କଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି;
6 Ko da yake Melkizedek ba daga zuriyar Lawi ba ne, duk da haka Ibrahim ya ba shi kashi ɗaya bisa goma na abin da yake da shi, Melkizedek kuwa ya sa masa albarka, shi da aka yi wa alkawura.
କିନ୍ତୁ ମଲ୍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ।
7 Kowa ya sani cewa na gaba shi yake sa wa na baya albarka.
ସାନ ଯେ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ, ଏହା ସ୍ୱୀକାର୍ଯ୍ୟ।
8 Firistoci ake ba wa kashi ɗaya bisa goma na abin da mutane suke samu. Amma dukan firistoci sukan mutu, sai dai Melkizedek, kuma nassi ya ce yana da rai.
ଏ ସ୍ଥଳରେ ମର୍ତ୍ତ୍ୟ ମନୁଷ୍ୟମାନେ ଦଶମାଂଶ ଗ୍ରହଣ କରିଥାଆନ୍ତି, କିନ୍ତୁ ସେ ସ୍ଥଳରେ ଗ୍ରହଣ କରିଥିବା ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର।
9 Ana ma iya cewa zuriyar Lawi, mai karɓar kashi ɗaya bisa goma daga mutane, ya ba da kashi ɗaya bisa goma ta wurin Ibrahim,
ପୁଣି, କହିବାକୁ ଗଲେ ଯେଉଁ ଲେବୀ ଦଶମାଂଶ ଗ୍ରହଣ କରନ୍ତି, ସେ ମଧ୍ୟ ଅବ୍ରହାମଙ୍କ ଦ୍ୱାରା ଦଶମାଂଶ ଦେଇଅଛନ୍ତି;
10 wannan ya kasance haka domin an haifi Lawi daga baya a iyalin Ibrahim wanda ya ba wa Melkizedek kashi ɗaya bisa goma.
କାରଣ ଅବ୍ରହାମଙ୍କ ସହିତ ମଲ୍କୀଷେଦକ ସାକ୍ଷାତ କରିବା ସମୟରେ ଲେବୀ ଜନ୍ମ ହୋଇ ନ ଥିଲେ।
11 Ko da yake Dokar Musa ta ce dole firistoci su kasance zuriyar Lawi, waɗannan firistoci ba su iya sa wani yă zama cikakke ba. Saboda akwai bukata wani firist kamar Melkizedek ya zo, a maimakon wani daga iyalin Haruna.
ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ୱ ଅଧୀନରେ ଲୋକମାନେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ୱ ଦ୍ୱାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କଅଣ ଆବଶ୍ୟକ ଥିଲା?
12 Gama in aka canja yadda ake zaɓan firist, dole a canja Dokar ita ma.
କାରଣ ଯାଜକତ୍ୱ ଯଦି ପରିବର୍ତ୍ତିତ ହୁଏ, ତେବେ ମୋଶାଙ୍କ ବ୍ୟବସ୍ଥାର ମଧ୍ୟ ଅବଶ୍ୟ ପରିବର୍ତ୍ତନ ଘଟେ।
13 Mutumin da muke wannan zance a kai, ai, shi na wata kabila ce dabam, wadda ba wani daga kabilar da ya taɓa yin hidima a bagade.
ଯେଣୁ ଯାହାଙ୍କ ସମ୍ବନ୍ଧରେ ଏହି ସମସ୍ତ କୁହାଯାଏ, ସେ ଅନ୍ୟ ଏକ ଗୋଷ୍ଠୀର ଲୋକ, ଯେଉଁ ଗୋଷ୍ଠୀର କେହି କେବେ ବେଦିର କର୍ମ କରି ନାହାନ୍ତି।
14 Kowa ya san cewa Ubangijinmu ya fito ne daga zuriyar Yahuda ne, kuma Musa bai taɓa ce firistoci za su fito daga wannan kabila ba.
କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ୱ ସମ୍ବନ୍ଧରେ ମୋଶା କିଛି କହି ନାହାନ୍ତି।
15 Canjin nan a Dokar Allah ya ƙara fitowa fili da wani firist dabam wanda yake kamar Melkizedek ya bayyana.
ଆଉ ଏହା ଏଥିରେ ମଧ୍ୟ ଆହୁରି ଅଧିକ ସୁସ୍ପଷ୍ଟ ହୁଏ, ମଲ୍କୀଷେଦକଙ୍କ ସାଦୃଶ୍ୟରେ ଆଉ ଜଣେ ଯାଜକ ଉତ୍ପନ୍ନ ହୋଇଅଛନ୍ତି,
16 Ya zama firist ne ba saboda ya cika wata ƙa’ida ta zama zuriyar Lawi ba, sai dai bisa ga ikon ran da ba a iya hallakawa.
ସେ ଶାରୀରିକ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି।
17 Gama nassi ya ce, “Kai firist ne na har abada, bisa ga tsarin Melkizedek.” (aiōn )
କାରଣ ତାହାଙ୍କ ସମ୍ବନ୍ଧରେ ଏହି ସାକ୍ଷ୍ୟ ଦିଆଯାଏ, “ତୁମ୍ଭେ ମଲ୍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।” (aiōn )
18 Ta haka aka kawar da ƙa’ida marar ƙarfi da kuma marar amfani
ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି;
19 (gama doka ba tă mai da wani abu cikakke ba), yanzu kuwa bege mafi kyau ya ɗauki matsayinta. Ta haka kuma muka matso kusa da Allah.
(କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ।
20 Ba kuwa da rashin rantsuwa aka yi haka ba. Waɗansu sun zama firistocin ba tare da wata rantsuwa ba,
ଆଉ ଏହା ଯେପ୍ରକାରେ ବିନା ଶପଥରେ ହେଲା ନାହିଁ,
21 shi wannan ya zama firist ta wurin rantsuwar da Allah ya yi da ya ce masa, “Ubangiji ya rantse, ba kuwa zai canja zuciyarsa ba, ‘Kai firist ne na har abada.’” (aiōn )
ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, “ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି।’” (aiōn )
22 Saboda wannan rantsuwa, Yesu ya zama tabbacin alkawari mafi kyau.
ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି।
23 To, akwai waɗannan firistoci da yawa, da yake mutuwa ta hana su cin gaba da aikin zaman firist;
ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ,
24 amma Yesu ba zai mutu ba, don haka zai zama firist har abada. (aiōn )
କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ୱ ପ୍ରାପ୍ତ କରିଅଛନ୍ତି। (aiōn )
25 Saboda haka ya iya ba da ceto gaba ɗaya ga masu zuwa wurin Allah ta wurinsa, gama kullum a raye yake saboda yă yi roƙo dominsu.
ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।
26 Irin wannan babban firist ne muke bukata, shi mai tsarki ne, marar aibi, mai tsabta, ba kamar mu masu zunubi ba sam. An ɗaukaka shi fiye da kome a sama.
କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।
27 Ba ya bukata yă yi ta miƙa hadayu kowace rana saboda zunubansa, sa’an nan saboda zunuban mutane kamar sauran firistoci. Ya miƙa hadaya sau ɗaya tak, sa’ad da ya miƙa kansa.
ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି।
28 Gama doka takan naɗa babban firist a cikin mutane masu kāsawa; amma rantsuwar da ta zo bayan dokar, ta naɗa Ɗan, wanda aka mai da shi cikakke har abada. (aiōn )
ଯେଣୁ ମୋଶାଙ୍କ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ମୋଶାଙ୍କ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନନ୍ତକାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ଈଶ୍ବରଙ୍କ ପୁତ୍ରଙ୍କୁ ନିଯୁକ୍ତ କରେ। (aiōn )