< Ibraniyawa 1 >

1 A dā Allah ya yi wa kakanni-kakanninmu magana ta bakin annabawa a lokuta dabam-dabam da kuma a hanyoyi iri-iri,
ଈଶ୍ବର ଅତୀତରେ ବିଭିନ୍ନ ସ୍ଥାନରେ ଓ ବିଭିନ୍ନ ପ୍ରକାରେ ଭାବବାଦୀମାନଙ୍କ ଦ୍ୱାରା ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ କଥା କହି,
2 amma a waɗannan kwanaki a ƙarshe ya yi magana da mu ta wurin Ɗansa, wanda ya naɗa magājin dukan abubuwa, wanda kuma ta wurinsa ya halicci duniya. (aiōn g165)
ଏହି ଶେଷକାଳରେ ତାହାଙ୍କ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ; (aiōn g165)
3 Ɗan shi ne hasken ɗaukakar Allah, shi ne kuma ainihin kamanninsa, yana riƙe da dukan abubuwa ta wurin kalmarsa mai iko. Bayan ya yi tsarkakewa don zunubai, sai ya zauna a hannun daman Maɗaukaki a sama.
ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି,
4 Ta haka yake da fifiko a kan mala’iku kamar yadda sunan da ya gāda ya fi nasu fifiko.
ସେ ଯେଉଁ ପରିମାଣରେ ଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମର ଅଧିକାରୀ ହୋଇଅଛନ୍ତି, ସେହି ପରିମାଣରେ ସେ ସେମାନଙ୍କଠାରୁ ଅତ୍ୟଧିକ ମହାନ ହୋଇଅଛନ୍ତି।
5 Gama ga wane daga cikin mala’ikun Allah ya taɓa cewa, “Kai Ɗana ne; yau na zama Uba a gare ka”? Ko kuwa, “Zan zama Ubansa, shi kuma zai zama Ɗana”?
କାରଣ ଈଶ୍ବର ଦୂତମାନଙ୍କ ମଧ୍ୟରୁ କାହାକୁ କେବେ ଏହା କହିଅଛନ୍ତି, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ?” ପୁନଶ୍ଚ, “ଆମ୍ଭେ ତାହାଙ୍କର ପିତା ହେବା, ଆଉ ସେ ଆମ୍ଭର ପୁତ୍ର ହେବେ?”
6 Haka kuma, sa’ad da Allah ya kawo ɗan farinsa a duniya ya ce, “Bari dukan mala’ikun Allah su yi masa sujada.”
ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, “ଈଶ୍ବରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ।”
7 Da yake magana game da mala’iku kuwa ya ce, “Ya mai da mala’ikunsa iska, bayinsa kuma harsunan wuta.”
ଏକ ପକ୍ଷରେ ସେ ଦୂତମାନଙ୍କ ବିଷୟରେ କହନ୍ତି, “ସେ ଆପଣା ଦୂତମାନଙ୍କୁ ବାୟୁ ସ୍ୱରୂପ କରନ୍ତି, ପୁଣି, ଆପଣା ସେବକମାନଙ୍କୁ ଅଗ୍ନିଶିଖା ସ୍ୱରୂପ କରନ୍ତି,”
8 Amma game da Ɗan ya ce, “Kursiyinka, ya Allah, zai kasance har abada abadin, adalci kuma zai zama sandan mulkinka. (aiōn g165)
ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ।” (aiōn g165)
9 Ka ƙaunaci abin da yake daidai, ka kuma ƙi mugunta; saboda haka Allah, Allahnka, ya ɗora ka a bisan abokan zamanka, ta wurin shafan da ya yi maka da man farin ciki.”
“ତୁମ୍ଭେ ଧାର୍ମିକତାକୁ ପ୍ରେମ କରିଅଛ ଓ ଅଧାର୍ମିକତାକୁ ଘୃଣା କରିଅଛ, ତେଣୁ ଈଶ୍ବର, ତୁମ୍ଭର ଈଶ୍ବର, ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା, ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷେକ କରିଅଛନ୍ତି।”
10 Ya kuma ce, “Tun da farko, ya Ubangiji, ka kafa tushen duniya, sammai kuma aikin hannuwanka ne.
ଆହୁରି, “ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ।”
11 Su za su hallaka, amma kai kana nan; dukansu za su tsufa kamar riga.
“ସେହି ସବୁ ବିନଷ୍ଟ ହେବ, କିନ୍ତୁ ତୁମ୍ଭେ ଚିରସ୍ଥାୟୀ; ଆଉ ସେହିସବୁ ବସ୍ତ୍ର ପରି କ୍ଷୟ ପାଇଯିବ,”
12 Za ka naɗe su kamar mayafi, kamar riga za su sauya. Amma kai ba za ka canja ba, shekarunka kuma ba za su taɓa ƙarewa ba.”
“ପୁଣି, ତୁମ୍ଭେ ଚାଦର ପରି, ହଁ ବସ୍ତ୍ର ପରି ସେହିସବୁ ଗୁଡ଼ାଇବ, ଆଉ ସେହିସବୁ ପରିବର୍ତ୍ତିତ ହେବ। କିନ୍ତୁ ତୁମ୍ଭେ ସର୍ବଦା ସମାନ, ପୁଣି, ତୁମ୍ଭର ବର୍ଷସମୂହ କେବେ ଶେଷ ହେବ ନାହିଁ।”
13 Ga wane daga cikin mala’iku Allah ya taɓa cewa, “Zauna a hannun damana, sai na sa abokan gābanka su zama matashin sawunka”?
ଆଉ “ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ, ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ,” ଏହା ସେ ଦୂତମାନଙ୍କ ମଧ୍ୟରେ କାହାକୁ କେବେ କହିଅଛନ୍ତି?
14 Ashe, dukan mala’iku ba ruhohi masu hidima ba ne da aka aika don su yi wa waɗanda za su gāji ceto hidima?
ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?

< Ibraniyawa 1 >