< Hosiya 13 >

1 Sa’ad da Efraim ya yi magana, mutane sun yi rawan jiki; an girmama shi a cikin Isra’ila. Amma sai ya zama mai laifi na yin wa Ba’al sujada, ya kuwa mutu.
ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍‍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ସେ ମଲା।
2 Yanzu sai yin zunubi a kai a kai suke; suna yin gumaka wa kansu daga azurfansu, da wayo suna sarrafa siffofi, dukansu aikin masu aikin hannu ne. Ana magana waɗannan mutane cewa, “Suna miƙa hadayar mutum su kuma sumbaci gumakan maruƙa.”
ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍‍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ।
3 Saboda haka za su zama kamar hazon safiya, kamar raɓar safen da yakan kakkaɓe, kamar ƙaiƙayin da ake tankaɗe daga masussuka, kamar hayaƙin da yake fita daga taga.
ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ।
4 “Amma ni ne Ubangiji Allahnku, wanda ya fitar da ku daga Masar. Ba za ku yarda da wani Allah ba sai ni, ba wani Mai Ceto in ban da ni.
ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ୱର ବୋଲି ଜାଣିବ ନାହିଁ ଓ ଆମ୍ଭ ବ୍ୟତୀତ ଅନ୍ୟ ତ୍ରାଣକର୍ତ୍ତା ନାହିଁ।
5 Na lura da ku a hamada, cikin ƙasar mai ƙunar zafi.
ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ।
6 Sa’ad da na ciyar da su sun ƙoshi; sa’ad da suka ƙoshi, sai suka fara taƙama; sai suka manta da ni.
ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରିଅଛନ୍ତି।
7 Saboda haka zan hau kansu kamar zaki, zan ɓuya a bakin hanya kamar damisa.
ସେଥିପାଇଁ ଆମ୍ଭେ ସେମାନଙ୍କ ପ୍ରତି ସିଂହ ତୁଲ୍ୟ ହେବୁ; ଆମ୍ଭେ ଚିତାବାଘ ପରି ପଥ ପାର୍ଶ୍ୱରେ ଛକି ବସିବା;
8 Kamar beyar da aka ƙwace mata’ya’yanta, zan fāɗa musu in ɓarke su. Kamar zaki zan cinye su; kamar naman jeji zan yayyage su.
ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ବକ୍ଷକୁ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟ ପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ।
9 “An hallaka ku, ya Isra’ila, domin kun tayar mini, kun tayar wa mai taimakonku.
ହେ ଇସ୍ରାଏଲ, ତୁମ୍ଭେ ଯେ ଆମ୍ଭର ବିପକ୍ଷ, ତୁମ୍ଭ ସହାୟର ବିପକ୍ଷ ହୋଇଅଛ, ଏହା ତୁମ୍ଭର ସର୍ବନାଶର କାରଣ।
10 Ina sarkinku, da zai cece ku? Ina masu mulkinku cikin dukan garuruwanku, waɗanda kuka ce, ‘Ba mu sarki da shugabanni’?
ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ? “ମୋତେ ରାଜା ଓ ଅଧିପତିଗଣ ଦିଅ” ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ, ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି?
11 Saboda haka cikin fushina na ba ku sarki, kuma cikin hasalata na ɗauke shi.
ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ।
12 An yi ajiyar laifin Efraim, aka lissafta zunubansa.
ଇଫ୍ରୟିମର ଅଧର୍ମ ବନ୍ଧାଯାଇଅଛି; ତାହାର ପାପ ସଞ୍ଚିତ ହୋଇଅଛି।
13 Naƙuda ta zo masa kamar a mace mai haihuwa, amma shi yaro ne marar hikima; sa’ad da lokaci ya kai, ba ya zuwa inda mahaifa ta buɗe.
ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ-ଦ୍ୱାରରେ ତାହାର ବିଳମ୍ବ କରି ରହିବାର ଉଚିତ ନୁହେଁ।
14 “Zan fanshe su daga ikon kabari; zan cece su daga mutuwa. Ina annobanki, ya mutuwa? Ina hallakarka, ya kabari? “Ba zan ji tausayi ba, (Sheol h7585)
ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ। (Sheol h7585)
15 ko da ma ya ci gaba cikin’yan’uwansa. Iskar gabas daga Ubangiji za tă zo, tana hurawa daga hamada; maɓulɓularsa za tă kafe rijiyarsa kuma ta bushe. Za a kwashi kaya masu daraja na ɗakin ajiyarsa ganima.
ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ୱାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ଡାର ଲୁଟ କରିବେ।
16 Dole mutanen Samariya su ɗauki laifinsu, domin sun tayar wa Allahnsu. Za a kashe su da takobi; za a fyaɗa ƙananansu da ƙasa, za a ɓarke matansu masu ciki.”
ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ।

< Hosiya 13 >