< Hosiya 6 >
1 “Ku zo, mu koma ga Ubangiji. Ya yayyage mu kucu-kucu amma zai warkar da mu; ya ji mana ciwo amma zai daure mana miyakunmu.
“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରିଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।
2 Bayan kwana biyu zai rayar da mu, a rana ta uku zai tashe mu, don mu rayu a gabansa.
ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।
3 Bari mu yarda da Ubangiji; bari mu nace gaba don mu yarda da shi. Muddin rana tana fitowa, zai bayyana; zai zo mana kamar ruwan bazara, kamar ruwan saman farko da yake jiƙe ƙasa.”
ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି-ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।”
4 “Me zan yi da kai Efraim? Me zan yi da kai Yahuda? Ƙaunarku tana kamar hazon safiya, kamar raɓar safiya da takan ɓace.
ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।
5 Saboda haka na yayyaga ku kucu-kucu tare da annabawana, na kashe ku da kalmomin bakina; hukuntaina sun haskaka kamar walƙiya a kanku.
ଏଥିପାଇଁ ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।
6 Gama jinƙai nake bukata, ba hadaya ba, ku kuma san Allah a maimakon hadayun ƙonawa.
କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ।
7 Kamar Adamu, sun tā da alkawari, sun yi mini rashin aminci a can.
ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେହି ସ୍ଥାନରେ ସେମାନେ ଆମ୍ଭ ବିରୁଦ୍ଧରେ ବିଶ୍ୱାସଘାତକତା କରିଅଛନ୍ତି।
8 Gileyad birni ce ta mugayen mutane, da tabon alamun jini.
ଗିଲୀୟଦ ଅଧର୍ମାଚାରୀମାନଙ୍କ ନଗର, ତାହା ରକ୍ତରେ ଦାଗଯୁକ୍ତ ହୋଇଅଛି।
9 Kamar yadda mafasa sukan yi fakon mutum, haka ƙungiyoyin firistoci suke; suna kisa a hanya zuwa Shekem, suna aikata laifofi bankunya.
ପୁଣି, ଡକାୟତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି।
10 Na ga wani abu mai bantsoro a gidan Isra’ila. A can Efraim ya miƙa wuya ga karuwanci Isra’ila kuma ta ƙazantu.
ଆମ୍ଭେ ଇସ୍ରାଏଲ ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ, ସେହି ସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି।
11 “Ku kuma, ya mutanen Yahuda, na shirya muku ranar girbi. “A duk sa’ad da zan mayar da dukiya wa mutanena,
ଆହୁରି ହେ ଯିହୁଦା, ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବା, ସେତେବେଳେ ତୁମ୍ଭ ପାଇଁ (ଦଣ୍ଡରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି।