< Ishaya 29 >
1 Kaitonki, Ariyel, Ariyel birnin da Dawuda ya zauna! Ƙara shekara ga shekara a kuma bar shagulgulanki su yi ta kewayewa.
ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି ନଗର! ବର୍ଷକୁ ବର୍ଷ ଯୋଗ କର; ପର୍ବମାନ ପାଳି ଅନୁକ୍ରମେ ଆସୁ;
2 Duk da haka zan yi wa Ariyel kwanto za tă kuma yi kuka da makoki, za tă zama mini kamar bagaden jini.
ତେବେ ଆମ୍ଭେ ଅରୀୟେଲ ପ୍ରତି ଦୁଃଖ ଘଟାଇବା, ତହୁଁ ଶୋକ ଓ ବିଳାପ ହେବ ଓ ତାହା ଆମ୍ଭ ପ୍ରତି ଅରୀୟେଲ (ଦାହସ୍ଥାନ) ତୁଲ୍ୟ ହେବ।
3 Zan kafa sansani kewaye da ke duka; zan kewaye ki da hasumiyoyi in tasar miki da ayyukan kwantona na yaƙi.
ପୁଣି, ଆମ୍ଭେ ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ଛାଉଣି ସ୍ଥାପନ କରିବା ଓ ଗଡ଼ବନ୍ଦୀ କରି ତୁମ୍ଭକୁ ବେଷ୍ଟନ କରିବା ଓ ତୁମ୍ଭ ପ୍ରତିକୂଳରେ ଅବରୋଧକ ଉପାୟ ପ୍ରସ୍ତୁତ କରିବା।
4 Za a ƙasƙantar da ke, za ki ƙi yin magana daga ƙasa; maganarki za tă yi ƙasa-ƙasa daga ƙura. Muryarki za tă zama kamar fatalwa daga ƙasa; daga ƙura maganarki zai fito ƙasa-ƙasa.
ତହିଁରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ ଓ ଧୂଳିରୁ ତୁମ୍ଭର କଥା କ୍ଷୀଣ ସ୍ୱରଯୁକ୍ତ ହେବ; ଆଉ, ଭୂତୁଡ଼ିଆର ନ୍ୟାୟ ତୁମ୍ଭର ରବ ଭୂମିରୁ ବାହାରିବ ଓ ଧୂଳିରୁ ତୁମ୍ଭ କଥାର ଫୁସ୍ ଫୁସ୍ ଶବ୍ଦ ଉଠିବ।
5 Amma abokan gābanki masu yawa za su zama kamar ƙura mai laushi, sojojinsu masu firgitarwa za su yi ta tashi kamar yayin da iska ta hura. Farat ɗaya, cikin ɗan lokaci,
ମାତ୍ର ତୁମ୍ଭ ଶତ୍ରୁଗଣର ଲୋକସମୂହ ସୂକ୍ଷ୍ମ ଧୂଳିର ନ୍ୟାୟ ହେବ ଓ ଭୟଙ୍କରମାନଙ୍କର ଲୋକସମୂହ ଉଡ଼ିଯିବା ତୁଷ ପରି ହେବ; ଏକ ନିମିଷରେ ହଠାତ୍ ଏହା ଘଟିବ।
6 Ubangiji Maɗaukaki zai zo da tsawa da rawar ƙasa da ƙara mai girma, da hadarin iska da guguwa da harshe na wuta mai ci.
ସୈନ୍ୟାଧିପତି ସଦାପ୍ରଭୁ ମେଘ ଗର୍ଜ୍ଜନ, ଭୂମିକମ୍ପ, ମହାଶବ୍ଦ, ଘୂର୍ଣ୍ଣିବାୟୁ, ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ୱ ନେବେ।
7 Sa’an nan sojojin dukan al’umman da suka yi yaƙi da Ariyel, da suka fāɗa mata da kagararta suka kuma yi mata kwanto, za su zama kamar yadda yake da mafarki, wahayi da dare,
ପୁଣି, ସର୍ବଗୋଷ୍ଠୀୟ ଯେଉଁ ଲୋକସମୂହ ଅରୀୟେଲ ବିରୁଦ୍ଧରେ ଯୁଦ୍ଧ କରନ୍ତି, ଅର୍ଥାତ୍, ଯେଉଁମାନେ ତାହାର ଓ ତାହାର ଦୃଢ଼ ଦୁର୍ଗ ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ସଙ୍କଟାପନ୍ନ କରନ୍ତି, ସେସମସ୍ତେ ସ୍ୱପ୍ନ ତୁଲ୍ୟ, ରାତ୍ରିକାଳୀନ ଦର୍ଶନ ତୁଲ୍ୟ ହେବେ।
8 kamar sa’ad da mai yunwa yana mafarki cewa yana cin abinci, amma sai ya farka, yunwan tana nan; kamar sa’ad da mai ƙishirwa yana mafarki cewa yana shan ruwa, amma sai ya farka yana suma, da ƙishinsa. Haka zai zama da sojoji na dukan al’ummai da suka yi yaƙi da Dutsen Sihiyona.
ଆଉ, ଯେପରି କ୍ଷୁଧିତ ଲୋକ ସ୍ୱପ୍ନରେ ଭୋଜନ କରୁଅଛି ବୋଲି ଦେଖେ, ମାତ୍ର ଜାଗ୍ରତ ହେଲେ, ତାହାର ପ୍ରାଣ ଶୂନ୍ୟ ଥାଏ; ଅବା ଯେପରି ତୃଷିତ ଲୋକ ଜଳ ପାନ କରୁଅଛି ବୋଲି ସ୍ୱପ୍ନରେ ଦେଖେ, ମାତ୍ର ଜାଗ୍ରତ ହେଲେ ଦେଖ, ସେ ଦୁର୍ବଳ ଥାଏ ଓ ତାହାର ପ୍ରାଣ ତୃଷିତ ଥାଏ, ସିୟୋନ ପର୍ବତର ପ୍ରତିକୂଳରେ ଯୁଦ୍ଧକାରୀ ସର୍ବଗୋଷ୍ଠୀୟ ଲୋକସମୂହ ସେହିପରି ହେବେ।
9 Ku firgita ku kuma yi mamaki, ku makance kanku ku kuma zama a makance; ku bugu, amma ba da ruwan inabi ba, ku yi tangaɗi, amma ba daga barasa ba.
ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ।
10 Ubangiji ya kawo muku barci mai nauyi, Ya rufe idanunku (annabawa); ya rufe kawunanku (masu duba).
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।
11 Gare ku duk wannan wahayi ba kome ba ne sai dai maganganun da aka rufe a cikin littafi. In kuma kun ba da littafin ga wani wanda zai iya karanta, kuka kuma ce masa, “Karanta wannan, muna roƙonka,” zai amsa ya ce, “Ba zan iya ba; an rufe shi.”
ପୁଣି, ଯାବତୀୟ ଦର୍ଶନ ତୁମ୍ଭମାନଙ୍କର ପ୍ରତି ମୁଦ୍ରାଙ୍କବଦ୍ଧ ପୁସ୍ତକର ବାକ୍ୟ ତୁଲ୍ୟ ହୋଇଅଛି, କେହି ଶିକ୍ଷିତ ଲୋକକୁ ତାହା ଦେଇ ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ଏହା ମୁଦ୍ରାଙ୍କବଦ୍ଧ, ଏଣୁ ମୁଁ ପାଠ କରି ନ ପାରେ।”
12 Ko kuwa in kun ba da littafin ga wani wanda ba zai iya karantawa ba, kuka kuma ce, “Karanta wannan, muna roƙonka,” zai amsa ya ce, “Ban iya karatu ba.”
ଆଉ, ସେହି ପୁସ୍ତକ ଅଶିକ୍ଷିତ ଲୋକକୁ ଦେଇ, ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ମୁଁ ଶିକ୍ଷିତ ଲୋକ ନୁହେଁ।”
13 Ubangiji ya ce, “Waɗannan mutane sun zo kusa da ni da bakinsu suka kuma girmama ni da leɓunansu, amma zukatansu suna nesa daga gare ni. Sujadar da suke mini cike take da dokokin da mutane suka koyar.
ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।
14 Saboda haka zan firgita waɗannan mutane sau ɗaya da abubuwan banmamaki a kan abubuwan banmamaki; hikimar masu hikima za tă lalace, azancin masu azanci zai ɓace.”
ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟକର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ।”
15 Kaiton waɗanda suke zuwa manyan zurfafa don su ɓoye shirye-shiryensu daga Ubangiji, waɗanda suke aikinsu cikin duhu su yi tunani, “Wa yake ganinmu? Wa zai sani?”
ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖୁଅଛି? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି?”
16 Kuna birkitar abubuwa, sai ka ce an mayar da mai ginin tukwane ya zama yumɓu! Abin da aka yi zai ce wa wanda ya yi shi, “Ba shi ne ya yi ni ba”? Tukunya za tă iya ce wa mai ginin tukwane, “Ba ka san kome ba”?
ତୁମ୍ଭେମାନେ ବିଷୟକୁ ଓଲଟାଇ ପକାଉଅଛ! କୁମ୍ଭକାର କି ମାଟିର ତୁଲ୍ୟ ଗଣ୍ୟ ହେବ; “ଏ ବ୍ୟକ୍ତି ଆମ୍ଭକୁ ନିର୍ମାଣ କରି ନାହିଁ,” ନିର୍ମିତ ବସ୍ତୁ କି ନିର୍ମାଣକର୍ତ୍ତା ବିଷୟରେ ଏହା କହିବ? କିମ୍ବା “ତାହାର କିଛି ବୁଦ୍ଧି ନାହିଁ, ଗଢ଼ା ବସ୍ତୁ କି ଗଢ଼ିବା ବ୍ୟକ୍ତି ବିଷୟରେ ଏହା କହିବ?”
17 Cikin ɗan lokaci, za a mai da Lebanon gona mai taƙi kuma gona mai taƙi za tă zama kamar kurmi?
ଅତି ଅଳ୍ପ କାଳ ଉତ୍ତାରେ ଲିବାନୋନ କି ଫଳବାନ କ୍ଷେତ୍ରରେ ପରିଣତ ହେବ ନାହିଁ ଓ ଫଳବାନ କ୍ଷେତ୍ର କି ଅରଣ୍ୟ ବୋଲି ଗଣ୍ୟ ହେବ ନାହିଁ?
18 A wannan rana kurame za su ji maganganun littafi, daga duruduru da duhu kuma idanun makafi za su gani.
ପୁଣି, ସେହି ଦିନରେ ବଧିର ପୁସ୍ତକର ବାକ୍ୟ ଶୁଣିବ, ପୁଣି, ତିମିର ଓ ଅନ୍ଧକାର ମଧ୍ୟରୁ ଅନ୍ଧର ଚକ୍ଷୁ ଦେଖିବ।
19 Masu tawali’u za su sāke yin farin ciki a cikin Ubangiji; mabukata za su yi farin ciki cikin Mai Tsarkin nan na Isra’ila.
ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ ଓ ମନୁଷ୍ୟମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଉଲ୍ଲାସ କରିବେ।
20 Masu zalunci za su ƙare, masu ba’a za su ɓace, kuma dukan waɗanda suke da ido don mugunta za su hallaka,
କାରଣ ଭୟଙ୍କର ଲୋକ ଅକିଞ୍ଚନା ହୋଇଅଛି, ନିନ୍ଦକ ନିବୃତ୍ତ ହେଉଅଛି ଓ ଯେଉଁମାନେ ଅଧର୍ମ ପାଇଁ ଜଗି ରହନ୍ତି, ସେସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି;
21 waɗanda ta magana kawai sukan mai da mutum mai laifi, waɗanda suke kafa tarko wa mai ba da kāriya a ɗakin shari’a da shaidar ƙarya kuma su hana marar laifi samun shari’ar adalci.
ସେମାନେ କଥାରେ ମନୁଷ୍ୟକୁ ଦୋଷୀ କରନ୍ତି ଓ ନଗର-ଦ୍ୱାରରେ ଦୋଷବକ୍ତା ନିମନ୍ତେ ଫାନ୍ଦ ପାତନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି।
22 Saboda haka ga abin da Ubangiji wanda ya fanshi Ibrahim, ya ce wa gidan Yaƙub, “Ba za a ƙara kunyata Yaƙub ba; fuskokinsu kuma ba za su ƙara yanƙwanewa ba.
ଏହେତୁ ଅବ୍ରହାମର ମୁକ୍ତିକର୍ତ୍ତା ସଦାପ୍ରଭୁ ଯାକୁବ ବଂଶ ବିଷୟରେ ଏହିପରି କହନ୍ତି; “ଯାକୁବ ଏବେ ଲଜ୍ଜିତ ହେବ ନାହିଁ, କିଅବା ତାହାର ମୁଖ ମଳିନ ହେବ ନାହିଁ।
23 Sa’ad da suka ga’ya’yansu a tsakiyarsu, aikin hannuwansu, za su kiyaye sunana da tsarki; za su san tsarkin Mai Tsarkin nan na Yaƙub, za su kuma ji tsoron Allah na Isra’ila.
ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ୱରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ଭ୍ରମ କରିବେ।
24 Su da suke marasa azanci a ruhu za su sami fahimtar; waɗanda suke gunaguni za su yarda da koyarwa.”
ଯେଉଁମାନେ ଭ୍ରାନ୍ତମନା, ସେମାନେ ମଧ୍ୟ ବୁଦ୍ଧି ପ୍ରାପ୍ତ ହେବେ ଓ ବଚସାକାରୀମାନେ ତତ୍ତ୍ୱ-କଥା ଶିଖିବେ।”