< Ishaya 35 >

1 Hamada da ƙeƙasasshiyar ƙasa za su yi murna; jeji zai yi farin ciki ya kuma hudo. Kamar fure,
ପ୍ରାନ୍ତର ଓ ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ।
2 zai buɗu ya hudo; zai yi farin ciki mai girma ya kuma yi sowa don farin ciki. Za a maido wa Lebanon da darajarta, darajar Karmel da Sharon; za su ga ɗaukakar Ubangiji, darajar Allahnmu.
ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ।
3 Ku ƙarfafa hannuwa marasa ƙarfi, ku ƙarfafa gwiwoyin da suka gaji;
ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥରଥର ଆଣ୍ଠୁକୁ ସୁସ୍ଥିର କର।
4 ku faɗa wa waɗanda suka karai a zukata, “Ku yi ƙarfin hali, kada ku ji tsoro; Allahnku zai zo, zai zo domin ya ɗau fansa; da ramuwar Allah zai zo don yă cece ku.”
ଭୀତାନ୍ତଃକରଣମାନଙ୍କୁ କୁହ, “ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।”
5 Sa’an nan idanun makafi za su buɗe kunnuwan kurame kuma su ji.
ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ।
6 Sa’an nan guragu za su yi tsalle kamar barewa, bebaye kuma su yi sowa don farin ciki. Ruwa zai kwararo daga jeji rafuffuka kuma a cikin hamada.
ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ।
7 Yashi mai ƙuna zai zama tafki, ƙeƙasasshiyar ƙasa kuma za tă cika da maɓulɓulan rafuffuka. A mazaunin diloli, inda suka taɓa zama, ciyawa da iwa da kyauro za su yi girma.
ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ।
8 Kuma babbar hanya za tă kasance a can; za a ce ta ita Hanyar Mai Tsarki. Marasa tsarki ba za su yi tafiya a kanta ba; za tă zama domin waɗanda suka yi tafiya a wannan Hanya ce; mugaye da wawaye ba za su yi ta yawo a kanta ba.
ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ।
9 Zaki ba zai kasance a can ba, balle wani naman jeji mai faɗa ya haura kanta; ba za a same su a can ba. Amma fansassu ne kaɗai za su yi tafiya a can,
ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ;
10 kuma fansassu na Ubangiji za su komo. Za su shiga Sihiyona da rerawa; matuƙar farin ciki zai mamaye su. Murna da farin ciki za su sha kansu, baƙin ciki kuma da nishi za su gudu.
ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।

< Ishaya 35 >