< Irmiya 4 >
1 “In za ka komo, ya Isra’ila, ka komo gare ni,” in ji Ubangiji. “In ka kau da gumakanka masu banƙyama daga gabana ba ka ƙara karkace ba,
ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ, ଯଦି ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯଦି ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ହେବ ନାହିଁ;
2 kuma in cikin gaskiya da adalci ka rantse, ‘Muddin Ubangiji yana raye,’ to al’ummai za su sami albarka ta wurinsa kuma a cikinsa za su ɗaukaka.”
ଆଉ, ତୁମ୍ଭେ ସତ୍ୟରେ, ନ୍ୟାୟରେ ଓ ଧାର୍ମିକତାରେ ଜୀବିତ ସଦାପ୍ରଭୁଙ୍କ ନାମରେ ଶପଥ କରିବ; ତହିଁରେ ନାନା ଦେଶୀୟମାନେ ତାହାଙ୍କଠାରେ ଆପଣାମାନଙ୍କୁ ଆଶୀର୍ବାଦର ପାତ୍ର କରିବେ ଓ ତାହାଙ୍କଠାରେ ଦର୍ପ କରିବେ।”
3 Ga abin da Ubangiji yana ce wa mutanen Yahuda da kuma na Urushalima. “Ku nome ƙasarku kuma kada ku yi shuka cikin ƙayayyuwa.
କାରଣ ସଦାପ୍ରଭୁ ଯିହୁଦାର ଓ ଯିରୂଶାଲମର ଲୋକମାନଙ୍କୁ ଏହି କଥା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ପଡ଼ିଆ ଭୂମି ଚାଷ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।
4 Ku yi wa kanku kaciya ga Ubangiji ku yi wa zukatanku kaciya, ku mutanen Yahuda da mutanen Urushalima, in ba haka ba hasalata za tă sauko ta ci kamar wuta saboda muguntar da kuka aikata za tă ci ba wanda zai kashe ta.
ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।”
5 “Ku yi shela a Yahuda ku kuma furta a Urushalima ku ce, ‘Ku busa ƙaho a ko’ina a ƙasar!’ Ku tā da murya da ƙarfi ku ce, ‘Ku tattaru! Bari mu gudu zuwa birane masu katanga!’
ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; “ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ୱର କରି କୁହ, ‘ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ।’
6 Ku tā da tuta don zuwa Sihiyona! Ku gudu ku nemi mafaka ba tare da jinkiri ba! Gama ina kawowa masifa daga arewa, mummunan hallaka kuwa.”
ସିୟୋନ ଆଡ଼େ ଧ୍ୱଜା ଟେକ, ରକ୍ଷା ନିମନ୍ତେ ପଳାଅ, ବିଳମ୍ବ କର ନାହିଁ; କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।
7 Zaki ya fito daga ruƙuƙinsa; mai hallakarwar al’ummai ya kama hanya. Ya bar wurinsa don yă lalace ƙasarku. Garuruwanku za su zama kufai babu mazauna.
ସିଂହ ଆପଣା ଗହ୍ୱରରୁ ବାହାରିଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରିଅଛି।
8 Saboda haka ku yafa tufafin makoki, ku yi makoki da kuka, gama fushin Ubangiji bai juye daga gare mu ba.
ଏଥିସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ।”
9 “A wannan rana,” in ji Ubangiji, “sarki da shugabanni za su fid da zuciya, firistoci za su razana, annabawa kuma za su yi mamaki.”
ପୁଣି ସଦାପ୍ରଭୁ କହନ୍ତି, “ସେହି ଦିନ ରାଜାର ହୃଦୟ ଓ ଅଧିପତିଗଣର ହୃଦୟ କ୍ଷୟ ପାଇବ ଓ ଯାଜକଗଣ ଚମତ୍କୃତ ହେବେ ଓ ଭବିଷ୍ୟଦ୍ବକ୍ତାମାନେ ବିସ୍ମୟାପନ୍ନ ହେବେ।”
10 Sai na ce, “Kash, Ubangiji Mai Iko Duka, yaya ka ruɗi mutanen nan da kuma Urushalima gaba ɗaya haka ta wurin cewa, ‘Za ku zauna lafiya,’ sa’ad da takobi yana a maƙogwaronmu.”
ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ ତୁମ୍ଭମାନଙ୍କର ଶାନ୍ତି ହେବ ବୋଲି କହି ନିଶ୍ଚୟ ଅତିଶୟ ଭ୍ରାନ୍ତ କରିଅଛ; ଯେହେତୁ ଖଡ୍ଗ ପ୍ରାଣକୁ ଆଘାତ କରୁଅଛି।”
11 A lokacin za a faɗa wa mutanen nan da kuma Urushalima cewa, “Iska mai zafi daga tuddan hamada za tă hura zuwa wajen mutanena, amma ba don ta sheƙe ko ta rairaye; ba;
ସେହି ସମୟରେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ କୁହାଯିବ, “ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କର କନ୍ୟା ଆଡ଼କୁ ଉଷ୍ମ ବାୟୁ ଆସୁଅଛି, ତାହା ଶସ୍ୟ ଝାଡ଼ିବା କି ପରିଷ୍କାର କରିବା ନିମନ୍ତେ ନୁହେଁ;
12 iska mafificin ƙarfi da ta fito daga gare ni. Yanzu na zartar da hukuncina a kansu.”
ସେହି ସବୁ ସ୍ଥାନରୁ ଘୂର୍ଣ୍ଣିବାୟୁ ଆମ୍ଭ ସପକ୍ଷରେ ଆସିବ; ଏବେ ଆମ୍ଭେ ହିଁ ଲୋକମାନଙ୍କ ବିରୁଦ୍ଧରେ ଦଣ୍ଡାଜ୍ଞା ପ୍ରକାଶ କରିବା।”
13 Duba! Yana zuwa kamar gizagizai, kekunan yaƙinsa suna zuwa kamar guguwa, dawakansa sun fi gaggafa sauri. Kaiton mu! Mun shiga uku!
ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ୱରୂପ ହେବ; ତାହାର ଅଶ୍ୱଗଣ ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ। ହାୟ ହାୟ! ଆମ୍ଭେମାନେ ବିନଷ୍ଟ ହେଲୁ।
14 Ya Urushalima, ki wanke mugunta daga zuciyarki ki sami ceto. Har yaushe za ki zauna riƙe da mugayen tunani?
ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ?
15 Murya ta shela daga Dan, tana furtawa masifa daga tuddan Efraim.
କାରଣ ଦାନ୍ ନଗରଠାରୁ ଏକ ରବ ପ୍ରଚାର କରେ ଓ ଇଫ୍ରୟିମ ପର୍ବତମାଳାରୁ ଅମଙ୍ଗଳ ଘୋଷଣା କରେ;
16 “A faɗa wa al’ummai wannan, a furta wannan game Urushalima. ‘Sojoji masu ƙawanya suna zuwa daga ƙasa mai nisa, suna tā da kirarin yaƙi a kan biranen Yahuda.
ତୁମ୍ଭେମାନେ ନାନା ଦେଶୀୟମାନଙ୍କୁ ଜଣାଅ; ଦେଖ, ଯିରୂଶାଲମ ବିରୁଦ୍ଧରେ ଘୋଷଣା କର, “ଦୂର ଦେଶରୁ ଅବରୋଧକାରୀମାନେ ଆସୁଅଛନ୍ତି ଓ ସେମାନେ ଯିହୁଦାର ନଗରସମୂହର ବିରୁଦ୍ଧରେ ହୁଙ୍କାର କରୁଅଛନ୍ତି।
17 Sun kewaye ta kamar masu gadin fili, domin ta yi mini tawaye,’” in ji Ubangiji.
ସେମାନେ କ୍ଷେତ୍ର ରକ୍ଷକମାନଙ୍କ ପରି ତାହାର ଚାରିଆଡ଼େ ଅଛନ୍ତି, କାରଣ ସଦାପ୍ରଭୁ କହନ୍ତି, ସେ ଆମ୍ଭର ବିଦ୍ରୋହାଚାରିଣୀ ହୋଇଅଛି।
18 “Halinki da ayyukanki sun kawo wannan a kanki. Hukuncinki ke nan. Yana da ɗaci! Ya soke ki har zuciyarki!”
ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।”
19 Azabana, azabana! Ina birgima cikin zafi. Azabana, azabar zuciyata! Zuciyata yana bugu a cikina, Ba zan yi shiru ba. Gama na ji karan ƙaho; na ji kirarin yaƙi.
ହାୟ, ମୋହର ପ୍ରାଣ! ମୋହର ପ୍ରାଣ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋʼ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀ ଶବ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।
20 Masifa kan masifa; dukan ƙasar ta zama kufai. Cikin ɗan lokaci aka rurrushe tentuna nawa, mafakata ba zato.
ବିନାଶ ଉପରେ ବିନାଶ ପ୍ରଚାରିତ ହେଉଅଛି; କାରଣ ସମୁଦାୟ ଦେଶ ଉଚ୍ଛିନ୍ନ ହୋଇଅଛି; ଅକସ୍ମାତ୍ ମୋହର ତମ୍ବୁ, ଏକ ନିମିଷ ମଧ୍ୟରେ ମୋହର ଆବରଣସବୁ ଉଚ୍ଛିନ୍ନ ହେଲା।
21 Har yaushe zan dubi tutar yaƙi in kuma ji karar ƙaho?
ମୁଁ କେତେ କାଳ ପତାକା ଦେଖିବି ଓ ତୂରୀର ଶବ୍ଦ ଶୁଣିବି?
22 “Mutanena wawaye ne; ba su san ni ba. Su’ya’ya ne marasa azanci; ba su da fahimi. Suna da dabarar aikata mugunta; ba su san yadda za su aikata alheri ba.”
“କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।”
23 Na dubi duniya, na ga cewa marar siffa ce babu kome; sammai kuma, haskensu ya tafi.
ମୁଁ ପୃଥିବୀକୁ ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ଡଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା।
24 Na dubi duwatsu, sai na ga suna makyarkyata; dukan tuddai kuwa suna lilo.
ମୁଁ ପର୍ବତମାଳାକୁ ଅନାଇଲି, ଆଉ ଦେଖ, ସେସବୁ କମ୍ପିଲେ ଓ ଉପପର୍ବତସବୁ ଏଣେତେଣେ ଦୋହଲିଲେ।
25 Na duba, sai na ga ba kowa; kowane tsuntsu a sarari da ya tsere.
ମୁଁ ଅନାଇଲି, ଆଉ ଦେଖ, କେହି ମନୁଷ୍ୟ ନ ଥିଲା ଓ ଆକାଶର ପକ୍ଷୀସବୁ ପଳାଇ ଯାଇଥିଲେ।
26 Na duba, sai na ga ƙasa mai amfani ta zama hamada; dukan garuruwanta sun zama kufai a gaban Ubangiji, a gaban zafin fushinsa.
ମୁଁ ଅନାଇଲି, ଆଉ ଦେଖ, ସଦାପ୍ରଭୁଙ୍କ ଛାମୁରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧ ସମ୍ମୁଖରେ ଉର୍ବରା କ୍ଷେତ୍ର, ମରୁଭୂମି ଓ ତହିଁର ନଗରସକଳ ଭଗ୍ନ ହୋଇଥିଲା।
27 Ga abin da Ubangiji yana cewa, “Dukan ƙasar za tă zama kufai, ko da yake ba zan hallaka ta gaba ɗaya ba.
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ସମୁଦାୟ ଦେଶ ଧ୍ୱଂସସ୍ଥାନ ହେବ; ତଥାପି ଆମ୍ଭେ ସମ୍ପୂର୍ଣ୍ଣ ରୂପେ ନାଶ କରିବା ନାହିଁ।
28 Saboda haka duniya za tă yi kuka sammai a bisa kuma za su yi duhu, domin na yi magana kuma ba zan fasa ba, na yanke shawara ba kuwa zan janye ba.”
ଏଥିସକାଶୁ ପୃଥିବୀ ଶୋକ କରିବ ଓ ଉପରିସ୍ଥ ଆକାଶମଣ୍ଡଳ ଅନ୍ଧକାର ହେବ; କାରଣ ଆମ୍ଭେ ଏହା କହିଅଛୁ, ଆମ୍ଭେ ଏହା ମନରେ ସ୍ଥିର କରିଅଛୁ ଓ ଆମ୍ଭେ ଦୁଃଖିତ ହୋଇ ନାହୁଁ, କିଅବା ଆମ୍ଭେ ଏଥିରୁ ଫେରିବୁ ନାହିଁ।”
29 Da jin motsin mahayan dawakai da maharba kowane gari ya ruga da gudu. Waɗansu suka shiga kurmi; waɗansu suka hau cikin duwatsu. Dukan garuruwan sun fashe tas; babu wani da yake zama a ciki.
ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ।
30 Me kike yi, ya wadda aka ragargaza? Me ya sa kika sanya mulufi kika sa kayan adon zinariya? Me ya sa kika sa wa idanunki tozali? Kin yi kwalliyarki a banza. Masoyanki sun bar ki; suna neman ranki.
ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।
31 Na ji kuka kamar na mace mai naƙuda, nishi kamar na wadda take haihuwa ɗanta na fari, kukan Diyar Sihiyona tana haki, da ƙyar take numfashi, tana miƙa hannuwanta tana cewa, “Wayyo ni kaina! Na suma; an ba da raina ga masu kisana.”
କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ! ହତ୍ୟାକାରୀମାନଙ୍କ ଆଗରେ ମୋʼ ପ୍ରାଣ ମୂର୍ଚ୍ଛିତ ହେଲା।”