< Irmiya 5 >

1 “Ku yi ta kai da kawowa a titunan Urushalima, ku dudduba ko’ina ku kuma lura, ku bincika cikin dandalinta. Ko za ku sami mutum guda wanda yake aikata adalci wanda yake kuma son bin gaskiya, sai in gafarta wa wannan birni.
ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନ ସବୁରେ ଖୋଜ, ଯଦି ନ୍ୟାୟାଚାରୀ ଓ ସତ୍ୟ ଅନ୍ୱେଷଣକାରୀ ଏକ ଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା।
2 Ko da yake suna cewa, ‘Muddin Ubangiji yana raye,’ duk da haka suna rantsuwar ƙarya.”
ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି।
3 Ya Ubangiji, idanunka ba sa ganin gaskiya? Ka buge su, amma ba su ji zafi ba; ka ragargaza su, amma suka ƙi su gyara. Fuskarsu ta ƙeƙashe fiye da dutse suka ƙi su tuba.
ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।
4 Na yi tunani, “Waɗannan ne kawai matalauta; su wawaye ne, gama ba su san hanyar Ubangiji ba, ko abubuwan da Allahnsu yake bukata ba.
ତହିଁରେ ମୁଁ କହିଲି, “ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ; କାରଣ ଏମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କର ଶାସନ ଜାଣନ୍ତି ନାହିଁ;
5 Saboda haka zan tafi wurin shugabanni in yi musu magana; tabbatacce sun san hanyar Ubangiji, da abubuwan da Allahnsu yake bukata.” Amma da nufi guda su ma suka karye karkiyar suka tsintsinke sarƙoƙin.
ମୁଁ ବଡ଼ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି; କାରଣ ସେମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଶାସନ ଜାଣନ୍ତି।” ମାତ୍ର ଏମାନେ ଏକମନା ହୋଇ ଯୁଆଳି ଭାଙ୍ଗିଅଛନ୍ତି ଓ ବନ୍ଧନସବୁ ଛିଣ୍ଡାଇ ପକାଇଅଛନ୍ତି।
6 Saboda haka zaki daga kurmi zai fāɗa musu, kyarkeci kuma daga hamada zai cinye su, damisa za tă yi musu ƙawanya kusa da garuruwansu yă yayyage duk wanda ya kuskura ya fita, gama tawayensu da girma yake jan bayansu kuma yana da yawa.
ଏନିମନ୍ତେ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟାକାଳର କେନ୍ଦୁଆ ବାଘ ସେମାନଙ୍କୁ ବିନାଶ କରିବ, ଚିତାବାଘ ସେମାନଙ୍କ ନଗରସମୂହ ନିକଟରେ ଛକି ରହିବ, ଯେ ପ୍ରତ୍ୟେକ ଲୋକ ନଗରରୁ ବାହାରିବ, ସେ ବିଦୀର୍ଣ୍ଣ ହେବ; କାରଣ ସେମାନଙ୍କର ଅପରାଧ ଅନେକ ଓ ସେମାନଙ୍କର ବିପଥଗମନ ବୃଦ୍ଧି ପାଇଅଛି।
7 “Me zai sa in gafarta muku?’Ya’yanku sun yashe ni sun yi rantsuwa da allolin da ba alloli ba ne. Na biya musu dukan bukatunsu, duk da haka suka yi zina suka tattaru a gidajen karuwai.
“ଆମ୍ଭେ କିପରି ତୁମ୍ଭକୁ କ୍ଷମା କରି ପାରିବା? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ୱର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ।
8 An ciyar da su sosai, kamar ƙosassun ingarmu, masu jaraba, kowanne yana haniniya, yana neman matar maƙwabcinsa.
ସେମାନେ ପ୍ରଭାତରେ ସୁପୋଷିତ ଅଶ୍ୱ ତୁଲ୍ୟ ହେଲେ; ପ୍ରତ୍ୟେକେ ଆପଣା ପ୍ରତିବାସୀର ସ୍ତ୍ରୀ ପ୍ରତି ହିଁ ହିଁ ହେଲେ।
9 Ba zan hukunta su saboda wannan ba?” In ji Ubangiji. “Bai kamata in yi ramuwa a kan irin al’ummar nan ba?
ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କʼଣ ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?
10 “Ku ratsa cikin gonakin inabinta ku cinye su, amma kada ku hallaka su gaba ɗaya. Ku kakkaɓe rassanta, gama waɗannan mutane ba na Ubangiji ba ne.
ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ ଯାଇ ସେମାନଙ୍କୁ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ।
11 Gidan Isra’ila da gidan Yahuda sun zama marasa aminci gaba ɗaya gare ni” in ji Ubangiji.
ସଦାପ୍ରଭୁ କହନ୍ତି, ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟନ୍ତ ବିଶ୍ୱାସଘାତକତା କରିଅଛନ୍ତି।
12 Sun yi ƙarya a kan Ubangiji; sun ce, “Ba zai yi kome ba! Ba wata masifar da za tă same mu; ba za mu taɓa ganin takobi ko yunwa ba.
ସେମାନେ ସଦାପ୍ରଭୁଙ୍କୁ ଅସ୍ୱୀକାର କରି କହିଲେ, ‘ଏ ତ ସେ ନୁହନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ୍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ;
13 Annabawa holoƙo ne kawai maganar kuwa ba ta cikinsu; saboda haka bari abin da suke faɗi ya koma kansu.”
ଆଉ, ଭବିଷ୍ୟଦ୍‍ବକ୍ତାମାନେ ବାୟୁ ତୁଲ୍ୟ ହେବେ ଓ ସେମାନଙ୍କ ଅନ୍ତରରେ ବାକ୍ୟ ନାହିଁ; ସେମାନଙ୍କ ପ୍ରତି ଏହିରୂପେ କରାଯିବ।’”
14 Saboda haka ga abin Ubangiji Allah Maɗaukaki yana cewa, “Domin mutanen sun yi waɗannan maganganu, zan mai da maganata a bakinku wuta waɗannan mutane kuwa su zama itacen da za tă ci.
ତୁମ୍ଭେମାନେ ଏହି କଥା କହିବା ହେତୁରୁ ସୈନ୍ୟାଧିପତି ପରମେଶ୍ୱର, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ମୁଖସ୍ଥିତ ଆମ୍ଭର ବାକ୍ୟକୁ ଅଗ୍ନି ତୁଲ୍ୟ ଓ ଏହି ଲୋକମାନଙ୍କୁ କାଷ୍ଠ ତୁଲ୍ୟ କରିବା, ତାହା ଏମାନଙ୍କୁ ଗ୍ରାସ କରିବ।
15 Ya gidan Isra’ila,” in ji Ubangiji, “Ina kawo al’umma daga nesa a kanku al’umma ce ta tun dā mai ƙarfin hali, mutane ne da ba ku san harshensu ba, waɗanda ba za ku fahimci abin da suke faɗa ba.
ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେହି ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ।
16 Kwarinsu kamar buɗaɗɗen kabari ne; dukansu jarumawa ne.
ସେମାନଙ୍କର ତୂଣ ଖୋଲା କବର ତୁଲ୍ୟ, ସେମାନେ ସମସ୍ତେ ବୀରପୁରୁଷ।
17 Za su cinye amfanin gonakinku da abincinku, za su cinye’ya’yanku maza da mata; za su cinye garkunan tumakinku da na awakinku, za su cinye’ya’yan inabinku da na ɓaurenku. Da takobi za su hallaka biranenku masu katanga.
ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟାଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।”
18 “Amma ko a cikin waɗancan kwanaki,” in ji Ubangiji, “ba zan hallaka ku gaba ɗaya ba.
ମାତ୍ର ସଦାପ୍ରଭୁ କହନ୍ତି, “ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ।
19 Sa’ad da kuma mutanen suka yi tambaya, ‘Me ya sa Ubangiji Allahnmu ya yi dukan wannan gare mu?’ Sai ka amsa musu, ‘Yadda kuka yashe ni kuka kuma bauta wa baƙin alloli a ƙasarku, haka yanzu za ku bauta wa baƙi a ƙasar da ba taku ba.’
ଆଉ, ତୁମ୍ଭେମାନେ ଯେତେବେଳେ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର କାହିଁକି ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି,’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ନିଜ ଦେଶରେ ଯେପରି ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବତାଗଣର ସେବା କରିଅଛ, ସେପରି ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ।’”
20 “Ka sanar da wannan ga gidan Yaƙub ka yi shelarsa a Yahuda.
ତୁମ୍ଭେମାନେ ଯାକୁବ ବଂଶକୁ ଏ କଥା ଜଣାଅ ଓ ଯିହୁଦା ମଧ୍ୟରେ ପ୍ରଚାର କରି କୁହ,
21 Ku ji wannan, ku wawaye marasa azanci, waɗanda suke da idanu amma ba sa gani, waɗanda suke da kunnuwa amma ba sa ji.
“ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁ ନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;
22 Bai kamata ku ji tsorona ba?” In ji Ubangiji. “Bai kamata ku yi rawar jiki a gabana ba? Na sa yashi ya zama iyakar teku, madawwamiyar iyakar da ba zai tsallake ba. Raƙuman ruwa za su iya yin hauka, amma ba za su iya haye ta ba; za su iya yin ruri, amma ba za su iya ƙetare ta ba.
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।
23 Amma mutanen nan suna da tauraren zukata, kuma’yan tawaye ne; sun kauce suka kuma rabu da ni.
ମାତ୍ର ଲୋକମାନଙ୍କର ମନ ଅବାଧ୍ୟ ଓ ପ୍ରତିକୂଳାଚାରୀ; ସେମାନେ ଅବାଧ୍ୟ ହୋଇ ଚାଲି ଯାଇଅଛନ୍ତି।
24 Ba sa faɗa wa kansu, ‘Bari mu ji tsoron Ubangiji Allahnmu, wanda yake ba mu ruwan sama a kan kari na kaka da na bazara, wanda kullum yake tabbatar mana da girbi.’
ଅଥବା ଯେ ଯଥା ସମୟରେ ଆଦ୍ୟ ଓ ଶେଷ ବୃଷ୍ଟିର ପ୍ରଦାନକର୍ତ୍ତା; ଯେ ଆମ୍ଭମାନଙ୍କ ନିମନ୍ତେ ଶସ୍ୟଚ୍ଛେଦନର ନିରୂପିତ ସପ୍ତାହମାନ ରକ୍ଷା କରନ୍ତି, ଆସ, ଏବେ ଆମ୍ଭେମାନେ ସେହି ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କୁ ଭୟ କରୁ, ଏହା ସେମାନେ ମନେ ମନେ କହନ୍ତି ନାହିଁ।
25 Laifofinku sun raba ku da waɗannan abubuwa; zunubanku sun hana ku samun alheri.
ତୁମ୍ଭମାନଙ୍କର ଅଧର୍ମ ଏହିସବୁ ଅନ୍ୟଥା କରିଅଛି ଓ ତୁମ୍ଭମାନଙ୍କର ପାପ ତୁମ୍ଭମାନଙ୍କର ମଙ୍ଗଳ ନିବାରଣ କରିଅଛି।
26 “A cikin mutanena an sami mugaye waɗanda suke kwanton ɓauna kamar masu sa tarko wa tsuntsaye kamar waɗanda suke kafa tarko don su kama mutane.
କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ ଦୁଷ୍ଟ ଲୋକ ଦେଖା ଯାଆନ୍ତି; ସେମାନେ ବ୍ୟାଧ ତୁଲ୍ୟ ଛକି ବସି ଜଗନ୍ତି; ସେମାନେ ଫାନ୍ଦ ପାତି ମନୁଷ୍ୟ ଧରନ୍ତି।
27 Kamar keji cike da tsuntsaye, gidajensu sun cika da ruɗu; sun yi arziki suka kuma zama masu iko
ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବନ୍ତ ହୋଇଅଛନ୍ତି।
28 suka kuma yi ƙiba, suka yi bul-bul. Mugayen ayyukansu ba su da iyaka; ba sa wa marayu shari’ar adalci, ba sa kāre’yancin matalauta.
ସେମାନେ ଆହୁରି ଆହୁରି ମୋଟା ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ।
29 Bai kamata in hukunta su saboda wannan ba?” In ji Ubangiji. “Bai kamata in yi ramuwa a kan irin al’umma kamar wannan ba?
ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?”
30 “Abin banmamaki da bantsoro ya faru a ƙasar.
ଦେଶ ମଧ୍ୟରେ ଗୋଟିଏ ଆଶ୍ଚର୍ଯ୍ୟ ଓ ଭୟାନକ ବିଷୟ ଘଟିଅଛି;
31 Annabawa suna annabcin ƙarya, firistoci suna mulki da ikon kansu, mutanena kuma suna son haka. Amma me za ku yi a ƙarshe?
ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?

< Irmiya 5 >