< Ayuba 26 >

1 Sai Ayuba ya amsa,
ତହିଁରେ ଆୟୁବ ଉତ୍ତର କରି କହିଲା,
2 “Yadda ka taimaki marar ƙarfi! Yadda ka ceci marar ƙarfi!
“ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ!
3 Ka ba marar hikima shawara! Ka nuna kana da ilimi sosai.
ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ!
4 Wane ne ya taimake ka ka yi waɗannan maganganu? Kuma ruhun wane ne ya yi magana ta bakinka?
ତୁମ୍ଭେ କାହାକୁ କଥା କହୁଅଛ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା?”
5 “Matattu suna cikin azaba, waɗanda suke ƙarƙashin ruwaye da dukan mazauna cikin ruwaye.
“ବିଲ୍‍ଦଦ୍‍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି।
6 Mutuwa tsirara take a gaban Allah; haka kuma hallaka take a buɗe. (Sheol h7585)
ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ବିନାଶ ସ୍ଥାନର କୌଣସି ଆବରଣ ନାହିଁ। (Sheol h7585)
7 Ya shimfiɗa arewancin sararin sama a sarari; ya rataye duniya ba a jikin wani abu ba.
ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକୁ ଝୁଲାନ୍ତି।
8 Ya naɗe ruwaye a cikin gizagizansa, duk da haka girgijen bai yage saboda nauyi ba.
ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ।
9 Ya rufe fuskar wata, ya shimfiɗa gizagizai a kan shi,
ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି।
10 ya zāna iyakar fuskar ruwa a kan iyakar da take tsakanin duhu da haske.
ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି।
11 Madogaran sama sun girgiza, saboda tsawatawarsa.
ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି।
12 Da ikonsa ya kwantar da teku; da hikimarsa ya hallaka dodon ruwan nan Rahab.
ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି।
13 Da numfashinsa ya sa sararin sama ya yi kyau da hannunsa ya soke macijin nan mai gudu.
ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି।
14 Waɗannan kaɗan ke nan daga cikin ayyukansa masu yawa. Kaɗan kawai muke ji game da shi! Wane ne kuwa yake iya gane tsawar ikonsa?”
ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍‍ କ୍ଷୀଣ ସ୍ୱର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?”

< Ayuba 26 >