< Ayuba 37 >

1 “Wannan ya sa gabana ya fāɗi, zuciyata ta yi tsalle.
ଏଥିରେ ମଧ୍ୟ ମୋହର ହୃଦୟ କମ୍ପମାନ ହେଉଅଛି ଓ ସ୍ୱ ସ୍ଥାନରୁ ଅନ୍ତରିତ ହେଉଅଛି।
2 Ka saurara! Ka saurari rurin muryarsa, tsawar da take fita daga bakinsa.
ତୁମ୍ଭେମାନେ ପରମେଶ୍ୱରଙ୍କ ରବର ଶବ୍ଦ ଓ ତାହାଙ୍କ ମୁଖନିର୍ଗତ ସ୍ୱର ଶୁଣ।
3 Ya saki walƙiyarsa, a ƙarƙashin dukan sammai ya kuma aika ta ko’ina a cikin duniya.
ସେ ତାହା ସମୁଦାୟ ଆକାଶର ଅଧଃସ୍ଥାନକୁ ଓ ଆପଣା ବିଜୁଳିକୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପ୍ରେରଣ କରନ୍ତି।
4 Bayan wannan sai ƙarar rurinsa ta biyo; Ya tsawata da muryarsa mai girma. Sa’ad da ya sāke yin tsawa ba ya rage wani abu.
ତହିଁ ପଛେ ଏକ ରବ ଗର୍ଜ୍ଜନ କରଇ, ସେ ଆପଣା ମହତ୍ତ୍ୱର ରବରେ ବଜ୍ରନାଦ କରନ୍ତି ଓ ତାହାଙ୍କ ରବ ଶୁଣାଗଲା ବେଳେ ସେ ତାହାସବୁ ନିବୃତ୍ତ କରନ୍ତି ନାହିଁ।
5 Muryar Allah tana tsawatawa a hanyoyi masu ban al’ajabi; yana yin manyan abubuwa waɗanda sun wuce ganewarmu.
ପରମେଶ୍ୱର ଆପଣା ରବରେ ଆଶ୍ଚର୍ଯ୍ୟ ରୂପେ ଗର୍ଜ୍ଜନ କରନ୍ତି; ସେ ଆମ୍ଭମାନଙ୍କ ବୋଧର ଅଗମ୍ୟ ମହତ କାର୍ଯ୍ୟ କରନ୍ତି।
6 Yakan ce wa dusar ƙanƙara, ‘Fāɗo a kan duniya,’ ya kuma ce wa ruwa, ‘Zubo da ƙarfi.’
କାରଣ ସେ ହିମକୁ କହନ୍ତି, ତୁମ୍ଭେ ପୃଥିବୀରେ ପଡ଼; ସେ ସାମାନ୍ୟ ବୃଷ୍ଟିକୁ ଓ ଆପଣାର ପ୍ରବଳ ବୃଷ୍ଟିକୁ ସେହିପରି କହନ୍ତି।
7 Domin dukan mutanen da ya halitta za su san aikinsa, ya hana kowane mutum yin wahalar aiki.
ଯେପରି ତାହାଙ୍କର ସୃଷ୍ଟ ସମସ୍ତ ମନୁଷ୍ୟ ତାହା ଜାଣି ପାରିବେ, ଏଥିପାଇଁ ସେ ପ୍ରତ୍ୟେକ ମନୁଷ୍ୟର ହସ୍ତ ମୋହରାଙ୍କିତ କରନ୍ତି।
8 Dabbobi sun ɓoye; sun zauna cikin kogunansu.
ସେତେବେଳେ ପଶୁମାନେ ଆଶ୍ରୟ ସ୍ଥାନକୁ ଯାʼନ୍ତି ଓ ଆପଣା ଆପଣା ଗହ୍ୱରରେ ରହନ୍ତି।
9 Guguwa tana fitowa daga inda take, sanyi kuma daga iska mai sanyi.
ଦକ୍ଷିଣସ୍ଥ ମଣ୍ଡଳରୁ ବତାସ ଆସେ ଓ ଉତ୍ତରରୁ ଶୀତ ଆସେ।
10 Da numfashinsa Allah yana samar da ƙanƙara sai manyan ruwaye su zama ƙanƙara.
ପରମେଶ୍ୱରଙ୍କ ନିଶ୍ୱାସରେ ହିମାନୀ ଜନ୍ମେ ଓ ଜଳରାଶିର ବିସ୍ତୃତି ସଂକୀର୍ଣ୍ଣ ହୁଏ।
11 Yana cika gizagizai da lema; yana baza walƙiyarsa ta cikinsu.
ଆହୁରି, ସେ ନିବିଡ଼ ମେଘକୁ ଆର୍ଦ୍ରତାରେ ପୂର୍ଣ୍ଣ କରନ୍ତି; ସେ ଆପଣା ବିଜୁଳିର ମେଘ ବିସ୍ତାର କରନ୍ତି।
12 Bisa ga bishewarsa suke juyawa a kan fuskar duniya, suna yin dukan abin da ya umarce su su yi.
ଆଉ, ସେ ଯାହା କିଛି ଆଜ୍ଞା କରନ୍ତି, ତାହା ବାସଯୋଗ୍ୟ ଭୂମଣ୍ଡଳରେ ସାଧନ କରିବା ପାଇଁ ତାହାଙ୍କ ଚାଳନ ଦ୍ୱାରା ତାହା ଘୂରେ।
13 Yana aiko da ruwa domin horon mutane, ko kuma don yă jiƙa duniya yă kuma nuna ƙaunarsa.
ଦଣ୍ଡ ନିମନ୍ତେ, ବା ଆପଣା ଦେଶ ନିମନ୍ତେ, ଅଥବା ଦୟା ନିମନ୍ତେ ହେଉ, ସେ ତାହା ଘଟାନ୍ତି।
14 “Ka saurari wannan Ayuba; ka tsaya ka dubi abubuwan al’ajabi na Allah.
ହେ ଆୟୁବ, ଏଥିରେ କର୍ଣ୍ଣପାତ କର; ସ୍ଥିର ହୋଇ ଠିଆ ହୁଅ ଓ ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟକ୍ରିୟାସବୁ ବିବେଚନା କର।
15 Ko ka san yadda Allah yake iko da gizagizai ya kuma sa walƙiyarsa ta haskaka?
ପରମେଶ୍ୱର କିପରି ସେମାନଙ୍କ ଉପରେ ଆପଣା ଆଜ୍ଞାଭାର ଥୁଅନ୍ତି ଓ ଆପଣା ମେଘର ବିଜୁଳିକୁ ଦୀପ୍ତିମାନ କରନ୍ତି, ଏହା କି ତୁମ୍ଭେ ଜାଣ?
16 Ko ka san yadda gizagizai suke tsayawa cik a sararin sama, waɗannan abubuwa al’ajabi na mai cikakken sani.
ତୁମ୍ଭେ କି ମେଘମାଳର ସମତୌଲ, ପରମ ଜ୍ଞାନୀଙ୍କର ଆଶ୍ଚର୍ଯ୍ୟକ୍ରିୟାସବୁ ଜାଣ?
17 Kai mai sa kaya don ka ji ɗumi lokacin da iska mai sanyi take hurawa,
ଦକ୍ଷିଣ ବାୟୁ ସକାଶୁ ପୃଥିବୀ ସ୍ତବ୍ଧ ଥିବା ବେଳେ ତୁମ୍ଭର ବସ୍ତ୍ର କିପରି ଉଷ୍ଣ ହୁଏ?
18 ko za ka iya shimfiɗa sararin sama tare da shi da ƙarfi kamar madubi?
ତୁମ୍ଭେ କି ଛାଞ୍ଚରେ ଢଳା ଦର୍ପଣ ପରି ଦୃଢ ଆକାଶମଣ୍ଡଳକୁ ତାହାଙ୍କ ସଙ୍ଗେ ବିସ୍ତାର କରିପାର?
19 “Gaya mana abin da ya kamata mu ce masa; ba za mu iya kawo ƙara ba domin duhunmu.
ତାହାଙ୍କୁ କଅଣ କହିବା, ତାହା ଆମ୍ଭମାନଙ୍କୁ ଶିଖାଅ; କାରଣ ଅନ୍ଧକାର ସକାଶୁ ଆମ୍ଭେମାନେ ଆପଣା କଥା ସଜାଇ ପାରୁ ନାହୁଁ।
20 Ko za a gaya masa cewa ina so in yi magana? Ko wani zai nemi a haɗiye shi?
ମୁଁ କଥା କହିବାକୁ ଇଚ୍ଛା କରେ ବୋଲି କି ତାହାଙ୍କୁ କୁହାଯିବ? ଅବା କୌଣସି ମନୁଷ୍ୟ କି ଗ୍ରାସି ହୋଇ ଯିବାକୁ ଇଚ୍ଛା କରିବ?
21 Yanzu ba wanda zai iya kallon rana, yadda take da haske a sararin sama bayan iska ta share ta.
ପୁଣି, ଏତେବେଳେ ଲୋକମାନେ ଆକାଶସ୍ଥ ତେଜସ୍କର ଦୀପ୍ତି ଦେଖନ୍ତି ନାହିଁ; ମାତ୍ର ବାୟୁ ବହି ତାହା ପରିଷ୍କାର କରେ।
22 Yana fitowa daga arewa da haske na zinariya, Allah yana zuwa da ɗaukaka mai ban al’ajabi.
ଉତ୍ତର ଦିଗରୁ ସୁବର୍ଣ୍ଣମୟ ଆଭା ଆସେ; ପରମେଶ୍ୱରଙ୍କଠାରେ ଭୟାନକ ମହତ୍ତ୍ୱ ଥାଏ।
23 Maɗaukaki ya fi ƙarfin ganewarmu, shi babban mai iko ne, mai gaskiya da babban adalci, ba ya cutar mutum.
ସର୍ବଶକ୍ତିମାନ ପରମେଶ୍ୱର! ଆମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇ ନ ପାରୁ; ସେ ପରାକ୍ରମରେ ଶ୍ରେଷ୍ଠ; ପୁଣି, ସେ ବିଚାର ଓ ପ୍ରଚୁର ନ୍ୟାୟଗୁଣ ହେତୁ କ୍ଳେଶ ଦେବେ ନାହିଁ।
24 Saboda haka, mutane suke girmama shi, ko bai kula da waɗanda suke gani su masu hikima ba ne?”
ଏଣୁ ନରଗଣ ତାହାଙ୍କୁ ଭୟ କରନ୍ତି; ଯେଉଁମାନେ ଅନ୍ତଃକରଣରେ ଜ୍ଞାନୀ, ସେ ସେମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ।”

< Ayuba 37 >