< Ayuba 8 >

1 Sai Bildad mutumin Shuwa ya amsa,
ଏଉତ୍ତାରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା,
2 “Har yaushe za ka gama faɗa waɗannan abubuwa? Maganganunka ba su da amfani.
“ତୁମ୍ଭେ କେତେ କାଳ ଏହିସବୁ କଥା କହିବ? ଓ ତୁମ୍ଭ ମୁଖର ବାକ୍ୟ କେତେ କାଳ ପ୍ରବଳ ବାୟୁ ତୁଲ୍ୟ ହେବ?
3 Allah ba mai shari’ar gaskiya ba ne? Ko Maɗaukaki yakan yi abin da ba daidai ba?
ପରମେଶ୍ୱର କʼଣ ବିଚାର ବିପରୀତ କରନ୍ତି? ଅଥବା ସର୍ବଶକ୍ତିମାନ କʼଣ ନ୍ୟାୟ ବିପରୀତ କରନ୍ତି?
4 Lokacin da’ya’yansa suka yi masa zunubi, yakan bar su su sha wahalar da zunubi yake kawowa.
ଯେବେ ତୁମ୍ଭର ସନ୍ତାନଗଣ ତାହାଙ୍କ ବିରୁଦ୍ଧରେ ପାପ କରିଅଛନ୍ତି ଓ ସେ ସେମାନଙ୍କୁ ସେମାନଙ୍କ ଅଧର୍ମର ହସ୍ତରେ ସମର୍ପଣ କରିଅଛନ୍ତି;
5 Amma in za ka dubi Allah ka roƙi Maɗaukaki,
ଯଦି ତୁମ୍ଭେ ଯତ୍ନପୂର୍ବକ ପରମେଶ୍ୱରଙ୍କର ଅନ୍ଵେଷଣ କର; ଓ ସର୍ବଶକ୍ତିମାନଙ୍କ ନିକଟରେ ଆପଣା ନିବେଦନ ଜଣାନ୍ତ;
6 in kai mai tsarki ne, kuma mai adalci, ko yanzu ma zai taimake ka, yă mayar maka iyalinka da farin cikinka.
ଯଦି ତୁମ୍ଭେ ନିର୍ମଳ ଓ ସରଳ ଥାʼନ୍ତ, ତେବେ ସେ ନିଶ୍ଚୟ ଏକ୍ଷଣେ ତୁମ୍ଭ ପକ୍ଷରେ ଜାଗ୍ରତ ହୁଅନ୍ତେ, ଆଉ ତୁମ୍ଭର ଧର୍ମନିବାସକୁ ସମୃଦ୍ଧିଶାଳୀ କରନ୍ତେ।
7 Ko da yake za ka fara da kaɗan, duk da haka za ka gama da samu mai yawa.
ଆଉ, ତୁମ୍ଭର ପ୍ରଥମାବସ୍ଥା କ୍ଷୁଦ୍ର ହେଲେ ହେଁ ତୁମ୍ଭର ଶେଷାବସ୍ଥା ଅତିଶୟ ଉନ୍ନତ ହୁଅନ୍ତା।
8 “Tambayi na gaba da kai ka ji abin da iyayenka suka koya
କାରଣ ବିନୟ କରୁଅଛି, ପୂର୍ବକାଳୀନ ଲୋକଙ୍କୁ ପଚାର ଓ ସେମାନଙ୍କ ପିତୃଗଣ ଅନୁସନ୍ଧାନ କରି ଯାହା ପାଇଅଛନ୍ତି, ତହିଁରେ ମନୋଯୋଗ କର;
9 gama jiya kaɗai aka haife mu ba mu san kome ba, kuma kwanakinmu a duniya masu wucewa ne.
କାରଣ ଆମ୍ଭେମାନେ ତ କାଲିର ଲୋକ ଓ କିଛି ଜାଣୁ ନାହୁଁ, ଯେଣୁ ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ସ୍ୱରୂପ;
10 Ba za su bishe ka su kuma gaya maka abin da za ka yi ba? Ba za su yi magana daga cikin hikimar da suke da ita ba?
ସେମାନେ କʼଣ ତୁମ୍ଭକୁ ଶିକ୍ଷା ଦେବେ ନାହିଁ ଓ ଜଣାଇବେ ନାହିଁ, ପୁଣି ଆପଣା ଆପଣା ଅନ୍ତଃକରଣରୁ କʼଣ ବାକ୍ୟ ଉଚ୍ଚାରଣ କରିବେ ନାହିଁ?
11 Ko kyauro zai iya yi girma a wurin da ba ruwa? Ko za tă taɓa iya yin girma ba tare da ruwa ba?
ପଙ୍କ ବିନା କʼଣ ନଳ ବଢ଼ିପାରେ? ଜଳ ବିନା କʼଣ ସନ୍ତରା ବଢ଼ିପାରେ?
12 Yayinda take girma ba a yanka ta, takan mutu da sauri fiye da ciyawa.
ତାହା ସତେଜ ଥାଉ ଥାଉ ଓ କଟା ନୋହୁଣୁ ଅନ୍ୟାନ୍ୟ ତୃଣ ପୂର୍ବରୁ ଶୁଷ୍କ ହୁଏ।
13 Abin da yake faruwa ke nan da duk wanda yake mantawa da Allah; waɗanda ba su da Allah, ba su da bege.
ଯେଉଁମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେସମସ୍ତଙ୍କର ପଥ ଏହି ପ୍ରକାର ଓ ଧର୍ମହୀନ ଲୋକର ଭରସା ବିନଷ୍ଟ ହେବ,
14 Abin da yake dogara a kai ba shi da ƙarfi; abin da yake dogara a kai yanar gizo ce.
ତାହାର ପ୍ରତ୍ୟାଶା ଉଚ୍ଛିନ୍ନ ହେବ, ଯେଣୁ ତାହାର ଆଶ୍ରୟ ମାକଡ଼ସାର ଜାଲ ସ୍ୱରୂପ।
15 Ya jingina ga yanar gizo, amma ba ta tare shi, sun kama ta, amma ba za tă taimake su tsayawa ba.
ସେ ଆପଣା ଗୃହ ଉପରେ ଆଉଜିବ, ମାତ୍ର ତାହା ସ୍ଥିର ରହିବ ନାହିଁ; ସେ ତାହା ଦୃଢ଼ କରି ଅବଲମ୍ବନ କରିବ, ମାତ୍ର ତାହା ରହିବ ନାହିଁ।
16 Yana kama da shukar da aka ba ta ruwa sosai lokacin da akwai rana sosai, tana yaɗuwa da kyau;
ସେ ସୂର୍ଯ୍ୟ ସାକ୍ଷାତରେ ସତେଜ ହୁଏ, ତାହାର କୋମଳ ଶାଖା ତାହାର ଉଦ୍ୟାନରେ ମାଡ଼ିଯାଏ।
17 shukar tana bin yaɗuwa, jijiyoyinta suna nannaɗe duwatsu, suna neman wurin da za su kama sosai a cikin duwatsu.
ତାହାର ଚେର ପ୍ରସ୍ତରରାଶିରେ ଜଡ଼ିତ ହୁଏ, ସେ ପ୍ରସ୍ତରର ସ୍ଥଳ ଦେଖେ।
18 Amma lokacin da aka tuge shukar daga wurin da take, wurin ba zai san da ita kuma ba, wurin zai ce, ‘Ban taɓa ganin ki ba.’
ଯଦି ସେ ଆପଣା ସ୍ଥାନରୁ ବିନଷ୍ଟ ହେବ, ତେବେ ସେହି ସ୍ଥାନ ତାହାକୁ ଅସ୍ୱୀକାର କରି କହିବ, ‘ମୁଁ ତୁମ୍ଭକୁ ଦେଖି ନାହିଁ।’
19 Ba shakka shukar ta mutu ke nan, kuma waɗansu za su tsiro a wurin.
ଦେଖ, ଏହି ତାହାର ଗତିର ଆମୋଦ, ଏଉତ୍ତାରେ ଭୂମିରୁ ଅନ୍ୟମାନେ ଉଠିବେ।
20 “Ba shakka, Allah ba ya ƙin marar laifi, ko kuma yă ƙarfafa masu aikata mugunta.
ଦେଖ, ପରମେଶ୍ୱର ସିଦ୍ଧ ଲୋକକୁ ଦୂର କରିବେ ନାହିଁ, କିଅବା ସେ ଦୁଷ୍କର୍ମକାରୀମାନଙ୍କୁ ଧରି ରଖିବେ ନାହିଁ।
21 Sai dai yă cika bakinka da dariya, yă sa ka yi sowa ta murna.
ତେବେ ହେଁ ସେ ତୁମ୍ଭ ମୁଖକୁ ହାସ୍ୟରେ ଓ ତୁମ୍ଭ ଓଷ୍ଠାଧରକୁ ଆନନ୍ଦଧ୍ୱନିରେ ପୂର୍ଣ୍ଣ କରିବେ।
22 Maƙiyanka za su sha kunya, za a kawar da tentin mugaye.”
ତୁମ୍ଭର ଘୃଣାକାରୀମାନେ ଲଜ୍ଜା ପରିହିତ ହେବେ ଓ ଦୁଷ୍ଟର ତମ୍ବୁ ଆଉ ରହିବ ନାହିଁ।”

< Ayuba 8 >