< Ayuba 9 >
ଏଥିରେ ଆୟୁବ ଉତ୍ତର କରି କହିଲା,
2 “Lalle, na san wannan gaskiya ne. Amma ta yaya mutum zai iya zama mai adalci a gaban Allah?
“ଏହା ସତ୍ୟ ବୋଲି ମୁଁ ନିଶ୍ଚୟ ଜାଣେ; ମାତ୍ର କିପରି ମନୁଷ୍ୟ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୋଇପାରେ?
3 Ko da mutum yana so yă yi gardama da shi, ba zai taɓa amsa masa ba ko da sau ɗaya cikin dubu.
ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇ ପାରିବ ନାହିଁ।
4 Hikimarsa tana da zurfi, ikonsa yana da yawa. Wane ne ya taɓa yin faɗa da shi har ya yi nasara?
ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି?
5 Yana matsar da manyan duwatsu kafin su sani kuma yana juya su cikin fushinsa.
ସେ ପର୍ବତଗଣକୁ ସ୍ଥାନାନ୍ତର କରନ୍ତି, ସେ ଆପଣା କ୍ରୋଧରେ ସେମାନଙ୍କୁ ଓଲଟାଇ ପକାଇବା ବେଳେ ସେମାନେ ତାହା ଜାଣନ୍ତି ନାହିଁ।
6 Yana girgiza ƙasa, yana girgiza harsashenta.
ସେ ପୃଥିବୀକୁ ସ୍ୱ ସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ।
7 Yana magana da rana sai ta ƙi yin haske; yana hana taurari yin haske.
ସେ ବାରଣ କଲେ, ସୂର୍ଯ୍ୟ ଉଦିତ ହୁଏ ନାହିଁ ଓ ସେ ତାରାଗଣକୁ ବନ୍ଦ କରି ମୁଦ୍ରାଙ୍କିତ କରନ୍ତି।
8 Shi kaɗai ya shimfiɗa sammai ya kuma yi tafiya a kan raƙuman ruwan teku.
ସେ ଏକାକୀ ଆକାଶମଣ୍ଡଳ ପ୍ରସାରନ୍ତି ଓ ସମୁଦ୍ରର ତରଙ୍ଗ ଉପରେ ଗମନ କରନ୍ତି।
9 Shi ne ya halicci Mafarauci da Kare da Zomo, da Kaza, da’Ya’yanta da tarin taurari a sama, da taurarin kudu.
ସେ ସପ୍ତର୍ଷି, ମୃଗଶୀର୍ଷ ଓ କୃତ୍ତିକା ଓ ଦକ୍ଷିଣସ୍ଥ ମଣ୍ଡଳ ସୃଷ୍ଟି କରନ୍ତି।
10 Yana yin abubuwan banmamaki waɗanda ba a iya ganewa, mu’ujizai waɗanda ba a iya ƙirgawa.
ସେ ଅନୁଦ୍ଦେଶ୍ୟ ମହାକାର୍ଯ୍ୟ ଓ ଅସଂଖ୍ୟ ଆଶ୍ଚର୍ଯ୍ୟକ୍ରିୟା କରନ୍ତି।
11 Ba na iya ganinsa lokacin da ya wuce ni; ba na sani ya wuce lokacin da ya wuce.
ଦେଖ, ସେ ମୋʼ ନିକଟରେ ଗମନ କରନ୍ତି, ମାତ୍ର ମୁଁ ତାହାଙ୍କୁ ଦେଖେ ନାହିଁ; ମଧ୍ୟ ସେ ଚାଲିଗଲେ, ମୁଁ ତାହାଙ୍କୁ ଚିହ୍ନେ ନାହିଁ।
12 Wane ne ya isa yă hana shi in ya ƙwace abu? Wa zai ce masa, ‘Me kake yi?’
ଦେଖ, ସେ ଶିକାର ଧରିଲେ, କିଏ ତାହାଙ୍କୁ ନିବାରଣ କରିପାରେ? ତୁମ୍ଭେ କଅଣ କରୁଅଛ, ଏହା କିଏ ତାହାଙ୍କୁ କହିବ?
13 Allah ba ya danne fushinsa; ko dodannin ruwan da ake kira ayarin Rahab ya tattake su.
ପରମେଶ୍ୱର ଆପଣା କ୍ରୋଧ ପ୍ରତ୍ୟାହାର କରିବେ ନାହିଁ; ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି।
14 “Ta yaya zan iya yin faɗa da shi? Ina zan iya samun kalmomin da zan yi gardama da shi?
ତେବେ ମୁଁ ତାହାଙ୍କୁ କେତେ ଅଳ୍ପ ଉତ୍ତର ଦେବି? ଓ ତାହାଙ୍କ ସଙ୍ଗେ ଯୁକ୍ତି କରିବାକୁ ଆପଣା କଥା ବାଛିବି?
15 Ko da yake ba ni da laifi, ba zan iya amsa masa ba; sai dai roƙon jinƙai zan iya yi ga mahukuncina.
ମୁଁ ଧାର୍ମିକ ହେଲେ ହେଁ ତାହାଙ୍କୁ ଉତ୍ତର ଦିଅନ୍ତି ନାହିଁ; ମୁଁ ଆପଣା ବିପକ୍ଷ ନିକଟରେ ବିନତି କରନ୍ତି।
16 Ko da na yi kira gare shi ya amsa mini, ban yarda cewa zai saurare ni ba.
ଯଦି ମୁଁ ଡାକିଥାʼନ୍ତି ଓ ସେ ମୋତେ ଉତ୍ତର ଦେଇଥାʼନ୍ତେ, ତେବେ ହେଁ ସେ ମୋʼ ରବରେ ମନୋଯୋଗ କଲେ ବୋଲି ମୁଁ ବିଶ୍ୱାସ କରନ୍ତି ନାହିଁ।
17 Zai sa hadari yă danne ni yă ƙara mini ciwona ba dalili.
କାରଣ ସେ ବତାସରେ ମୋତେ ଭାଙ୍ଗି ପକାନ୍ତି ଓ ଅକାରଣରେ ମୋହର କ୍ଷତ ବୃଦ୍ଧି କରନ୍ତି।
18 Ba zai bari in yi numfashi ba, sai dai yă ƙara mini azaba.
ସେ ମୋତେ ନିଶ୍ୱାସ ମାରିବାକୁ ଦିଅନ୍ତି ନାହିଁ, ମାତ୍ର ମୋତେ ତିକ୍ତତାରେ ପୂର୍ଣ୍ଣ କରନ୍ତି।
19 In maganar ƙarfi ne, shi babban mai ƙarfi ne! In kuma maganar shari’a ne, wa zai kai kararsa?
ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି! ଓ ବିଚାରର କଥା କହିଲେ, କିଏ ମୋʼ ପାଇଁ ସମୟ ନିରୂପଣ କରିବ?
20 Ko da ni marar ƙarfi ne, bakina ya isa yă sa in zama mai laifi; in ba ni da laifi, zai sa in yi laifi.
ମୁଁ ଧାର୍ମିକ ହେଲେ ହେଁ ମୋର ନିଜ ମୁଖ ମୋତେ ଦୋଷୀ କରିବ। ମୁଁ ସିଦ୍ଧ ହେଲେ ହେଁ ମୋତେ କୁଟିଳ ବୋଲି ତାହା ପ୍ରମାଣ କରିବ।
21 “Ko da yake ba ni da laifi, ban damu da kaina ba; na rena raina.
ମୁଁ ସିଦ୍ଧ, ମୁଁ ଆପଣାକୁ ମାନ୍ୟ କରେ ନାହିଁ; ମୁଁ ଆପଣା ଜୀବନକୁ ତୁଚ୍ଛ କରେ।
22 Ba bambanci; shi ya sa na ce, ‘Yana hallaka marasa laifi da kuma mugaye.’
ସବୁ ତ ସମାନ; ଏଥିପାଇଁ ମୁଁ କହେ, ସେ ସିଦ୍ଧ ଓ ଦୁଷ୍ଟକୁ ସଂହାର କରନ୍ତି।
23 Lokacin da bala’i ya kawo ga mutuwa, yakan yi dariyar baƙin cikin marasa laifi.
ଯଦି କୋରଡ଼ା ହଠାତ୍ ମାରି ପକାଏ, ସେ ନିର୍ଦ୍ଦୋଷର ପରୀକ୍ଷାରେ ହସିବେ।
24 Lokacin da ƙasa ta faɗa a hannun mugaye, yakan rufe idanun masu shari’a. In ba shi ba wa zai yi wannan?
ପୃଥିବୀ ଦୁଷ୍ଟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି; ସେ ତହିଁର ବିଚାରକର୍ତ୍ତୃଗଣର ମୁଖ ଆଚ୍ଛାଦନ କରନ୍ତି; ଯଦି ସେ ନ କରନ୍ତି, ତେବେ ଆଉ କିଏ?
25 “Kwanakina sun fi mai gudu wucewa da sauri; suna firiya babu wani abin jin daɗi a cikinsu.
ମୋହର ଦିନସବୁ ଡାକ ଅପେକ୍ଷା ଶୀଘ୍ରଗାମୀ; ତାହାସବୁ ପଳାଇଯାଏ, କୌଣସି ମଙ୍ଗଳର ଦର୍ଶନ ପାଏ ନାହିଁ।
26 Suna wucewa kamar jirgin ruwan da aka yi da kyauro, kamar jahurma da ta kai wa namanta cafka.
ତାହାସବୁ ବେଗଗାମୀ ଜାହାଜ ପରି ଓ ଶିକାର ଉପରେ ଝାମ୍ପ ମାରିବା ଉତ୍କ୍ରୋଶ ପକ୍ଷୀ ପରି ଚାଲିଯାଏ।
27 ‘In na ce zan manta da abin da yake damu na, zan yi murmushi in daina nuna ɓacin rai,’
ଯଦି ମୁଁ କହେ, ‘ମୁଁ ଆପଣା ବିଳାପ ଭୁଲିଯିବି, ମୁଁ ଆପଣା ବିଷଣ୍ଣ ମୁଖ ଦୂର କରି ହୃଷ୍ଟଚିତ୍ତ ହେବି;’
28 duk da haka ina tsoron duk wahalata, domin na san ba za ka ɗauke ni marar laifi ba.
ମୁଁ ଆପଣା ସକଳ ଦୁଃଖ ବିଷୟରେ ଭୀତ ହୁଏ, ମୁଁ ଜାଣେ, ତୁମ୍ଭେ ମୋତେ ନିର୍ଦ୍ଦୋଷ ଜ୍ଞାନ କରିବ ନାହିଁ।
29 Tun da an riga an ɗauke ni mai laifi, duk ƙoƙarina a banza yake.
ମୁଁ ଦୋଷୀକୃତ ହେବି; ତେବେ ମୁଁ କାହିଁକି ବୃଥା ପରିଶ୍ରମ କରୁଅଛି?
30 Ko da na wanke jikina duka da sabulu, na wanke hannuwana kuma da soda,
ଯଦି ମୁଁ ହିମଜଳରେ ଆପଣାକୁ ଧୌତ କରେ ଓ ଆପଣା ହସ୍ତ ଅତିଶୟ ପରିଷ୍କାର କରେ,
31 duk da haka za ka jefa ni cikin ƙazamin wuri, yadda ko rigunan jikina ma za su ƙi ni.
ତେବେ ହେଁ ତୁମ୍ଭେ ମୋତେ ଗର୍ତ୍ତରେ ମଗ୍ନ କରିବ ଓ ମୋହର ନିଜ ବସ୍ତ୍ର ମୋତେ ଘୃଣା କରିବ।
32 “Shi ba mutum ba ne kamar ni wanda zan iya amsa masa, har da za mu yi faɗa da juna a wurin shari’a.
କାରଣ ସେ ମୋʼ ପରି ମନୁଷ୍ୟ ନୁହନ୍ତି ଯେ, ମୁଁ ତାହାଙ୍କୁ ଉତ୍ତର ଦେବି ଓ ଆମ୍ଭେମାନେ ଏକତ୍ର ବିଚାର ସ୍ଥାନକୁ ଆସିବା।
33 In da akwai wanda zai iya shiga tsakaninmu, ya ɗora hannunsa a kanmu tare,
ଆମ୍ଭ ଦୁହିଁଙ୍କ ଉପରେ ହସ୍ତାର୍ପଣ କରିବାକୁ ସମର୍ଥ କୌଣସି ମଧ୍ୟସ୍ଥ ଆମ୍ଭମାନଙ୍କ ମଧ୍ୟରେ ନାହିଁ।
34 wani wanda zai sa Allah yă daina duka na, don yă daina ba ni tsoro.
ସେ ମୋʼ ଠାରୁ ଆପଣା ଯଷ୍ଟି ଦୂର କରନ୍ତୁ ଓ ତାହାଙ୍କ ଭୟଙ୍କରତା ମୋତେ ଭୀତ ନ କରୁ;
35 Sa’an nan ne zan iya yin magana ba tare da jin tsoronsa ba, amma a yadda nake a yanzu ba zan iya ba.
ତେବେ ମୁଁ ତାହାଙ୍କୁ ଭୟ ନ କରି କଥା କହିବି; କାରଣ ମୁଁ ନିଜେ ସେହିପରି ନୁହେଁ।