< Yohanna 13 >
1 Ana gab da Bikin Ƙetarewa. Yesu kuwa ya san cewa lokaci ya yi da zai bar wannan duniya, yă koma wurin Uba. Da yake ya ƙaunaci waɗanda suke nasa a duniya, yanzu kuwa ya nuna musu cikakkiyar ƙaunarsa.
ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ।
2 Ana cikin cin abincin yamma, Iblis kuwa ya riga ya zuga Yahuda Iskariyot, ɗan Siman yă bashe Yesu.
ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,
3 Yesu kuwa ya san cewa, Uba ya sa dukan abubuwa a ƙarƙashin ikonsa, ya kuma san cewa daga Allah ya zo, zai kuma koma wurin Allah;
ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ବରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଈଶ୍ବରଙ୍କ ନିକଟକୁ ଯାଉଅଛନ୍ତି,
4 saboda haka ya tashi daga cin abincin, ya tuɓe rigarsa ta waje, ya ɗaura tawul a ƙugunsa.
ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବାହ୍ୟ ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ।
5 Bayan haka, sai ya zuba ruwa a cikin kwano, sa’an nan ya fara wanke ƙafafun almajiransa, yana sharewa da tawul wanda ya ɗaura.
ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ।
6 Ya zo kan Siman Bitrus, wanda ya ce masa, “Ubangiji, kai za ka wanke ƙafafuna?”
କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ମୋହର ପାଦ ଧୋଇ ଦେଉଅଛନ୍ତି?
7 Yesu ya amsa ya ce, “Yanzu ba ka fahimci abin da nake yi ba, amma nan gaba za ka gane.”
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ।”
8 Sai Bitrus ya ce, “Faufau, ba za ka taɓa wanke ƙafafuna ba.” Yesu ya amsa ya ce, “Sai na wanke ka, in ba haka ba, ba ka da rabo a gare ni.” (aiōn )
ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋହର ପାଦ ଧୋଇଦେବେ ନାହିଁ। ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋʼ ସହିତ ତୁମ୍ଭର କୌଣସି ଅଂଶ ନାହିଁ।” (aiōn )
9 Sai Siman Bitrus ya ce, “To, Ubangiji, ba ƙafafuna kaɗai ba har ma da hannuwana da kaina kuma!”
ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୁ, କେବଳ ମୋହର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ।
10 Yesu ya amsa ya ce, “Wanda ya riga ya yi wanka yana bukata yă wanke ƙafafunsa ne kawai; dukan jikinsa yana da tsabta. Ku kuwa kuna da tsabta, ko da yake ba kowannenku ba.”
ଯୀଶୁ ତାହାଙ୍କୁ କହିଲେ, “ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ।”
11 Gama ya san wanda zai bashe shi, shi ya sa ya ce, “Ba kowa ba ne yake da tsabta.”
କାରଣ ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ସେ ତାହାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ।
12 Da ya gama wanke ƙafafunsu, sai ya sa tufafinsa ya koma wurin zamansa. Ya tambaye su ya ce, “Kun fahimci abin da na yi muku?
ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, “ମୁଁ ତୁମ୍ଭମାନଙ୍କ ପ୍ରତି କଅଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ?
13 Kuna ce da ni ‘Malam’ da kuma ‘Ubangiji,’ daidai ne kuwa, gama haka nake.
ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି।
14 Da yake ni da nake Ubangijinku da kuma Malaminku, na wanke ƙafafunku, haka ku ma ya kamata ku wanke ƙafafun juna.
ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ।
15 Na ba ku misali domin ku yi yadda na yi muku.
କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି।
16 Gaskiya nake gaya muku, ba bawan da ya fi maigidansa, ko ɗan saƙon da ya fi wanda ya aike shi.
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ।
17 Yanzu da kuka san waɗannan abubuwa, ku masu albarka ne, in kuka yi su.
ଯଦି ତୁମ୍ଭେମାନେ ଏହିସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ।
18 “Ba dukanku nake nufi ba; na san waɗanda na zaɓa. Wannan kuwa don a cika Nassi ne da ya ce, ‘Wanda ya ci burodina tare da ni ya tasar mini.’
ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା।
19 “Ina faɗa muku yanzu tun kafin yă faru, domin in ya faru, ku gaskata cewa ni ne Shi.
ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ୱାସ କର, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି।
20 Gaskiya nake gaya muku, ‘Duk wanda ya karɓi wani da na aiko, ni ne ya karɓa ke nan. Kuma duk wanda ya karɓe ni, ya karɓi wanda ya aiko ni ne.’”
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।”
21 Bayan Yesu ya faɗi haka, sai ya yi juyayi a ruhu, ya kuma furta cewa, “Gaskiya nake gaya muku, ɗayanku zai bashe ni.”
ଯୀଶୁ ଏହି ସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”
22 Almajiransa suka dubi juna, suka rasa ko da wa yake.
ସେ କାହା ସମ୍ବନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ।
23 Ɗaya daga cikin almajiran Yesu wanda yake ƙauna kuwa, yana zaune kusa da shi.
ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ଯାହାକୁ ଯୀଶୁ ପ୍ରେମ କରୁଥିଲେ, ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ।
24 Sai Siman Bitrus ya taɓa wannan almajirin ya ce, “Tambaye shi, wa yake nufi?”
ଅତଏବ, ଶିମୋନ ପିତର ତାହାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ବନ୍ଧରେ କହୁଅଛନ୍ତି, ତାହା କୁହ।
25 Shi kuwa da yake jingine kusa da Yesu, ya ce, “Ubangiji, wane ne?”
ସେ ସେହି ପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୁ, ସେ କିଏ?
26 Yesu ya amsa ya ce, “Shi ne wanda zan ba shi gutsurin burodin nan sa’ad da na tsoma cikin kwanon.” Da ya tsoma gutsurin burodin, sai ya ba wa Yahuda Iskariyot, ɗan Siman.
ତେଣୁ ଯୀଶୁ ଉତ୍ତର ଦେଲେ, “ଯାହା ନିମନ୍ତେ ମୁଁ ଏହି ରୁଟିଖଣ୍ଡକ ବୁଡ଼ାଇବି ଓ ଯାହାକୁ ତାହା ଦେବି, ସେ।” ତହିଁରେ ସେ ସେହି ରୁଟିଖଣ୍ଡକ ବୁଡ଼ାଇ ତାହା ଘେନି ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଦେଲେ।
27 Nan take bayan Yahuda ya karɓi burodin, sai Shaiɗan ya shige shi. Sai Yesu ya ce masa, “Abin nan da kake niyyar yi, ka yi shi maza.”
ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା। ସେଥିରେ ଯୀଶୁ ତାହାକୁ କହିଲେ, “ଯାହା କରୁଅଛ, ତାହା ଶୀଘ୍ର କର।”
28 Amma ba wani a wurin cin abincin da ya fahimci dalilin da ya sa Yesu ya faɗa masa haka.
କିନ୍ତୁ ସେ କି ଉଦ୍ଦେଶ୍ୟରେ ତାହାକୁ ଏହି କଥା କହିଥିଲେ, ତାହା ଭୋଜରେ ବସିଥିବା ଲୋକମାନଙ୍କ ମଧ୍ୟରୁ କେହି ଜାଣିଲେ ନାହିଁ।
29 Da yake Yahuda ne ma’aji, waɗansunsu suka ɗauka Yesu yana ce masa yă sayi abin da ake bukata don Bikin ne, ko kuwa yă ba wa matalauta wani abu.
କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ବା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାହାକୁ କହିଲେ ବୋଲି କେହି କେହି ମନେ କଲେ।
30 Nan da nan da Yahuda ya karɓi burodin, sai ya fita. A lokacin kuwa dare ya yi.
ରୁଟିଖଣ୍ଡକ ଗ୍ରହଣ କରି ସେ ତତ୍କ୍ଷଣାତ୍ ବାହାରିଗଲା, ସେତେବେଳେ ରାତ୍ରିକାଳ।
31 Da ya tafi, sai Yesu ya ce, “Yanzu ne aka ɗaukaka Ɗan Mutum aka kuma ɗaukaka Allah a cikinsa.
ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, “ଏବେ ମନୁଷ୍ୟପୁତ୍ର ମହିମାନ୍ୱିତ ହେଲେ ଓ ତାହାଙ୍କଠାରେ ଈଶ୍ବର ମହିମାନ୍ୱିତ ହେଲେ।
32 In kuwa Allah ya sami ɗaukaka a cikin Ɗan, Allah kuwa zai ɗaukaka Ɗan zuwa ga zatinsa, zai kuma ɗaukaka shi nan take.
ଯଦି ଈଶ୍ବର ତାହାଙ୍କଠାରେ ମହିମାନ୍ୱିତ ହେଲେ, ତେବେ ଈଶ୍ବର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ୱିତ କରିବେ, ପୁଣି, ଶୀଘ୍ର ତାହାଙ୍କୁ ମହିମାନ୍ୱିତ କରିବେ।
33 “’Ya’yana, zan kasance da ku na ɗan ƙanƙani lokaci ne. Za ku neme ni. Kuma kamar yadda na gaya wa Yahudawa, haka nake gaya muku yanzu. Inda zan tafi, ba za ku iya zuwa ba.
ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି। ତୁମ୍ଭେମାନେ ମୋହର ଅନ୍ୱେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୁଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି।
34 “Sabon umarni nake ba ku. Ku ƙaunaci juna. Kamar yadda na ƙaunace ku, ku ma ku ƙaunaci juna.
ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।
35 Ta haka kowa zai san cewa ku almajiraina ne, in kuna ƙaunar juna.”
ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ୱାରା ଜ୍ଞାତ ହେବେ।”
36 Siman Bitrus ya tambaye shi ya ce, “Ubangiji ina za ka?” Yesu ya amsa ya ce, “Wurin da za ni, ba za ka iya zuwa yanzu ba, amma za ka bi ni daga baya.”
ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁଠାକୁ ଯାଉଅଛନ୍ତି? ଯୀଶୁ ଉତ୍ତର ଦେଲେ, “ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ।”
37 Bitrus ya ce masa, “Ubangiji, don me ba zan binka yanzu ba? Zan ba da raina saboda kai.”
ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି।
38 Sai Yesu ya amsa ya ce, “Anya, za ka iya ba da ranka saboda ni? Gaskiya nake faɗa maka, kafin zakara yă yi cara, za ka yi mūsun sanina sau uku!
ଯୀଶୁ ଉତ୍ତର ଦେଲେ, “ତୁମ୍ଭେ କଅଣ ମୋʼ ନିମନ୍ତେ ନିଜ ପ୍ରାଣ ଦେବ? ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, କୁକୁଡ଼ା ନ ଡାକୁଣୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”