< Yohanna 21 >
1 Daga baya Yesu ya sāke bayyana kansa ga almajiransa, a bakin Tekun Tibariya. Ga yadda ya faru.
ଏଥିଉତ୍ତାରେ ଯୀଶୁ ତିବିରୀୟା ହ୍ରଦର କୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ। ସେ ଏହି ପ୍ରକାରେ ଦର୍ଶନ ଦେଲେ;
2 Siman Bitrus, Toma (wanda ake kira Didaimus), Natanayel daga Kana ta Galili,’ya’yan Zebedi maza, da kuma waɗansu almajirai guda biyu suna tare.
ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ, ଜେବଦୀଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ।
3 Sai Siman Bitrus ya ce musu, “Za ni kamun kifi,” suka ce, “Za mu tafi tare da kai.” Saboda haka suka fita suka shiga jirgin ruwa, amma a daren nan ba su kama kome ba.
ଶିମୋନ ପିତର ସେମାନଙ୍କୁ କହିଲେ, ମୁଁ ମାଛ ଧରିବାକୁ ଯାଉଅଛି। ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ ତୁମ୍ଭ ସାଙ୍ଗରେ ଯିବୁ। ସେମାନେ ବାହାରିଯାଇ ନୌକାରେ ଚଢ଼ିଲେ, ଆଉ ସେହି ରାତିରେ କିଛି ଧରି ପାରିଲେ ନାହିଁ।
4 Da sassafe, sai ga Yesu tsaye a gaci, amma almajiran ba su gane cewa Yesu ne ba.
କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ।
5 Sai ya ce musu, “Abokai, kuna da kifi kuwa?” Suka amsa suka ce, “A’a.”
ଯୀଶୁ ସେମାନଙ୍କୁ କହିଲେ, “ପିଲାମାନେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଇବାର ଅଛି?” ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ।
6 Ya ce musu, “Ku jefa abin kamun kifinku dama da jirgin ruwan, za ku samu.” Da suka yi haka, sai suka kāsa jawo abin kamun kifin saboda yawan kifi.
ସେ ସେମାନଙ୍କୁ କହିଲେ, “ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ।” ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ।
7 Sai almajirin da Yesu yake ƙauna ya ce wa Bitrus, “Ai, Ubangiji ne!” Nan da nan da Siman Bitrus ya ji ya ce, “Ai, Ubangiji ne,” sai ya yafa mayafinsa (don dā ma ya tuɓe shi), ya fāɗa cikin ruwan.
ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଅଙ୍ଗରଖା ନ ପିନ୍ଧି ଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ;
8 Sauran almajiran kuwa suka bi shi cikin jirgin ruwan, janye da abin kamun kifin cike da kifi, don ba su da nisa daga gaci, wajen yadi ɗari ne.
କିନ୍ତୁ ଅନ୍ୟ ଶିଷ୍ୟମାନେ ନୌକାରେ ଭର୍ତ୍ତି ହୋଇଥିବା ମାଛର ଜାଲ ଟାଣି ଟାଣି ନୌକାକୁ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇ ଶହ ହାତ ଦୂରରେ ଥିଲେ।
9 Da suka sauka, sai suka ga garwashin wuta a can da kifi a kai, da kuma’yan burodi.
ସେମାନେ କୂଳରେ ଓହ୍ଲାଇ ସେଠାରେ ଅଙ୍ଗାରର ନିଆଁ, ପୁଣି, ତାହା ଉପରେ ଭଜା ମାଛ ଓ ରୁଟି ଥୁଆ ହୋଇଥିବା ଦେଖିଲେ।
10 Yesu ya ce musu, “Ku kawo waɗansu kifin da kuka kama yanzu.”
ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏବେ ଯେଉଁ ମାଛ ଧରିଅଛ, ସେଥିରୁ କିଛି ଆଣ।”
11 Sai Siman Bitrus ya hau ya jawo abin kamun kifin gaci. Ya cika da manyan kifi, 153, amma duk da yawansun nan abin kamun kifin bai tsintsinke ba.
ଶିମୋନ ପିତର ଯାଇ ଏକ ଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣି ଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ଡିଲା ନାହିଁ।
12 Yesu ya ce musu, “Ku zo ku karya kumallo.” Ba wani daga cikin almajiran da ya yi karambanin tambayarsa, “Wane ne kai?” Sun san cewa Ubangiji ne.
ଯୀଶୁ ସେମାନଙ୍କୁ କହିଲେ, “ଆସି ଭୋଜନ କର।” ଶିଷ୍ୟମାନଙ୍କ ମଧ୍ୟରୁ କେହି ତୁମ୍ଭେ କିଏ ବୋଲି ତାହାଙ୍କୁ ପଚାରିବାକୁ ସାହସ କରୁ ନ ଥିଲେ, କାରଣ ସେ ଯେ ପ୍ରଭୁ, ଏହା ସେମାନେ ଜାଣିଥିଲେ।
13 Yesu ya zo, ya ɗauki burodin ya ba su, haka kuma kifin.
ଯୀଶୁ ଆସି ରୁଟି ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ।
14 Wannan fa shi ne sau na uku da Yesu ya bayyana kansa ga almajiransa bayan an tashe shi daga matattu.
ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ଯୀଶୁ ଶିଷ୍ୟମାନଙ୍କୁ ଏହି ତୃତୀୟ ଥର ଦର୍ଶନ ଦେଲେ।
15 Da suka gama ci, sai Yesu ya ce wa Siman Bitrus, “Siman ɗan Yohanna, kana ƙaunata da gaske fiye da waɗannan?” Ya ce, “I, Ubangiji, ka san cewa ina sonka.” Yesu ya ce, “Ciyar da’ya’yan tumakina.”
ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷଶାବକମାନଙ୍କୁ ଚରାଅ।”
16 Har wa yau Yesu ya ce, “Siman ɗan Yohanna, kana ƙaunata da gaske?” Ya amsa ya ce, “I, Ubangiji, ka san cewa ina sonka.” Yesu ya ce, “Lura da tumakina.”
ସେ ପୁନର୍ବାର ଦ୍ୱିତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ପ୍ରତିପାଳନ କର।”
17 Sau na uku ya ce masa, “Siman ɗan Yohanna, kana ƙaunata?” Sai Bitrus ya ɓata rai saboda Yesu ya tambaye shi sau na uku, “Kana ƙaunata?” Ya ce, “Ubangiji ka san kome duka; ka san cewa, ina ƙaunarka.” Yesu ya ce, “Ciyar da tumakina.
ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।
18 Gaskiya nake faɗa maka, sa’ad da kake saurayi kakan yi wa kanka sutura ka tafi inda ka so; amma sa’ad da ka tsufa za ka miƙa hannuwanka, wani dabam yă yi maka sutura yă kai ka inda ba ka so.”
ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟି ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟି ବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ।”
19 Yesu ya faɗi wannan ne, don yă nuna irin mutuwar da Bitrus zai yi yă ɗaukaka Allah. Sa’an nan ya ce masa, “Bi ni!”
ସେ କେଉଁ ପ୍ରକାର ମୃତ୍ୟୁଭୋଗ ଦ୍ୱାରା ଈଶ୍ବରଙ୍କୁ ଗୌରବାନ୍ୱିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ। ଏହା କହିଲା ଉତ୍ତାରେ ସେ ତାହାଙ୍କୁ କହିଲେ, “ମୋହର ଅନୁଗାମୀ ହୁଅ।”
20 Bitrus ya juya ya ga cewa almajirin nan da Yesu yake ƙauna yana binsu. (Wannan ne ya jingina a jikin Yesu sa’ad da suke cin abincin yamman nan da ya ce, “Ubangiji wane ne zai bashe ka?”)
ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ।
21 Da Bitrus ya gan shi sai ya ce, “Ubangiji, wannan fa?”
ପିତର ତାହାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ଏହାର ବିଷୟରେ କଅଣ?
22 Yesu ya amsa ya ce, “Idan na so yă kasance da rai har in dawo, mene ne naka a ciki? Kai dai bi ni.”
ଯୀଶୁ ତାହାଙ୍କୁ କହିଲେ, “ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ।”
23 Saboda wannan, jita-jita ta bazu a cikin’yan’uwa cewa wannan almajirin ba zai mutu ba. Amma fa Yesu bai ce ba zai mutu ba; shi dai ya ce, “In na so yă kasance da rai har in dawo, mene ne naka a ciki?”
ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାହାଙ୍କୁ କହି ନ ଥିଲେ, “କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି” ବୋଲି କହିଥିଲେ।
24 Wannan shi ne almajirin da ya ba da shaida a kan waɗannan abubuwa ya kuma rubuta su. Mun san cewa shaidarsa gaskiya ce.
ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ।
25 Yesu ya yi waɗansu abubuwa da yawa kuma. Da a ce an rubuta kowannensu, na tabbata ko duniya duka ba za tă sami wuri saboda littattafan da za a rubuta ba.
ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହିସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହିସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ।